ମାଥିଉ
Chapter 1
ଯୀଶୁଖ୍ରୀଷ୍ଟଙ୍କ ବଂଶାବଳୀ
(ଲୂକ 3:23 -38)
1 ଅବ୍ରାହାମଙ୍କ ସନ୍ତାନ ଓ ଦାଉଦଙ୍କ ସନ୍ତାନ ଯୀଶୁଖ୍ରୀଷ୍ଟଙ୍କ ବଂଶାବଳୀ 2 ଅବ୍ରାହାମ ଇସ୍ହାକଙ୍କୁ ଜନ୍ମ ଦେଲେ ଇସ୍ହାକ ଯାକୁବଙ୍କୁ ଜନ୍ମ ଦେଲେ ଯାକୁବ ଯିହୂଦା ଓ ତାହାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ 3 ଯିହୂଦା ତାମରଙ୍କ ଗର୍ଭରୁ ପେରସ ଓ ସେରହଙ୍କୁ ଜନ୍ମ ଦେଲେ ପେରସ ହିଷ୍ରୋଣଙ୍କୁ ଜନ୍ମ ଦେଲେ 4 ହିଷ୍ରୋଣ ଅରାମଙ୍କୁ ଜନ୍ମ ଦେଲେ ଅରାମ ଅମ୍ମୀନାଦବଙ୍କୁ ଜନ୍ମ ଦେଲେ ଅମ୍ମୀନାଦାବ ନହଶୋନଙ୍କୁ ଜନ୍ମ ଦେଲେ ନହଶୋନ ସଲମୋନଙ୍କୁ ଜନ୍ମ ଦେଲେ 5 ସଲମୋନ ରାହାବଙ୍କ ଗର୍ଭରୁ ବୋୟାଜଙ୍କୁ ଜନ୍ମ ଦେଲେ ବୋୟଜ ରୂତଙ୍କ ଗର୍ଭରୁ ଓବେଦଙ୍କୁ ଜନ୍ମ ଦେଲେ ଓବେଦ ଯିଶୀଙ୍କୁ ଜନ୍ମ ଦେଲେ 6 ଯିଶୀ ଦାଉଦ ରାଜାଙ୍କୁ ଜନ୍ମ ଦେଲେ ଦାଉଦ ଉରୀୟଙ୍କ ଭାର୍ଯ୍ୟାଙ୍କ ଗର୍ଭରୁ ଶଲୋମନଙ୍କୁ ଜନ୍ମ ଦେଲେ 7 ଶଲୋମନ ରିହବୀୟାମଙ୍କୁ ଜନ୍ମ ଦେଲେ ରିହବୀୟାମ ଅବୀୟଙ୍କୁ ଜନ୍ମ ଦେଲେ 8 ଅବୀୟ ଆସାଙ୍କୁ ଜନ୍ମ ଦେଲେ ଆସା ଯିହୋଶାଫଟଙ୍କୁ ଜନ୍ମ ଦେଲେ ଯିହୋଶାଫଟ ଯୋରାମଙ୍କୁ ଜନ୍ମ ଦେଲେ ଯୋରାମ ଉଜୀୟଙ୍କୁ ଜନ୍ମ ଦେଲେ 9 ଉଜୀୟ ଯୋଥମଙ୍କୁ ଜନ୍ମ ଦେଲେ ଯୋଥମ ଆହସଙ୍କୁ ଜନ୍ମ ଦେଲେ ଆହସ ହିଜକୀୟଙ୍କୁ ଜନ୍ମ ଦେଲେ 10 ହିଜକୀୟ ମନଃଶିଙ୍କୁ ଜନ୍ମ ଦେଲେ ମନଃଶି ଆମୋନଙ୍କୁ ଜନ୍ମ ଦେଲେ ଆମୋନ ଯୋଶୀୟଙ୍କୁ ଜନ୍ମ ଦେଲେ 11 ବାବିଲୋନକୁ ନିର୍ବାସିତ ହେବା ସମୟରେ ଯୋଷୀୟ ଯିକନୀୟ ଓ ତାଙ୍କ ଭାଇମାନଙ୍କୁ ଜନ୍ମ ଦେଲେ 12 ବାବିଲୋନକୁ ନିର୍ବାସିତ ହେବା ପରେ ଯିକନୀୟ ଶଲ୍ଟୀୟେଲଙ୍କୁ ଜନ୍ମ ଦେଲେ ଶଲ୍ଟୀୟେଲ୍ ଜିରୁବାବିଲଙ୍କୁ ଜନ୍ମ ଦେଲେ 13 ଜିରୁବାବିଲ ଅବୀହୁଦଙ୍କୁ ଜନ୍ମ ଦେଲେ ଅବୀହୁଦ ଏଲୀୟାକିମଙ୍କୁ ଜନ୍ମ ଦେଲେ ଏଲୀୟାକିମ ଆସୋରଙ୍କୁ ଜନ୍ମ ଦେଲ 14 ଆସୋର ସାଦୋକଙ୍କୁ ଜନ୍ମ ଦେଲେ ସାଦୋକ ଆଖିମଙ୍କୁ ଜନ୍ମ ଦେଲେ ଆଖିମ ଏଲିହୁଦଙ୍କୁ ଜନ୍ମ ଦେଲେ 15 ଏଲିହୁଦ ଏଲୀୟାଜରଙ୍କୁ ଜନ୍ମ ଦେଲେ ଏଲୀୟାଜର ମତ୍ତାନଙ୍କୁ ଜନ୍ମ ଦେଲେ 16 ମତ୍ତାନ ଯାକୁବଙ୍କୁ ଜନ୍ମ ଦେଲେ ଯାକୁବ ମରିୟମଙ୍କ ସ୍ୱାମୀ ଯୋଷେଫଙ୍କୁ ଜନ୍ମ ଦେଲେ ଏହି ମରିୟମଙ୍କ ଗର୍ଭରୁ ଯୀଶୁ ଜନ୍ମ ହେଲେ ତାହାଙ୍କୁ ଖ୍ରୀଷ୍ଟ କୁହାଯାଏ 17 ଏହି ପ୍ରକାରେ ସମସ୍ତେ ଅବ୍ରହାମଙ୍କଠାରୁ ଦାଉଦଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ ଆଉ ଦାଉଦଙ୍କ ଠାରୁ ବାବିଲୋନ ନିର୍ବାସନ ପର୍ଯ୍ୟନ୍ତ ଚଉଦ ପୁରୁଷ ପୁଣି ବାବିଲୋନ ନିର୍ବାସନଠାରୁ ଖ୍ରୀଷ୍ଟଙ୍କ ପର୍ଯ୍ୟନ୍ତ ଚଉଦ ପୁରୁଷ 18 ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା 19 ଏଥିରେ ତାହାଙ୍କ ସ୍ୱାମୀ ଯୋଷେଫ ଧାର୍ମିକ ଥିବାରୁ ଏବଂ ତାହାଙ୍କୁ ପ୍ରକାଶରେ ନିନ୍ଦାର ପାତ୍ର କରିବାକୁ ଇଚ୍ଛା ନ କରିବାରୁ ଗୋପନରେ ତାହାଙ୍କୁ ପରିତ୍ୟାଗ କରିବାକୁ ସ୍ଥିର କଲେ 20 କିନ୍ତୁ ସେ ଏହା ମନସ୍ଥ କଲା ପରେ ଦେଖ ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ତାହାଙ୍କୁ ଦର୍ଶନ ଦେଇ କହିଲେ ହେ ଦାଉଦଙ୍କ ସନ୍ତାନ ଯୋଷେଫ ତୁମ୍ଭର ଭାର୍ଯ୍ୟା ମରିୟମଙ୍କୁ ଗ୍ରହଣ କରିବାକୁ ଭୟ କର ନାହିଁ କାରଣ ତାହାଙ୍କର ଗର୍ଭ ପବିତ୍ର ଆତ୍ମାଙ୍କ ଦ୍ୱାରା ହୋଇଅଛି 21 ସେ ପୁତ୍ର ପ୍ରସବ କରିବେ ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ 22 ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ ଏଥି ନିମନ୍ତେ ଏସମସ୍ତ ଘଟିଲା 23 ଦେଖ ଜଣେ କନ୍ୟା ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବେ ଆଉ ଲୋକେ ତାହାଙ୍କ ନାମ ଇମ୍ମାନୁଏଲ ଦେବେ ଏହି ନାମର ଅର୍ଥ ଆମ୍ଭମାନଙ୍କ ସହିତ ଈଶ୍ୱର 24 ଏଥିରେ ଯୋଷେଫ ନିଦରୁ ଉଠି ପ୍ରଭୁଙ୍କ ଦୂତ ତାହାଙ୍କୁ ଯେପରି ଆଜ୍ଞା ଦେଇଥିଲେ ସେହିପରି କଲେ ଓ ନିଜ ଭାର୍ଯ୍ୟାଙ୍କୁ ଗ୍ରହଣ କଲେ 25 କିନ୍ତୁ ସେ ପୁତ୍ର ପ୍ରସବ ନ କରିବା ପର୍ଯ୍ୟନ୍ତ ତାହାଙ୍କ ସହବାସ କଲେ ନାହିଁ ଆଉ ସେ ପୁତ୍ରଙ୍କ ନାମ ଯୀଶୁ ଦେଲେ
Chapter 2
ପୂର୍ବଦେଶୀୟ ପଣ୍ଡିତ
1 ହେରୋଦ ରାଜାଙ୍କ ସମୟରେ ଯିହୂଦା ପ୍ରଦେଶର ବେଥଲିହିମରେ ଯୀଶୁଙ୍କ ଜନ୍ମ ହେବା ପରେ ଦେଖ ପୂର୍ବଦେଶର କେତେକ ପଣ୍ଡିତ ଯିରୂଶାଲମକୁ ଆସି କହିଲେ 2 ଯିହୂଦୀମାନଙ୍କର ଯେଉଁ ରାଜା ଜନ୍ମଗ୍ରହଣ କରିଅଛନ୍ତି ସେ କେଉଁଠାରେ କାରଣ ଆମ୍ଭେମାନେ ପୂର୍ବଦେଶରେ ତାହାଙ୍କ ତାରା ଦେଖି ତାହାଙ୍କୁ ପ୍ରଣାମ କରିବାକୁ ଆସିଅଛୁ 3 ଏହା ଶୁଣି ହେରୋଦ ରାଜା ଓ ତାହାଙ୍କ ସହିତ ସମସ୍ତ ଯିରୂଶାଲମ ନିବାସୀ ଉଦ୍ବିଗ୍ନ ହେଲେ 4 ପୁଣି ସେ ଲୋକଙ୍କର ସମସ୍ତ ପ୍ରଧାନ ଯାଜକ ଓ ଶାସ୍ତ୍ରୀଙ୍କୁ ଏକତ୍ର କରି ଖ୍ରୀଷ୍ଟ କେଉଁଠାରେ ଜନ୍ମଗ୍ରହଣ କରିବେ ତାହା ସେମାନଙ୍କଠାରୁ ବୁଝିନେବାକୁ ଚେଷ୍ଟା କଲେ 5 ସେମାନେ ତାହାଙ୍କୁ କହିଲେ ଯିହୂଦା ପ୍ରଦେଶର ବେଥଲିହିମରେ କାରଣ ଭାବବାଦୀଙ୍କ ଦ୍ୱାରା ଏପରି ଲେଖା ଅଛି 6 ଆଉ ଗୋ ଯିହୂଦାଙ୍କ ପ୍ରଦେଶର ବେଥଲିହିମ ତୁ ଯିହୂଦାର ପ୍ରଧାନ ନଗରସମୂହ ମଧ୍ୟରେ କୌଣସି ପ୍ରକାରେ କ୍ଷୁଦ୍ରତମ ନୋହୁଁ କାରଣ ଯେ ଆମ୍ଭର ଇସ୍ରାଏଲ ଲୋକଙ୍କୁ ପ୍ରତିପାଳନ କରିବେ ଏପରି ଜଣେ ଶାସନକର୍ତ୍ତା ତୋଠାରୁ ଆସିବେ 7 ତାପରେ ହେରୋଦ ପଣ୍ଡିତମାନଙ୍କୁ ଗୋପନରେ ଡାକି ସେହି ତାରା କେଉଁ ସମୟରେ ଦେଖାଗଲା ଏହା ସେମାନଙ୍କଠାରୁ ଠିକ୍ ଭାବରେ ବୁଝିନେଲେ 8 ପୁଣି ସେ ସେମାନଙ୍କୁ ବେଥଲିହିମକୁ ପଠାଇ କହିଲେ ଆପଣମାନେ ଯାଇ ସେହି ଶିଶୁଙ୍କ ସମ୍ବନ୍ଧରେ ଠିକ୍ ଭାବରେ ଅନୁସନ୍ଧାନ କରନ୍ତୁ ଆଉ ସନ୍ଧାନ ପାଇଲାକ୍ଷଣି ଆମ୍ଭକୁ ସମ୍ବାଦ ଦିଅନ୍ତୁ ଯେପରି ଆମ୍ଭେ ମଧ୍ୟ ଯାଇ ତାହାଙ୍କୁ ପ୍ରଣାମ କରିବା 9 ସେଥିରେ ସେମାନେ ରାଜାଙ୍କ କଥା ଶୁଣି ଚାଲିଗଲେ ଆଉ ଦେଖ ସେମାନେ ପୂର୍ବଦେଶରେ ଯେଉଁ ତାରା ଦେଖିଥିଲେ ତାହା ସେମାନଙ୍କ ଆଗେ ଆଗେ ଯାଇ ଯେଉଁଠାରେ ଶିଶୁ ଥିଲେ ଶେଷରେ ସେହି ସ୍ଥାନ ଉପରେ ରହିଗଲା 10 ସେମାନେ ତାରା ଦେଖି ମହାନନ୍ଦରେ ଅତିଶୟ ଆନନ୍ଦିତ ହେଲେ 11 ଆଉ ଘର ଭିତରକୁ ଯାଇ ଶିଶୁଙ୍କୁ ତାହାଙ୍କ ମାତା ମରିୟମଙ୍କ ସଙ୍ଗରେ ଦେଖି ତାହାଙ୍କୁ ଭୂମିଷ୍ଠ ପ୍ରଣାମ କଲେ ପୁଣି ଆପଣା ଆପଣା ପେଡ଼ି ଫିଟାଇ ତାହାଙ୍କୁ ସୁନା କୁନ୍ଦୁରୁ ଓ ଗନ୍ଧରସ ଉପହାର ଦେଲେ 12 ପରେ ହେରୋଦଙ୍କ ନିକଟକୁ ବାହୁଡ଼ି ନ ଯିବାକୁ ସ୍ୱପ୍ନରେ ସତର୍କବାଣୀ ପାଇ ସେମାନେ ଅନ୍ୟ ପଥ ଦେଇ ଆପଣା ଦେଶକୁ ଚାଲିଗଲେ 13 ସେମାନେ ଚାଲିଯିବା ପରେ ଦେଖ ପ୍ରଭୁଙ୍କର ଜଣେ ଦୂତ ସ୍ୱପ୍ନରେ ଯୋଷେଫଙ୍କୁ ଦର୍ଶନ ଦେଇ କହିଲେ ଉଠ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଅ ପୁଣି ଆମ୍ଭେ ତୁମ୍ଭକୁ ନ କହିବା ପର୍ଯ୍ୟନ୍ତ ସେଠାରେ ରୁହ କାରଣ ଶିଶୁଙ୍କୁ ବିନାଶ କରିବା ନିମନ୍ତେ ହେରୋଦ ତାହାଙ୍କୁ ଅନ୍ୱେଷଣ କରିବାକୁ ଉଦ୍ୟତ 14 ଏଥିରେ ସେ ଉଠି ରାତ୍ରିରେ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ମିସରକୁ ପଳାଇଗଲେ 15 ଆଉ ହେରୋଦଙ୍କ ମରଣ ପର୍ଯ୍ୟନ୍ତ ସେଠାରେ ରହିଲେ ଯେପରି ଭାବବାଦୀଙ୍କ ଦ୍ୱାରା ପ୍ରଭୁଙ୍କ ଉକ୍ତ ଏହି ବାକ୍ୟ ସଫଳ ହୁଏ ମିସରରୁ ଆମ୍ଭେ ଆପଣା ପୁତ୍ରଙ୍କୁ ଆହ୍ୱାନ କଲୁ 16 ଇତିମଧ୍ୟରେ ହେରୋଦ ପଣ୍ଡିତମାନଙ୍କ ଦ୍ୱାରା ଆପଣାକୁ ପ୍ରବଞ୍ଚିତ ହେବା ଦେଖି ରାଗିଗଲେ ଆଉ ସେମାନଙ୍କ ନିକଟରୁ ଉତ୍ତମ ରୂପେ ଯେଉଁ ସମୟରେ ବୁଝିଥିଲେ ତଦନୁସାରେ ଦୁଇ ବର୍ଷ ଓ ସେଥିରୁ କମ୍ ବୟସ୍କ ଯେତେ ବାଳକ ବେଥଲିହିମ ପୁଣି ସେଥିର ସମସ୍ତ ସୀମା ମଧ୍ୟରେ ଥିଲେ ଲୋକ ପଠାଇ ସେହି ସମସ୍ତଙ୍କୁ ବଧ କରାଇଲେ 17 ସେତେବେଳେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା 18 ରାମାରେ ସ୍ୱର ଶୁଣାଗଲା ରୋଦନ ଓ ଅତିଶୟ ବିଳାପ ରାହେଲ ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କରୁଥିଲେ ଆଉ ସେମାନେ ନାହାଁନ୍ତି ବୋଲି ସେ ସାନ୍ତ୍ୱନାର କଥା ମାନିବାକୁ ଇଚ୍ଛା କରୁ ନ ଥିଲେ 19 ହେରୋଦଙ୍କ ମୃତ୍ୟୁ ପରେ ଦେଖ ପ୍ରଭୁଙ୍କର ଜଣେ ଦୂତ ମିସରରେ ଯୋଷେଫଙ୍କୁ ସ୍ୱପ୍ନରେ ଦର୍ଶନ ଦେଇ କହିଲେ 20 ଉଠ ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଯାଅ କାରଣ ଯେଉଁମାନେ ଶିଶୁଙ୍କ ପ୍ରାଣ ବିନାଶ କରିବା ନିମନ୍ତେ ଚେଷ୍ଟା କରୁଥିଲେ ସେମାନଙ୍କର ମୃତ୍ୟୁ ଘଟିଅଛି 21 ସେଥିରେ ସେ ଉଠି ଶିଶୁ ଓ ତାହାଙ୍କ ମାତାଙ୍କୁ ନେଇ ଇସ୍ରାଏଲ ଦେଶକୁ ଆସିଲେ 22 ମାତ୍ର ଆର୍ଖିଲାୟ ଆପଣା ପିତା ହେରୋଦଙ୍କ ସ୍ଥାନରେ ଯିହୂଦା ପ୍ରଦେଶର ରାଜା ହୋଇଅଛନ୍ତି ଏହା ଶୁଣି ସେଠାକୁ ଯିବା ପାଇଁ ସେ ଭୟ କଲେ କିନ୍ତୁ ସ୍ୱପ୍ନରେ ପ୍ରତ୍ୟାଦେଶ ପାଇ ସେ ଗାଲିଲୀ ଅଞ୍ଚଳକୁ ପଳାଇଗଲେ 23 ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ ସେ ନାଜରିତୀୟ ବୋଲି ଖ୍ୟାତ ହେବେ
Chapter 3
ବାପ୍ତିଜକ ଯୋହନଙ୍କ ପ୍ରଚାର
(ମାଥିଉ 1:1-8; ଲୂକ 3:1-18; ଯୋହନ 1:6-8,15-34)
1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ 2 ମନପରିବର୍ତ୍ତନ କର କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ 3 ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ ଏ ସେହି ବ୍ୟକ୍ତି ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର ପ୍ରଭୁଙ୍କ ପଥ ପ୍ରସ୍ତୁତ କର ତାହାଙ୍କ ରାଜଦାଣ୍ଡ ସଳଖ କର 4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ ପୁଣି ତାହାଙ୍କ ଖାଦ୍ୟ ପଙ୍ଗପାଳ କ୍ୟାରବ ବୃକ୍ଷର ଫଳ ଓ ବନମଧୁ ଥିଲା 5 ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି ଯର୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ 6 ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦନ ନଦୀରେ ବାପ୍ତିଜିତ ହେଲେ 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି ଏହା ଦେଖି ସେ ସେମାନଙ୍କୁ କହିଲେ ରେ କାଳସର୍ପର ବଂଶ ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର 9 ପୁଣି ଅବ୍ରହାମ ତ ଆମ୍ଭମାନଙ୍କର ପିତା ମନେ ମନେ ଏପରି କହିବାକୁ ଭାବ ନାହିଁ କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି 10 ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ୀ ଲାଗିଅଛି ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ ତାହା ହଣାଯାଇ ନିଆଁରେ ପକାଯିବ 11 ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି ମାତ୍ର ମୋ ପରେ ଯେ ଆସୁଅଛନ୍ତି ସେ ମୋଠାରୁ ଅଧିକ ଶକ୍ତିମାନ ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ 12 ତାହାଙ୍କ ହାତରେ କୁଲା ଅଛି ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ 13 ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦନକୁ ଆସିଲେ 14 କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି 15 ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ ଏବେ ରାଜି ହୁଅ କାରଣ ଏହି ପ୍ରକାରେ ସମସ୍ତ ଧର୍ମକର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ ଆଉ ଦେଖ ଆକାଶ ଉନ୍ମୁକ୍ତ ହେଲା ପୁଣି ସେ ଈଶ୍ୱରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ 17 ଆଉ ଦେଖ ଆକାଶରୁ ଏହି ବାଣୀ ହେଲା ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ
Chapter 4
ଯୀଶୁ ପରୀକ୍ଷାର ସମ୍ମୁଖୀନ
(ମାର୍କ 1: 12-13; ଲୂକ 4:1-13)
1 ସେତେବେଳେ ଯୀଶୁ ଶୟତାନ ଦ୍ୱାରା ପରୀକ୍ଷିତ ହେବା ନିମନ୍ତେ ଆତ୍ମାଙ୍କ କର୍ତ୍ତୃକ ପ୍ରାନ୍ତରକୁ ନୀତ ହେଲେ 2 ପୁଣି ଚାଳିଶ ଦିନ ଓ ଚାଳିଶ ରାତ୍ରି ଉପବାସ କରି ଶେଷରେ କ୍ଷୁଧିତ ହେଲେ 3 ଆଉ ପରୀକ୍ଷକ ତାହାଙ୍କ ନିକଟକୁ ଆସି କହିଲା ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର ତେବେ ଏହି ପଥରଗୁଡିକୁ ରୁଟି ହେବା ପାଇଁ ଆଜ୍ଞା ଦିଅ 4 କିନ୍ତୁ ଯୀଶୁ ଉତ୍ତର ଦେଲେ ଲେଖା ଅଛି ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ ମାତ୍ର ଈଶ୍ୱରଙ୍କ ମୁଖରୁ ନିର୍ଗତ ପ୍ରତ୍ୟେକ ବାକ୍ୟରେ ବଞ୍ଚିବ 5 ତହିଁ ଉତ୍ତାରେ ଶୟତାନ ଯୀଶୁଙ୍କୁ ପୁଣ୍ୟ ନଗରୀକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା 6 ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର ତେବେ ତଳକୁ ଡେଇଁପଡ଼ କାରଣ ଲେଖା ଅଛି ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ ଆଉ କାଳେ ତୁମ୍ଭ ପାଦ ପଥରରେ ବାଜିବ ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ 7 ଯୀଶୁ ତାହାଙ୍କୁ କହିଲେ ଆହୁରି ଲେଖା ଅଛି ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ 8 ପୁଣି ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା 9 ତୁମ୍ଭେ ଯେବେ ଆମ୍ଭକୁ ଭୂମିଷ୍ଠ ପ୍ରଣାମ କରିବ ତେବେ ଆମ୍ଭେ ଏହି ସମସ୍ତ ତୁମ୍ଭକୁ ଦେବା 10 ତହିଁରେ ଯୀଶୁ ତାହାକୁ କହିଲେ ଦୂର ହ ଶୟତାନ କାରଣ ଲେଖା ଅଛି ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରଣାମ କରିବ ପୁଣି କେବଳ ତାହାଙ୍କର ଉପାସନା କରିବ 11 ଏଥିରେ ଶୟତାନ ତାହାଙ୍କୁ ଛାଡ଼ି ଚାଲିଗଲା ଆଉ ଦେଖ ଦୂତମାନେ ଆସି ତାହାଙ୍କର ସେବା କରିବାକୁ ଲାଗିଲେ 12 ପରେ ଯୋହନ ଧରାପଡ଼ିଲେଣି ବୋଲି ଶୁଣି ସେ ଅନ୍ତର ହୋଇ ଗାଲିଲୀକୁ ପ୍ରସ୍ଥାନ କଲେ 13 ଆଉ ସେ ନାଜରିତ ପରିତ୍ୟାଗ କରି ସବୂଲୂନ ଓ ନପ୍ତାଲୀ ଅଞ୍ଚଳରେ ଥିବା ସମୁଦ୍ର କୂଳସ୍ଥିତ କଫର୍ନାହୂମକୁ ଯାଇ ସେଠାରେ ବାସ କଲେ 14 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ 15 ସବୂଲୂନ ଦେଶ ଓ ନପ୍ତାଲି ଦେଶ ସମୁଦ୍ର ନିକଟବର୍ତ୍ତୀ ଓ ଯର୍ଦନର ଅପର ପାର୍ଶ୍ୱସ୍ଥ ଅଣଯିହୂଦୀମାନଙ୍କ ଗାଲିଲୀ 16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା 17 ସେହି ସମୟଠାରୁ ଯୀଶୁ ଘୋଷଣା କରିବାକୁ ଆରମ୍ଭ କରି କହିବାକୁ ଲାଗିଲେ ମନପରିବର୍ତ୍ତନ କର କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ 18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ ଯାହାଙ୍କୁ ପିତର ବୋଲି କହନ୍ତି ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ 19 ସେ ସେମାନଙ୍କୁ କହିଲେ ମୋହର ଅନୁଗମନ କର ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି 20 ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ 21 ପୁଣି ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ 22 ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ 23 ପରେ ଯୀଶୁ ସେମାନଙ୍କ ସମାଜଗୃହ ସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ଲୋକଙ୍କର ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ଗାଲିଲୀରେ ବୁଲିବାକୁ ଲାଗିଲେ 24 ଆଉ ତାହାଙ୍କ ବିଷୟରେ ଜନରବ ସମୁଦାୟ ସିରିୟା ପର୍ଯ୍ୟନ୍ତ ବ୍ୟାପିଗଲା ପୁଣି ଲୋକେ ଭୂତଗ୍ରସ୍ତ ମୃଗୀରୋଗୀ ଓ ପକ୍ଷାଘାତରୋଗୀ ଆଦି ନାନା ପ୍ରକାର ରୋଗରେ ପୀଡ଼ିତ ଓ ଯନ୍ତ୍ରଣାଗ୍ରସ୍ତ ସମସ୍ତଙ୍କୁ ତାହାଙ୍କ ନିକଟକୁ ଆଣିଲେ ଆଉ ସେ ସେମାନଙ୍କୁ ସୁସ୍ଥ କଲେ 25 ପୁଣି ଗାଲିଲୀ ଦେକାପଲି ଯିରୂଶାଲମ ଯିହୂଦା ପ୍ରଦେଶ ଓ ଯର୍ଦନର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଛରେ ଗଲେ
Chapter 5
ଯୀଶୁଙ୍କ ପାର୍ବତ୍ୟ ଉପଦେଶ
1 ଲୋକମାନଙ୍କୁ ଦେଖି ଯୀଶୁ ପର୍ବତ ଚଢ଼ିଲେ ପୁଣି ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ 2 ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର 4 ଶୋକାର୍ତ୍ତ ଲୋକେ ଧନ୍ୟ କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ 5 ନମ୍ର ଲୋକେ ଧନ୍ୟ କାରଣ ସେମାନେ ପୃଥିବୀର ଅଧିକାରୀ ହେବେ 6 ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ କାରଣ ସେମାନେ ପରିତୃପ୍ତ ହେବେ 7 ଦୟାଳୁ ଲୋକେ ଧନ୍ୟ କାରଣ ସେମାନେ ଦୟା ପ୍ରାପ୍ତ ହେବେ 8 ଶୁଦ୍ଧଚିତ୍ତ ଲୋକେ ଧନ୍ୟ କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ 9 ଶାନ୍ତିକାରକ ଲୋକେ ଧନ୍ୟ କାରଣ ସେମାନେ ଈଶ୍ୱରଙ୍କ ସନ୍ତାନ ଭାବରେ ପରିଚିତ ହେବେ 10 ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର 11 ଲୋକେ ଯେବେ ତୁମ୍ଭମାନଙ୍କୁ ମୋ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି ପୁଣି ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି ତେବେ ତୁମ୍ଭେମାନେ ଧନ୍ୟ 12 ଆନନ୍ଦ କର ଓ ଉଲ୍ଲସିତ ହୁଅ କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ 13 ତୁମ୍ଭେମାନେ ପୃଥିବୀର ଲବଣ କିନ୍ତୁ ଲବଣ ଯଦି ସ୍ୱାଦବିହୀନ ତେବେ ତାହା କାହିଁରେ ଲବଣାକ୍ତ ହେବ ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ 14 ତୁମ୍ଭେମାନେ ଜଗତର ଜ୍ୟୋତିଃ ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ 15 କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ ମାତ୍ର ଦୀପରୁଖା ଉପରେ ରଖନ୍ତି ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ 16 ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ 17 ମୁଁ ଯେ ମୋଶାଙ୍କ ବ୍ୟବସ୍ଥା କି ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଲୋପ କରିବାକୁ ଆସିଅଛି ଏପରି ଭାବ ନାହିଁ ଲୋପ କରିବାକୁ ଆସି ନାହିଁ ବରଂ ସଫଳ କରିବାକୁ ଆସିଅଛି 18 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ 19 ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ କିନ୍ତୁ ଯେ କେହି ସେହି ସମସ୍ତ ପାଳନ କରେ ଓ ଶିକ୍ଷା ଦିଏ ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ପରିଚିତ ହେବ 20 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ 21 ତୁମ୍ଭେମାନେ ଶୁଣିଅଛ ଯେ ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା ନରହତ୍ୟା କର ନାହିଁ ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ 22 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ ପୁଣି ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ ସେ ମହାସଭାରେ ଦଣ୍ଡିତ ହେବ ଆଉ ଯେ କେହି ପାଷାଣ୍ଡ ବୋଲି କହେ ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ 23 ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ 24 ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର 25 ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ ପୁଣି ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ 26 ମୁଁ ତୁମ୍ଭକୁ ସତ୍ୟ କହୁଅଛି ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ 27 ତୁମ୍ଭେମାନେ ଶୁଣିଅଛ ଉକ୍ତ ଅଛି ବ୍ୟଭିଚାର କର ନାହିଁ 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି 29 ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ ତେବେ ତାହା ଉପାଡ଼ି ଫୋପାଡ଼ିଦିଅ କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ 30 ପୁଣି ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ ତେବେ ତାହା କାଟି ଫୋପାଡ଼ିଦିଅ କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ 31 ଆହୁରି ଉକ୍ତ ଅଛି ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ ସେ ତାହାକୁ ଛାଡ଼ପତ୍ର ଦେଉ 32 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ ସେ ତାହାକୁ ବ୍ୟଭିଚାରିଣୀ କରାଏ ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ ସେ ବ୍ୟଭିଚାର କରେ 33 ପୁଣି ତୁମ୍ଭେମାନେ ଶୁଣିଅଛ ଯେ ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ 34 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଆଦୌ ଶପଥ କର ନାହିଁ ସ୍ୱର୍ଗର ଶପଥ କର ନାହିଁ କାରଣ ତାହା ଈଶ୍ୱରଙ୍କ ସିଂହାସନ 35 କିମ୍ବା ପୃଥିବୀର ଶପଥ କର ନାହିଁ କାରଣ ତାହା ତାହାଙ୍କର ପାଦପୀଠ ଯିରୂଶାଲମର ଶପଥ କର ନାହିଁ କାରଣ ତାହା ମହାରାଜାଙ୍କ ନଗରୀ 36 ଅବା ଆପଣା ମସ୍ତକର ଶପଥ କର ନାହିଁ କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ 37 କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ ନା କଥା ନା ହେଉ ଏଥିରୁ ଯାହା ଅଧିକ ତାହା ମନ୍ଦରୁ ଜନ୍ମେ 38 ତୁମ୍ଭେମାନେ ଶୁଣିଅଛ ଉକ୍ତ ଅଛି ଚକ୍ଷୁର ପରିବର୍ତ୍ତେ ଚକ୍ଷୁ ଓ ଦନ୍ତର ପରିବର୍ତ୍ତେ ଦନ୍ତ 39 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଦୁଷ୍ଟର ପ୍ରତିରୋଧ କର ନାହିଁ ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ 40 ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ ତାହାକୁ ଚାଦର ମଧ୍ୟ ଦେଇଦିଅ 41 ପୁଣି ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ ତାହା ସାଙ୍ଗରେ ଦୁଇ କୋଶ ଯାଅ 42 ଯେ ତୁମ୍ଭକୁ ମାଗେ ତାହାକୁ ଦିଅ ପୁଣି ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ ତାହା ପ୍ରତି ବିମୁଖ ହୁଅ ନାହିଁ 43 ତୁମ୍ଭେମାନେ ଶୁଣିଅଛ ଉକ୍ତ ଅଛି ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର 44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି ସେମାନଙ୍କ ନିମନ୍ତେ ପ୍ରାର୍ଥନା କର 45 ଯେପରି ତୁମ୍ଭେମାନେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ସନ୍ତାନ ହେବ ସେ ତ ଦୁଷ୍ଟ ଓ ସନ୍ଥ ଉଭୟଙ୍କ ଉପରେ ଆପଣା ସୂର୍ଯ୍ୟ ଉଦୟ କରାନ୍ତି ପୁଣି ଧାର୍ମିକ ଓ ଅଧାର୍ମିକମାନଙ୍କ ଉପରେ ବୃଷ୍ଟି ବର୍ଷାନ୍ତି 46 ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର କରଗ୍ରାହୀମାନେ ସୁଦ୍ଧା କଣ ତାହା କରନ୍ତି ନାହିଁ 47 ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର ତେବେ ଅଧିକ କଅଣ କର ଅଣଯିହୂଦୀମାନେ ସୁଦ୍ଧା କଣ ତାହା କରନ୍ତି ନାହିଁ 48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ
Chapter 6
ଦାନଧର୍ମ
1 ଲୋକ ଦେଖାଇବା ପାଇଁ ସେମାନଙ୍କ ସମ୍ମୁଖରେ ଯେପରି ଧର୍ମକର୍ମ ନ କର ଏଥିପାଇଁ ତୁମ୍ଭେମାନେ ସାବଧାନ ହୋଇଥାଅ ନୋହିଲେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କ ନିକଟରେ ତୁମ୍ଭମାନଙ୍କର ପୁରସ୍କାର ନାହିଁ 2 ଏଣୁ ଦାନ କରିବା ସମୟରେ କପଟୀମାନଙ୍କ ପରି ନିଜ ସମ୍ମୁଖରେ ତୂରୀ ବଜାଅ ନାହିଁ ସେମାନେ ଲୋକମାନଙ୍କଠାରୁ ଗୌରବ ପାଇବା ପାଇଁ ସମାଜଗୃହରେ ଓ ଦାଣ୍ଡରେ ସେପ୍ରକାର କରନ୍ତି ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି 3 କିନ୍ତୁ ତୁମ୍ଭେ ଦାନ କରିବା ସମୟରେ ତୁମ୍ଭର ଦକ୍ଷିଣ ହସ୍ତ କଣ କରୁଅଛି ତାହା ତୁମ୍ଭର ବାମ ହସ୍ତ ନ ଜାଣୁ 4 ଯେପରି ତୁମ୍ଭର ଦାନ ଗୋପନରେ ହେବ ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି ସେ ତୁମ୍ଭକୁ ଫଳ ଦେବେ 5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି 6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର ପୁଣି ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି ସେ ତୁମ୍ଭକୁ ଫଳ ଦେବେ 7 ପୁଣି ପ୍ରାର୍ଥନା କରିବା ସମୟରେ ଅଣଯିହୂଦୀମାନଙ୍କ ପରି ଅନାବଶ୍ୟକ ପୁନରୁକ୍ତି କର ନାହିଁ କାରଣ ସେମାନେ ବହୁତ କଥା କହିବାରୁ ସେମାନଙ୍କ ପ୍ରାର୍ଥନା ଶୁଣାଯିବ ବୋଲି ମନେ କରନ୍ତି 8 ଏଣୁ ସେମାନଙ୍କ ପରି ହୁଅ ନାହିଁ କାରଣ ତୁମ୍ଭମାନଙ୍କର କଣ ପ୍ରୟୋଜନ ମାଗିବା ପୂର୍ବରୁ ତୁମ୍ଭମାନଙ୍କର ପିତା ଈଶ୍ୱର ତାହା ଜାଣନ୍ତି 9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ 10 ତୁମ୍ଭର ରାଜ୍ୟ ଆସୁ ଯେପରି ସ୍ୱର୍ଗରେ ସେହିପରି ପୃଥିବୀରେ ତୁମ୍ଭର ଇଚ୍ଛା ସଫଳ ହେଉ 11 ଆଜି ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ 12 ଆମ୍ଭେମାନେ ଯେପରି ଆପଣା ଆପଣା ଅପରାଧୀମାନଙ୍କୁ କ୍ଷମା କରିଅଛୁ ସେପରି ଆମ୍ଭମାନଙ୍କର ଅପରାଧସବୁ କ୍ଷମା କର 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ ମାତ୍ର ମନ୍ଦରୁ ରକ୍ଷା କର ଯେଣୁ ରାଜ୍ୟ ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର ଆମେନ୍ 14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ 15 କିନ୍ତୁ ଯେବେ ଲୋକମାନଙ୍କୁ କ୍ଷମା ନ କର ତେବେ ତୁମ୍ଭମାନଙ୍କ ପିତା ମଧ୍ୟ ତୁମ୍ଭମାନଙ୍କ ଅପରାଧସବୁ କ୍ଷମା କରିବେ ନାହିଁ 16 ଉପବାସ କରିବା ସମୟରେ କପଟୀମାନଙ୍କ ପରି ବିଷର୍ଣ୍ଣବଦନ ହୁଅ ନାହିଁ କାରଣ ସେମାନେ ଉପବାସ କରୁଅଛନ୍ତି ବୋଲି ଲୋକମାନଙ୍କ ଆଗରେ ଦେଖାଇବା ପାଇଁ ଆପଣା ଆପଣା ମୁଖ ମଳିନ କରନ୍ତି ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି 17 କିନ୍ତୁ ତୁମ୍ଭେ ଉପବାସ କରିବା ସମୟରେ ତୁମ୍ଭ ମସ୍ତକରେ ତୈଳ ଲଗାଅ ଓ ମୁଖ ପ୍ରକ୍ଷାଳନ କର 18 ଯେପରି ତୁମ୍ଭେ ଉପବାସ କରୁଅଛ ବୋଲି ଲୋକଙ୍କ ସାକ୍ଷାତରେ ଦେଖା ନ ଯାଇ ବରଂ ଗୋପନରେ ଥିବା ତୁମ୍ଭ ପିତାଙ୍କ ନିକଟରେ ଦେଖାଯିବ ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି ସେ ତୁମ୍ଭକୁ ଫଳ ଦେବେ 19 ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି ଚୋରମାନେ ସିନ୍ଧି କାଟି ଚୋରି କରନ୍ତି ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ 20 ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର 21 କାରଣ ଯେଉଁଠାରେ ତୁମ୍ଭର ଧନ ସେହିଠାରେ ମଧ୍ୟ ତୁମ୍ଭର ମନ 22 ଚକ୍ଷୁ ଶରୀରର ପ୍ରଦୀପ ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ 23 କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ ତେବେ ସେ ଅନ୍ଧକାର କେଡ଼େ ଘୋରତର 24 କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇ ପାରେ ନାହିଁ କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାର ନାହିଁ 25 ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି କଣ ଖାଇବ ବା କଣ ପିଇବ ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ କିଅବା କଣ ପିନ୍ଧିବ ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ 26 ଆକାଶର ପକ୍ଷୀଙ୍କୁ ଦେଖ ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି ତୁମ୍ଭମାନେ କଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ 27 ପୁଣି ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରି ପାରେ 28 ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ କ୍ଷେତ୍ରର ଫୁଲଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର ସେଗୁଡ଼ିକ କିପରି ବଢ଼ନ୍ତି ସେ ସବୁ ପରିଶ୍ରମ କରନ୍ତି ନାହିଁ କିମ୍ବା ସୂତା କାଟନ୍ତି ନାହିଁ 29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ 30 କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି ଆଉ କାଲି ଚୁଲ୍ଲିରେ ପକାଯାଏ ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି ତେବେ ହେ ଅଳ୍ପ ବିଶ୍ୱାସୀମାନେ ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ 31 ଏଣୁ କଣ ଖାଇବା ଅବା କଣ ପିଇବା କିଅବା କଣ ପିନ୍ଧିବା ଏହା କହି ଚିନ୍ତିତ ହୁଅ ନାହିଁ 32 କାରଣ ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି 33 କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ 34 ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ
Chapter 7
ଅନ୍ୟର ବିଚାର ନ କରିବା
(ଲୂକ 6: 37,41,42)
1 ତୁମ୍ଭେମାନେ ଯେପରି ବିଚାରିତ ନ ହେବ ଏଥିପାଇଁ ବିଚାର କର ନାହିଁ 2 କାରଣ ଯେଉଁ ବିଚାରରେ ବିଚାର କର ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ ପୁଣି ଯେଉଁ ମାପରେ ମାପ କର ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ 3 ଆଉ କାହିଁକି ତୁମ୍ଭ ଭାଇର ଆଖିର ଥିବା କୁଟାଟିକକ ଦେଖୁଅଛ କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି ତାହା ଭାବି ଦେଖୁ ନାହଁ 4 ଅଥବା ତୁମ୍ଭେ କିପରି ଆପଣା ଭାଇ କି କହିବ ଆସ ତୁମ୍ଭ ଆଖିରୁ କୁଟାଟିକକ ବାହାର କରିଦିଏ ଆଉ ଦେଖ ତୁମ୍ଭ ଆଖିରେ କଡ଼ିକାଠ ଅଛି 5 ରେ କପଟୀ ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ ତାହା ପରେ ନିଜ ଭାଇର ଆଖିରୁ କୁଟାଟିକକ ବାହାର କରିବା ପାଇଁ ଭଲ ଭାବରେ ଦେଖି ପାରିବ 6 ପବିତ୍ର ପଦାର୍ଥ କୁକୁରମାନଙ୍କୁ ଦିଅ ନାହିଁ କିମ୍ବା ତୁମ୍ଭମାନଙ୍କର ମୁକ୍ତା ଘୁଷୁରିମାନଙ୍କ ଆଗରେ ପକାଅ ନାହିଁ କାଳେ ସେମାନେ ସେହି ସବୁ ସେମାନଙ୍କ ପାଦ ତଳେ ଦଳନ୍ତି ଓ ବୁଲିପଡ଼ି ତୁମ୍ଭମାନଙ୍କୁ ବିଦୀର୍ଣ୍ଣ କରନ୍ତି 7 ମାଗ ସେଥିରେ ତୁମ୍ଭମାନଙ୍କୁ ଦିଆଯିବ ଖୋଜ ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ ଦ୍ୱାରରେ ମାର ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ 8 କାରଣ ଯେ କେହି ମାଗେ ସେ ପାଏ ଯେ ଖୋଜେ ସେ ସନ୍ଧାନ ପାଏ ଆଉ ଯେ ଦ୍ୱାରରେ ମାରେ ତାହା ନିମନ୍ତେ ଫିଟାଇ ଦିଆଯିବ 9 କିମ୍ବା ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ ନିଜ ପୁଅ ରୁଟି ମାଗିଲେ ତାହାକୁ ପଥର ଦେବ 10 କିଅବା ମାଛ ମାଗିଲେ ତାହାକୁ ସାପ ଦେବ 11 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ମଧ୍ୟ ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ ତେବେ ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ତାହାଙ୍କ ଛାମୁରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ଉତ୍ତମ ଉତ୍ତମ ବିଷୟ ନ ଦେବେ 12 ଅତଏବ ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯାହାସବୁ କରନ୍ତୁ ବୋଲି ଇଚ୍ଛା କର ତୁମ୍ଭେମାନେ ମଧ୍ୟ ସେମାନଙ୍କ ପ୍ରତି ସେହି ସବୁ କର କାରଣ ଏହା ହିଁ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ରର ସାର 13 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କର କାରଣ ସର୍ବନାଶକୁ ନେଇଯିବା ଦ୍ୱାର ଓସାର ଓ ପଥ ପ୍ରଶସ୍ତ ପୁଣି ତାହା ଦେଇ ପ୍ରବେଶ କରିବା ଲୋକେ ଅନେକ 14 ଆଉ ଜୀବନକୁ ନେଇଯିବା ଦ୍ୱାର ସଂକୀର୍ଣ୍ଣ ଓ ପଥ ଦୁର୍ଗମ ପୁଣି ତାହାର ସନ୍ଧାନ ପାଇବା ଲୋକେ ଅଳ୍ପ 15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ 16 ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ ଲୋକମାନେ କି କଣ୍ଟାଗଛରୁ ଦ୍ରାକ୍ଷାଫଳ କିମ୍ବା କାନକୋଳି ଗଛରୁ ଡିମ୍ବିରି ଫଳ ତୋଳନ୍ତି 17 ସେହି ପ୍ରକାରେ ସବୁ ଭଲ ଗଛ ଭଲ ଫଳ ଫଳେ କିନ୍ତୁ ମନ୍ଦ ଗଛ ମନ୍ଦ ଫଳ ଫଳେ 18 ଭଲ ଗଛ ମନ୍ଦ ଫଳ ଫଳି ନ ପାରେ କିଅବା ମନ୍ଦ ଗଛ ଭଲ ଫଳ ଫଳି ନ ପାରେ 19 ଯେକୌଣସି ଗଛ ଭଲ ଫଳ ନ ଫଳେ ତାହା ହଣାଯାଇ ନିଆଁରେ ପକାଯାଏ 20 ଅତଏବ ସେମାନଙ୍କ ଫଳ ଦ୍ୱାରା ତୁମ୍ଭେମାନେ ସେମାନଙ୍କୁ ଚିହ୍ନିବ 21 ମୋତେ ପ୍ରଭୁ ପ୍ରଭୁ ବୋଲି ଡାକନ୍ତି ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ ସେ ପ୍ରବେଶ କରିବ 22 ସେ ଦିନ ଅନେକେ ମୋତେ କହିବେ ହେ ପ୍ରଭୁ ହେ ପ୍ରଭୁ ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ପୁଣି ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ 23 ସେତେବେଳେ ମୁଁ ସେମାନଙ୍କୁ ସ୍ପଷ୍ଟରୂପେ କହିବି ମୁଁ ତୁମ୍ଭମାନଙ୍କୁ କେବେ ହେଁ ଜାଣି ନାହିଁ ହେ ଅଧର୍ମାଚାରୀମାନେ ମୋ ପାଖରୁ ଦୂର ହୁଅ 24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ 25 ବର୍ଷା ହେଲା ବଢ଼ି ଆସିଲା ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା ଆଉ ତାହା ପଡ଼ିଲା ନାହିଁ କାରଣ ପଥର ଉପରେ ତାହାର ମୂଳଦୁଆ ଥିଲା 26 ଆଉ ଯେ କେହି ମୋର ଏହି ସମସ୍ତ କଥା ଶୁଣି ପାଳନ କରେ ନାହିଁ ସେ ବାଲି ଉପରେ ଘର ତିଆରି କରିବା ଜଣେ ମୁର୍ଖ ଲୋକ ଭଳି ହେବ 27 ବର୍ଷା ହେଲା ବଢ଼ି ଆସିଲା ପୁଣି ବତାସ ବହିଲା ଓ ସେହି ଘରକୁ ଧକ୍କା ମାରିଲା ଆଉ ତାହା ପଡ଼ିଗଲା ପୁଣି ତାହାର ପତନ ଭୟଙ୍କର ହେଲା 28 ଯୀଶୁ ଏହି ସବୁ କଥା ଶେଷ କରନ୍ତେ ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ 29 କାରଣ ସେ ସେମାନଙ୍କର ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ
Chapter 8
କୁଷ୍ଠରୋଗୀର ସୁସ୍ଥତା
(ମାର୍କ 1:40-45; ଲୂକ 5:12-16)
1 ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ 2 ଆଉ ଦେଖ ଜଣେ କୁଷ୍ଠୀ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲା ହେ ପ୍ରଭୁ ଆପଣ ଯଦି ଇଚ୍ଛା କରନ୍ତି ତାହାହେଲେ ମୋତେ ଶୁଚି କରି ପାରନ୍ତି 3 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ ମୁଁ ଇଚ୍ଛା କରୁଅଛି ଶୁଚି ହୁଅ ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା 4 ଆଉ ଯୀଶୁ ତାହାକୁ କହିଲେ ସାବଧାନ କାହାକୁ କୁହ ନାହିଁ କିନ୍ତୁ ଯାଅ ଯାଜକଙ୍କୁ ନିଜକୁ ଦେଖାଅ ପୁଣି ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି ତାହା ସେମାନଙ୍କ ପାଖରେ ସାକ୍ଷ୍ୟ ଦେବା ପାଇଁ ଉତ୍ସର୍ଗ କର 5 ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ ଜଣେ ଶତସେନାପତି ତାହାଙ୍କ ପାଖକୁ ଆସି ବିନତି କରି କହିଲେ 6 ହେ ପ୍ରଭୁ ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି 7 ସେ ତାହାକୁ କହିଲେ ମୁଁ ଯାଇ ତାହାକୁ ସୁସ୍ଥ କରିବି 8 କିନ୍ତୁ ଶତସେନାପତି ଉତ୍ତର ଦେଲେ ପ୍ରଭୁ ଆପଣ ଯେ ମୋ ଘରେ ପାଦ ପକାଇବେ ମୁଁ ଏପରି ଯୋଗ୍ୟ ନୁହେଁ କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ ମୋହର ଦାସ ସୁସ୍ଥ ହେବ 9 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି ମୁଁ ଜଣକୁ ଯାଅ କହିଲେ ସେ ଯାଏ ଅନ୍ୟକୁ ଆସ କହିଲେ ସେ ଆସେ ପୁଣି ମୋହର ଦାସକୁ ଏହା କର କହିଲେ ସେ କରେ 10 ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ 11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ 12 ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ 13 ଆଉ ଯୀଶୁ ଶତସେନାପତିଙ୍କୁ କହିଲେ ଯାଅ ତୁମ୍ଭେ ଯେପରି ବିଶ୍ୱାସ କରୁଅଛ ତୁମ୍ଭ ପ୍ରତି ସେହିପରି ହେଉ ସେହିକ୍ଷଣି ଦାସଟି ସୁସ୍ଥ ହେଲା 14 ପରେ ଯୀଶୁ ପିତରଙ୍କ ଘରକୁ ଆସି ତାହାଙ୍କ ଶାଶୁଙ୍କୁ ଜ୍ୱରରେ ଶଯ୍ୟାଗତା ଥିବା ଦେଖିଲେ 15 ସେଥିରେ ସେ ତାହାଙ୍କର ହସ୍ତ ସ୍ପର୍ଶ କଲେ ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା ପୁଣି ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ 16 ସନ୍ଧ୍ୟା ହୁଅନ୍ତେ ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ 17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ 18 ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ 19 ପୁଣି ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ ହେ ଗୁରୁ ଆପଣ ଯେକୌଣସି ସ୍ଥାନକୁ ଯିବେ ମୁଁ ଆପଣଙ୍କ ଅନୁଗମନ କରିବି 20 ସେଥିରେ ଯୀଶୁ ତାହାକୁ କହିଲେ କୋକିଶିଆଳିର ଗାତ ଅଛି ଆକାଶ ପକ୍ଷୀର ବସା ଅଛି ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ 21 ପୁଣି ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ ହେ ପ୍ରଭୁ ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ 22 କିନ୍ତୁ ଯୀଶୁ ତାହାଙ୍କୁ କହିଲେ ମୋହର ଅନୁଗମନ କର ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ 23 ସେ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ 24 ପୁଣି ଦେଖ ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା ମାତ୍ର ସେ ଶୋଇଥିଲେ 25 ଆଉ ସେମାନେ ପାଖକୁ ଆସି ତାହାଙ୍କୁ ଉଠାଇ କହିଲେ ହେ ପ୍ରଭୁ ରକ୍ଷା କରନ୍ତୁ ଆମେ ମଲୁ 26 ସେ ସେମାନଙ୍କୁ କହିଲେ ହେ ଅଳ୍ପ ବିଶ୍ୱାସୀମାନେ ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ ସେତେବେଳେ ସେ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ ଆଉ ସବୁ ଧିରସ୍ଥିର ହେଲା 27 ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ ଏ କିପରି ବ୍ୟକ୍ତି ଯେ ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି 28 ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ 29 ଆଉ ଦେଖ ସେମାନେ ଚିତ୍କାର କରି କହିଲେ ହେ ଈଶ୍ୱରଙ୍କ ପୁତ୍ର ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଣ ଅଛି ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ 30 ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା 31 ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ ଯେବେ ଆମ୍ଭମାନଙ୍କୁ ଛଡ଼ାଅ ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ 32 ଯୀଶୁ ସେମାନଙ୍କୁ କହିଲେ ଯାଅ ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ ଆଉ ଦେଖ ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ 33 ପୁଣି ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା ସେହି ସବୁ ଜଣାଇଲେ 34 ଆଉ ଦେଖ ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ ପୁଣି ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ
Chapter 9
ପକ୍ଷାଘାତ ରୋଗୀର ସୁସ୍ଥତା
(ମାର୍କ 2:1-12; ଲୂକ 5:17-26)
1 ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ 2 ଆଉ ଦେଖ ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ ପୁଣି ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ ବତ୍ସ ସାହସ ଧର ତୁମ୍ଭର ପାପସବୁ କ୍ଷମା କରାଗଲା 3 ଆଉ ଦେଖ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ ଏହି ଲୋକ ଈଶ୍ୱର ନିନ୍ଦା କରୁଅଛି 4 ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ 5 କାରଣ କଣ ସହଜ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା ବା ଉଠ ଚାଲ ବୋଲି କହିବା 6 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି ଏହା ଯେପରି ତୁମ୍ଭେମାନେ ଜାଣିପାର ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ ଉଠ ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ 7 ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା 8 ତାହା ଦେଖି ଲୋକସମୂହ ଭୟ କଲେ ପୁଣି ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି ତାହାଙ୍କର ମହିମା କୀର୍ତ୍ତନ କଲେ 9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ ମୋହର ଅନୁଗମନ କର ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ 10 ଆଉ ଯୀଶୁ ଗୃହରେ ଭୋଜନ କରିବାକୁ ବସିବା ସମୟରେ ଦେଖ ଅନେକ କରଗ୍ରାହୀ ଏବଂ ପାପୀ ଆସି ତାହାଙ୍କ ଓ ତାହାଙ୍କର ଶିଷ୍ୟମାନଙ୍କ ସାଙ୍ଗରେ ବସିଲେ 11 ଫାରୂଶୀମାନେ ତାହା ଦେଖି ତାହାଙ୍କ ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ତୁମ୍ଭମାନଙ୍କ ଗୁରୁ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଭୋଜନ କରନ୍ତି 12 କିନ୍ତୁ ଯୀଶୁ ତାହା ଶୁଣି କହିଲେ ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକ ନାହିଁ ମାତ୍ରା ଅସୁସ୍ଥ ଲୋକମାନଙ୍କର ଆବଶ୍ୟକ ଅଛି 13 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି 14 ସେହି ସମୟରେ ଯୋହନଙ୍କର ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ ଆମ୍ଭେମାନେ ଓ ଫାରୂଶୀମାନେ ଉପବାସ କରୁ କିନ୍ତୁ ଆପଣଙ୍କ ଶିଷ୍ୟମାନେ ଉପବାସ କରନ୍ତି ନାହିଁ କାହିଁକି 15 ଯୀଶୁ ସେମାନଙ୍କୁ କହିଲେ ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି କିନ୍ତୁ ସମୟ ଆସିବ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ ଆଉ ସେତେବେଳେ ସେମାନେ ଉପବାସ କରିବେ 16 କେହି ନୂଆ ଲୁଗାର ତାଳି ପୁରୁଣା ଲୁଗାରେ ପକାଏ ନାହିଁ କାରଣ ସେହି ତାଳି ଲୁଗାରୁ ବେଶୀ ଛିଣ୍ଡାଇନିଏ ଏବଂ ଆହୁରି ଅଧିକ ବଡ଼ ଚିରା ହୁଏ 17 ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ ଆଉ କୁମ୍ପାସବୁ ନଷ୍ଟ ହୁଏ କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି ପୁଣି ଉଭୟ ରକ୍ଷା ପାଏ 18 ଯୀଶୁ ସେମାନଙ୍କୁ ଏହି ସବୁ କଥା କହିବା ସମୟରେ ଦେଖ ଜଣେ ଅଧ୍ୟକ୍ଷ ତାହାଙ୍କ ପାଖକୁ ଆସି ପ୍ରଣାମ କରି କହିଲେ ମୋର ଝିଅଟି ଏହିକ୍ଷଣି ମରିଗଲା କିନ୍ତୁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ଆଉ ସେ ବଞ୍ଚିବ 19 ସେଥିରେ ଯୀଶୁ ଉଠି ଆପଣା ଶିଷ୍ୟମାନଙ୍କ ସହିତ ତାହାଙ୍କ ପଛରେ ଗଲେ 20 ଆଉ ଦେଖ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ ପଛଆଡ଼ୁ ଆସି ତାହାଙ୍କ ଲୁଗାର ଝୁମ୍ପା ଛୁଇଁଲା 21 କାରଣ ସେ ମନେ ମନେ କହୁଥିଲା କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି 22 କିନ୍ତୁ ଯୀଶୁ ବୁଲିପଡ଼ି ତାହାକୁ ଦେଖି କହିଲେ ବତ୍ସେ ସାହସ ଧର ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି ସେହି ଦଣ୍ଡରୁ ସ୍ତ୍ରୀଲୋକଟି ସୁସ୍ଥ ହୋଇଗଲା 23 ପରେ ଯୀଶୁ ସେହି ଅଧ୍ୟକ୍ଷଙ୍କ ଗୃହକୁ ଆସି ବଂଶୀବାଦକମାନଙ୍କୁ ଓ କୋଳାହଳ କରୁଥିବା ଲୋକସମୂହକୁ ଦେଖି କହିଲେ ବାହାରିଯାଅ ବାଳିକାଟି ତ ମରି ନାହିଁ ମାତ୍ର ଶୋଇ ପଡ଼ିଅଛି 24 ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ 25 କିନ୍ତୁ ଲୋକସମୂହ ବାହାରଯାଆନ୍ତେ ଯୀଶୁ ଭିତରକୁ ଯାଇ ବାଳିକାଟିର ହାତ ଧରିଲେ ଆଉ ସେ ଉଠିଲା 26 ପୁଣି ଏହି କଥା ସେହି ଦେଶଯାକ ବ୍ୟାପିଗଲା 27 ଯୀଶୁ ସେଠାରୁ ଯାଉଥିବା ସମୟରେ ଦୁଇ ଜଣ ଅନ୍ଧ ପଛେ ପଛେ ଚାଲି ଉଚ୍ଚ ସ୍ୱର କରି କହିବାକୁ ଲାଗିଲେ ହେ ଦାଉଦ ସନ୍ତାନ ଆମ୍ଭମାନଙ୍କୁ ଦୟା କରନ୍ତୁ 28 ପୁଣି ସେ ଗୃହରେ ପ୍ରବେଶ କରନ୍ତେ ସେହି ଅନ୍ଧମାନେ ତାହାଙ୍କ ପାଖକୁ ଆସିଲେ ଯୀଶୁ ସେମାନଙ୍କୁ କହିଲେ ମୁଁ ଯେ ଏହା କରି ପାରେ ତାହା କି ବିଶ୍ୱାସ କରୁଅଛ ସେମାନେ କହିଲେ ହଁ ପ୍ରଭୁ 29 ସେଥିରେ ସେ ସେମାନଙ୍କର ଚକ୍ଷୁ ସ୍ପର୍ଶ କରି କହିଲେ ତୁମ୍ଭମାନଙ୍କ ବିଶ୍ୱାସ ଅନୁସାରେ ତୁମ୍ଭମାନଙ୍କ ପ୍ରତି ଘଟୁ 30 ତହିଁରେ ସେମାନଙ୍କର ଆଖି ଫିଟିଗଲା ପୁଣି ଯୀଶୁ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଇ କହିଲେ ଦେଖ ଏ ବିଷୟ ଯେପରି କେହି ନ ଜାଣେ 31 ମାତ୍ର ସେମାନେ ବାହାରିଯାଇ ସେହି ଦେଶଯାକ ତାହାଙ୍କ କୀର୍ତ୍ତି ପ୍ରଚାର କଲେ 32 ସେମାନେ ବାହାରିଯାଉଥିବା ସମୟରେ ଦେଖ ଲୋକେ ଜଣେ ମୂକ ଭୂତଗ୍ରସ୍ତକୁ ତାହାଙ୍କ ପାଖକୁ ଆଣିଲେ 33 ପୁଣି ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ 34 କିନ୍ତୁ ଫାରୂଶୀମାନେ କହିଲେ ସେ ଭୂତପତି ସାହାଯ୍ୟରେ ଭୂତ ଛଡ଼ାଉଅଛି 35 ଏହାପରେ ଯୀଶୁ ସେମାନଙ୍କ ସମାଜଗୃହସମୂହରେ ଶିକ୍ଷା ଦେଇ ରାଜ୍ୟର ସୁସମାଚାର ଘୋଷଣା କରି ଏବଂ ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରି ସମୁଦାୟ ନଗର ପୁଣି ଗ୍ରାମଗୁଡ଼ିକରେ ଭ୍ରମଣ କରିବାକୁ ଲାଗିଲେ 36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ 37 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ ଶସ୍ୟ ସିନା ପ୍ରଚୁର ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ 38 ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ପାଖରେ ନିବେଦନ କର
Chapter 10
ଯୀଶୁଙ୍କ ବାର ଶିଷ୍ୟ
(ମାର୍କ. 3:13-19; ଲୂକ. 6: 12-16)
1 ଇତିମଧ୍ୟରେ ସେ ଆପଣା ଦ୍ୱାଦଶ ଶିଷ୍ୟଙ୍କୁ ପାଖକୁ ଡାକି ସେମାନଙ୍କୁ ଅଶୁଚି ଆତ୍ମା ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ 2 ସେହି ଦ୍ୱାଦଶ ପ୍ରେରିତମାନଙ୍କ ନାମ ଏହି ପ୍ରଥମରେ ଶିମୋନ ଯାହାକୁ ପିତର ବୋଲି କହନ୍ତି ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ 3 ଫିଲିପ୍ପ ଓ ବାର୍ଥଲମୀ ଥୋମା ଓ କରଗ୍ରାହୀ ମାଥିଉ ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ 4 କିଣାନୀୟ ଶିମୋନ ଓ ଈଷ୍କାରିୟୋତୀୟ ଯିହୂଦା ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା 5 ଯୀଶୁ ଏହି ବାର ଜଣଙ୍କୁ ପଠାଇ ସେ ସେମାନଙ୍କୁ ଆଜ୍ଞା ଦେଇ କହିଲେ ଅଣଯିହୂଦୀମାନଙ୍କ ପାଖକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ 6 ବରଂ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ 7 ପୁଣି ଯାଉ ଯାଉ ସ୍ୱର୍ଗରାଜ୍ୟ ସନ୍ନିକଟ ଏହି କଥା କହି ଘୋଷଣା କର 8 ପୀଡ଼ିତମାନଙ୍କୁ ସୁସ୍ଥ କର ମୃତମାନଙ୍କୁ ଉଠାଅ କୁଷ୍ଠୀମାନଙ୍କୁ ଶୁଚି କର ଭୂତମାନଙ୍କୁ ବାହାର କର ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ ବିନାମୂଲ୍ୟରେ ଦାନ କର 9 ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ବା ଆଉ ଯାତ୍ରା ନିମନ୍ତେ ଝୋଲି 10 କିମ୍ବା ଦୁଇଟି ଅଙ୍ଗରଖା ଅବା ଜୋତା କିମ୍ବା ବାଡ଼ି ଆୟୋଜନ କର ନାହିଁ କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ 11 ଆଉ ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ ସେଠାରେ କେଉଁ ଲୋକ ଯୋଗ୍ୟ ତାହା ଅନୁସନ୍ଧାନ କର ପୁଣି ନ ଯିବା ପର୍ଯ୍ୟନ୍ତ ସେଠାରେ ରୁହ 12 ଆଉ ଗୃହରେ ପ୍ରବେଶ କରିବା ସମୟରେ ତାହାକୁ ଆଶୀର୍ବାଦ କର 13 ସେହି ଗୃହ ଯେବେ ଯୋଗ୍ୟ ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ପାଖକୁ ଫେରିଆସୁ 14 ପୁଣି ଯେ କେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ ସେହି ଗୃହରୁ କିମ୍ବା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ 16 ଦେଖ ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ 17 ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ 18 ପୁଣି ତୁମ୍ଭେମାନେ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ପାଖକୁ ଅଣାଯିବ ତାହା ସେମାନଙ୍କ ଓ ଅଣଯିହୂଦୀମାନଙ୍କ ପ୍ରତି ସାକ୍ଷ୍ୟସ୍ୱରୂପ ହେବ 19 କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ ସେତେବେଳେ ତୁମ୍ଭେମାନେ କିପରି ବାକି କଥା କହିବ ସେ ବିଷୟରେ ଚିନ୍ତିତ ହୁଅ ନାହିଁ କାରଣ କଣ କହିବ ତାହା ସେହି ସମୟରେ ତୁମ୍ଭମାନଙ୍କୁ ଦିଆଯିବ 20 ଯେଣୁ ତୁମ୍ଭେମାନେ ବକ୍ତା ନୁହଁ କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି ସେ ବକ୍ତା ଅଟନ୍ତି 21 ଭାଇ ଭାଇକୁ ଓ ପିତା ପୁତ୍ରକୁ ମୃତ୍ୟୁଭୋଗ କରିବା ନିମନ୍ତେ ସମର୍ପଣ କରିବେ ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ 22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ ସେ ପରିତ୍ରାଣ ପାଇବ 23 କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ 24 ଶିଷ୍ୟ ଗୁରୁଠାରୁ କିମ୍ବା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ 25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ 26 ଅତଏବ ସେମାନଙ୍କୁ ଭୟ କର ନାହିଁ କାରଣ ଯାହା ପ୍ରକାଶିତ ନ ହେବ ଏପରି ଆଚ୍ଛାଦିତ କିଛି ନାହିଁ ଆଉ ଯାହା ଜଣା ନ ଯିବ ଏପରି ଗୁପ୍ତ କିଛି ନାହିଁ 27 ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ ତାହା ଆଲୋକରେ କୁହ ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ ତାହା ଘର ଛାତ ଉପରେ ଘୋଷଣା କର 28 ଆଉ ଯେଉଁମାନେ ଶରୀରକୁ ବଧ କରନ୍ତି କିନ୍ତୁ ଆତ୍ମାକୁ ବଧ କରି ପାରନ୍ତି ନାହିଁ ସେମାନଙ୍କୁ ଭୟ କର ନାହିଁ ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନର୍କରେ ବିନଷ୍ଟ କରି ପାରନ୍ତି ତାହାଙ୍କୁ ହିଁ ଭୟ କର 29 ଦୁଇଟି ଘରଚଟିଆ କଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ ଆଉ ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ 30 କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି 31 ଏଣୁ ଭୟ କର ନାହିଁ ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ 32 ଆଉ ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି 33 ମାତ୍ର ଯେ କେହି ଲୋକଙ୍କ ଆଗରେ ମୋତେ ଅସ୍ୱୀକାର କରିବ ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ଅସ୍ୱୀକାର କରିବି 34 ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ଏହା ମନେ କର ନାହିଁ ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି 35 କାରଣ ମୁଁ ପିତାଙ୍କ ସହିତ ପୁତ୍ରର ଓ ମାତା ସହିତ କନ୍ୟାର ପୁଣି ଶାଶୁ ସହିତ ବୋହୁର ବିରୋଧ ବଢାଇବାକୁ ଆସିଅଛି 36 ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ 37 ଯେ ପିତା କି ମାତାକୁ ମୋଠାରୁ ଅଧିକ ପ୍ରିୟ ଜ୍ଞାନ କରେ ସେ ମୋହର ଯୋଗ୍ୟ ନୁହେଁ ପୁଣି ଯେ ପୁତ୍ର କି କନ୍ୟାକୁ ମୋଠାରୁ ଅଧିକ ପ୍ରେମ କରେ ସେ ମୋହର ଯୋଗ୍ୟ ନୁହେଁ 38 ଆଉ ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ ସେ ମୋହର ଯୋଗ୍ୟ ନୁହେଁ 39 ଯେ ଆପଣା ଜୀବନ ବଞ୍ଚାଏ ସେ ତାହା ହରାଇବ ଆଉ ଯେ ମୋ ନିମନ୍ତେ ଆପଣା ଜୀବନ ହରାଏ ସେ ତାହା ବଞ୍ଚାଇବ 40 ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ ସେ ମୋତେ ଗ୍ରହଣ କରେ ଆଉ ଯେ ମୋତେ ଗ୍ରହଣ କରେ ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ 41 ଯେ ଭାବବାଦୀଙ୍କୁ ଭାବବାଦୀ ବୋଲି ଗ୍ରହଣ କରେ ସେ ଭାବବାଦୀଙ୍କ ପୁରସ୍କାର ପାଇବ ଆଉ ଯେ ଧାର୍ମିକ ବ୍ୟକ୍ତିଙ୍କୁ ଧାର୍ମିକ ବୋଲି ଗ୍ରହଣ କରେ ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ 42 ପୁଣି ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ଡା ପାଣି ପିଇବାକୁ ଦେବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ
Chapter 11
ବାପ୍ତିଜକ ଯୋହନଙ୍କ ଦ୍ୱନ୍ଦ
(ଲୂକ 7:18-35)
1 ଯୀଶୁ ଆପଣା ବାର ଜଣ ଶିଷ୍ୟଙ୍କୁ ଆଦେଶ ଦେବାର ସମାପ୍ତ କଲା ପରେ ଗାଲିଲୀର ନଗରସମୂହରେ ଶିକ୍ଷା ଦେବାକୁ ଓ ଘୋଷଣା କରିବାକୁ ସେ ସ୍ଥାନରୁ ବାହାରିଗଲେ 2 ଏଥିମଧ୍ୟରେ ଯୋହନ ଖ୍ରୀଷ୍ଟଙ୍କ କର୍ମର ବିବରଣ କାରାଗାରରେ ଶୁଣି ଆପଣା ଶିଷ୍ୟମାନଙ୍କ ଦ୍ୱାରା ତାହାଙ୍କୁ ପଚାରି ପଠାଇଲେ 3 ଯାହାଙ୍କର ଆଗମନ ହେବ ସେହି ବ୍ୟକ୍ତି କି ଆପଣ ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ 4 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ତୁମ୍ଭେମାନେ ଯାଇ ଯାହା ଯାହା ଶୁଣିଅଛ ଓ ଦେଖିଅଛ ସେହି ସବୁ ଯୋହନଙ୍କୁ ଜଣାଅ 5 ଅନ୍ଧମାନେ ଦୃଷ୍ଟି ପାଆନ୍ତି ଖଞ୍ଜମାନେ ଗମନ କରନ୍ତି କୁଷ୍ଠୀମାନେ ଶୁଚି ହୁଅନ୍ତି ବଧିରମାନେ ଶ୍ରବଣ କରନ୍ତି ମୃତମାନେ ଉତ୍ଥାପିତ ହୁଅନ୍ତି ପୁଣି ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ 6 ଆଉ ଯେ କେହି ମୋଠାରେ ବିଘ୍ନର କାରଣ ନ ପାଏ ସେ ଧନ୍ୟ 7 ସେମାନେ ଚାଲିଯାଉଥିବା ସମୟରେ ଯୀଶୁ ଯୋହନଙ୍କ ସମ୍ବନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ ତୁମ୍ଭେମାନେ କଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରିଯାଇଥିଲ କଣ ପବନରେ ଦୋହଲୁଥିବା ଗୋଟିଏ ନଳ 8 ତାହାହେଲେ ତୁମ୍ଭେମାନେ କଣ ଦେଖିବା ପାଇଁ ବାହାରିଯାଇଥିଲ କଣ ସୂକ୍ଷ୍ମ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ଦେଖ ଯେଉଁମାନେ ସୂକ୍ଷ୍ମ ପୋଷାକ ପିନ୍ଧନ୍ତି ସେମାନେ ରାଜାଙ୍କ ଘରରେ ଥାଆନ୍ତି 9 ତାହା ନ ହେଲେ କି ନିମନ୍ତେ ବାହାରିଯାଇଥିଲ କଣ ଜଣେ ଭାବବାଦୀଙ୍କୁ ଦେଖିବାକୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି 10 ଯାହାଙ୍କ ବିଷୟରେ ଏହା ଲେଖା ଅଛି ଦେଖ ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ ଏ ସେହି ବ୍ୟକ୍ତି 11 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ବାପ୍ତିଜକ ଯୋହନଙ୍କଠାରୁ ମହାନ କେହି ଉତ୍ପନ୍ନ ହୋଇ ନାହାଁନ୍ତି ତଥାପି ସ୍ୱର୍ଗରାଜ୍ୟରେ ଯେ କ୍ଷୁଦ୍ରତମ ସେ ତାହାଙ୍କଠାରୁ ମହାନ 12 ଆଉ ବାପ୍ତିଜକ ଯୋହନଙ୍କ ସମୟଠାରୁ ଆଜି ପର୍ଯ୍ୟନ୍ତ ସ୍ୱର୍ଗରାଜ୍ୟ ବଳରେ ଆକ୍ରାନ୍ତ ହେଉଅଛି ପୁଣି ବଳରେ ଆକ୍ରମଣକାରୀମାନେ ପରାକ୍ରମରେ ତାହା ଅଧିକାର କରୁଅଛନ୍ତି 13 କାରଣ ସମସ୍ତ ଭାବବାଦୀ ଓ ମୋଶାଙ୍କ ବ୍ୟବସ୍ଥା ଯୋହନଙ୍କ ପର୍ଯ୍ୟନ୍ତ ଭାବବାଣୀ କହିଥିଲେ 14 ଆଉ ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର ତେବେ ଯେଉଁ ଏଲିୟଙ୍କ ଆସିବାର ଅଛି ଏ ସେହି 15 ଯାହାର କାନ ଅଛି ସେ ଶୁଣୁ 16 କିନ୍ତୁ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ତୁଳନା କରିବି ଯେଉଁ ପିଲାମାନେ ହାଟବଜାରରେ ବସି ଅନ୍ୟମାନଙ୍କୁ ଡାକି କହନ୍ତି 17 ଆମ୍ଭେମାନେ ତୁମ୍ଭମାନଙ୍କ ପାଖରେ ବଂଶୀ ବଜାଇଲୁ ତୁମ୍ଭେମାନେ ନାଚିଲ ନାହିଁ ଆମ୍ଭେମାନେ ବିଳାପ କଲୁ ତୁମ୍ଭେମାନେ ଛାତିରେ ମାରି ହେଲ ନାହିଁ ବର୍ତ୍ତମାନ ପୁରୁଷ ସେମାନଙ୍କ ପରି 18 କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ ଆଉ ଲୋକେ କହନ୍ତି ସେ ଭୂତଗ୍ରସ୍ତ 19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି ଆଉ ଲୋକେ କହନ୍ତି ଦେଖ ଏ ଜଣେ ପେଟୁକ ଓ ମଦୁଆ କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା 20 ସେତେବେଳେ ଯେଉଁ ଯେଉଁ ନଗରରେ ତାହାଙ୍କର ଅଧିକାଂଶ ଆଶ୍ଚର୍ଯ୍ୟର କାର୍ଯ୍ୟ କରାଯାଇଥିଲା ସେହି ସେହି ନଗରକୁ ସେ ତିରସ୍କାର କରିବାକୁ ଲାଗିଲେ କାରଣ ସେମାନେ ମନ ପରିବର୍ତ୍ତନ କରି ନ ଥିଲେ 21 ହାୟ ଦଣ୍ଡର ପାତ୍ର କୋରାଜୀନ୍ ହାୟ ଦଣ୍ଡର ପାତ୍ର ବେଥସାଇଦା କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାନ୍ତା ତେବେ ସେମାନେ ସମୟ ପୁର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ 22 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ 23 ଆଉ ରେ କଫର୍ନାହୂମ ତୁ କଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ପାତାଳ ପର୍ଯ୍ୟନ୍ତ ତୋର ଅଧୋଗତି ହେବ କାରଣ ତୋମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି ସେହି ସବୁ ଯେବେ ସଦୋମରେ କରାଯାଇଥାନ୍ତା ତେବେ ତାହା ଆଜି ପର୍ଯ୍ୟନ୍ତ ରହିଥାନ୍ତା 24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ ପିତଃ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି 26 ହଁ ପିତଃ କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା 27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋବିଷୟ ମୋଠାରେ ସମର୍ପିତ ହୋଇଅଛି ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି ପୁଣି ପିତାଙ୍କୁ କେହି ଜାଣେ ନାହିଁ କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ସେ ଜାଣେ 28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ ମୋ ନିକଟକୁ ଆସ ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି 29 ମୋହର ଜୁଆଳି ଆପଣା ଆପଣା ଉପରେ ଘେନ ପୁଣି ମୋନିକଟରୁ ଶିଖ କାରଣ ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ 30 ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ
Chapter 12
ବିଶ୍ରାମବାରର ପ୍ରଭୁ
(ମାର୍କ. 2: 23-28; ଲୂକ. 6:1-5)
1 ସେହି ସମୟରେ ଯୀଶୁ ବିଶ୍ରାମବାରରେ ଶସ୍ୟକ୍ଷେତ୍ର ଦେଇ ଗଲେ ଆଉ ତାହାଙ୍କର ଶିଷ୍ୟମାନେ କ୍ଷୁଧିତ ହୋଇ ଶସ୍ୟର ଶିଁଷା ଛିଣ୍ଡାଇ ଖାଇବାକୁ ଲାଗିଲେ 2 କିନ୍ତୁ ଫାରୂଶୀମାନେ ତାହା ଦେଖି ତାହାଙ୍କୁ କହିଲେ ଦେଖ ବିଶ୍ରାମବାରରେ ଯାହା କରିବା ବିଧିସଙ୍ଗତ ନୁହେଁ ତାହା ତୁମ୍ଭର ଶିଷ୍ୟମାନେ କରୁଅଛନ୍ତି 3 ମାତ୍ର ସେ ସେମାନଙ୍କୁ କହିଲେ ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଣ କରୁଥିଲେ ତାହା କି ତୁମ୍ଭେମାନେ ପାଠ କରି ନାହଁ 4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ଭୋଜନ କରିବା ବିଧିସଙ୍ଗତ ଥିଲା କିନ୍ତୁ ତାଙ୍କର ଓ ତାଙ୍କ ସଙ୍ଗୀମାନଙ୍କର ଭୋଜନ କରିବା ବିଧିସଙ୍ଗତ ନ ଥିଲା ତାହା ସେମାନେ ଭୋଜନ କରିଥିଲେ 5 କିମ୍ବା ବିଶ୍ରାମବାରରେ ଯାଜକମାନେ ମନ୍ଦିର ମଧ୍ୟରେ ବିଶ୍ରାମବାରକୁ ଅପବିତ୍ର କଲେ ହେଁ ନିର୍ଦ୍ଦୋଶ ଅଟନ୍ତି ମୋଶାଙ୍କ ବ୍ୟବସ୍ଥାରେ ତୁମ୍ଭେମାନେ କଣ ଏହା ପାଠ କରି ନାହଁ 6 ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି ମନ୍ଦିର ଅପେକ୍ଷା ମହତ ବିଷୟ ଏଠାରେ ଅଛି 7 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ ଏ ଉକ୍ତିର ଅର୍ଥ ଯେବେ ଜାଣିଥାନ୍ତ ତେବେ ଏହି ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ କରି ନ ଥାଆନ୍ତ 8 କାରଣ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି 9 ସେ ସେହି ସ୍ଥାନରୁ ଚାଲିଯାଇ ସେମାନଙ୍କ ସମାଜଗୃହରେ ପ୍ରବେଶ କଲେ 10 ଆଉ ଦେଖ ସେଠାରେ ଜଣେ ଲୋକ ଥିଲା ତାହାର ଗୋଟିଏ ହାତ ଶୁଖିଯାଇଥିଲା ପୁଣି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରିବା ଉଦ୍ଦେଶ୍ୟରେ ତାହାଙ୍କୁ ପଚାରିଲେ ବିଶ୍ରାମବାରରେ ସୁସ୍ଥ କରିବା କଣ ବିଧିସଙ୍ଗତ 11 କିନ୍ତୁ ସେ ସେମାନଙ୍କୁ କହିଲେ ଯଦି କାହାରି ଗୋଟିଏ ମେଣ୍ଢା ଥାଏ ଓ ତାହା ବିଶ୍ରାମବାରରେ ଖାତରେ ପଡ଼ିଯାଏ ତାହାହେଲେ ଯେ ତାହାକୁ ଧରି ନ ଉଠାଇବ ଏପରିଲୋକ ତୁମ୍ଭମାନଙ୍କ ମଧ୍ୟରେ କିଏ ଅଛି 12 ତେବେ ମେଣ୍ଢାଠାରୁ ମନୁଷ୍ୟ ଆହୁରି କେତେ ଅଧିକ ଶ୍ରେଷ୍ଠ ଏଣୁ ବିଶ୍ରାମବାରରେ ମଙ୍ଗଳ ସାଧନ କରିବା ବିଧିସଙ୍ଗତ 13 ସେତେବେଳେ ସେ ସେହି ଲୋକଙ୍କୁ କହିଲେ ତୁମ୍ଭର ହାତ ବଢ଼ାଅ ସେଥିରେ ସେ ହାତ ବଢ଼ାଇଲା ଓ ତାହା ଅନ୍ୟ ହାତ ପରି ପୁଣି ଭଲ ହୋଇଗଲା 14 କିନ୍ତୁ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ପାଇଁ ତାହାଙ୍କ ବିରୁଦ୍ଧରେ ମନ୍ତ୍ରଣା କଲେ 15 ଯୀଶୁ ତାହା ଜାଣି ସେଠାରୁ ଅଲଗା ହୋଇ ବାହାରିଗଲେ ପୁଣି ଅନେକେ ତାହାଙ୍କ ପଛେ ପଛେ ଗଲେ ଆଉ ସେ ସମସ୍ତଙ୍କୁ ସୁସ୍ଥ କଲେ 16 ଏବଂ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଦୃଢ଼ରୂପେ ଆଜ୍ଞା ଦେଲେ 17 ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ 18 ଦେଖ ଆମ୍ଭର ଦାସ ଯାହାଙ୍କୁ ଆମ୍ଭେ ମନୋନୀତ କରିଅଛୁ ଆମ୍ଭର ପ୍ରିୟପାତ୍ର ଯାହାଙ୍କଠାରେ ଆମ୍ଭ ଆତ୍ମାର ପରମ ସନ୍ତୋଷ ଆମ୍ଭେ ତାହାଙ୍କ ଉପରେ ଆପଣା ଆତ୍ମା ଅଧିଷ୍ଠାନ କରିବା ଆଉ ସେ ଅଣଯିହୂଦୀମାନଙ୍କ ପାଖରେ ନ୍ୟାୟବିଚାର ପ୍ରଚାର କରିବେ 19 ସେ ବିବାଦ କରିବେ ନାହିଁ କିମ୍ବା ଉଚ୍ଚ ସ୍ୱର କରିବେ ନାହିଁ କିମ୍ବା ଦାଣ୍ଡରେ କେହି ତାହାଙ୍କ ସ୍ୱର ଶୁଣିବ ନାହିଁ 20 ନ୍ୟାୟକୁ ଜୟଯୁକ୍ତ ନ କରିବା ପର୍ଯ୍ୟନ୍ତ ସେ ଛେଚା ନଳ ଭାଙ୍ଗିବେ ନାହିଁ ପୁଣି ସଧୂମ ସଳିତା ଲିଭାଇବେ ନାହିଁ 21 ଆଉ ତାହାଙ୍କ ନାମରେ ଅଣଯିହୂଦୀମାନେ ଭରସା ରଖିବେ 22 ସେହି ସମୟରେ ଜଣେ ଭୂତଗ୍ରସ୍ତ ଅନ୍ଧ ଘୁଙ୍ଗାଲୋକ ତାହାଙ୍କ ପାଖକୁ ଅଣାଗଲା ଆଉ ସେ ତାହାଙ୍କୁ ସୁସ୍ଥ କଲେ ସେଥିରେ ସେହି ଘୁଙ୍ଗା କଥା କହି ପାରିଲା ଓ ଦେଖି ପାରିଲା 23 ପୁଣି ଲୋକସମୂହ ଆଚମ୍ଭିତ ହୋଇ କହିବାକୁ ଲାଗିଲେ ଏ କଣ ଦାଉଦ ସନ୍ତାନ ନୁହଁନ୍ତି 24 ମାତ୍ର ଫାରୂଶୀମାନେ ତାହା ଶୁଣି କହିଲେ ଏ ଲୋକଟା ଭୂତ ପରି ବାଲ୍ଜିବୂଲ୍ର ବିନା ସାହାଯ୍ୟରେ ଭୂତ ଛଡ଼ାଏ ନାହିଁ 25 କିନ୍ତୁ ସେ ସେମାନଙ୍କ ମନର ଚିନ୍ତା ଜାଣି ସେମାନଙ୍କୁ କହିଲେ ଯେକୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଧ୍ୱଂସ ହୋଇ ଯାଏ ପୁଣି ଯେକୌଣସି ନଗରରେ କିମ୍ବା ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ସ୍ଥିର ହୋଇ ରହିବ ନାହିଁ 26 ଆଉ ଶୟତାନ ଯଦି ଶୟତାନକୁ ଛଡ଼ାଏ ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ 27 ମୁଁ ଯେବେ ବାଲ୍ଜିବୂଲ୍ର ସାହାଯ୍ୟରେ ଭୂତମାନଙ୍କୁ ବାହାର କରେ ତେବେ ତୁମ୍ଭମାନଙ୍କ ସନ୍ତାନଗଣ କାହା ସାହାଯ୍ୟରେ ସେମାନଙ୍କୁ ବାହାର କରନ୍ତି ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ 28 କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି 29 ଅବା କେହି ପ୍ରଥମେ ବଳବାନ ଲୋକଙ୍କୁ ନ ବାନ୍ଧିଲେ କିପ୍ରକାରେ ତାହା ଘରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଚୋରି କରି ପାରେ ତାହାକୁ ଆଗେ ବାନ୍ଧିଲେ ସିନା ତାହାର ଗୃହ ଲୁଣ୍ଠନ କରିବ 30 ଯେ ମୋହର ସପକ୍ଷ ନୁହେଁ ସେ ମୋହର ବିପକ୍ଷ ପୁଣି ଯେ ମୋସହିତ ସଂଗ୍ରହ କରେ ନାହିଁ ସେ ଛିନ୍ନଭିନ୍ନ କରିପକାଏ 31 ଅତଏବ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ 32 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ ତାହାକୁ କ୍ଷମା ଦିଆଯିବ ମାତ୍ର ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ କଥା କହିବ ଏହି ଯୁଗରେ କି ଆଗାମୀ ଯୁଗରେ ତାହାକୁ କ୍ଷମା ଦିଆଯିବ ନାହିଁ 33 ଗଛକୁ ଭଲ କୁହ ଓ ତାହାର ଫଳକୁ ଭଲ କୁହ ନ ହେଲେ ଗଛକୁ ମନ୍ଦ କୁହ ଓ ତାହାର ଫଳକୁ ମନ୍ଦ କୁହ କାରଣ ଫଳ ଦ୍ୱାରା ଗଛ ଚିହ୍ନାଯାଏ 34 ରେ କାଳସର୍ପର ବଂଶ ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ 35 ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ ପୁଣି ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ 36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ 37 ଯେଣୁ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ନିର୍ଦ୍ଦୋଷ ଓ ତୁମ୍ଭ ବାକ୍ୟ ଦ୍ୱାରା ତୁମ୍ଭେ ଦୋଷୀ ବୋଲି ପ୍ରମାଣିତ ହେବ 38 ସେତେବେଳେ ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ ଆମ୍ଭେମାନେ ଆପଣଙ୍କଠାରୁ ଗୋଟିଏ ଚିହ୍ନ ଦେଖିବାକୁ ଇଚ୍ଛା କରୁଅଛୁ 39 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଅନ୍ୱେଷଣ କରନ୍ତି ମାତ୍ର ଭାବବାଦୀ ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ 40 କାରଣ ଯୂନସ ଯେପରି ତିନି ଦିନ ଓ ତିନି ରାତି ଏକ ବଡ଼ ମାଛର ପେଟରେ ଥିଲେ ମନୁଷ୍ୟପୁତ୍ର ସେହିପରି ତିନି ଦିନ ଓ ତିନି ରାତି ଭୂଗର୍ଭରେ ରହିବେ 41 ନୀନିବୀର ଲୋକମାନେ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କଲେ ଆଉ ଦେଖ ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି 42 ଆଉ ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ବର୍ତ୍ତମାନ ପୁରୁଷ ସହିତ ଉଠି ଏମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଲେ ଆଉ ଦେଖ ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି 43 ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଗଲା ପରେ ଜଳଶୂନ୍ୟ ସ୍ଥାନ ସବୁ ଭ୍ରମଣ କରି ବିଶ୍ରାମ ଖୋଜେ ଓ ତାହା ପାଏ ନାହିଁ 44 ସେଥିରେ ସେ କୁହେ ମୁଁ ଯେଉଁ ଘରୁ ବାହାରି ଆସିଲି ମୋହର ସେହି ଘରକୁ ଫେରିଯିବି ପୁଣି ସେ ଆସି ତାହା ଶୂନ୍ୟ ମାର୍ଜିତ ଓ ସୁଶୋଭିତ ଦେଖେ 45 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ 46 ସେ ଲୋକସମୂହକୁ କଥା କହୁଥିବା ସମୟରେ ଦେଖ ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ 47 ସେଥିରେ ଜଣେ ତାହାଙ୍କୁ କହିଲା ଦେଖନ୍ତୁ ଆପଣଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ଆପଣଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଅଛନ୍ତି 48 କିନ୍ତୁ ଯେ ତାହାଙ୍କୁ ଏହି କଥା କହିଲା ତାହାଙ୍କୁ ସେ ଉତ୍ତର ଦେଲେ ମୋହର ମାଁ କିଏ ଆଉ ମୋହର ଭାଇମାନେ କିଏ 49 ପୁଣି ସେ ଆପଣା ଶିଷ୍ୟମାନଙ୍କ ଆଡ଼କୁ ହାତ ବଢ଼ାଇ କହିଲେ ଦେଖ ମୋହର ମାଁ ଓ ମୋହର ଭାଇମାନେ 50 କାରଣ ଯେ କେହି ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ ସେ ମୋହର ଭାଇ ଭଉଣୀ ଓ ମାଁ
Chapter 13
ବୁଣାଳୀର ଦୃଷ୍ଟାନ୍ତ
(ମାର୍କ. 4:1-9; ଲୂକ. 8:4-8)
1 ସେହି ଦିନ ଯୀଶୁ ଘରୁ ବାହାରିଯାଇ ସମୁଦ୍ରକୂଳରେ ବସିଲେ 2 ସେଥିରେ ତାହାଙ୍କ ପାଖରେ ବହୁସଂଖ୍ୟକ ଲୋକ ଏକତ୍ର ହେବାରୁ ସେ ଯାଇ ଗୋଟିଏ ନୌକାରେ ବସିଲେ ପୁଣି ଲୋକସମୂହ କୂଳରେ ଠିଆ ହୋଇ ରହିଲେ 3 ଆଉ ସେ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଅନେକ କଥା କହିଲେ ଦେଖ ଜଣେ ବୁଣାଳୀ ବୁଣିବାକୁ ବାହାରିଗଲା 4 ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ପୁଣି ଚଢ଼େଇମାନେ ଆସି ସେଗୁଡ଼ିକ ଖାଇଗଲେ 5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶୀ ମାଟି ନ ଥିବାରୁ ଶୀଘ୍ର ଗଜା ହେଲା 6 କିନ୍ତୁ ସୂର୍ଯ୍ୟ ଉଠନ୍ତେ ଜଳିପୋଡ଼ିଗଲା ଓ ଚେର ନ ଥିବାରୁ ଶୁଖିଗଲା 7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଝିରେ ପଡ଼ିଲା ପୁଣି କଣ୍ଟାଗଛଗୁଡ଼ାକ ଉଠି ବାଡ଼ହୋଇ ସେଗୁଡ଼ିକୁ ଚାପି ପକାଇଲା 8 ମାତ୍ର ଅନ୍ୟ କେତେକ ଭଲ ଭୂଇଁ ପଡ଼ିଲା ଓ ଫଳ ଫଳିଲା କେତେକ ଶହେ ଗୁଣ କେତେକ ଷାଠିଏ ଗୁଣ କେତେକ ତିରିଶି ଗୁଣ 9 ଯାହାର କାନ ଅଛି ସେ ଶୁଣୁ 10 ଏହାପରେ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି ପଚାରିଲେ ଆପଣ କାହିଁକି ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛନ୍ତି 11 ସେ ଉତ୍ତର ଦେଲେ କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ 12 ଯେଣୁ ଯାହାର ଅଛି ତାହାକୁ ଦିଆଯିବ ଆଉ ତାହାର ପ୍ରଚୁର ହେବ କିନ୍ତୁ ଯାହାର ନାହିଁ ତାହା ପାଖରେ ଯାହା ଅଛି ତାହା ହିଁ ତାହାଠାରୁ ନିଆଯିବ 13 ସେମାନେ ଦେଖୁ ଦେଖୁ ଦେଖନ୍ତି ନାହିଁ ଓ ଶୁଣୁ ଶୁଣୁ ଶୁଣନ୍ତି ନାହିଁ କି ବୁଝନ୍ତି ନାହିଁ ଏଣୁ ମୁଁ ସେମାନଙ୍କୁ ଦୃଷ୍ଟାନ୍ତ ଦ୍ୱାରା କଥା କହୁଅଛି 14 ଆଉ ଯିଶାଇୟଙ୍କର ଏହି ଭାବବାଣୀ ସେମାନଙ୍କ ସମ୍ବନ୍ଧରେ ସଫଳ ହେଉଅଛି ତୁମ୍ଭେମାନେ ଶୁଣୁ ଶୁଣୁ ଶୁଣିବ କିନ୍ତୁ କୌଣସି ପ୍ରକାରେ ବୁଝିବ ନାହିଁ ପୁଣି ଦେଖୁ ଦେଖୁ ଦେଖିବ କିନ୍ତୁ କୌଣସି ପ୍ରକାରେ ଜ୍ଞାତ ହେବ ନାହିଁ 15 କାରଣ ଏହି ଲୋକଙ୍କର ହୃଦୟ ଜଡ଼ ହେଲା ସେମାନେ କାନରେ କଷ୍ଟରେ ଶୁଣିଲେ ଓ ଆପଣା ଆପଣା ଆଖି ବୁଜିଲେ ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ କାନରେ ଶୁଣିବେ ନାହିଁ ଆଉ ହୃଦୟରେ ବୁଝିବେ ନାହିଁ ପୁଣି ଫେରି ଆସିବେ ନାହିଁ ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ 16 କିନ୍ତୁ ଧନ୍ୟ ତୁମ୍ଭମାନଙ୍କର ଚକ୍ଷୁ ଯେଣୁ ତାହା ଦେଖେ ଧନ୍ୟ ତୁମ୍ଭମାନଙ୍କ କର୍ଣ୍ଣ ଯେଣୁ ତାହା ଶୁଣେ 17 କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ଧାର୍ମିକ ଲୋକ ଦେଖିବାକୁ ଇଚ୍ଛା କଲେ କିନ୍ତୁ ଦେଖିଲେ ନାହିଁ ପୁଣି ତୁମ୍ଭେମାନେ ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ କିନ୍ତୁ ଶୁଣିଲେ ନାହିଁ 18 ତେବେ ତୁମ୍ଭେମାନେ ବୀଜ ବୁଣାଳୀର ଦୃଷ୍ଟାନ୍ତ ଶୁଣ 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା ତାହା ହରଣ କରିନିଏ ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ 20 ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ 21 ପରେ ବାକ୍ୟ ସକାଶେ କ୍ଲେଶ ବା ତାଡ଼ନା ଘଟିଲେ ସେହିକ୍ଷଣି ବିଘ୍ନ ପାଏ ସେହି ଜଣକ ବୁଣାଯାଇଥିବା ପଥୁରିଆ ଭୂମି ସଦୃଶ 22 ଯେ ବାକ୍ୟ ଶୁଣେ ପୁଣି ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ ଆଉ ସେ ଫଳହୀନ ହୁଏ ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ 23 କିନ୍ତୁ ଯେ ବାକ୍ୟ ଶୁଣି ବୁଝେ ଓ ପ୍ରକୃତରେ ଫଳ ଫଳେ କେହି ଶହେ ଗୁଣ କେହି ଷାଠିଏ ଗୁଣ କେହି ତିରିଶିି ଗୁଣ ସେହି ଜଣକ ବୁଣାଯାଇଥିବା ଉତ୍ତମ ଭୂମି ସଦୃଶ 24 ଯୀଶୁ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ ସ୍ୱର୍ଗରାଜ୍ୟ ଆପଣା କ୍ଷେତରେ ଭଲ ବିହନ ବୁଣାଯାଇଥିବା ଜଣେ ବ୍ୟକ୍ତିଙ୍କ ସଦୃଶ 25 ମାତ୍ର ଲୋକେ ନିଦ୍ରା ଯାଇଥିବା ସମୟରେ ତାହାଙ୍କ ଶତ୍ରୁ ଆସି ସେହି ଗହମ ମଧ୍ୟରେ ବାଳୁଙ୍ଗା ବୁଣିଦେଇ ଚାଲିଗଲେ 26 ଯେତେବେଳେ ପତ୍ର ବାହାରି ଫଳ ଫଳିବାକୁ ଲାଗିଲାସେତେବେଳେ ବାଳୁଙ୍ଗା ମଧ୍ୟ ଦେଖାଗଲା 27 ସେଥିରେ ଘରମାଲିକଙ୍କ ଦାସମାନେ ତାହାଙ୍କ ପାଖକୁ ଆସି କହିଲେ ସାଆନ୍ତେ ଆପଣ କଣ ନିଜ କ୍ଷେତରେ ଭଲ ବିହନ ବୁଣି ନ ଥିଲେ ତେବେ ବାଳୁଙ୍ଗାଗୁଡ଼ିକ କେଉଁଠାରୁ ହେଲା 28 ସେ ସେମାନଙ୍କୁ କହିଲେ ଜଣେ ଶତ୍ରୁ ଏହା କରିଅଛି ପୁଣି ଦାସମାନେ ତାହାଙ୍କୁ କହିଲେ ଆମ୍ଭେମାନେ ଯାଇ ସେଗୁଡ଼ାକ ଉପାଡ଼ି ଏକାଠି କରୁ ଏହା କଣ ଆପଣଙ୍କର ଇଚ୍ଛା 29 କିନ୍ତୁ ସେ କହିଲେ ନା କାଳେ ତୁମ୍ଭେମାନେ ବାଳୁଙ୍ଗା ଏକାଠି କରୁ କରୁ ସେଗୁଡ଼ାକ ସାଙ୍ଗରେ ଗହମ ଉପାଡ଼ି ପକାଇବ 30 ଶସ୍ୟ ନ କାଟିବା ଯାଏ ଦୁହିଁକି ଏକାଠି ବଢ଼ିବାକୁ ଚାଡ଼ିଦିଅ ଆଉ ଶସ୍ୟ କାଟିବା ସମୟରେ ମୁଁ କଟାଳିମାନଙ୍କୁ କହିବି ପୋଡ଼ିବା ପାଇଁ ଆଗେ ବାଳୁଙ୍ଗା ଏକାଠି କରି ବିଡ଼ା ବାନ୍ଧ କିନ୍ତୁ ଗହମ ମୋ ଅମାରରେ ସଂଗ୍ରହ କରି ରଖ 31 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା 32 ତାହା ତ ସବୁ ବୀଜଠାରୁ କ୍ଷୁଦ୍ର ମାତ୍ର ତାହା ବଢ଼ିଲେ ସବୁ ଶାଗଠାରୁ ବଡ଼ ହୋଇ ଏପରି ଗଛ ହୁଏ ଯେ ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କରନ୍ତି 33 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ କହିଲେ ସ୍ୱର୍ଗରାଜ୍ୟ ଖମୀର ସଦୃଶ ଜଣେ ସ୍ତ୍ରୀ ତାହା ନେଇ ମହଣେ ମଇଦା ମଧ୍ୟରେ ଘୋଡ଼େଇ ରଖିଲା ଆଉ ସେ ଶେଷରେ ସମସ୍ତ ଖମୀରମୟ ହେଲା 34 ଏହି ସମସ୍ତ କଥା ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ଲୋକସମୂହକୁ କହିଲେ ଆଉ ଦୃଷ୍ଟାନ୍ତ ବିନା ସେ ସେମାନଙ୍କୁ କିଛି କହୁ ନ ଥିଲେ 35 ଯେପରି ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ ଆମ୍ଭେ ଆପଣା ମୁଖ ଫିଟାଇ ଦୃଷ୍ଟାନ୍ତ ଦ୍ୱାରା କଥା କହିବା ଜଗତ ସୃଷ୍ଟି ଦିନରୁ ଗୁପ୍ତ ବିଷୟସବୁ ବ୍ୟକ୍ତ କରିବା 36 ପରେ ସେ ଲୋକମାନଙ୍କୁ ପରିତ୍ୟାଗ କରି ଗୃହରେ ପ୍ରବେଶ କଲେ ଆଉ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସି କହିଲେ କ୍ଷେତର ବାଳୁଙ୍ଗାର ଦୃଷ୍ଟାନ୍ତ ସ୍ପଷ୍ଟରୂପେ ବୁଝାଇ ଦିଅନ୍ତୁ 37 ସେ ଉତ୍ତର ଦେଲେ ଉତ୍ତମ ବିହନ ଯେ ବୁଣନ୍ତି ସେ ମନୁଷ୍ୟପୁତ୍ର 38 କ୍ଷେତ ଜଗତ ଭଲ ବିହନ ରାଜ୍ୟର ସନ୍ତାନମାନେ ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ 39 ଯେଉଁ ଶତ୍ରୁ ତାହା ବୁଣିଲା ସେ ଶୟତାନ ଶସ୍ୟ କାଟିବା ସମୟ ଯୁଗାନ୍ତ ପୁଣି କଟାଳିସବୁ ଦୂତମାନେ 40 ଅତଏବ ବାଳୁଙ୍ଗା ଯେପରି ଏକାଠି କରାଯାଇ ନିଆଁରେ ପୋଡ଼ାଯାଏ ଯୁଗାନ୍ତ ସମୟରେ ସେପରି ଘଟିବ 41 ମନୁଷ୍ୟପୁତ୍ର ଆପଣା ଦୂତମାନଙ୍କୁ ପଠାଇବେ ଆଉ ସେମାନେ ତାହାଙ୍କ ରାଜ୍ୟରୁ ସମସ୍ତ ବିଘ୍ନଜନକ ବିଷୟ ଓ ଅଧର୍ମାଚାରୀମାନଙ୍କୁ ସଂଗ୍ରହ କରିବେ 42 ପୁଣି ସେମାନଙ୍କୁ ଅଗ୍ନିକୁଣ୍ଡରେ ଫୋପାଡ଼ି ଦେବେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ 43 ସେତେବେଳେ ଧାର୍ମିକମାନେ ସେମାନଙ୍କ ପିତାଙ୍କ ରାଜ୍ୟରେ ସୂର୍ଯ୍ୟ ପରି ତେଜୋମୟ ଦେଖାଯିବେ ଯାହାର କାନ ଅଛି ସେ ଶୁଣୁ 44 ସ୍ୱର୍ଗରାଜ୍ୟ କ୍ଷେତ୍ରରେ ଗୁପ୍ତ ହୋଇଥିବା ଧନ ସଦୃଶ ଜଣେ ଲୋକ ତାହା ଦେଖି ଗୋପନ କରି ରଖିଲା ଓ ଆନନ୍ଦରେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି କ୍ଷେତ୍ରକୁ କ୍ରୟ କଲା 45 ପୁନଶ୍ଚ ସ୍ୱର୍ଗରାଜ୍ୟ ଉତ୍ତମ ଉତ୍ତମ ମୁକ୍ତା ଅନ୍ୱେଷଣ କରୁଥିବା ଜଣେ ବଣିକ ଭଳି 46 ଗୋଟିଏ ବହୁମୂଲ୍ୟ ମୁକ୍ତା ଦେଖି ସେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ସେହି ମୁକ୍ତାକୁ କ୍ରୟ କଲା 47 ପୁନଶ୍ଚ ସ୍ୱର୍ଗରାଜ୍ୟ ସମୁଦ୍ରରେ ନିକ୍ଷିପ୍ତ ସର୍ବ ପ୍ରକାର ମତ୍ସ୍ୟ ସଂଗ୍ରହକାରୀ ଗୋଟିଏ ଟଣା ଜାଲ ସଦୃଶ 48 ତାହା ପୂର୍ଣ୍ଣ ହୁଅନ୍ତେ ଲୋକେ କୂଳକୁ ଟାଣି ଆଣିଲେ ପୁଣି ବସି ଭଲଯାକ ଖାଳୋଇରେ ଏକାଠି କରି ରଖିଲେ କିନ୍ତୁ ମନ୍ଦ ଗୁଡ଼ାକ ଫୋପାଡ଼ିଦେଲେ 49 ଯୁଗାନ୍ତ ସମୟରେ ସେହିପରି ଘଟିବ ଦୂତମାନେ ବାହାରି ଆସି ଧାର୍ମିକମାନଙ୍କ ମଧ୍ୟରୁ ଦୁଷ୍ଟମାନଙ୍କୁ ପୃଥକ୍ କରିବେ 50 ପୁଣି ସେମାନଙ୍କୁ ଅଗ୍ନିକୁଣ୍ଡରେ ପକାଇଦେବେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ 51 ତୁମ୍ଭେମାନେ କଣ ଏହି ସବୁ କଥା ବୁଝିଲ ସେମାନେ ତାହାଙ୍କୁ କହିଲେ ହଁ 52 ସେଥିରେ ସେ ସେମାନଙ୍କୁ କହିଲେ ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ 53 ଯୀଶୁ ଏହି ସମସ୍ତ ଦୃଷ୍ଟାନ୍ତ ସମାପ୍ତ କଲା ପରେ ସେହି ସ୍ଥାନରୁ ଚାଲିଗଲେ 54 ଆଉ ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା 55 ଏ କି ସେହି ବଢ଼େଇର ପୁଅ ନୁହେଁ ଏହାର ମାଁ ନାମ କଣ ମରିୟମ ନୁହେଁ ପୁଣି ଏହାର ଭାଇମାନଙ୍କ ନାଁ କଣ ଯାକୁବ ଯୋଷେଫ ଶିମୋନ ଓ ଯିହୂଦା ନୁହେଁ 56 ଆଉ ଏହାର ଭଉଣୀମାନେ କଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାଁନ୍ତି ତେବେ ସେ ଏହି ସବୁ କେଉଁଠୁ ପାଇଲା 57 ଆଉ ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ କିନ୍ତୁ ଯୀଶୁ ସେମାନଙ୍କୁ କହିଲେ ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ 58 ଆଉ ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ
Chapter 14
ବାପ୍ତିଜକ ଯୋହନଙ୍କ ମୃତ୍ୟୁ
(ମାର୍କ. 6:14-29; ଲୂକ. 9:7-9)
1 ସେହି ସମୟରେ ସାମନ୍ତରାଜା ହେରୋଦ ଯୀଶୁଙ୍କ ବିଷୟରେ ସମ୍ବାଦ ଶୁଣି ଆପଣା ଦାସମାନଙ୍କୁ କହିଲେ 2 ଏ ବାପ୍ତିଜକ ଯୋହନ ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି 3 ଯେଣୁ ହେରୋଦ ଆପଣା ଭାଇ ଫିଲିପ୍ପଙ୍କ ଭାର୍ଯ୍ୟା ହେରୋଦିଆଙ୍କ ସକାଶେ ଯୋହନଙ୍କୁ ଧରି ଓ ବାନ୍ଧି ବନ୍ଦୀଶାଳାରେ ପକାଇଥିଲେ 4 କାରଣ ଯୋହନ ତାହାଙ୍କୁ କହୁଥିଲେ ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ 5 ଆଉ ସେ ତାଙ୍କୁ ବଧ କରିବାକୁ ଇଚ୍ଛା କଲେ ସୁଦ୍ଧା ଲୋକସମୂହକୁ ଭୟ କଲେ କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ 6 କିନ୍ତୁ ହେରୋଦଙ୍କ ଜନ୍ମ ଦିନ ପଡ଼ନ୍ତେ ହେରୋଦିଆଙ୍କ କନ୍ୟା ସଭା ମଧ୍ୟରେ ନୃତ୍ୟ କରି ହେରୋଦଙ୍କୁ ମୁଗ୍ଧ କରିଦେଲା 7 ସେଥିରେ ସେ ଶପଥ କରି ପ୍ରତିଜ୍ଞା କଲେ ଯେ ସେ ଯାହା କିଛି ମାଗିବ ସେ ତାହାକୁ ତାହା ଦେବେ 8 ଆଉ ସେ ଆପଣା ମାଁର ଶିକ୍ଷାରେ ପଡ଼ି କହିଲା ବାପ୍ତିଜକ ଯୋହନର ମସ୍ତକ ଏଠାରେ ଗୋଟିଏ ଥାଳିରେ ମୋତେ ଦିଅନ୍ତୁ 9 ଏଥିରେ ରାଜା ଦୁଃଖିତ ହେଲେ ସୁଦ୍ଧା ନିଜ ଶପଥ ଓ ଆପଣା ସହିତ ଭୋଜିରେ ବସିଥିବା ବ୍ୟକ୍ତିମାନଙ୍କ ସକାଶେ ତାହା ଦେବାକୁ ଆଜ୍ଞା ଦେଲେ 10 ପୁଣି ଲୋକ ପଠାଇ ବନ୍ଦୀଶାଳାରେ ଯୋହନଙ୍କ ମସ୍ତକ ଛେଦନ କରାଇଲେ 11 ଆଉ ତାହାଙ୍କର ମସ୍ତକ ଗୋଟିଏ ଥାଳିରେ ଅଣାଯାଇ ସେହି ବାଳିକାକୁ ଦିଆଗଲା ପୁଣି ସେ ଆପଣା ମାଁ ନିକଟକୁ ତାହା ନେଇଗଲା 12 ସେଥିରେ ତାହାଙ୍କ ଶିଷ୍ୟମାନେ ଆସି ଶବ ନେଇଯାଇ ତାହାଙ୍କୁ ସମାଧି ଦେଲେ ଓ ଯାଇ ଯୀଶୁଙ୍କୁ ଜଣାଇଲେ 13 ଯୀଶୁ ତାହା ଶୁଣି ସେଠାରୁ ଅଲଗା ହୋଇ ନୌକାରେ ଗୋଟିଏ ଜନଶୂନ୍ୟ ସ୍ଥାନକୁ ଗଲେ ଲୋକସମୂହ ଏହା ଶୁଣି ନଗରଗୁଡ଼ିକରୁ ଆସି ଚାଲିଚାଲି ତାହାଙ୍କର ପଶ୍ଚାତ୍ଗମନ କଲେ 14 ଆଉ ସେ ନୌକାରୁ ବାହାରି ବହୁସଂଖ୍ୟକ ଲୋକକୁ ଦେଖି ସେମାନଙ୍କ ପ୍ରତି ଦୟାରେ ବିଗଳିତ ହେଲେ ଓ ସେମାନଙ୍କର ରୋଗୀମାନଙ୍କୁ ସୁସ୍ଥ କଲେ 15 ବେଳ ଗଡ଼ିଯିବାରୁ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ ଏ ସ୍ଥାନ ତ ଜନଶୂନ୍ୟ ପୁଣି ବେଳ ତ ଗଲାଣି ଏଣୁ ଲୋକସମୂହ ଯେପରି ଗ୍ରାମମାନଙ୍କୁ ଯାଇ ନିଜ ନିଜ ପାଇଁ ଖାଦ୍ୟ କିଣନ୍ତି ସେଥିପାଇଁ ସେମାନଙ୍କୁ ବିଦାୟ ଦିଅନ୍ତୁ 16 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ ସେମାନଙ୍କର ଯିବା ଆବଶ୍ୟକ ନୁହେଁ ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ 17 ସେମାନେ ତାହାଙ୍କୁ କହିଲେ ଆମ୍ଭମାନଙ୍କର ଏଠାରେ କେବଳ ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ଅଛି 18 ସେ କହିଲେ ସେଗୁଡ଼ିକ ଏଠାକୁ ମୋ ପାଖକୁ ଆଣ 19 ପୁଣି ସେ ଲୋକସମୂହକୁ ଘାସ ଉପରେ ବସିବା ପାଇଁ ଆଜ୍ଞା ଦେଲେ ଆଉ ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି ଆଶୀର୍ବାଦ କଲେ ଏବଂ ରୁଟି ଗୁଡ଼ିକ ଭାଙ୍ଗି ଶିଷ୍ୟମାନଙ୍କୁ ଦେଲେ ଆଉ ଶିଷ୍ୟମାନେ ଲୋକସମୂହକୁ ଦେଲେ 20 ପୁଣି ସେମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ବାର ଟୋକେଇ ଭର୍ତ୍ତି କଲେ 21 ଭୋଜନ କରିବା ଲୋକେ ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ 22 ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପରପାରିକୁ ଯିବା ପାଇଁ ବଳାଇଲେ ପୁଣି ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ 23 ଲୋକସମୂୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ 24 କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା 25 କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ 26 ପୁଣି ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ ଏ ତ ଭୂତ ଆଉ ସେମାନେ ଭୟରେ ଚିତ୍କାର କଲେ 27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ ଭୟ କର ନାହିଁ 28 ସେଥିରେ ପିତର ଉତ୍ତର ଦେଲେ ହେ ପ୍ରଭୁ ଯେବେ ଆପଣ ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ 29 ସେ କହିଲେ ଆସ ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ 30 ମାତ୍ର ସେ ପବନ ଦେଖି ଭୟ କଲେ ପୁଣି ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ ହେ ପ୍ରଭୁ ମୋତେ ରକ୍ଷା କରନ୍ତୁ 31 ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ 32 ପୁଣି ସେମାନେ ନୌକାରେ ଚଢ଼ନ୍ତେ ପବନ ଵନ୍ଦ ହେଲା 33 ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ ଆପଣ ନିଶ୍ଚୟ ଈଶ୍ୱରଙ୍କ ପୁତ୍ର 34 ସେମାନେ ପାର ହୋଇ ଗିନ୍ନେସରତ୍ ଅଞ୍ଚଳରେ ପହଞ୍ଚିଲେ 35 ପୁଣି ସେହି ସ୍ଥାନର ଲୋକମାନେ ତାହାଙ୍କୁ ଚିହ୍ନି ସେଥିର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳକୁ ସମ୍ବାଦ ପଠାଇଲେ ଏବଂ ଲୋକେ ସମସ୍ତ ରୋଗୀଙ୍କୁ ତାହାଙ୍କ ନିକଟକୁ ଆଣିଲେ 36 ଆଉ ସେମାନେ ଯେପରି କେବଳ ତାହାଙ୍କ ବସ୍ତ୍ରର ଧାର ଛୁଅନ୍ତି ଏହା ତାହାଙ୍କୁ ବିନତି କରିବାକୁ ଲାଗିଲେ ପୁଣି ଯେତେ ଲୋକ ଛୁଇଁଲେ ସମସ୍ତେ ସୁସ୍ଥ ହେଲେ
Chapter 15
ପରମ୍ପରା ଏବଂ ଈଶ୍ୱରଙ୍କ ବାକ୍ୟ
(ମାର୍କ. 7:1-13)
1 ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ 2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ 3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ୱରଙ୍କ ଆଜ୍ଞା ଅମାନ୍ୟ କର 4 ଈଶ୍ୱର ତ କହିଅଛନ୍ତି ପିତାମାତାକୁ ସମାଦର କର ଆଉ ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ 5 କିନ୍ତୁ ତୁମ୍ଭେମାନେ କହୁଥାଅ ଯେ କେହି ପିତା କି ମାତାକୁ କହେ ମୋଠାରୁ ଯାହା କିଛି ସାହାଯ୍ୟ ତୁମ୍ଭେ ପାଇଥାନ୍ତ ସେ ସବୁ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ହୋଇଅଛି 6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ୱରଙ୍କ ବାକ୍ୟ ବ୍ୟର୍ଥ କରିଅଛ 7 ରେ କପଟୀମାନେ ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଉପଯୁକ୍ତଭାବେ ଏହି ଭାବବାଣୀ କହିଅଛନ୍ତି 8 ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ 9 ସେମାନେ ମନୁଷ୍ୟମାନଙ୍କ ନିୟମଗୁଡ଼ିକ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି 10 ଆଉ ଯୀଶୁ ଲୋକମାନଙ୍କୁ ପାଖକୁ ଡାକି ସେମାନଙ୍କୁ କହିଲେ ଶୁଣ ଓ ବୁଝ 11 ମୁଖରେ ଯାହା ପ୍ରବେଶ କରେ ତାହା ଯେ ମନୁଷ୍ୟକୁ ଅଶୁଚି କରେ ଏପରି ନୁହେଁ କିନ୍ତୁ ମୁଖରୁ ଯାହା ବାହାରେ ତାହା ହିଁ ମନୁଷ୍ୟକୁ ଅଶୁଚି କରେ 12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି ଆପଣ କଣ ଏହା ଜାଣନ୍ତି 13 କିନ୍ତୁ ଯୀଶୁ ଉତ୍ତର ଦେଲେ ଯେଉଁ ସବୁ ବୃକ୍ଷ ମୋହର ସ୍ୱର୍ଗସ୍ଥ ପିତା ରୋପଣ କରି ନାହାଁନ୍ତି ସେ ସବୁ ଉତ୍ପାଟିତ ହେବ 14 ସେମାନଙ୍କୁ ଛାଡ଼ିଦିଅ ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ ତେବେ ଦୁହେଁ ଖାତରେ ପଡ଼ିବେ 15 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇଦିଅନ୍ତୁ 16 ଯୀଶୁ କହିଲେ ତୁମ୍ଭେମାନେ କଣ ଏପର୍ଯ୍ୟନ୍ତ ଅବୋଧ 17 ଯାହା କିଛି ମୁଖରେ ପ୍ରବେଶ କରେ ତାହା ପେଟକୁ ଯାଇ ବାହାରେ ଯେ ପକାଯାଏ ଏହା କଣ ବୁଝୁ ନାହଁ 18 କିନ୍ତୁ ମୁଖରୁ ଯାହାସବୁ ବାହାରେ ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ 19 କାରଣ ହୃଦୟରୁ କୁଚିନ୍ତା ନରହତ୍ୟା ବ୍ୟଭିଚାର ବେଶ୍ୟାଗମନ ଚୋରି ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ 20 ଏହି ସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ କିନ୍ତୁ ଅଧୁଆ ହାତରେ ଖାଇବା ମନୁଷ୍ୟକୁ ଅଶୁଚି କରେ ନାହିଁ 21 ଯୀଶୁ ସେଇ ସ୍ଥାନରୁ ଅଲଗା ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ଚାଲିଗଲେ 22 ଆଉ ଦେଖ ସେହି ସୀମାରୁ ଜଣେ କିଣାନୀୟ ସ୍ତ୍ରୀ ଆସି ଉଚ୍ଚସ୍ୱରରେ କହିବାକୁ ଲାଗିଲା ହେ ପ୍ରଭୁ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଦ୍ୱାରା କଷ୍ଟ ପାଉଅଛି 23 କିନ୍ତୁ ଯୀଶୁ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ ଏହାକୁ ବିଦାୟ କରନ୍ତୁ କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି 24 କିନ୍ତୁ ଯୀଶୁ ଉତ୍ତର ଦେଲେ ମୁଁ ଇସ୍ରାଏଲ ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ 25 କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା ହେ ପ୍ରଭୁ ମୋର ଉପକାର କରନ୍ତୁ 26 ମାତ୍ର ସେ ଉତ୍ତର ଦେଲେ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ 27 କିନ୍ତୁ ସେ କହିଲା ହଁ ପ୍ରଭୁ କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଅଇଁଠା ଖାଆନ୍ତି 28 ସେଥିରେ ଯୀଶୁ ଉତ୍ତର ଦେଲେ ଗୋ ନାରୀ ତୁମ୍ଭର ବଡ଼ ବିଶ୍ୱାସ ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ ସେହି ମୁହୂର୍ତ୍ତରୁ ତାହାର କନ୍ୟା ସୁସ୍ଥ ହେଲା 29 ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ 30 ପୁଣି ବହୁସଂଖ୍ୟକ ଲୋକ ଖଞ୍ଜ ପଙ୍ଗୁ ଅନ୍ଧ ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ ପୁଣି ସେ ସେମାନଙ୍କୁ ସୁସ୍ଥ କଲେ 31 ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ ପୁଣି ଇସ୍ରାଏଲର ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ 32 ଆଉ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି କାରଣ ଏମାନେ ତିନି ଦିନ ହେଲାଣି ମୋ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ କାଳେ ବାଟରେ ଏମାନେ ମୂର୍ଚ୍ଛା ହୋଇଯାଇ ପାରନ୍ତି ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ 33 ଶିଷ୍ୟମାନେ ତାହାଙ୍କୁ କହିଲେ ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜ୍ଜନ ସ୍ଥାନରେ କେଉଁଠାରୁ ଏତେ ରୁଟି ପାଇବା 34 ଯୀଶୁ ସେମାନଙ୍କୁ ପଚାରିଲେ ତୁମ୍ଭମାନଙ୍କ ପାଖରେ କେତୋଟି ରୁଟି ଅଛି ସେମାନେ କହିଲେ ସାତୋଟି ପୁଣି ଅଳ୍ପ କେତୋଟି ସାନ ମାଛ 35 ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ 36 ଆଉ ଯୀଶୁ ସେହି ସାତୋଟି ରୁଟି ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହି ସବୁ ଶିଷ୍ୟମାନଙ୍କୁ ଦିଅନ୍ତେ ସେମାନେ ଲୋକସମୂହକୁ ଦେଲେ 37 ଆଉ ସମସ୍ତେ ଭୋଜନ କରି ପରିତୃପ୍ତ ହେଲେ ଓ ଭଙ୍ଗା ରୁଟିରୁ ଯାହା ବଳିଲା ତାହା ସେମାନେ ଉଠାଇ ସାତ ଟୋକେଇ ଭର୍ତ୍ତି କଲେ 38 ଭୋଜନ କରିବା ଲୋକେ ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା ଚାରି ହଜାର ପୁରୁଷ ଥିଲେ 39 ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ
Chapter 16
ଯୂନସଙ୍କ ଚିହ୍ନ
(ମାର୍କ.8:11-13; ଲୂକ. 12:54-56)
1 ଫାରୂଶୀ ଓ ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ସେମାନଙ୍କୁ ଆକାଶରୁ ଗୋଟିଏ ଚିହ୍ନ ଦେଖାଇବା ପାଇଁ ତାହାଙ୍କୁ ଅନୁରୋଧ କଲେ 2 କିନ୍ତୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ସନ୍ଧ୍ୟା ସମୟରେ ତୁମ୍ଭେମାନେ କହିଥାଅ ଭଲ ପାଗ ହେବକାରଣ ଆକାଶ ଲାଲ ହୋଇଅଛି 3 ଆଉ ପ୍ରାତଃକାଳରେ କହିଥାଅ, ଆଜି ଝଡ଼ ହେବ, କାରଣ ଆକାଶ ଲାଲ ଓ ମେଘୁଆ ହୋଇଅଛି। ତୁମ୍ଭେମାନେ ଆକାଶର ଲକ୍ଷଣର ଭେଦାଭେଦ ବୁଝି ପାରୁଅଛ, କିନ୍ତୁ କାଳର ଲକ୍ଷଣସବୁ ବୁଝି ପାରୁ ନାହଁ? 4 ଦୁଷ୍ଟ ଓ ବ୍ୟଭିଚାରୀ ବଂଶ ଚିହ୍ନ ଖୋଜନ୍ତି ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ ପୁଣି ସେ ସେମାନଙ୍କୁ ପରିତ୍ୟାଗ କରି ଚାଲିଗଲେ 5 ଶିଷ୍ୟମାନେ ଅନ୍ୟ ପାରିରେ ପହଞ୍ଚି ଦେଖିଲେ ଯେ ସେମାନେ ରୁଟି ନେବାକୁ ପାସୋରି ଯାଇଅଛନ୍ତି 6 ଯୀଶୁ ସେମାନଙ୍କୁ କହିଲେ ସତର୍କ ହୁଅ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ 7 ସେଥିରେ ସେମାନେ ପରସ୍ପର ମଧ୍ୟରେ ତର୍କବିତର୍କ କରି କହିବାକୁ ଲାଗିଲେ ଆମ୍ଭେମାନେ ରୁଟି ଆଣି ନାହୁଁ ବୋଲି ସେ ଏହା କହୁଅଛନ୍ତି 8 କିନ୍ତୁ ଯୀଶୁ ତାହା ଜାଣି କହିଲେ ହେ ଅଳ୍ପ ବିଶ୍ୱାସୀମାନେ ତୁମ୍ଭମାନଙ୍କ ପାଖରେ ରୁଟି ନାହିଁ ବୋଲି କାହିଁକି ପରସ୍ପର ତର୍କବିତର୍କ କରୁଅଛ 9 ତୁମ୍ଭେମାନେ କଣ ଏପର୍ଯ୍ୟନ୍ତ ବୁଝୁ ନାହଁ ଅବା ସେହି ପାଞ୍ଚ ହଜାର ଲୋକଙ୍କ ପାଞ୍ଚୋଟି ରୁଟି ଆଉ କେତେ ଟୋକାଇ ଉଠାଇଲ 10 କିମ୍ବା ସେହି ଚାରି ହଜାର ଲୋକଙ୍କ ସାତୋଟି ରୁଟି ପୁଣି କେତେ ଟୋକେଇ ଉଠାଇଲ ସେହି ସବୁ କି ତୁମ୍ଭର ମନେ ନାହିଁ 11 ମୁଁ ଯେ ତୁମ୍ଭମାନଙ୍କୁ ରୁଟି ବିଷୟରେ କହି ନ ଥିଲି ଏହା କିପରି ବୁଝୁ ନାହଁ କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀର ବିଷୟରେ ସାବଧାନ ହୋଇଥାଅ 12 ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ ଏହା ସେମାନେ ସେତେବେଳେ ବୁଝିଲେ 13 ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଣ କହନ୍ତି 14 ଏଥିରେ ସେମାନେ କହିଲେ କେହି କେହି କହନ୍ତି ବାପ୍ତିଜକ ଯୋହନ କେହି କେହି ଏଲିୟ ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ 15 ସେ ସେମାନଙ୍କୁ ପଚାରିଲେ କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଣ କହୁଅଛ 16 ଶିମୋନ ପିତର ଉତ୍ତର ଦେଲେ ଆପଣ ଖ୍ରୀଷ୍ଟ ଜୀବନ୍ତ ଈଶ୍ୱରଙ୍କ ପୁତ୍ର 17 ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ ହେ ଯୂନସର ପୁତ୍ର ଶିମୋନ ତୁମ୍ଭେ ଧନ୍ୟ କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ ବରଂ ମୋହର ସ୍ୱର୍ଗସ୍ଥ ପିତା ପ୍ରକାଶ କରିଅଛନ୍ତି 18 ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି ତୁମ୍ଭେ ପିତର ପୁଣି ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ 19 ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର କଞ୍ଚି ଦେବି ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ ସ୍ୱର୍ଗରେ ତାହା ବନ୍ଦ ରହିବ ପୁଣି ପୃଥିବୀରେ ଯାହା କିଛି ମୁକ୍ତ କରିବ ସ୍ୱର୍ଗରେ ତାହା ମୁକ୍ତ ରହିବ 20 ସେତେବେଳେ ସେ ଯେ ଖ୍ରୀଷ୍ଟ ଅଟନ୍ତି ଏହା କାହାକୁ ନ କହିବା ପାଇଁ ସେ ଶିଷ୍ୟମାନଙ୍କୁ ଦୃଢ଼ ଆଜ୍ଞା ଦେଲେ 21 ସେହି ସମୟଠାରୁ ଯୀଶୁ ଖ୍ରୀଷ୍ଟ ଆପଣା ଶିଷ୍ୟମାନଙ୍କୁ ବୁଝାଇବାକୁ ଲାଗିଲେ ଯେ ତାହାଙ୍କୁ ଅବଶ୍ୟ ଯିରୂଶାଲମକୁ ଯିବାକୁ ହେବ ଏବଂ ପ୍ରାଚୀନ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରୁ ଅନେକ ଦୁଃଖଭୋଗ କରି ହତ ହେବାକୁ ହେବ ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ 22 ସେଥିରେ ପିତର ତାହାଙ୍କୁ ଗୋଟିଏ ପାଖକୁ ଘେନିଯାଇ ଅନୁଯୋଗ କରି କହିବାକୁ ଲାଗିଲେ ହେ ପ୍ରଭୁ ଈଶ୍ୱର ଆପଣଙ୍କୁ ଦୟା କରନ୍ତୁ ନା ପ୍ରଭୁ ଏହା ଆପଣଙ୍କ ପ୍ରତି କେବେ ହେଁ ନ ଘଟୁ 23 କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ ମୋ ଆଗରୁ ଦୂର ହୁଅ ଶୟତାନ ତୁମ୍ଭେ ମୋର ବିଘ୍ନସ୍ୱରୂପ କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ 24 ସେତେବେଳେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ ତେବେ ସେ ଆପଣାକୁ ଅସ୍ୱୀକାର କରୁ ପୁଣି ଆପଣା କ୍ରୁଶ ନେଇ ମୋହର ଅନୁଗମନ କରୁ 25 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ ସେ ତାହା ହରାଇବ କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ ସେ ତାହା ପାଇବ 26 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣା ଜୀବନ ହରାଏ ତେବେ ତାହାର କି ଲାଭ ହେବ କିମ୍ବା ମନୁଷ୍ୟ ଆପଣା ଜୀବନ ବଦଳରେ କଣ ଦେବ 27 ପୁଣି ମନୁଷ୍ୟପୁତ୍ର ଆପଣା ପିତାଙ୍କ ମହିମାରେ ନିଜ ଦୂତମାନଙ୍କ ସହିତ ଆଗମନ କରିବେ ଏବଂ ସେତେବେଳେ ସେ ପ୍ରତ୍ୟେକ ଲୋକକୁ ତାହାର କର୍ମ ଅନୁସାରେ ଫଳ ଦେବେ 28 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ମନୁଷ୍ୟପୁତ୍ରଙ୍କର ଆପଣା ରାଜ୍ୟରେ ଆଗମନ ନ ଦେଖିବା ପର୍ଯ୍ୟନ୍ତ ଏଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଅାସ୍ୱାଦ ପାଇବେ ନାହିଁ
Chapter 17
ଯୀଶୁଙ୍କ ରୂପାନ୍ତରଣ
(ମାର୍କ. 9:2-13; ଲୂକ. 9:28-36)
1 ଛଅ ଦିନ ପରେ ଯୀଶୁ ପିତର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ସାଙ୍ଗରେ ନେଇ ପୃଥକ କରି ଗୋଟିଏ ଉଚ୍ଚ ପର୍ବତକୁ ନେଇଗଲେ 2 ଆଉ ସେ ସେମାନଙ୍କ ଆଗରେ ରୂପାନ୍ତରିତ ହେଲେ ତାହାଙ୍କର ମୁଖ ସୂର୍ଯ୍ୟ ପରି ଉଜ୍ଜ୍ୱଳ ଓ ତାହାଙ୍କ ବସ୍ତ୍ର ଆଲୋକ ପରି ଶୁଭ୍ରବର୍ଣ୍ଣ ହେଲା 3 ପୁଣି ଦେଖ ମୋଶା ଓ ଏଲିୟ ତାହାଙ୍କ ସହିତ କଥାବାର୍ତ୍ତା କରୁଥିବା ସେମାନଙ୍କୁ ଦେଖାଗଲା 4 ସେଥିରେ ପିତର ଯୀଶୁଙ୍କୁ ଉତ୍ତର ଦେଲେ ହେ ପ୍ରଭୁ ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ ଏହା ଉତ୍ତମ ଆପଣଙ୍କର ଇଚ୍ଛା ହେଲେ ମୁଁ ଏଠାରେ ତିନୋଟି କୁଟୀର ନିର୍ମାଣ କରିବି ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ 5 ସେ ଏହି କଥା କହୁ କହୁ ଦେଖ ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା ଆଉ ଦେଖ ସେହି ମେଘରୁ ଏହି ବାଣୀ ହେଲା ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ ଏହାଙ୍କ ବାକ୍ୟ ଶୁଣ 6 ଏହା ଶୁଣି ଶିଷ୍ୟମାନେ ମୁହଁ ମାଡ଼ି ପଡ଼ିଗଲେ ଓ ଅତିଶୟ ଭୀତ ହେଲେ 7 ସେଥିରେ ଯୀଶୁ ଆସି ସେମାନଙ୍କୁ ସ୍ପର୍ଶ କରି କହିଲେ ଉଠ ଭୟ କର ନାହିଁ 8 ପୁଣି ସେମାନେ ଉପରକୁ ଚାହିଁ କେବଳ ଯୀଶୁଙ୍କ ବିନା ଆଉ କାହାରିକୁ ଦେଖିଲେ ନାହିଁ 9 ସେମାନେ ପର୍ବତରୁ ଓହ୍ଲାଇବା ସମୟରେ ଯୀଶୁ ସେମାନଙ୍କୁ ଆଜ୍ଞା ଦେଇ କହିଲେ ମନୁଷ୍ୟପୁତ୍ର ମୃତମାନଙ୍କ ମଧ୍ୟରୁ ନ ଉଠିବା ପର୍ଯ୍ୟନ୍ତ ଏ ଦର୍ଶନର କଥା କାହାରିକୁ କୁହ ନାହିଁ 10 ପୁଣି ଶିଷ୍ୟମାନେ ତାହାଙ୍କୁ ପଚାରିଲେ ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ 11 ସେ ଉତ୍ତର ଦେଲେ ଏଲିୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ 12 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଏଲିୟ ତ ଆସି ସାରିଲେଣି ମାତ୍ର ଲୋକେ ତାହାଙ୍କୁ ନ ଚିହ୍ନି ଯାହା ଇଚ୍ଛା ତାହା ହିଁ ତାହାଙ୍କ ପ୍ରତି କରିଅଛନ୍ତି ସେହି ପ୍ରକାରେ ମନୁଷ୍ୟପୁତ୍ର ମଧ୍ୟ ସେମାନଙ୍କ ହାତରେ ଦୁଃଖଭୋଗ କରିବାକୁ ଯାଉଅଛନ୍ତି 13 ସେ ଯେ ସେମାନଙ୍କୁ ବାପ୍ତିଜକ ଯୋହନଙ୍କ ବିଷୟରେ କହିଲେ ଶିଷ୍ୟମାନେ ସେତେବେଳେ ତାହା ବୁଝିଲେ 14 ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା 15 ହେ ପ୍ରଭୁ ମୋହର ପୁଅକୁ ଦୟା କରନ୍ତୁ କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି 16 ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି ମାତ୍ର ସେମାନେ ତାହାକୁ ସୁସ୍ଥ କରି ପାରିଲେ ନାହିଁ 17 ଯୀଶୁ ଉତ୍ତର ଦେଲେ ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି ତାହାକୁ ଏଠିକି ମୋ ପାଖକୁ ଆଣ 18 ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା 19 ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ 20 ସେ ସେମାନଙ୍କୁ କହିଲେ ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ ତାହାହେଲେ ଏହି ପର୍ବତକୁ ଏଠାରୁ ସେଠାକୁ ଘୁଞ୍ଚିଯା ବୋଲି କହିଲେ ତାହା ଘୁଞ୍ଚିଯିବ ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ 21 [କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ।]
ନିଜ ମୃତ୍ୟୁ ବିଷୟରେ ଯୀଶୁଙ୍କ ପୁନଃସୂଚନା
(ମାର୍କ.9:30-32; ଲୂକ. 9:43-45)
22 ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି 23 ପୁଣି ସେମାନେ ତାହାଙ୍କୁ ବଧ କରିବେ ଆଉ ତୃତୀୟ ଦିବସରେ ସେ ଉଠିବେ ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ 24 ଏଥିମଧ୍ୟରେ ସେମାନେ କଫର୍ନାହୂମକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ ତୁମ୍ଭମାନଙ୍କର ଗୁରୁ କଣ ମନ୍ଦିରର କର ଦିଅନ୍ତି ନାହିଁ 25 ସେ କହିଲେ ହଁ ଦିଅନ୍ତି ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ ଶିମୋନ ତୁମ୍ଭର ମତ କଣ ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ 26 ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ ତେବେ ତ ପୁତ୍ରମାନେ ମୁକ୍ତ 27 କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ ଏଥିପାଇଁ ସମୁଦ୍ରକୁ ଯାଇ ବନ୍ଶୀ କଣ୍ଟା ପକାଅ ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟମୁଦ୍ରା ପାଇବ ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ
Chapter 18
ସବୁଠାରୁ ଶ୍ରେଷ୍ଠ ସବୁଠାରୁ ନମ୍ର
(ମାର୍କ. 9:33-37, ଲୂକ. 9:46-48)
1 ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ 2 ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ 3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ 4 ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ 5 ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ ସେ ମୋତେ ଗ୍ରହଣ କରେ 6 କିନ୍ତୁ ଯେ କେହି ମୋଠାରେ ବିଶ୍ୱାସ କରୁଥିବା ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହୁଏ ତାହା ବେକରେ ଗୋଟିଏ ବଡ଼ ଚକିପଥର ଟଙ୍ଗାଯାଇ ତାହାକୁ ମହାସାଗରରେ ଅଗାଧ ଜଳରେ ବୁଡ଼ାଇ ଦିଆଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା 7 ହାୟ ସଂସାର ବିଘ୍ନ ସକାଶେ ସନ୍ତାପର ପାତ୍ର ବିଘ୍ନ ତ ନିଶ୍ଚୟ ଘଟିବ କିନ୍ତୁ ହାୟ ଯେଉଁ ଲୋକ ଦ୍ୱାରା ବିଘ୍ନ ଘଟେ ସେ ସନ୍ତାପର ପାତ୍ର 8 ତୁମ୍ଭର ହସ୍ତ ଅବା ପାଦ ଯଦି ତୁମ୍ଭର ବିଘ୍ନର କାରଣ ହୁଏ ତେବେ ତାହା କାଟି ଫୋପାଡ଼ିଦିଅ ଦୁଇ ହସ୍ତ ଓ ଦୁଇ ପାଦ ନେଇ ଅନନ୍ତ ଅଗ୍ନିରେ ପଡ଼ିବା ଅପେକ୍ଷା ବରଂ ପଙ୍ଗୁ ଅବା ଖଞ୍ଜ ହୋଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ 9 ଆଉ ତୁମ୍ଭର ଚକ୍ଷୁ ଯଦି ତୁମ୍ଭର ବିଘ୍ନର କାରଣ ହୁଏ ତେବେ ତାହାକୁ ଉପାଡ଼ି ଫୋପାଡ଼ିଦିଅ ଦୁଇ ଚକ୍ଷୁ ନେଇ ଅଗ୍ନିମୟ ନର୍କରେ ପଡ଼ିବା ବରଂ ଏକ ଚକ୍ଷୁ ନେଇ ଜୀବନରେ ପ୍ରବେଶ କରିବା ତୁମ୍ଭ ପକ୍ଷରେ ଭଲ 10 ସାବଧାନ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି 11 [କାରଣ ଯାହା ହଜିଅଛି, ତାହା ରକ୍ଷା କରିବା ନିମନ୍ତେ ମନୁଷ୍ୟପୁତ୍ର ଆସିଅଛନ୍ତି।]
12 ତୁମ୍ଭେମାନେ କଣ ମନେ କଲ କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ ତେବେ କଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ 13 ଆଉ ଯଦି ସେ ତାହାକୁ ପାଏ ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛିଯେଉଁ ଅନେଶତଟି ହଜି ଯାଇ ନ ଥିଲେ ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ 14 ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ 15 ଯଦି ତୁମ୍ଭ ଭାଇ ପାପ କରେ ତେବେ ଯାଇ କେବଳ ତୁମ୍ଭ ଦୁଇ ଜଣଙ୍କ ମଧ୍ୟରେ ତାହାକୁ ତାହାର ଦୋଷ ଦେଖାଅ ଯଦି ସେ ତୁମ୍ଭର କଥା ଶୁଣେ ତେବେ ତୁମ୍ଭେ ଆପଣା ଭାଇ କି ଲାଭ କଲ 16 କିନ୍ତୁ ଯଦି ସେ ନ ଶୁଣେ ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ 17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ ତେବେ ମଣ୍ଡଳୀକୁ କୁହ ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ 18 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ତୁମ୍ଭେମାନେ ପୃଥିବୀରେ ଯାହାସବୁ ବନ୍ଦ କରିବ ସ୍ୱର୍ଗରେ ସେହି ସବୁ ବନ୍ଦ ରହିବ ପୁଣି ପୃଥିବୀରେ ଯାହାସବୁ ମୁକ୍ତ କରିବ ସ୍ୱର୍ଗରେ ସେହି ସବୁ ମୁକ୍ତ ରହିବ 19 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ 20 କାରଣ ଯେଉଁ ସ୍ଥାନରେ ଦୁଇ କି ତିନି ଜଣ ମୋ ନାମରେ ଏକତ୍ର ହୁଅନ୍ତି ସେହି ସ୍ଥାନରେ ମୁଁ ସେମାନଙ୍କ ମଧ୍ୟରେ ଉପସ୍ଥିତ ଅଛି 21 ସେତେବେଳେ ପିତର ତାହାଙ୍କ ନିକଟକୁ ଆସି ପଚାରିଲେ ହେ ପ୍ରଭୁ କେତେ ଥର ମୋହର ଭାଇ ମୋ ବିରୁଦ୍ଧରେ ପାପ କଲେ ମୁଁ କ୍ଷମା କରିବି 22 କି ସାତ ଥର ପର୍ଯ୍ୟନ୍ତ ଯୀଶୁ ତାହାଙ୍କୁ କହିଲେ ତୁମ୍ଭକୁ କେବଳ ସାତ ଥର ପର୍ଯ୍ୟନ୍ତ କହୁ ନାହିଁ 23 ମାତ୍ର ସତୁରି ଗୁଣ ସାତ ଥର ପର୍ଯ୍ୟନ୍ତ ଅତଏବ ସ୍ୱର୍ଗରାଜ୍ୟ ଆପଣା ଦାସମାନଙ୍କ ସହିତ ହିସାବ କରିବାକୁ ଇଚ୍ଛୁକ ଜଣେ ରାଜାଙ୍କ ସଦୃଶ 24 ସେ ହିସାବ ଆରମ୍ଭ କରନ୍ତେ ତିନି କୋଟି ଟଙ୍କା ଋଣ କରିଥିବା ଜଣେ ଦାସ ତାହାଙ୍କ ଛାମୁକୁ ଅଣାଗଲା 25 କିନ୍ତୁ ତାହାର ପରିଶୋଧ କରିବାକୁ କିଛି ନ ଥିବାରୁ ତାହାର ପ୍ରଭୁ ତାହାକୁ ଏବଂ ତାହାର ସ୍ତ୍ରୀ ପିଲାପିଲି ଓ ସର୍ବସ୍ୱ ବିକ୍ରୟ କରି ପରିଶୋଧ ନେବାକୁ ଆଜ୍ଞା ଦେଲେ 26 ତେଣୁ ସେହି ଦାସ ତାହାଙ୍କୁ ଭୂମିଷ୍ଠ ପ୍ରଣାମ କରି କହିବାକୁ ଲାଗିଲା ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ ମୁଁ ଆପଣକୁ ସବୁ ପରିଶୋଧ କରିଦେବି 27 ସେଥିରେ ସେହି ଦାସର ପ୍ରଭୁ ଦୟା କରି ତାହାକୁ ମୁକ୍ତ କରିଦେଲେ ଓ ତାହାର ଋଣ କ୍ଷମା କଲେ 28 କିନ୍ତୁ ସେହି ଦାସ ବାହାରିଯାଇ ତାହାଠାରୁ ପଚାଶ ଟଙ୍କା ଋଣ କରିଥିବା ଜଣେ ସହଦାସର ଦେଖା ପାଇ ତାହାକୁ ଧରି ତାହାର ଗଳା ଚିପି କହିବାକୁ ଲାଗିଲା ତୁ ଯାହା ଧାରୁ ଶୁଝିଦେ 29 ତେଣୁ ତାହାର ସହଦାସ ଭୂମିଷ୍ଠ ହୋଇ ତାହାକୁ ବିନତି କରି କହିବାକୁ ଲାଗିଲା ଆପଣ ମୋ ବିଷୟରେ ଧୈର୍ଯ୍ୟ ଧରନ୍ତୁ ମୁଁ ଆପଣଙ୍କୁ ପରିଶୋଧ କରିଦେବି 30 ମାତ୍ର ସେ ସମ୍ମତ ହେଲା ନାହିଁ କିନ୍ତୁ ଯାଇ ଋଣ ପରିଶୋଧ ନ କରିବା ଯାଏ ତାହାକୁ କାରାଗାରରେ ପକାଇଦେଲା 31 ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ 32 ସେଥିରେ ତାହାର ପ୍ରଭୁ ତାହାକୁ ପାଖକୁ ଡ଼କାଇ କହିଲେ ରେ ଦୁଷ୍ଟ ଦାସ ତୁ ମୋତେ ବିନତି କରିବାରୁ ମୁଁ ତୋର ସେହି ସମସ୍ତ ଋଣ କ୍ଷମା କଲି 33 ମୁଁ ଯେରୂପେ ତୋତେ ଦୟା କଲି ସେରୂପେ ମଧ୍ୟ ଆପଣାର ସହ ଦାସକୁ କ୍ଷମା କରିବା ତୋହର କର୍ତ୍ତବ୍ୟ ନ ଥିଲା 34 ଆଉ ତାହାର ପ୍ରଭୁ ରାଗିଯାଇ ସମସ୍ତ ଋଣ ପରିଶୋଧ ନ କରିବା ପର୍ଯ୍ୟନ୍ତ ତାହାକୁ ଯନ୍ତ୍ରଣା ଦେବା ଲୋକମାନଙ୍କ ହାତରେ ସମର୍ପଣ କଲେ 35 ତୁମ୍ଭେ ପ୍ରତ୍ୟେକ ଜଣ ଯଦି ଅନ୍ତର ସହ ଆପଣା ଆପଣା ଭାଇକୁ କ୍ଷମା ନ କର ତାହାହେଲେ ମୋହର ସ୍ୱର୍ଗସ୍ଥ ପିତା ହିଁ ତୁମ୍ଭମାନଙ୍କ ପ୍ରତି ସେହି ପ୍ରକାର କରିବେ
Chapter 19
ଛାଡ଼ପତ୍ର ସମ୍ପର୍କରେ ଯୀଶୁଙ୍କ ଶିକ୍ଷା
(ମାର୍କ. 10:1-12)
1 ଯୀଶୁ ଏହି ସମସ୍ତ କଥା ସମାପ୍ତ କରିବା ପରେ ଗାଲିଲୀରୁ ଚାଲିଯାଇ ଯର୍ଦନର ଆରପାରରେ ଥିବା ଯିହୂଦା ସୀମାରେ ଉପସ୍ଥିତ ହେଲେ 2 ପୁଣି ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଗଲେ ଆଉ ସେ ସେଠାରେ ସେମାନଙ୍କୁ ସୁସ୍ଥ କଲେ 3 ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଣ ନ୍ୟାୟସଙ୍ଗତ 4 ସେ ଉତ୍ତର ଦେଲେ ତୁମ୍ଭେମାନେ କଣ ପାଠ କରି ନାହଁ ଯେ ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ 5 ଆଉ କହିଲେ ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ ଆଉ ସେ ଦୁହେଁ ଏକାଙ୍ଗ ହେବେ 6 ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି କିନ୍ତୁ ଏକାଙ୍ଗ ଅଟନ୍ତି ଅତଏବ ଈଶ୍ୱର ଯାହା ସଂଯୁକ୍ତ କରିଅଛନ୍ତି ମନୁଷ୍ୟ ତାହା ଅଲଗା ନ କରୁ 7 ସେମାନେ ତାହାଙ୍କୁ ପଚାରିଲେ ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ 8 ଯୀଶୁ ସେମାନଙ୍କୁ କହିଲେ କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ କିନ୍ତୁ ଆଦ୍ୟରୁ ସେପରି ନ ଥିଲା 9 ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ ସେ ବ୍ୟଭିଚାର କରେ 10 ଶିଷ୍ୟମାନେ ତାହାଙ୍କୁ କହିଲେ ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ ତେବେ ବିବାହ କରିବା ଭଲ ନୁହେଁ 11 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ ସମସ୍ତେ ଏହି କଥା ଗ୍ରହଣ କରି ପାରନ୍ତି ନାହିଁ କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି ସେମାନେ କରି ପାରନ୍ତି 12 କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି ପୁଣି ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି ଯେଉଁ ଲୋକ ଗ୍ରହଣ କରି ପାରେ ସେ ଗ୍ରହଣ କରୁ 13 ସେତେବେଳେ ଯୀଶୁ ଯେପରି ଶିଶୁମାନଙ୍କ ଉପରେ ହାତ ରଖି ପ୍ରାର୍ଥନା କରନ୍ତି ଏଥିପାଇଁ ସେମାନେ ତାହାଙ୍କ ନିକଟକୁ ଅଣାଗଲେ ମାତ୍ର ଶିଷ୍ୟମାନେ ଆଣୁଥିବା ଲୋକମାନଙ୍କୁ ଧମକ ଦେଲେ 14 କିନ୍ତୁ ଯୀଶୁ କହିଲେ ଶିଶୁମାନଙ୍କୁ ଛାଡ଼ିଦିଅ ସେମାନଙ୍କୁ ମୋ ପାଖକୁ ଆସିବାକୁ ମନା କର ନାହିଁ କାରଣ ସ୍ୱର୍ଗରାଜ୍ୟ ଏହି ପ୍ରକାର ଲୋକମାନଙ୍କର 15 ଆଉ ସେ ସେମାନଙ୍କ ଉପରେ ହାତ ରଖି ସେଠାରୁ ଚାଲିଗଲେ 16 ଆଉ ଦେଖ ଜଣେ ତାହାଙ୍କ ନିକଟକୁ ଆସି ପଚାରିଲେ ହେ ଗୁରୁ ଅନନ୍ତ ଜୀବନ ପ୍ରାପ୍ତ ହେବା ନିମନ୍ତେ ମୁଁ କେଉଁ ସତ୍କର୍ମ କରିବି 17 ସେ ତାହାଙ୍କୁ କହିଲେ ସତ୍ କେବଳ ଜଣେ କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର ତେବେ ଆଜ୍ଞାସବୁ ପାଳନ କର 18 ସେ ତାହାଙ୍କୁ ପଚାରିଲେ କି କି ପ୍ରକାର ଆଜ୍ଞା ଯୀଶୁ କହିଲେ ଏହି ସବୁ ନରହତ୍ୟା କର ନାହିଁ ବ୍ୟଭିଚାର କର ନାହିଁ ଚୋରି କର ନାହିଁ ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ 19 ପିତାମାତାଙ୍କୁ ସମାଦର କର ପୁଣି ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର 20 ସେହି ଯୁବକ ତାହାଙ୍କୁ କହିଲେ ଏହି ସମସ୍ତ ମୁଁ ପାଳନ କରିଅଛି ମୋହର ଆଉ କଣ ଉଣା ଅଛି 21 ଯୀଶୁ ତାହାଙ୍କୁ କହିଲେ ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ ପୁଣି ଆସି ମୋହର ଅନୁଗମନ କର 22 କିନ୍ତୁ ଏହି କଥା ଶୁଣି ଯୁବକଟି ଦୁଃଖିତ ହୋଇ ଚାଲିଗଲେ କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା 23 ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ 24 ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି ଈଶ୍ୱରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ 25 ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ ତେବେ କିଏ ପରିତ୍ରାଣ ପାଇ ପାରେ 26 ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ ଏହା ମନୁଷ୍ୟର ଅସାଧ୍ୟ କିନ୍ତୁ ଈଶ୍ୱରଙ୍କର ସମସ୍ତ ସାଧ୍ୟ 27 ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ ଦେଖନ୍ତୁ ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ ଆମ୍ଭେମାନେ ତେବେ କଣ ପାଇବା 28 ଯୀଶୁ ସେମାନଙ୍କୁ କହିଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ ସେତେବେଳେ ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ 29 ପୁଣି ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ ସେ ବହୁଗୁଣ ପାଇବ ପୁଣି ଅନନ୍ତ ଜୀବନର ଅଧିକାରୀ ହେବ 30 କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ
Chapter 20
ଦ୍ରାକ୍ଷାକ୍ଷେତ୍ରର ମୂଲିଆ
1 କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ 2 ଆଉ ସେ ମୂଲିଆମାନଙ୍କ ସହିତ ଦିନକୁ ଏକ ଦିନର ମୂଲ ପାଇଁ ଚୁକ୍ତି କରି ସେମାନଙ୍କୁ ଆପଣା ଦ୍ରାକ୍ଷାକ୍ଷେତ୍ରକୁ ପଠାଇଲେ 3 ପୁଣି ପ୍ରାୟ ନଅଟା ସମୟରେ ବାହାରିଯାଇ ବଜାରରେ ଅନ୍ୟମାନଙ୍କୁ ନିଷ୍କର୍ମା ହୋଇ ଠିଆ ହୋଇଥିବା ଦେଖି ସେମାନଙ୍କୁ ମଧ୍ୟ କହିଲେ 4 ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ ପୁଣି ଯାହା ଠିକ୍ ତାହା ତୁମ୍ଭମାନଙ୍କୁ ଦେବି ଆଉ ସେମାନେ ଗଲେ 5 ପୁଣି ଥରେ ସେ ପ୍ରାୟ ବାରଟା ଓ ତିନିଟା ସମୟରେ ବାହାରିଯାଇ ସେହି ପ୍ରକାର କଲେ 6 ପୁଣି ପ୍ରାୟ ପାଞ୍ଚଟା ସମୟରେ ସେ ବାହାରିଯାଇ ଆଉ କେତେକ ଜଣଙ୍କୁ ଠିଆ ହୋଇଥିବା ଦେଖି ସେମାନଙ୍କୁ ପଚାରିଲେ ତୁମ୍ଭେମାନେ କାହିଁକି ଏଠାରେ ଦିନଯାକ ଖାଲିରେ ଠିଆ ହୋଇଅଛ 7 ସେମାନେ ତାହାଙ୍କୁ କହିଲେ କାରଣ କେହି ଆମ୍ଭମାନଙ୍କୁ ମୂଲ ଲଗାଇ ନାହାଁନ୍ତି ସେ ସେମାନଙ୍କୁ କହିଲେ ତୁମ୍ଭେମାନେ ମଧ୍ୟ ଦ୍ରାକ୍ଷାକ୍ଷେତ୍ରକୁ ଯାଅ 8 ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଆପଣା ବେବର୍ତ୍ତାଙ୍କୁ କହିଲେ ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ 9 ସେଥିରେ ଯେଉଁମାନେ ପ୍ରାୟ ପାଞ୍ଚଟା ସମୟରେ ମୂଲ ଲଗାଯାଇଥିଲେ ସେମାନେ ଆସି ଏକ ଦିନର ମୂଲ ଲେଖାଏଁ ପାଇଲେ 10 ପୁଣି ପ୍ରଥମେ ଲଗାଯାଇଥିବା ମୂଲିଆମାନେ ଆସି ଅଧିକ ପାଇବେ ବୋଲି ମନେ କଲେ ମାତ୍ର ସେମାନେ ମଧ୍ୟ ଏକ ଦିନର ମୂଲ ଲେଖାଏଁ ପାଇଲେ 11 କିନ୍ତୁ ତାହା ପାଇ ସେମାନେ ଘରର ଅଧିକାରୀଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ 12 ଏହି ଶେଷର ଲୋକମାନେ ଘଣ୍ଟାଏମାତ୍ର କାମ କଲେ ଆଉ ଆମ୍ଭେମାନେ ଦିନଯାକ ଖଟି ଖଟି ଖରାରେ ଜଳିପୋଡ଼ିଗଲେ ସୁଦ୍ଧା ତୁମ୍ଭେ ସେମାନଙ୍କୁ ଆମ୍ଭମାନଙ୍କ ସମାନ କଲ 13 କିନ୍ତୁ ସେ ସେମାନଙ୍କ ମଧ୍ୟରୁ ଜଣକୁ ଉତ୍ତର ଦେଲେ ଭାଇ ତୋ ପ୍ରତି ମୁଁ ଅନ୍ୟାୟ କରୁ ନାହିଁ ତୁ କଅଣ ମୋ ସାଙ୍ଗରେ ଏକ ଦିନର ମୂଲ ପାଇଁ ଚୁକ୍ତି କରି ନ ଥିଲୁ 14 ତୋର ଯାହା ତାହା ନେଇ ଚାଲିଯା କିନ୍ତୁ ଏହି ଶେଷ ଲୋକକୁ ସୁଦ୍ଧା ତୋ ପରି ଦେବା ପାଇଁ ମୋହର ଇଚ୍ଛା 15 ନିଜ ସମ୍ପତ୍ତିକୁ ନିଜ ଇଚ୍ଛାନୁସାରେ ବ୍ୟବହାର କରିବାକୁ କଅଣ ମୋର ଅଧିକାର ନାହିଁ ନା ମୁଁ ଦାନଶୀଳ ହେବାରୁ ତୁ ଈର୍ଷାଦୃଷ୍ଟି କରୁଅଛୁ 16 ସେହିପରି ଶେଷରେ ଥିବା ଲୋକେ ପ୍ରଥମେ ହେବେ ଓ ପ୍ରଥମରେ ଥିବା ଲୋକେ ଶେଷରେ ପଡ଼ିବେ 17 ଯୀଶୁ ଯିରୂଶାଲମକୁ ଯାତ୍ରା କରିବା ନିମନ୍ତେ ଉଦ୍ୟତ ହେଉଥିବା ସମୟରେ ଦ୍ୱାଦଶଙ୍କୁ ପୃଥକ୍ କରି ପଥ ମଧ୍ୟରେ ସେମାନଙ୍କୁ କହିଲେ 18 ଦେଖ ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ ଆଉ ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ 19 ପୁଣି ସେମାନେ ତାହାଙ୍କୁ ପ୍ରାଣ ଦଣ୍ଡାଜ୍ଞା ଦେଇ ପରିହାସ କୋରଡ଼ା ପ୍ରହାର ଓ କ୍ରୁଶରେ ବଧ କରିବା ନିମନ୍ତେ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପଣ କରିବେ ଆଉ ତୃତୀୟ ଦିବସରେ ସେ ଉଠିବେ 20 ସେତେବେଳେ ଜେବଦୀଙ୍କ ପୁତ୍ରମାନଙ୍କ ମାତା ଆପଣା ପୁତ୍ରମାନଙ୍କୁ ସାଙ୍ଗରେ ନେଇ ତାହାଙ୍କ ଛାମୁକୁ ଆସି ପ୍ରଣାମ କରି ତାହାଙ୍କଠାରୁ କିଛି ମାଗିଲେ 21 ସେଥିରେ ସେ ତାହାଙ୍କୁ ପଚାରିଲେ ତୁମ୍ଭେ କଣ ଇଚ୍ଛା କରୁଅଛ ସେ ତାହାଙ୍କୁ କହିଲେ ଆପଣଙ୍କ ରାଜ୍ୟରେ ଯେପରି ମୋହର ଏହି ଦୁଇ ପୁତ୍ରଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଜଣେ ବାମ ପାର୍ଶ୍ୱରେ ବସନ୍ତି ଏହା ଆଜ୍ଞା କରନ୍ତୁ 22 କିନ୍ତୁ ଯୀଶୁ ଉତ୍ତର ଦେଲେ ତୁମ୍ଭେମାନେ କଣ ମାଗୁଅଛ ତାହା ଜାଣୁ ନାହଁ ମୁଁ ଯେଉଁ ପାତ୍ରରେ ପାନ କରିବାକୁ ଯାଉଅଛି ସେଥିରେ କି ତୁମ୍ଭେମାନେ ପାନ କରି ପାର 23 ସେମାନେ ତାହାଙ୍କୁ କହିଲେ ପାରୁ ସେ ସେମାନଙ୍କୁ କହିଲେ ତୁମ୍ଭେମାନେ ମୋହର ପାତ୍ରରେ ପାନ କରିବ ସତ କିନ୍ତୁ ମୋହର ଦକ୍ଷିଣ ଓ ବାମ ପାର୍ଶ୍ୱରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ ବରଂ ଯେଉଁମାନଙ୍କ ନିମନ୍ତେ ମୋହର ପିତାଙ୍କ ଦ୍ୱାରା ସ୍ଥାନ ପ୍ରସ୍ତୁତ କରାଯାଇଅଛି ସେମାନେ ବସିବେ 24 ଅନ୍ୟ ଦଶ ଜଣ ଶିଷ୍ୟ ଏହା ଶୁଣି ସେହି ଦୁଇ ଭାଇଙ୍କ ଉପରେ ବିରକ୍ତ ହେଲେ 25 କିନ୍ତୁ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ ଅଣଯିହୂଦୀମାନଙ୍କ ଶାସନକର୍ତ୍ତାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି ଏହା ତୁମ୍ଭେମାନେ ଜାଣ 26 ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେ କେହି ମହାନ ହେବାକୁ ଇଚ୍ଛା କରେ ସେ ତୁମ୍ଭମାନଙ୍କର ସେବକ ହେଉ 27 ଆଉ ଯେ କେହି ପ୍ରଧାନ ହେବାକୁ ଇଚ୍ଛା କରେ ସେ ତୁମ୍ଭମାନଙ୍କର ଦାସ ହେଉ 28 ଯେପରି ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାଁନ୍ତି ମାତ୍ର ସେବା କରିବାକୁ ଓ ଅନେକଙ୍କ ପାଇଁ ମୁକ୍ତିର ମୂଲ୍ୟ ସ୍ୱରୂପେ ପ୍ରାଣ ଦେବାକୁ ଆସିଅଛନ୍ତି 29 ସେମାନେ ଯିରୀହୋରୁ ବାହାରିବା ସମୟରେ ବହୁସଂଖ୍ୟକ ଲୋକ ତାହାଙ୍କର ପଛେ ପଛେ ଗଲେ 30 ଆଉ ଦେଖ ପଥ ପାର୍ଶ୍ୱରେ ଦୁଇ ଜଣ ଅନ୍ଧ ଯୀଶୁ ସେହି ପଥ ଦେଇ ଯାଉଅଛନ୍ତି ବୋଲି ଶୁଣି ଉଚ୍ଚ ସ୍ୱର କରି କହିଲେ ହେ ପ୍ରଭୁ ଦାଉଦ ସନ୍ତାନ ଆମ୍ଭମାନଙ୍କୁ ଦୟା କରନ୍ତୁ 31 ମାତ୍ର ଲୋକସମୂହ ସେମାନଙ୍କୁ ତୁନି ହେବା ପାଇଁ ଧମକ ଦେଲେ କିନ୍ତୁ ସେମାନେ ଆହୁରି ଉଚ୍ଚ ସ୍ୱର କରି କହିଲେ ହେ ପ୍ରଭୁ ଦାଉଦ ସନ୍ତାନ ଆମ୍ଭମାନଙ୍କୁ ଦୟା କରନ୍ତୁ 32 ସେଥିରେ ଯୀଶୁ ଠିଆ ହୋଇ ସେମାନଙ୍କୁ ଡାକି ପଚାରିଲେ ମୁଁ ତୁମ୍ଭମାନଙ୍କ ପାଇଁ କଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ 33 ସେମାନେ ତାହାଙ୍କୁ କହିଲେ ହେ ପ୍ରଭୁ ଯେପରି ଆମ୍ଭମାନଙ୍କର ଆଖି ଫିଟିଯାଏ 34 ଆଉ ଯୀଶୁ ଦୟାରେ ବିଗଳିତ ହୋଇ ସେମାନଙ୍କର ଚକ୍ଷୁ ସ୍ପର୍ଶ କଲେ ଓ ସେହିକ୍ଷଣି ସେମାନେ ଦେଖି ପାରିଲେ ଓ ଯୀଶୁଙ୍କ ପଛେ ପଛେ ଚାଲିବାକୁ ଲାଗିଲେ
Chapter 21
ଯୀଶୁଙ୍କ ବିଜୟ ଯାତ୍ରା
(ମାର୍କ. 11:1-11; ଲୂକ. 19:28-40; ଯୋହ. 12:12-19)
1 ଯେତେବେଳେ ସେମାନେ ଯିରୂଶାଲମର ନିକଟବର୍ତ୍ତୀ ହୋଇ ବୈଥ୍ଫାଗୀ ଓ ଜୀତପର୍ବତ ନିକଟରେ ଉପସ୍ଥିତ ହେଲେ ସେତେବେଳେ ଯୀଶୁ ଦୁଇ ଶିଷ୍ୟଙ୍କୁ ଏହି କଥା କହି ପଠାଇଲେ 2 ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ ଆଉ ଯିବାମାତ୍ରେ ବନ୍ଧା ହୋଇଥିବା ଗୋଟିଏ ଗର୍ଦ୍ଦଭୀ ଓ ତାହା ସହିତ ଗୋଟିଏ ଶାବକକୁ ଦେଖିବ ସେମାନଙ୍କୁ ଫିଟାଇ ମୋ ନିକଟକୁ ନେଇଆସ 3 ଆଉ ଯେବେ କେହି ତୁମ୍ଭମାନଙ୍କୁ କିଛି କହେ ତେବେ କହିବ ଏମାନଙ୍କଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି ସେହିକ୍ଷଣି ସେ ସେମାନଙ୍କୁ ପଠାଇଦେବ 4 ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ଯେପରି ସଫଳ ହୁଏ ସେଥିନିମନ୍ତେ ଏହା ଘଟିଲା 5 ସିୟୋନର କନ୍ୟାକୁ କୁହ ଦେଖ୍ ତୋର ରାଜା ତୋ ନିକଟକୁ ଆସୁଅଛନ୍ତି ସେ ନମ୍ର ଓ ଗର୍ଦ୍ଦଭାରୋହୀ ଶାବକ ଗର୍ଦ୍ଦଭଶାବକାରୋହୀ 6 ସେଥିରେ ଶିଷ୍ୟମାନେ ଯାଇ ଯୀଶୁଙ୍କ ଆଦେଶ ଅନୁସାରେ କାମ କଲେ 7 ପୁଣି ଗର୍ଦ୍ଦଭୀ ଓ ଶାବକଟି ଆଣି ସେମାନଙ୍କ ଉପରେ ବସ୍ତ୍ର ପାତିଦେଲେ ଆଉ ସେ ତାହା ଉପରେ ବସିଲେ 8 ପୁଣି ଲୋକମାନଙ୍କ ମଧ୍ୟରୁ ଅଧିକାଂଶ ଆପଣା ଆପଣା ଲୁଗା ପଥରେ ବିଛାଇଲେ ଓ ଅନ୍ୟମାନେ ଗଛରୁ ଡାଳ କାଟି ଆଣି ବାଟରେ ବିଛାଇଦେବାକୁ ଲାଗିଲେ 9 ଆଉ ତାହାଙ୍କ ଆଗରେ ଓ ପଛରେ ଯାଉଥିବା ଲୋକମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ ହୋଶାନ୍ନା ଦାଉଦ ସନ୍ତାନ ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି ସେ ଧନ୍ୟ ଊର୍ଦ୍ଧ୍ୱଲୋକରେ ହୋଶାନ୍ନା 10 ଆଉ ସେ ଯିରୂଶାଲମରେ ପ୍ରବେଶ କରନ୍ତେ ନଗରଯାକ ଏ କିଏ ବୋଲି ଚହଳ ପଡ଼ିଗଲା 11 ସେଥିରେ ଲୋକସମୂହ କହିଲେ ଏ ଗାଲିଲୀସ୍ଥ ନାଜରିତର ଭାବବାଦୀ ଯୀଶୁ 12 ପରେ ଯୀଶୁ ଈଶ୍ୱରଙ୍କ ମନ୍ଦିରରେ ପ୍ରବେଶ କରି ସେ ସ୍ଥାନରେ କିଣାବିକା କରୁଥିବା ସମସ୍ତ ଲୋକଙ୍କୁ ବାହାର କରିଦେଲେ ପୁଣି ମୁଦ୍ରା ବ୍ୟବସାୟୀମାନଙ୍କର ମେଜ ଓ କାପ୍ତା ବ୍ୟବସାୟୀମାନଙ୍କର ଆସନ ଓଲଟାଇ ପକାଇଲେ 13 ଆଉ ଯୀଶୁ ସେମାନଙ୍କୁ କହିଲେ ଲେଖା ଅଛି ଆମ୍ଭର ଗୃହ ପ୍ରାର୍ଥନାର ଗୃହ ବୋଲି ପରିଚିତ ହେବ କିନ୍ତୁ ତୁମ୍ଭେମାନେ ତାହାକୁ ଡକାୟତମାନଙ୍କ ବାସସ୍ଥାନ କରୁଅଛ 14 ପୁଣି ମନ୍ଦିରରେ ଅନ୍ଧ ଓ ଖଞ୍ଜ ଲୋକେ ତାହାଙ୍କ ପାଖକୁ ଆସନ୍ତେ ସେ ସେମାନଙ୍କୁ ସୁସ୍ଥ କଲେ 15 କିନ୍ତୁ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ତାହାଙ୍କ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଓ ମନ୍ଦିର ମଧ୍ୟରେ ହୋଶାନ୍ନା ଦାଉଦ ସନ୍ତାନ ବୋଲି ଉଚ୍ଚ ସ୍ୱର କରୁଥିବା ପିଲାମାନଙ୍କୁ ଦେଖି ବିରକ୍ତ ହେଲେ 16 ପୁଣି ତାହାଙ୍କୁ ପଚାରିଲେ ଏମାନେ କଣ କହୁଅଛନ୍ତି ତାହା କି ତୁମ୍ଭେ ଶୁଣୁଅଛ ଯୀଶୁ ସେମାନଙ୍କୁ କହିଲେ ହଁ ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ 17 ଆଉ ସେ ସେମାନଙ୍କୁ ଛାଡ଼ିଦେଇ ନଗରରୁ ବାହାରି ବେଥନିଆକୁ ଯାଇ ସେଠାରେ ରାତି କଟାଇଲେ 18 ସକାଳେ ସେ ନଗରକୁ ଫେରିବା ସମୟରେ କ୍ଷୁଧିତ ହେଲେ 19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ ପୁଣି କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ ଆଉ କଦାପି ତୋଠାରେ ଫଳ ନ ହେଉ ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା 20 ଶିଷ୍ୟମାନେ ତାହା ଦେଖି ଚମତ୍କୃତ ହୋଇ କହିଲେ ଡିମ୍ବିରିଗଛଟି କିପରି ସେହିକ୍ଷଣି ଶୁଖିଗଲା 21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ ଆଉ ତୁମ୍ଭେମାନେ ସନ୍ଦେହ ନ କର ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି କେବଳ ଯେ ସେପରି କରିବ ତାହା ନୁହେଁ ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ ତାହାହେଲେ ତାହା ହେବ 22 ପୁଣି ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ ସେହି ସବୁ ପାଇବ 23 ପରେ ସେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବା ସମୟରେ ପ୍ରଧାନ ଯାଜକମାନେ ଓ ଲୋକଙ୍କର ପ୍ରାଚୀନବର୍ଗ ତାହାଙ୍କ ନିକଟକୁ ଆସି ପଚାରିଲେ ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ଆଉ ତୁମ୍ଭକୁ କିଏ ଏହି ଅଧିକାର ଦେଲା 24 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି ଯଦି ତୁମ୍ଭେମାନେ ମୋତେ ତାହା କହିବ ତେବେ କେଉଁ ଅଧିକାରରେ ମୁଁ ଏହି ସମସ୍ତ କରୁଅଛି ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି 25 ଯୋହନଙ୍କର ବାପ୍ତିସ୍ମ କେଉଁଠାରୁ ହୋଇଥିଲା ସ୍ୱର୍ଗରୁ ବା ମନୁଷ୍ୟଠାରୁ ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ ଯଦି ସ୍ୱର୍ଗରୁ ବୋଲି କହିବୁ ତାହାହେଲେ ସେ ଆମ୍ଭମାନଙ୍କୁ କହିବେ ତେବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ 26 କିନ୍ତୁ ଯଦି ମନୁଷ୍ୟଠାରୁ ବୋଲି କହିବୁ ତେବେ ଲୋକସମୂହକୁ ତ ଭୟ କାରଣ ସମସ୍ତେ ଯୋହନଙ୍କୁ ଭାବବାଦୀ ବୋଲି ମାନନ୍ତି 27 ଏଣୁ ସେମାନେ ଯୀଶୁଙ୍କୁ ଉତ୍ତର ଦେଲେ ଆମ୍ଭେମାନେ ଜାଣୁ ନାହୁଁ ସେ ମଧ୍ୟ ସେମାନଙ୍କୁ କହିଲେ ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ 28 ମାତ୍ର ତୁମ୍ଭେମାନେ କଣ ମନେ କର ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ ସେ ପ୍ରଥମ ନିକଟକୁ ଆସି କହିଲେ ପୁଅ ଯା ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର 29 ସେ ଉତ୍ତର ଦେଲା ମୋର ଇଚ୍ଛା ନାହିଁ କିନ୍ତୁ ପରେ ଅନୁତାପ କରି ଗଲା 30 ପୁଣି ସେ ଦ୍ୱିତୀୟ ପାଖକୁ ଆସି ସେହି ପ୍ରକାର କହିଲେ ସେ ଉତ୍ତର ଦେଲା ଆଜ୍ଞା ମୁଁ ଯାଉଅଛି କିନ୍ତୁ ଗଲା ନାହିଁ 31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ସେମାନେ କହିଲେ ପ୍ରଥମ ଜଣକ ଯୀଶୁ ସେମାନଙ୍କୁ କହିଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି 32 କାରଣ ଯୋହନ ତୁମ୍ଭମାନଙ୍କ ନିକଟକୁ ଧାର୍ମିକତାର ପଥ ଦେଇ ଆସିଲେ ଆଉ ତୁମ୍ଭେମାନେ ତାହାଙ୍କୁ ବିଶ୍ୱାସ କଲ ନାହିଁ ମାତ୍ର କରଗ୍ରାହୀ ଓ ବେଶ୍ୟାମାନେ ତାହାଙ୍କୁ ବିଶ୍ୱାସ କଲେ କିନ୍ତୁ ତୁମ୍ଭେମାନେ ଯେପରି ତାହାଙ୍କୁ ବିଶ୍ୱାସ କରି ପାର ଏଥି ନିମନ୍ତେ ତାହା ଦେଖି ସୁଦ୍ଧା ଅନୁତାପ କଲ ନାହିଁ ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ 33 ଜଣେ ଗୃହକର୍ତ୍ତା ଥିଲେ ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀଗୃହ ତିଆରି କଲେ ପୁଣି କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ 34 ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ 35 କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ ଅନ୍ୟ ଜଣକୁ ବଧ କଲେ ପୁଣି ଆଉ ଜଣକୁ ପଥର ଫପାଡ଼ି ମାରିପକାଇଲେ 36 ପୁଣି ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକସଂଖ୍ୟକ ଦାସ ପଠାଇଲେ ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ 37 କିନ୍ତୁ ମୋର ପୁଅକୁ ସେମାନେ ମାନ୍ୟ କରିବେ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ 38 ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ ଏ ତ ଉତ୍ତରାଧିକାରୀ ଆସ ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ 39 ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ 40 ଅତଏବ ଯତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଣ କରିବେ 41 ସେମାନେ ତାହାଙ୍କୁ କହିଲେ ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁରଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ 42 ଯୀଶୁ ସେମାନଙ୍କୁ କହିଲେ ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ ତାହା କୋଣର ପ୍ରଧାନ ପ୍ରସ୍ତର ହେଲା ପ୍ରଭୁଙ୍କଠାରୁ ଏହା ହେଲା ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ 43 ଏଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କଠାରୁ କାଢ଼ିନିଆଯିବ ପୁଣି ଯେଉଁ ଜାତି ସେଥିର ଫଳ ଫଳିବ ତାହାକୁ ଦିଆଯିବ 44 ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ ସେ ଖଣ୍ଡବିଖଣ୍ଡ ହେବ ପୁଣି ଏହି ପ୍ରସ୍ତର ଯାହା ଉପରେ ପଡ଼ିବ ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ 45 ପ୍ରଧାନ ଯାଜକ ଓ ଫାରୂଶୀମାନେ ତାହାଙ୍କର ଏହି ସମସ୍ତ ଦୃଷ୍ଟାନ୍ତ ଶୁଣି ସେ ଯେ ସେମାନଙ୍କ ବିଷୟରେ କହୁଅଛନ୍ତି ଏହା ବୁଝିଲେ 46 ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ କିନ୍ତୁ ଲୋକସମୂହକୁ ଭୟ କଲେ କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ
Chapter 22
ବିବାହ ଭୋଜର ଦୃଷ୍ଟାନ୍ତ
(ଲୂକ. 14: 15-24)
1 ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ 2 ସ୍ୱର୍ଗରାଜ୍ୟ ଏପରି ଜଣେ ରାଜାଙ୍କ ସଦୃଶ ଯେ ଆପଣା ପୁତ୍ରଙ୍କ ବିବାହଉତ୍ସବ ଆୟୋଜନ କଲେ 3 ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ 4 ପୁଣି ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ ନିମନ୍ତ୍ରିତ ଲୋକମାନଙ୍କୁ କୁହ ଦେଖନ୍ତୁ ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି ସମସ୍ତ ହିଁ ପ୍ରସ୍ତୁତ ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ 5 କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ 6 ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ 7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ 8 ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ ବିବାହ ଭୋଜ ତ ପ୍ରସ୍ତୁତ ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ 9 ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ ସେମାନଙ୍କୁ ବିବାହଉତ୍ସବକୁ ନିମନ୍ତ୍ରଣ କର 10 ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା 11 କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ 12 ହେ ବନ୍ଧୁ ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ ମାତ୍ର ସେ ନିରୁତ୍ତର ହୋଇ ରହିଲା 13 ସେଥିରେ ରାଜା ପରିଚାରକମାନଙ୍କୁ କହିଲେ ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ 14 କାରଣ ଅନେକ ଆହୂତ କିନ୍ତୁ ଅଳ୍ପ ମନୋନୀତ 15 ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ 16 ଆଉ ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ ହେ ଗୁରୁ ଆମ୍ଭେମାନେ ଜାଣୁ ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି କାହାରିକୁ ଭୟ କରନ୍ତି ନାହିଁ କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ 17 ଅତଏବ ଆମ୍ଭମାନଙ୍କୁ କୁହନ୍ତୁ ଆପଣଙ୍କର ମତ କଣ କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ 18 କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ ରେ କପଟୀମାନେ କାହିଁକି ମୋତେ ପରୀକ୍ଷା କରୁଅଛ 19 ସେହି କରର ମୁଦ୍ରା ମୋତେ ଦେଖାଅ ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ଅଧୁଲି ଆଣିଲେ 20 ସେ ସେମାନଙ୍କୁ ପଚାରିଲେ ଏହି ମୁର୍ତ୍ତି ଓ ନାମ କାହାର 21 ସେମାନେ କହିଲେ କାଇସରଙ୍କର ସେଥିରେ ସେ ସେମାନଙ୍କୁ କହିଲେ ତେବେ କାଇସରଙ୍କର ଯାହା ତାହା କାଇସରଙ୍କୁ ଦିଅ ପୁଣି ଈଶ୍ୱରଙ୍କର ଯାହା ତାହା ଈଶ୍ୱରଙ୍କୁ ଦିଅ 22 ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ 23 ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ସେହି ଦିନ ତାହାଙ୍କ ପାଖକୁ ଆସି ପଚାରିଲେ 24 ହେ ଗୁରୁ ମୋଶା କହିଅଛନ୍ତି ଯେ ଯଦି କେହି ନିଃସନ୍ତାନ ହୋଇ ମରେ ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ 25 ଦେଖନ୍ତୁ ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ ପ୍ରଥମଟି ବିବାହ କରି ମରିଗଲା ପୁଣି ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା 26 ଦ୍ୱିତୀୟ ତୃତୀୟ ଆଦି ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ 27 ସମସ୍ତଙ୍କ ଶେଷରେ ସ୍ତ୍ରୀଟି ମରିଗଲା 28 ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ସମସ୍ତେ ତ ତାହାକୁ ବିବାହ କରିଥିଲେ 29 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ 30 କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ କିମ୍ବା ବିବାହିତ ହୁଅନ୍ତି ନାହିଁ କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି 31 ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି ତାହା କି ତୁମ୍ଭେମାନେ ପାଠ କରି ନାହଁ 32 ଆମ୍ଭେ ଅବ୍ରାହାମଙ୍କ ଈଶ୍ୱର ଇସ୍ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ସେ ମୃତମାନଙ୍କ ଈଶ୍ୱର ନୁହଁନ୍ତି ମାତ୍ର ଜୀବିତମାନଙ୍କର 33 ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ 34 ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ 35 ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ 36 ହେ ଗୁରୁ ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ 37 ସେ ତାହାଙ୍କୁ କହିଲେ ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର 38 ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା 39 ଦ୍ୱିତୀୟଟି ଏହାର ସଦୃଶ ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର 40 ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ 41 ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ 42 ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କଣ ସେ କାହାର ସନ୍ତାନ ସେମାନେ ତାହାଙ୍କୁ କହିଲେ ଦାଉଦଙ୍କର 43 ଯୀଶୁ ସେମାନଙ୍କୁ କହିଲେ ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି 44 ଯଥା ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ 45 ଅତଏବ ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ 46 ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ ପୁଣି ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ
Chapter 23
ସାଦ୍ଦୂକୀ ଓ ଫାରୂଶୀମାନଙ୍କ ପ୍ରତି ସାତୋଟି ସନ୍ତାପ
(ମାର୍କ. 12:38,39; ଲୂକ. 11: 43,46; 20: 45,46)
1 ସେହି ସମୟରେ ଯୀଶୁ ଲୋକସମୂହ ଓ ଆପଣା ଶିଷ୍ୟମାନଙ୍କୁ କହିଲେ 2 ଶାସ୍ତ୍ରୀ ଓ ଫାରୂଶୀମାନେ ମୋଶାଙ୍କ ଆସନରେ ବସିଅଛନ୍ତି 3 ଅତଏବ ସେମାନେ ତୁମ୍ଭମାନଙ୍କୁ ଯାହା କିଛି କହନ୍ତି ତାହା ମାନ ଓ ପାଳନ କର ମାତ୍ର ସେମାନଙ୍କ କର୍ମ ଅନୁସାରେ କର୍ମ କର ନାହିଁ କାରଣ ସେମାନେ କହନ୍ତି କିନ୍ତୁ କରନ୍ତି ନାହିଁ 4 ସେମାନେ ଗୁରୁ ଭାର ବହନ କରି ମନୁଷ୍ୟମାନଙ୍କ କାନ୍ଧରେ ଥୋଇଦିଅନ୍ତି କିନ୍ତୁ ନିଜେ ଅଙ୍ଗୁଳି ଦେଇ ତାହା ଟେକିବାକୁ ଇଚ୍ଛା କରନ୍ତି ନାହିଁ 5 ସେମାନେ ଲୋକ ଦେଖାଇବା ପାଇଁ ଆପଣା ଆପଣାର ସମସ୍ତ କ୍ରିୟାକର୍ମ କରନ୍ତି କାରଣ ସେମାନେ ନିଜ ନିଜର କବଚ ପ୍ରଶସ୍ତ କରନ୍ତି ଓ ବସ୍ତ୍ରର ଝୁମ୍ପା ବଡ଼ କରନ୍ତି 6 ଆଉ ଭୋଜନରେ ପ୍ରଧାନ ସ୍ଥାନ ଓ ସମାଜଗୃହରେ ପ୍ରଧାନ ଆସନ 7 ପୁଣି ହାଟବଜାରରେ ନମସ୍କାର ପାଇବାକୁ ଓ ଲୋକଙ୍କ ଦ୍ୱାରା ଗୁରୁ ବୋଲି ସମ୍ବୋଧିତ ହେବାକୁ ଭଲ ପାଆନ୍ତି 8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ କାରଣ ତୁମ୍ଭମାନଙ୍କର ଗୁରୁ ଜଣେ ପୁଣି ତୁମ୍ଭେମାନେ ସମସ୍ତେ ଭାଇ 9 ଆଉ ପୃଥିବୀରେ କାହାକୁ ହିଁ ପିତା ବୋଲି ଡାକ ନାହିଁ କାରଣ ତୁମ୍ଭମାନଙ୍କର ପିତା ଜଣେ ସେ ସ୍ୱର୍ଗରେ ଅଛନ୍ତି 10 ଆଉ ତୁମ୍ଭେମାନେ ନେତା ବୋଲି ସମ୍ବୋଧିତ ହୁଅ ନାହିଁ କାରଣ ତୁମ୍ଭମାନଙ୍କର ନେତା ଜଣେ ସେ ଖ୍ରୀଷ୍ଟ 11 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ଶ୍ରେଷ୍ଠ ସେ ତୁମ୍ଭମାନଙ୍କର ସେବକ ହେବ 12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ ତାହାକୁ ନତ କରାଯିବ ପୁଣି ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ 13 କିନ୍ତୁ ହାୟ ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ ପୁଣି ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ 14 [ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଛଳରେ ଦୀର୍ଘ ପ୍ରାର୍ଥନା କରିବା ସଙ୍ଗେ ସଙ୍ଗେ ବିଧବାମାନଙ୍କର ଗୃହସବୁ ଗ୍ରାସ କରୁଥାଅ; ଏଣୁ ତୁମ୍ଭେମାନେ ଗୁରୁତର ଦଣ୍ଡ ପାଇବ।] 15 ହାୟ ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ ପୁଣି ଯେତେବେଳେ ସେ ହୁଏ ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ 16 ହାୟ ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ ତୁମ୍ଭେମାନେ କହୁଥାଅ କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ ସେ ତଦ୍ୱାରା ବନ୍ଧା 17 ରେ ମୂଢ଼ ଓ ଅନ୍ଧମାନେ ସ୍ୱର୍ଣ୍ଣ କିମ୍ବା ସେହି ସ୍ୱର୍ଣ୍ଣକୁ ପବିତ୍ର କରିଅଛି ଯେଉଁ ମନ୍ଦିର ଏହି ଦୁଇ ମଧ୍ୟରେ କଣ ଶ୍ରେଷ୍ଠ 18 ଆହୁରି କହୁଥାଅ କେହି ବେଦିର ଶପଥ କଲେ ତାହା କିଛି ନୁହେଁ ମାତ୍ର ଯେ କେହି ତାହା ଉପରେ ଥିବା ନୈବେଦ୍ୟର ଶପଥ କରେ ସେ ତଦ୍ୱାରା ବନ୍ଧା 19 ରେ ଅନ୍ଧମାନେ ନୈବେଦ୍ୟ କିମ୍ବା ସେହି ନୈବେଦ୍ୟକୁ ପବିତ୍ର କରେ ଯେଉଁ ବେଦି ଏହି ଦୁଇ ମଧ୍ୟରେ କେଉଁଟି ଶ୍ରେଷ୍ଠ 20 ଅତଏବ ଯେଉଁ ଲୋକ ବେଦିର ଶପଥ କରେ ସେ ତ ତାହା ଓ ତାହା ଉପରେ ଥିବା ପଦାର୍ଥର ଶପଥ କରେ 21 ଆଉ ଯେ ମନ୍ଦିରର ଶପଥ କରେ ସେ ମନ୍ଦିର ଓ ତନ୍ନିବାସୀଙ୍କର ଶପଥ କରେ 22 ପୁଣି ଯେ ସ୍ୱର୍ଗର ଶପଥ କରେ ସେ ଈଶ୍ୱରଙ୍କ ସିଂହାସନ ଓ ତଦୁପବିଷ୍ଟଙ୍କର ଶପଥ କରେ 23 ହାୟ ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ କାରଣ ତୁମ୍ଭେମାନେ ପୋଦିନା ପାନମୋହୁରୀ ଓ ଜୀରାର ଦଶମାଂଶ ଦେଉଥାଅ ଆଉ ମୋଶାଙ୍କ ବ୍ୟବସ୍ଥାର ଗୁରୁତର ବିଷୟ ଗୁଡ଼ିକ ନ୍ୟାୟବିଚାର ଦୟା ଓ ବିଶ୍ୱାସ ଏହାସବୁ ପରିତ୍ୟାଗ କରିଅଛ କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ପରିତ୍ୟାଗ ନ କରିବା ଉଚିତ 24 ରେ ଅନ୍ଧ ପଥପ୍ରଦର୍ଶକମାନେ ତୁମ୍ଭେମାନେ ମଶାକୁ ଛାଣୁଥାଅ କିନ୍ତୁ ଓଟକୁ ଗିଳୁଥାଅ 25 ହାୟ ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ 26 ହେ ଅନ୍ଧ ଫାରୂଶୀ ଆଗେ ଗିନାର ଭିତର ସଫା କର ଯେପରି ସେଥିର ବାହାର ମଧ୍ୟ ସଫା ହେବ 27 ହାୟ ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ କାରଣ ତୁମ୍ଭେମାନେ ଧଳା ରଙ୍ଗର ସମାଧି ସରୂପ ତାହା ବାହାରେ ସୁନ୍ଦର ଦେଖାଯାଏ କିନ୍ତୁ ଭିତରେ ମୃତମାନଙ୍କ ଅସ୍ଥି ଓ ସର୍ବ ପ୍ରକାର ଅଶୁଚିତାରେ ପରିପୂର୍ଣ୍ଣ 28 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ବାହାରେ ଲୋକଙ୍କ ଦୃଷ୍ଟିରେ ଧାର୍ମିକ ଦେଖାଯାଅ କିନ୍ତୁ ଭିତରେ କପଟ ଓ ଅଧର୍ମରେ ପରିପୂର୍ଣ୍ଣ 29 ହାୟ ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର ସମାଧି ନିର୍ମାଣ କରି ଓ ଧାର୍ମିକମାନଙ୍କ ସମାଧିସ୍ତମ୍ଭ ସଜାଇ କହୁଥାଅ 30 ଆମ୍ଭେମାନେ ଯେବେ ଆମ୍ଭମାନଙ୍କର ପିତୃପୁରୁଷଙ୍କ ସମୟରେ ଥାଆନ୍ତୁ ତେବେ ଭାବବାଦୀମାନଙ୍କ ରକ୍ତପାତରେ ସେମାନଙ୍କର ସହଭାଗୀ ହୋଇ ନ ଥାଆନ୍ତୁ 31 ଏଣୁ ତୁମ୍ଭେମାନେ ଯେ ଭାବବାଦୀଙ୍କ ହତ୍ୟାକାରୀମାନଙ୍କର ସନ୍ତାନ ଅଟ ସେ ବିଷୟରେ ତୁମ୍ଭେମାନେ ହିଁ ଆପଣା ଆପଣା ବିଷୟରେ ସାକ୍ଷ୍ୟ ଦେଉଅଛ 32 ତୁମ୍ଭେମାନେ ନିଜ ନିଜ ପିତୃପୁରୁଷଙ୍କର ପରିମାଣ ପୂର୍ଣ୍ଣ କର 33 ଆରେ ସର୍ପଗୁଡ଼ାକ ଆରେ କାଳସର୍ପର ବଂଶ ତୁମ୍ଭେମାନେ କିପ୍ରକାରେ ନର୍କ ଦଣ୍ଡରୁ ରକ୍ଷା ପାଇବ 34 ଏଣୁ ଦେଖ ମୁଁ ତୁମ୍ଭମାନଙ୍କ ନିକଟକୁ ଭାବବାଦୀ ଜ୍ଞାନୀ ଓ ଶାସ୍ତ୍ରୀମାନଙ୍କୁ ପଠାଉଅଛି ସେମାନଙ୍କ ମଧ୍ୟରୁ କାହା କାହାକୁ ତୁମ୍ଭେମାନେ ହତ୍ୟା କରିବ ଓ କ୍ରୁଶରେ ବଧ କରିବ ଆଉ କାହା କାହାକୁ ତୁମ୍ଭମାନଙ୍କ ସମାଜଗୃହରେ କୋରଡ଼ା ମାରିବ ଓ ନଗରକୁନଗର ତାଡ଼ନା କରିବ 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ 36 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଏହି ବର୍ତ୍ତମାନ ପୁରୁଷ ଉପରେ ଏହି ସମସ୍ତ ଘଟିବ 37 ଗୋ ଯିରୂଶାଲମ ଗୋ ଯିରୂଶାଲମ ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତାରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ 38 ଦେଖ ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ିଦିଆଯାଉଅଛି 39 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି ସେ ଧନ୍ୟ ତୁମ୍ଭେମାନେ ଏହି କଥା ନ କହିବା ପର୍ଯ୍ୟନ୍ତ ଆଜିଠାରୁ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ
Chapter 24
ମନ୍ଦିର ଧ୍ୱଂସ ବିଷୟର ସୂଚନା
(ମାର୍କ. 13:1,2; ଲୂକ.21:5,6)
1 ଯୀଶୁ ମନ୍ଦିରରୁ ବାହାରି ଚାଲିଯାଉଥିବା ସମୟରେ ତାହାଙ୍କର ଶିଷ୍ୟମାନେ ତାହାଙ୍କୁ ମନ୍ଦିରର ପ୍ରାସାଦସମୂହ ଦେଖାଇବା ପାଇଁ ତାହାଙ୍କ ନିକଟକୁ ଆସିଲେ କିନ୍ତୁ ସେ ସେମାନଙ୍କୁ କହିଲେ 2 ତୁମ୍ଭେମାନେ କଣ ଏହି ସମସ୍ତ ଦେଖୁ ନାହଁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ ସମସ୍ତ ହିଁ ଭୂମିସାତ୍ ହେବ 3 ପରେ ସେ ଜୀତପର୍ବତ ଉପରେ ବସନ୍ତେ ଶିଷ୍ୟମାନେ ତାହାଙ୍କ ଛାମୁକୁ ଗୋପନରେ ଆସି ପଚାରିଲେ ଏସବୁ କେବେ ଘଟିବ ପୁଣି ଆପଣଙ୍କ ଆଗମନ ଓ ଯୁଗାନ୍ତର ଲକ୍ଷଣ କଣ ତାହା ଆମ୍ଭମାନଙ୍କୁ କୁହନ୍ତୁ 4 ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ସାବଧାନ କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ 5 କାରଣ ଅନେକେ ମୋ ନାମରେ ଆସି ମୁଁ ଖ୍ରୀଷ୍ଟ ବୋଲି କହି ଅନେକଙ୍କୁ ଭ୍ରାନ୍ତ କରିବେ 6 ଆଉ ତୁମ୍ଭେମାନେ ଯୁଦ୍ଧର ବିଷୟ ଓ ସଂଗ୍ରାମର ଜନରବ ଶୁଣିବ ସାବଧାନ ବ୍ୟାକୁଳ ହୁଅ ନାହିଁ କାରଣ ଏହି ସମସ୍ତ ଅବଶ୍ୟ ଘଟିବ କିନ୍ତୁ ସେହି କାଳ ଯୁଗାନ୍ତ ନୁହେଁ 7 କାରଣ ଜାତି ବିପକ୍ଷରେ ଜାତି ଓ ରାଜ୍ୟ ବିପକ୍ଷରେ ରାଜ୍ୟ ଉଠିବ ପୁଣି ସ୍ଥାନେ ସ୍ଥାନେ ଦୁର୍ଭିକ୍ଷ ଓ ଭୂମିକମ୍ପ ହେବ 8 କିନ୍ତୁ ଏହି ସମସ୍ତ ପ୍ରସବବେଦନାର ଆରମ୍ଭମାତ୍ର 9 ସେହି ସମୟରେ ଲୋକେ ତୁମ୍ଭମାନଙ୍କୁ କଷ୍ଟ ଭୋଗିବା ପାଇଁ ସମର୍ପଣ କରିବେ ଓ ତୁମ୍ଭମାନଙ୍କୁ ବଧ କରିବେ ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତ ଜାତିଙ୍କ ଦ୍ୱାରା ଘୃଣିତ ହେବ 10 ସେତେବେଳେ ଅନେକେ ବିଘ୍ନ ପାଇବେପୁଣି ପରସ୍ପରକୁ ଧରାଇଦେବେ ଓ ପରସ୍ପରକୁ ଘୃଣା କରିବେ 11 ଆଉ ଅନେକ ଭଣ୍ଡ ଭାବବାଦୀ ଉଠି ଅନେକଙ୍କୁ ଭ୍ରାନ୍ତ କରିବେ 12 ପୁଣି ଅଧର୍ମ ବୃଦ୍ଧି ପାଇବାରୁ ଅଧିକାଂଶ ଲୋକଙ୍କର ପ୍ରେମ ଶୀତଳ ହୋଇଯିବ 13 ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ ସେ ପରିତ୍ରାଣ ପାଇବ 14 ଆଉ ସମସ୍ତ ଜାତି ନିକଟରେ ସାକ୍ଷ୍ୟ ଦେବା ପାଇଁ ରାଜ୍ୟର ଏହି ସୁସମାଚାର ସମୁଦାୟ ପୃଥିବୀରେ ଘୋଷଣା କରାଯିବ ତତ୍ପରେ ଯୁଗାନ୍ତ ହେବ 15 ଏଣୁ ତୁମ୍ଭେମାନେ ଯେତେବେଳେ ଦାନିଏଲ ଭାବବାଦୀଙ୍କ ଦ୍ୱାରା ଉକ୍ତ ଧ୍ୱଂସକାରୀ ଘୃଣ୍ୟ ବସ୍ତୁକୁ ପବିତ୍ର ସ୍ଥାନରେ ଅବସ୍ଥିତ ଦେଖିବ ପାଠକ ବୁଝନ୍ତୁ 16 ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ 17 ଯେ ଛାତ ଉପରେ ଥାଏ ସେ ଆପଣା ଘର ଭିତରୁ ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ 18 ପୁଣି ଯେ କ୍ଷେତରେ ଥାଏ ସେ ଆପଣା ଚାଦର ନେଇଯିବା ପାଇଁ ଲେଉଟି ନ ଯାଉ 19 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ ହାୟ ସେମାନେ କ୍ଲେଶର ପାତ୍ର 20 କିନ୍ତୁ ତୁମ୍ଭମାନଙ୍କର ପଳାୟନ ଯେପରି ଶୀତକାଳରେ କିମ୍ବା ବିଶ୍ରାମବାରରେ ନ ଘଟେ ଏଥିପାଇଁ ପ୍ରାର୍ଥନା କର 21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ ପୁଣି କେବେ ହେଁ ଘଟିବ ନାହିଁ 22 ଆଉ ସେହି ସମୟ ଯେବେ ଊଣା କରାଯାଇ ନ ଥାଆନ୍ତା ତେବେ କୌଣସି ମର୍ତ୍ତ୍ୟ ପରିତ୍ରାଣ ପାଆନ୍ତା ନାହିଁ ମାତ୍ର ମନୋନୀତ ଲୋକଙ୍କ ସକାଶେ ସେହି ସମୟ ଊଣା କରାଯିବ 23 ସେତେବେଳେ ଦେଖ ଖ୍ରୀଷ୍ଟ ଏଠାରେ କିବା ସେଠାରେ କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ ତେବେ ତାହା ବିଶ୍ୱାସ କର ନାହିଁ 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ ଯଦି ସମ୍ଭବ ହୁଏ ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ 25 ଦେଖ ମୁଁ ପୂର୍ବରୁ ତୁମ୍ଭମାନଙ୍କୁ ଜଣାଇଲି 26 ଅତଏବ ଦେଖ ସେ ପ୍ରାନ୍ତରରେ ଅଛନ୍ତି ଲୋକେ ଯଦି ତୁମ୍ଭମାନଙ୍କୁ ଏହି କଥା କହିବେ ତେବେ ବାହାରିଯାଅ ନାହିଁ ଦେଖ ସେ ଗୁପ୍ତ କୋଠରୀରେ ଅଛନ୍ତି ଯଦି ଏହା କହିବେ ତେବେ ତାହା ବିଶ୍ୱାସ କର ନାହିଁ 27 କାରଣ ବିଜୁଳି ଯେପରି ପୂର୍ବଦିଗରୁ ମାରି ପଶ୍ଚିମଦିଗ ପର୍ଯ୍ୟନ୍ତ ଦେଖାଯାଏ ସେପରି ମନୁଷ୍ୟପୁତ୍ରଙ୍କର ଆଗମନ ହେବ 28 ଯେଉଁଠାରେ ଶବ ପଡ଼ିଥାଏ ସେହିଠାରେ ଶାଗୁଣାଗୁଡ଼ାକ ଏକାଠି ହେବେ 29 ମାତ୍ର ସେହି ସମୟର କଷ୍ଟ ପରେ ହଠାତ୍ ସୂର୍ଯ୍ୟ ଅନ୍ଧକାରମୟ ହେବ ଓ ଚନ୍ଦ୍ର ଆଲୋକ ଦେବ ନାହିଁ ପୁଣି ନକ୍ଷତ୍ରମାଳା ଆକାଶରୁ ପଡ଼ିବେ ଓ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ 30 ସେତେବେଳେ ଆକାଶରେ ମନୁଷ୍ୟପୁତ୍ରଙ୍କର ଲକ୍ଷଣ ଦେଖାଯିବ ପୁଣି ସେ ସମୟରେ ପୃଥିବୀର ସମସ୍ତ ଗୋଷ୍ଠୀ ବିଳାପ କରିବେ ଏବଂ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ 31 ଆଉ ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ 32 ଡିମ୍ବିରି ଗଛରୁ ଦୃଷ୍ଟାନ୍ତ ଶିକ୍ଷା କର ଯେତେବେଳେ ତାହାର ଶାଖା କୋମଳ ହୋଇ ପଲ୍ଲବିତ ହୁଏ ସେତେବେଳେ ଗ୍ରୀଷ୍ମକାଳ ସନ୍ନିକଟ ବୋଲି ତୁମ୍ଭେମାନେ ଜାଣିଥାଅ 33 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଦେଖିଲେ ସେ ଦ୍ୱାରର ସନ୍ନିକଟ ଏହା ଜାଣ 34 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଏହି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ 35 ଆକାଶ ଓ ପୃଥିବୀ ଲୋପ ପାଇବ ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ 36 କିନ୍ତୁ ସେହି ଦିନ ଓ ଦଣ୍ଡ ବିଷୟ କେହି ଜାଣନ୍ତି ନାହିଁ ସ୍ୱର୍ଗର ଦୂତମାନେ କିମ୍ବା ପୁତ୍ର ସୁଦ୍ଧା ଜାଣନ୍ତି ନାହିଁ କେବଳ ମାତ୍ର ପିତା ଜାଣନ୍ତି 37 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା ମନୁଷ୍ୟପୁତ୍ରଙ୍କର ଆଗମନ ସମୟରେ ସେପ୍ରକାର ଘଟିବ 38 କାରଣ ଜଳପ୍ଳାବନର ପୂର୍ବବର୍ତ୍ତୀ ସମୟରେ ଜାହାଜରେ ନୋହଙ୍କର ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଯେପରି ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ବ୍ୟସ୍ତ ଥିଲେ 39 ପୁଣି ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ 40 ସେତେବେଳେ ଦୁଇ ଜଣ କ୍ଷେତରେ ଥିବେ ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ 41 ଦୁଇ ଜଣ ସ୍ତ୍ରୀ ଚକି ପେଷୁଥିବେ ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ 42 ଅତଏବ ଜାଗ୍ରତ ଥାଅ କାରଣ ତୁମ୍ଭମାନଙ୍କ ପ୍ରଭୁ କେଉଁ ଦିନ ଆସିବେ ତାହା ତୁମ୍ଭେମାନେ ଜାଣ ନାହିଁ 43 କିନ୍ତୁ ଏହା ଜାଣିଥାଅ କେଉଁ ପ୍ରହରରେ ଚୋର ଆସିବ ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ ତାହାହେଲେ ସେ ଜାଗ୍ରତ ଥାଇ ଆପଣା ଗୃହରେ ପ୍ରବେଶ କରିବାକୁ ଦିଅନ୍ତେ ନାହିଁ 44 ଏଣୁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ ସେହି ସମୟରେ ମନୁଷ୍ୟପୁତ୍ର ଆସିବେ 45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ 46 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ ସେ ଧନ୍ୟ 47 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସେ ତାହାକୁ ଆପଣାର ସର୍ବସ୍ୱ ଉପରେ ନିଯୁକ୍ତ କରିବେ 48 କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି 49 ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ 50 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ସମୟରେ ସେ ଜାଣି ନ ଥିବ ସେହି ଦିନ ସେହି ସମୟରେ ତାହାର ପ୍ରଭୁ ଆସିବେ 51 ପୁଣି ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ
Chapter 25
ଦଶ କନ୍ୟାଙ୍କ ଦୃଷ୍ଟାନ୍ତ
1 ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ 2 ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ 3 ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ 4 ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ 5 ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ 6 କିନ୍ତୁ ଅର୍ଦ୍ଧରାତ୍ରରେ ଏହି ଦେଖ ବର ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର ଏପରି କୋଳାହଳ ହେଲା 7 ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ 8 କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ ତୁମ ତେଲରୁ ଆମକୁ ଟିକେ ଦିଅ କାରଣ ଆମ ଦୀପସବୁ ଲିଭିଯାଉଅଛି 9 ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ ନାହିଁ ନାହିଁ ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ 10 କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ ପୁଣି ଯେଉଁମାନେ ପ୍ରସ୍ତୁତ ଥିଲେ ସେମାନେ ତାହାଙ୍କ ସହିତ ବିବାହଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ ଆଉ ଦ୍ୱାର ବନ୍ଦ କରାଗଲା 11 ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ ହେ ପ୍ରଭୁ ହେ ପ୍ରଭୁ ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ 12 କିନ୍ତୁ ସେ ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ 13 ଅତଏବ ଜାଗ୍ରତ ଥାଅ କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ 14 କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ ସ୍ୱର୍ଗରାଜ୍ୟ ସେହିପରି 15 ସେ ଜଣକୁ ପାଞ୍ଚ ତୋଡ଼ା ଅନ୍ୟ ଜଣକୁ ଦୁଇ ତୋଡ଼ା ଆଉ ଜଣକୁ ଏକ ତୋଡ଼ା ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ 16 ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା 17 ସେହି ପ୍ରକାରେ ଯେ ଦୁଇଟି ପାଇଥିଲା ସେ ଆଉ ଦୁଇଟି ଲାଭ କଲା 18 ମାତ୍ର ଯେ ଗୋଟିଏ ପାଇଥିଲା ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା 19 ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ 20 ଆଉ ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା ହେ ପ୍ରଭୁ ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ ଦେଖନ୍ତୁ ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି 21 ତାହାର ପ୍ରଭୁ ତାହାକୁ କହିଲେ ବେଶ୍ ଉତ୍ତମ ଓ ବିଶ୍ୱସ୍ତ ଦାସ ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ 22 ପୁଣି ଯେ ଦୁଇ ତୋଡ଼ା ପାଇଥିଲା ସେ ମଧ୍ୟ ଆସି କହିଲା ହେ ପ୍ରଭୁ ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ ଦେଖନ୍ତୁ ମୁଁ ଆଉ ଦୁଇ ତୋଡ଼ା ଲାଭ କରିଛି 23 ତାହାର ପ୍ରଭୁ ତାହାକୁ କହିଲେ ବେଶ୍ ଉତ୍ତମ ଓ ବିଶ୍ୱସ୍ତ ଦାସ ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ 24 ଆଉ ଯେ ଏକ ତୋଡ଼ା ପାଇଥିଲା ସେ ମଧ୍ୟ ଆସି କହିଲା ହେ ପ୍ରଭୁ ଆପଣ ଯେ ଜଣେ କଠିନ ଲୋକ ଯେଉଁଠାରେ ବୁଣି ନ ଥାଆନ୍ତି ସେଠାରେ କାଟନ୍ତି ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି ସେଠାରେ ସଂଗ୍ରହ କରନ୍ତି ଏହା ମୁଁ ଜାଣିଥିଲି 25 ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି ଦେଖନ୍ତୁ ଆପଣ ନିଜର ଧନ ପାଇଲେ 26 କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ ରେ ଦୁଷ୍ଟ ଓ ଅଳସ ଦାସ ମୁଁ ଯେଉଁଠାରେ ବୁଣି ନ ଥାଏ ସେଠାରେ କାଟେ ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ ସେଠାରେ ସଂଗ୍ରହ କରେ ଏହା କଣ ଜାଣିଥିଲୁ 27 ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ ଥିଲା ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାନ୍ତି 28 ଅତଏବ ଏହାଠାରୁ ଏହି ତୋଡ଼ା ନେଇଯାଇ ଯାହାର ଦଶ ତୋଡ଼ା ଅଛି ତାହାକୁ ଦିଅ 29 କାରଣ ଯେକୌଣସି ଲୋକର ଅଛି ତାହାକୁ ଦିଆଯିବ ଆଉ ତାହାର ପ୍ରଚୁର ହେବ କିନ୍ତୁ ଯାହାର ନାହିଁ ତାହା ପାଖରେ ଯାହା ଅଛି ତାହା ହିଁ ତାହାଠାରୁ ନିଆଯିବ 30 ଆଉ ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ 31 ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ୱମହିମାରେ ଆସିବେ ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ବସିବେ 32 ପୁଣି ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି 33 ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ ଆସ ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି ସେଥିରେ ଅଧିକାରୀ ହୁଅ 35 କାରଣ ମୁଁ କ୍ଷୁଧିତ ଥିଲି ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ତୃଷିତ ଥିଲି ମୋତେ ପାନ କରିବାକୁ ଦେଲ ପ୍ରବାସୀ ଥିଲି ମୋତେ ଅାଶ୍ରୟ ଦେଲ 36 ଉଲଙ୍ଗ ଥିଲି ମୋତେ ବସ୍ତ୍ର ପରିଧାନ କରାଇଲ ଅସୁସ୍ଥ ଥିଲି ମୋତେ ଦେଖି ଆସିଲ କାରାଗାରରେ ଥିଲି ମୋ ନିକଟକୁ ଆସିଲ 37 ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ ହେ ପ୍ରଭୁ କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ 38 ଆଉ କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ କିମ୍ବା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ 39 ଆଉ କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ 40 ପୁଣି ରାଜା ସେମାନଙ୍କୁ ଉତ୍ତର ଦେବେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ 41 ତାହା ପରେ ସେ ବାମ ପାର୍ଶ୍ୱସ୍ଥ ଲୋକଙ୍କୁ ମଧ୍ୟ କହିବେ ରେ ଶାପଗ୍ରସ୍ତମାନେ ମୋ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନନ୍ତ ଅଗ୍ନି ମଧ୍ୟକୁ ଚାଲିଯାଅ କର 42 କାରଣ ମୁଁ କ୍ଷୁଧିତ ଥିଲି ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ ତୃଷିତ ଥିଲି ମୋତେ ପାନ କରିବାକୁ ଦେଲ ନାହିଁ 43 ପ୍ରବାସୀ ଥିଲି ମୋତେ ଆଶ୍ରୟ ଦେଲ ନାହିଁ ଉଲଙ୍ଗ ଥିଲି ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ ଅସୁସ୍ଥ ଓ କାରାଗାରସ୍ଥ ଥିଲି ମୋତେ ଦେଖିବାକୁ ଆସିଲ ନାହିଁ 44 ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ ହେ ପ୍ରଭୁ କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ ପ୍ରବାସୀ କି ଉଲଙ୍ଗ ପୀଡ଼ିତ କି କାରଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ 45 ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ 46 ଆଉ ଏମାନେ ଅନନ୍ତ ଶାସ୍ତି କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ
Chapter 26
ଯୀଶୁଙ୍କ ବିରୁଦ୍ଧରେ ଚକ୍ରାନ୍ତ
(ମାର୍କ. 14:1,2; ଲୂକ. 22:1,2; ଯୋହ. 11:45-53)
1 ଯୀଶୁ ଏହି ସମସ୍ତ କଥା ଶେଷ କରି ଆପଣା ଶିଷ୍ୟମାନଙ୍କୁ କହିଲେ 2 ଦୁଇ ଦିନ ପରେ ଯେ ନିସ୍ତାର ପର୍ବ ହେବ ଏହା ତୁମ୍ଭେମାନେ ଜାଣ ପୁଣି ମନୁଷ୍ୟପୁତ୍ର କ୍ରୁଶରେ ହତ ହେବା ନିମନ୍ତେ ସମର୍ପିତ ହେବେ 3 ସେହି ସମୟରେ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗ କୟାଫା ନାମକ ମହାଯାଜକଙ୍କ ପ୍ରାଙ୍ଗଣରେ ଏକତ୍ର ହେଲେ 4 ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ 5 କିନ୍ତୁ ସେମାନେ କହିଲେ ପର୍ବ ସମୟରେ ନୁହେଁ କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ 6 ଯୀଶୁ ବେଥନୀୟାରେ କୁଷ୍ଠୀ ଶିମୋନଙ୍କ ଗୃହରେ ଥିବା ସମୟରେ 7 ଜଣେ ସ୍ତ୍ରୀଲୋକ ଗୋଟିଏ ପାତ୍ରରେ ବହୁମୂଲ୍ୟ ସୁଗନ୍ଧି ତୈଳ ନେଇ ତାହାଙ୍କ ନିକଟକୁ ଆସିଲେ ଏବଂ ସେ ଭୋଜନରେ ବସିଥିବା ସମୟରେ ତାହାଙ୍କ ମସ୍ତକରେ ଢାଳିବାକୁ ଲାଗିଲେ 8 କିନ୍ତୁ ତାହା ଦେଖି ଶିଷ୍ୟମାନେ ବିରକ୍ତ ହୋଇ କହିଲେ ଏତେ ଅପବ୍ୟୟ କାହିଁକି 9 ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାନ୍ତା 10 ଯୀଶୁ ତାହା ଜାଣି ସେମାନଙ୍କୁ କହିଲେ କାହିଁକି ସ୍ତ୍ରୀଲୋକଟିକୁ କଷ୍ଟ ଦେଉଅଛ ସେ ତ ମୋ ପ୍ରତି ଉତ୍ତମ କର୍ମ କରିଅଛି 11 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ପାଖରେ ଅଛନ୍ତି ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ପାଖରେ ନ ଥିବି 12 ଆଉ ସେ ମୋର ସମାଧିକ୍ରିୟାସ୍ୱରୂପେ ମୋହର ଶରୀରରେ ଏହି ତୈଳ ଢାଳିଦେଇଅଛି 13 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସମସ୍ତ ଜଗତର ଯେକୌଣସି ସ୍ଥାନରେ ଏହି ସୁସମାଚାର ଘୋଷଣା କରାଯିବ ସେ ସ୍ଥାନରେ ଏ ସ୍ତ୍ରୀଲୋକର ସ୍ମରଣାର୍ଥେ ତାହାର ଏହି କର୍ମର କଥା ମଧ୍ୟ କୁହାଯିବ 14 ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଈଷ୍କାରିୟୋଥ ଯିହୂଦା ନାମକ ପ୍ରଧାନ ଯାଜକମାନଙ୍କ ପାଖକୁ ଯାଇ କହିଲା 15 ମୋତେ କଣ ଦେବେ କୁହନ୍ତୁ ମୁଁ ତାହାଙ୍କୁ ଧରାଇଦେବି ସେଥିରେ ସେମାନେ ତାହାକୁ ତିରିଶିଗୋଟି ରୌପ୍ୟମୁଦ୍ରା ତୌଲି କରିଦେଲେ 16 ଆଉ ସେହି ସମୟଠାରୁ ସେ ତାହାଙ୍କୁ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା 17 ପରେ ଖମୀରଶୂନ୍ୟ ରୁଟି ପର୍ବର ପ୍ରଥମ ଦିନରେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ ଆମ୍ଭେମାନେ କେଉଁ ସ୍ଥାନରେ ଆପଣଙ୍କ ପାଇଁ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି 18 ଯୀଶୁ କହିଲେ ନଗରରେ ଯାଇ ଅମୁକ ଲୋକଙ୍କ ନିକଟକୁ ଯାଇ କୁହ ଗୁରୁ କହୁଅଛନ୍ତି ମୋହର କାଳ ସନ୍ନିକଟ ମୁଁ ମୋହର ଶିଷ୍ୟମାନଙ୍କ ସହିତ ତୁମ୍ଭ ଗୃହରେ ନିସ୍ତାର ପର୍ବ ପାଳନ କରିବି 19 ସେଥିରେ ଶିଷ୍ୟମାନେ ଯୀଶୁଙ୍କ ଆଦେଶ ଅନୁସାରେ କର୍ମ କରି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ 20 ପରେ ସନ୍ଧ୍ୟା ହୁଅନ୍ତେ ସେ ଦ୍ୱାଦଶ ଶିଷ୍ୟମାନଙ୍କ ସହିତ ଭୋଜନରେ ବସିଲେ 21 ସେମାନେ ଭୋଜନ କରୁଥିବା ସମୟରେ ସେ କହିଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ତୁମ୍ଭମାନଙ୍କ ମଧ୍ୟରୁ ଜଣେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ 22 ସେଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହୋଇ ପ୍ରତ୍ୟେକେ ତାହାଙ୍କୁ ପଚାରିବାକୁ ଲାଗିଲେ ପ୍ରଭୁ ସେ କଣ ମୁଁ 23 ସେ ଉତ୍ତର ଦେଲେ ଯେ ମୋ ସହିତ ପାତ୍ରରେ ହାତ ବୁଡ଼ାଇଲା ସେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରିବ 24 ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି ହାୟ ସେ ଦଣ୍ଡର ପାତ୍ର ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା 25 ଏଥିରେ ଯେଉଁ ଯିହୂଦା ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା ସେ ଉତ୍ତର ଦେଲା ହେ ଗୁରୁ ସେ କଣ ମୁଁ ସେ ତାହାକୁ କହିଲେ ତୁମ୍ଭେ କହିଅଛ 26 ଆଉ ସେମାନେ ଭୋଜନ କରୁଥିବା ସମୟରେ ଯୀଶୁ ରୁଟି ନେଇ ଆଶୀର୍ବାଦ କଲେ ଓ ତାହା ଭାଙ୍ଗି ଶିଷ୍ୟମାନଙ୍କୁ ଦେଇ କହିଲେ ନିଅ ଭୋଜନ କର ଏହା ମୋହର ଶରୀର 27 ପୁଣି ସେ ପାନପାତ୍ର ନେଇ ଧନ୍ୟବାଦ ଦେଲେ ଓ ସେମାନଙ୍କୁ ଦେଇ କହିଲେ 28 ଏଥିରୁ ସମସ୍ତେ ପାନ କର କାରଣ ଯେଉଁ ନିୟମର ରକ୍ତ ଅନେକଙ୍କ ପାଇଁ ପାପ କ୍ଷମା ଉଦ୍ଦେଶ୍ୟରେ ପାତିତ ହେଉଅଛି ଏ ମୋହର ସେହି ରକ୍ତ 29 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ଯେଉଁ ଦିନ ମୁଁ ଆପଣା ପିତାଙ୍କ ରାଜ୍ୟରେ ତୁମ୍ଭମାନଙ୍କ ସହିତ ନୂଆ କରି ଦ୍ରାକ୍ଷାଫଳର ରସ ପାନ କରିବି ସେହି ଦିନ ପର୍ଯ୍ୟନ୍ତ ଆଜିଠାରୁ ଏହା କେବେ ହେଁ ପାନ କରିବି ନାହିଁ 30 ପୁଣି ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ 31 ସେତେବେଳେ ଯୀଶୁ ସେମାନଙ୍କୁ କହିଲେ ଏହି ରାତ୍ରିରେ ତୁମ୍ଭେମାନେ ସମସ୍ତେ ମୋଠାରେ ବିଘ୍ନ ପାଇବ କାରଣ ଲେଖା ଅଛି ଆମ୍ଭେ ମେଷପାଳକକୁ ପ୍ରହାର କରିବା ଆଉ ପଲର ମେଷଗୁଡ଼ିକ ଛିନ୍ନଭିନ୍ନ ହୋଇଯିବେ 32 ମାତ୍ର ମୁଁ ଉଠିବା ପରେ ତୁମ୍ଭମାନଙ୍କ ଆଗେ ଆଗେ ଗାଲିଲୀକୁ ଯିବି 33 କିନ୍ତୁ ପିତର ତାହାଙ୍କୁ ଉତ୍ତର ଦେଲେ ଯଦ୍ୟପି ସମସ୍ତେ ଆପଣଙ୍କଠାରେ ବିଘ୍ନ ପାଇବେ ତଥାପି ମୁଁ କେବେ ହେଁ ପାଇବି ନାହିଁ 34 ଯୀଶୁ ତାହାଙ୍କୁ କହିଲେ ମୁଁ ତୁମ୍ଭକୁ ସତ୍ୟ କହୁଅଛି ଏହି ରାତିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ 35 ପିତର ତାହାଙ୍କୁ କହିଲେ ଯଦ୍ୟପି ମୋତେ ଆପଣଙ୍କ ସାଙ୍ଗରେ ମରିବାକୁ ହୁଏ ତଥାପି ମୁଁ ଆପଣଙ୍କୁ କେବେ ହେଁ ଅସ୍ୱୀକାର କରିବି ନାହିଁ ସମସ୍ତ ଶିଷ୍ୟ ମଧ୍ୟ ସେହି ପ୍ରକାରେ କହିଲେ 36 ଏହାପରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଗେଥ୍ଶିମାନୀ ନାମକ ଗୋଟିଏ ସ୍ଥାନକୁ ଯାଇ ସେମାନଙ୍କୁ କହିଲେ ମୁଁ ସେଠାକୁ ଯାଇ ପ୍ରାର୍ଥନା କରୁଥିବା ପର୍ଯ୍ୟନ୍ତ ତୁମ୍ଭେମାନେ ଏଠାରେ ବସିଥାଅ 37 ଆଉ ସେ ପିତର ଓ ଜେବଦୀଙ୍କ ଦୁଇ ପୁତ୍ରଙ୍କୁ ସାଙ୍ଗରେ ନେଇ ଶୋକାକୁଳ ଓ ବ୍ୟଥିତ ହେବାକୁ ଲାଗିଲେ 38 ସେତେବେଳେ ସେ ସେମାନଙ୍କୁ କହିଲେ ମୋହର ପ୍ରାଣ ମୃତ୍ୟୁଭୋଗ କରିବା ପରି ଅତ୍ୟନ୍ତ ଶୋକାକୁଳ ହେଉଅଛି ତୁମ୍ଭେମାନେ ଏଠାରେ ରହି ମୋ ସାଙ୍ଗରେ ଜାଗିଥାଅ 39 ପୁଣି ସେ ଅଳ୍ପ ଦୂର ଆଗକୁ ଯାଇ ଉବୁଡ଼ ହୋଇ ପ୍ରାର୍ଥନା କରୁ କରୁ କହିଲେ ହେ ମୋହର ପିତା ଯଦି ହୋଇପାରେ ତେବେ ଏହି ପାନପାତ୍ର ମୋଠାରୁ ଦୂର ହେଉ ତଥାପି ମୋହର ଇଚ୍ଛା ନୁହେଁ ମାତ୍ର ତୁମ୍ଭର ଇଚ୍ଛା 40 ଆଉ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ନିଦ୍ରିତ ଦେଖିଲେ ଓ ପିତରଙ୍କୁ କହିଲେ ତୁମ୍ଭେମାନେ କି ମୋ ସାଙ୍ଗରେ ଅଳ୍ପ ସମୟ ହେଲେ ଜାଗି ପାରିଲ ନାହିଁ 41 ପରୀକ୍ଷାରେ ଯେପରି ନ ପଡ଼ ଏଥିପାଇଁ ଜାଗି ରହି ପ୍ରାର୍ଥନା କର ଆତ୍ମା ଇଚ୍ଛୁକ ସତ୍ୟ ମାତ୍ର ଶରୀର ଦୁର୍ବଳ 42 ପୁଣି ଥରେ ସେ ଦ୍ୱିତୀୟ ଥର ଯାଇ ପ୍ରାର୍ଥନା କରି କହିଲେ ହେ ମୋହର ପିତା ପାନ ନ କଲେ ଏହି ପାତ୍ର ଯଦି ମୋଠାରୁ ଦୂର ହୋଇ ନ ପାରେ ତେବେ ତୁମ୍ଭର ଇଚ୍ଛା ସଫଳ ହେଉ 43 ପୁଣି ସେ ଆସି ପୁଣି ଥରେ ସେମାନଙ୍କୁ ନିଦ୍ରିତ ଦେଖିଲେ କାରଣ ସେମାନଙ୍କର ଆଖି ମାଡ଼ିପଡ଼ୁଥିଲା 44 ସେଥିରେ ସେ ସେମାନଙ୍କୁ ପରିତ୍ୟାଗ କରି ପୁଣି ଥରେ ଯାଇ ଆଉ ଥରେ ସେହି କଥା କହି ତୃତୀୟ ଥର ପ୍ରାର୍ଥନା କଲେ 45 ପରେ ସେ ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲେ ଅଳ୍ପ ସମୟ ଶୋଇ କରି ବିଶ୍ରାମ କର ଦେଖ ସେହି ସମୟ ସନ୍ନିକଟ ହେଲାଣି ପୁଣି ମନୁଷ୍ୟପୁତ୍ର ପାପୀମାନଙ୍କ ହସ୍ତରେ ସମର୍ପିତ ହେଉଅଛନ୍ତି 46 ଉଠ ଆମ୍ଭେମାନେ ଯିବା ଦେଖ ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି ସେ ନିକଟବର୍ତ୍ତୀ 47 ସେ କଥା କହୁଥିବା ସମୟରେ ଦେଖ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ଏବଂ ତାହା ସହିତ ପ୍ରଧାନ ଯାଜକ ଓ ଲୋକଙ୍କର ପ୍ରାଚୀନବର୍ଗଙ୍କଠାରୁ ପ୍ରେରିତ ବହୁସଂଖ୍ୟକ ଲୋକ ଖଡ଼୍ଗ ଓ ଯଷ୍ଟି ଧରି ଆସିଲେ 48 ଆଉ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ସେମାନଙ୍କୁ ଏହି ସଙ୍କେତ ଦେଇ କହିଥିଲା ମୁଁ ଯାହାଙ୍କୁ ଚୁମ୍ବନ କରିବି ସେ ସେହି ତାହାଙ୍କୁ ଧରିବ 49 ଆଉ ସେ ସେହିକ୍ଷଣି ଯୀଶୁଙ୍କ ନିକଟକୁ ଆସି ହେ ଗୁରୁ ନମସ୍କାର ଏହା କହି ତାହାଙ୍କୁ ବହୁତ ଚୁମ୍ବନ କଲା 50 କିନ୍ତୁ ଯୀଶୁ ତାହାକୁ କହିଲେ ହେ ବନ୍ଧୁ ଯାହା କରିବା ନିମନ୍ତେ ଆସିଅଛ ତାହା କର ସେଥିରେ ସେମାନେ ପାଖକୁ ଆସି ଯୀଶୁଙ୍କ ଉପରେ ହାତ ପକାଇ ତାହାଙ୍କୁ ଧରିଲେ 51 ଆଉ ଦେଖ ଯୀଶୁଙ୍କ ସାଙ୍ଗରେ ଥିବା ଲୋକଙ୍କ ମଧ୍ୟରୁ ଜଣେ ହାତ ବଢ଼ାଇ ଖଣ୍ଡା ବାହାର କଲେ ଏବଂ ମହାଯାଜକଙ୍କର ଦାସକୁ ଆଘାତ କରି ତାହାର କାନ କାଟିପକାଇଲେ 52 ସେଥିରେ ଯୀଶୁ ତାହାଙ୍କୁ କହିଲେ ତୁମ୍ଭର ଖଡ଼୍ଗ ପୁଣି ଥରେ ଆପଣା ସ୍ଥାନରେ ରଖ କାରଣ ଯେଉଁମାନେ ଖଡ୍ଗ ଧାରଣ କରନ୍ତି ସେ ସମସ୍ତେ ଖଡ଼୍ଗ ଦ୍ୱାରା ବିନଷ୍ଟ ହେବେ 53 ଅଥବା ତୁମ୍ଭେ କଣ ମନେ କରୁଅଛ ଯେ ମୁଁ ମୋହର ପିତାଙ୍କୁ ବିନତି କରି ପାରେ ନାହିଁ ଓ ସେ ଏହିକ୍ଷଣି ମୋ ନିମନ୍ତେ ଦ୍ୱାଦଶ ବାହିନୀ ଅପେକ୍ଷା ଅଧିକ ଦୂତଙ୍କୁ ପଠାଇଦେବେ ନାହିଁ 54 ତେବେ ଏହି ପ୍ରକାରେ ଅବଶ୍ୟ ଘଟିବ ବୋଲି ଧର୍ମଶାସ୍ତ୍ରର ବାକ୍ୟ କି ପ୍ରକାର ସଫଳ ହେବ 55 ସେହି ସମୟରେ ଯୀଶୁ ଲୋକସମୂହକୁ କହିଲେ ଡକଇତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ନେଇ ତୁମ୍ଭେମାନେ କଣ ମୋତେ ଧରିବାକୁ ଆସିଲ ମୁଁ ପ୍ରତିଦିନ ମନ୍ଦିରରେ ବସି ଶିକ୍ଷା ଦେଉଥିଲି କିନ୍ତୁ ତୁମ୍ଭେମାନେ ମୋତେ ଧରିଲ ନାହିଁ 56 ମାତ୍ର ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ ସେଥିନିମନ୍ତେ ଏସମସ୍ତ ଘଟିଅଛି ସେତେବେଳେ ଶିଷ୍ୟମାନେ ସମସ୍ତେ ତାହାଙ୍କୁ ଛାଡ଼ି ପଳାଇଗଲେ 57 ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ 58 କିନ୍ତୁ ପିତର ଦୂରରେ ରହି ମହାଯାଜକଙ୍କ ପ୍ରାଙ୍ଗଣ ପର୍ଯ୍ୟନ୍ତ ତାହାଙ୍କ ପଛେ ପଛେ ଗଲେ ଆଉ ଶେଷରେ କଣ ଘଟିବ ତାହା ଦେଖିବା ନିମନ୍ତେ ସେ ଭିତରକୁ ଯାଇ ପଦାତିକମାନଙ୍କ ସହିତ ବସି ରହିଲେ 59 ଇତିମଧ୍ୟରେ ପ୍ରଧାନ ଯାଜକମାନେ ଓ ସମସ୍ତ ମହାସଭା ଯୀଶୁଙ୍କୁ ବଧ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଖୋଜିବାକୁ ଲାଗିଲେ 60 ଆଉ ଅନେକ ମିଥ୍ୟା ସାକ୍ଷୀ ବାହାରିଲେ ସୁଦ୍ଧା ସେମାନେ କିଛି ପାଇଲେ ନାହିଁ ଶେଷରେ ଦୁଇ ଜଣ ବାହାରି କହିଲେ 61 ଏହି ଲୋକଟା କହିଥିଲା ମୁଁ ଈଶ୍ୱରଙ୍କ ମନ୍ଦିରକୁ ଭାଙ୍ଗି ତାହା ତିନି ଦିନ ମଧ୍ୟରେ ତୋଳି ଦେଇ ପାରେ 62 ସେଥିରେ ମହାଯାଜକ ଉଠି ତାହାଙ୍କୁ କହିଲେ ତୁମ୍ଭେ କିଛି ଉତ୍ତର ଦେଉ ନାହଁ ତୁମ୍ଭ ବିରୁଦ୍ଧରେ ଏମାନେ ଏ ଯେଉଁ ସାକ୍ଷ୍ୟ ଦେଉଅଛନ୍ତି ଏହା କଣ 63 କିନ୍ତୁ ଯୀଶୁ ମୌନ ହୋଇ ରହିଲେ ସେଥିରେ ମହାଯାଜକ ତାହାଙ୍କୁ କହିଲେ ଆମ୍ଭେ ତୁମ୍ଭକୁ ଜୀବନ୍ତ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛୁ ଆମ୍ଭମାନଙ୍କୁ କୁହ ତୁମ୍ଭେ କି ଈଶ୍ୱରଙ୍କ ପୁତ୍ର ଖ୍ରୀଷ୍ଟ 64 ଯୀଶୁ ତାହାଙ୍କୁ କହିଲେ ଆପଣ କହିଅଛନ୍ତି ଆହୁରି ମୁଁ ଆପଣମାନଙ୍କୁ କହୁଅଛି ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ 65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ ଏ ଈଶ୍ୱର ନିନ୍ଦା କଲା ସାକ୍ଷୀରେ ଆମ୍ଭମାନଙ୍କର ଆଉ କଣ ଆବଶ୍ୟକ ଦେଖନ୍ତୁ ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ 66 ଆପଣମାନଙ୍କର ମତ କଣ ଏଥିରେ ସେମାନେ ଉତ୍ତର ଦେଲେ ସେ ପ୍ରାଣଦଣ୍ଡର ଯୋଗ୍ୟ 67 ସେତେବେଳେ ସେମାନେ ତାହାଙ୍କ ମୁହଁରେ ଛେପ ପକାଇ ତାହାଙ୍କୁ ବିଧା ମାରିଲେ ଆଉ କେହି କେହି ତାହାଙ୍କୁ ଚାପୁଡ଼ା ମାରି କହିଲେ 68 ରେ ଖ୍ରୀଷ୍ଟ ତୁ ପରା ଭାବବାଦୀ ଆମ୍ଭମାନଙ୍କୁ କହ ତ କିଏ ତୋତେ ମାଇଲା 69 ଇତିମଧ୍ୟରେ ପିତର ବାହାରେ ପ୍ରାଙ୍ଗଣରେ ବସିଥିଲେ ଆଉ ଜଣେ ଦାସୀ ତାହାଙ୍କ ପାଖକୁ ଆସି କହିଲା ତୁମ୍ଭେ ମଧ୍ୟ ଗାଲିଲୀୟ ଯୀଶୁଙ୍କ ସାଙ୍ଗରେ ଥିଲ 70 କିନ୍ତୁ ସେ ସମସ୍ତଙ୍କ ଆଗରେ ଅସ୍ୱୀକାର କରି କହିଲେ ତୁମ୍ଭେ କଣ କହୁଛ ମୁଁ ଜାଣେ ନାହିଁ 71 ପୁଣି ସେ ଦାଣ୍ଡଦ୍ୱାରକୁ ବାହାରି ଯାଆନ୍ତେ ଆଉ ଜଣେ ଦାସୀ ତାହାଙ୍କୁ ଦେଖି ସେହି ସ୍ଥାନର ଲୋକମାନଙ୍କୁ କହିଲା ଏ ନାଜରିତୀୟ ଯୀଶୁ ସାଙ୍ଗରେ ଥିଲା 72 ପୁଣି ସେ ରାଣ ପକାଇ ଆଉ ଥରେ ଅସ୍ୱୀକାର କରି କହିଲେ ମୁଁ ସେ ଲୋକକୁ ଜାଣେ ନାହିଁ 73 ଅଳ୍ପ କ୍ଷଣ ପରେ ପାଖରେ ଠିଆ ହୋଇଥିବା ଲୋକମାନେ ପିତରଙ୍କ ନିକଟକୁ ଆସି ତାହାଙ୍କୁ କହିଲେ ତୁମ୍ଭେ ମଧ୍ୟ ନିଶ୍ଚୟ ସେମାନଙ୍କ ମଧ୍ୟରୁ ଜଣେ କାରଣ ତୁମ୍ଭ କଥାରୁ ତ ଜଣାପଡ଼ୁଅଛି 74 ସେଥିରେ ସେ ଅଭିଶାପ ଦେଇ ରାଣ ପକାଇ କହିବାକୁ ଲାଗିଲେ ମୁଁ ସେ ଲୋକକୁ ଜାଣେ ନାହିଁ 75 ସେହିକ୍ଷଣି କୁକୁଡ଼ା ଡାକିଲା ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ ଏହି ଯେଉଁ କଥା ଯୀଶୁ କହିଥିଲେ ତାହା ପିତରଙ୍କ ମନରେ ପଡ଼ିଲା ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ
Chapter 27
ପୀଲାତଙ୍କ ସମ୍ମୁଖରେ ଯୀଶୁ
(ମାର୍କ. 15:1; ଲୂକ. 23:1,2; ଯୋହ. 18:28-32)
1 ସକାଳ ହୁଅନ୍ତେ ସମସ୍ତ ପ୍ରଧାନ ଯାଜକମାନେ ପୁଣି ଲୋକମାନଙ୍କର ପ୍ରାଚୀନବର୍ଗ ଯୀଶୁଙ୍କୁ ବଧ କରିବା ପାଇଁ ତାହାଙ୍କର ବିରୁଦ୍ଧରେ ମନ୍ତ୍ରଣା କଲେ 2 ଆଉ ସେମାନେ ତାହାଙ୍କୁ ବାନ୍ଧି ନେଇଯାଇ ପୀଲାତ ନାମକ ଶାସନକର୍ତ୍ତାଙ୍କ ହସ୍ତରେ ସମର୍ପଣ କଲେ 3 ସେତେବେଳେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣକାରୀ ଯିହୂଦା ସେ ପ୍ରାଣ ଦଣ୍ଡାଜ୍ଞା ପାଇଅଛନ୍ତି ଏହା ଦେଖି ଅନୁତାପ କରି ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗଙ୍କ ନିକଟକୁ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ଫେରାଇ ଆଣି କହିଲା 4 ମୁଁ ନିର୍ଦ୍ଦୋଷ ରକ୍ତ ସମର୍ପଣ କରି ପାପ କରିଅଛି କିନ୍ତୁ ସେମାନେ କହିଲେ ସେଥିରେ ଆମ୍ଭମାନଙ୍କର କଅଣ ଅଛି 5 ତୁ ତାହା ବୁଝ ତହିଁରେ ସେ ରୌପ୍ୟମୁଦ୍ରାଗୁଡ଼ାକ ମନ୍ଦିର ଭିତରେ ଫୋପାଡ଼ିଦେଇ ଚାଲିଗଲା ପୁଣି ଯାଇ ଆପଣାକୁ ଫାଶୀ ଦେଲା 6 କିନ୍ତୁ ପ୍ରଧାନ ଯାଜକମାନେ ସେହି ରୌପ୍ୟମୁଦ୍ରାଗୁଡ଼ାକ ନେଇ କହିଲେ ଏହା ଭଣ୍ଡାରରେ ରଖିବା ବିଧିସଙ୍ଗତ ନୁହେଁ କାରଣ ଏ ତ ରକ୍ତର ମୁଲ୍ୟ 7 ପୁଣି ସେମାନେ ମନ୍ତ୍ରଣା କରି ବିଦେଶୀମାନଙ୍କର ସମାଧି ନିମନ୍ତେ ସେହି ମୁଦ୍ରାରେ କୁମ୍ଭକାରର କ୍ଷେତ୍ର କିଣିଲେ 8 ଏଣୁ ଆଜି ପର୍ଯ୍ୟନ୍ତ ସେହି କ୍ଷେତ୍ରକୁ ରକ୍ତକ୍ଷେତ୍ର ବୋଲି କହନ୍ତି 9 ଏଥିରେ ଯିରିମୀୟ ଭାବବାଦୀଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହେଲା ଇସ୍ରାଏଲ ସନ୍ତାନମାନେ ଯାହାଙ୍କ ମୂଲ୍ୟ ନିରୂପଣ କରିଥିଲେ ତାହାଙ୍କ ମୂଲ୍ୟ ସ୍ୱରୂପ ସେହି ତିରିଶିଗୋଟି ରୌପ୍ୟମୁଦ୍ରା ସେମାନେ ନେଇ 10 ମୋ ପ୍ରତି ପ୍ରଭୁଙ୍କ ଆଦେଶ ଅନୁସାରେ କୁମ୍ଭକାରର କ୍ଷେତ୍ର ନିମନ୍ତେ ଦେଲେ 11 ଇତିମଧ୍ୟରେ ଯୀଶୁ ଶାସନକର୍ତ୍ତାଙ୍କ ସମ୍ମୁଖରେ ଠିଆ କରାଗଲେ ଆଉ ଶାସନକର୍ତ୍ତା ତାହାଙ୍କୁ ପଚାରିଲେ ତୁମ୍ଭେ କି ଯିହୂଦୀମାନଙ୍କ ରାଜା ଯୀଶୁ କହିଲେ ଆପଣ କହୁଅଛନ୍ତି 12 ଆଉ ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରନ୍ତେ ସେ କୌଣସି ଉତ୍ତର ଦେଲେ ନାହିଁ 13 ସେଥିରେ ପୀଲାତ ତାହାଙ୍କୁ କହିଲେ ଏମାନେ ତୁମ୍ଭ ବିରୁଦ୍ଧରେ କେତେ ସାକ୍ଷ୍ୟ ଦେଉଅଛନ୍ତି ତାହା କି ଶୁଣୁ ନାହଁ 14 ମାତ୍ର ସେ ତାହାଙ୍କୁ ଗୋଟିଏ କଥାର ହିଁ ପଦେ ହେଲେ ଉତ୍ତର ଦେଲେ ନାହିଁ ସେଥିରେ ଶାସନକର୍ତ୍ତା ଅତ୍ୟନ୍ତ ଚମତ୍କୃତ ହେଲେ 15 କିନ୍ତୁ ପର୍ବ ସମୟରେ ଲୋକସମୂହର ଇଚ୍ଛାନୁସାରେ ଜଣେ ବନ୍ଦୀକୁ ସେମାନଙ୍କ ନିମନ୍ତେ ମୁକ୍ତ କରିବା ଶାସନକର୍ତ୍ତାଙ୍କର ରୀତି ଥିଲା 16 ସେତେବେଳେ ସେମାନଙ୍କର ବାରବ୍ବା ନାମକ ଜଣେ ବିଖ୍ୟାତ ବନ୍ଦୀ ଥିଲା। 17 ଅତଏବ, ସେମାନେ ଏକତ୍ର ହୋଇଥିବା ସମୟରେ ପୀଲାତ ସେମାନଙ୍କୁ ପଚାରିଲେ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିଦେବା ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ? ବାରବ୍ବାକୁ, ନା ଯାହାକୁ ଖ୍ରୀଷ୍ଟ ବୋଲି କହନ୍ତି, ସେହି ଯୀଶୁକୁ? 18 କାରଣ ସେମାନେ ଯେ ଇର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ଜାଣିଥିଲେ। 19 ଆଉ, ସେ ବିଚାରାସନରେ ବସିଥିବା ସମୟରେ ତାହାଙ୍କ ସ୍ତ୍ରୀ ତାହାଙ୍କ ପାଖକୁ କହି ପଠାଇଲେ, ସେହି ଧାର୍ମିକ ଲୋକଙ୍କ କଥାରେ ତୁମ୍ଭେ ଆଦୌ ହାତ ଦିଅ ନାହିଁ, କାରଣ ତାହାଙ୍କ ଯୋଗୁଁ ମୁଁ ଆଜି ସ୍ୱପ୍ନରେ ବହୁତ କଷ୍ଟ ଭୋଗିଅଛି। 20 ମାତ୍ର ପ୍ରଧାନ ଯାଜକ ଓ ପ୍ରାଚୀନବର୍ଗ ବାରବ୍ବାକୁ ମାଗିବା ପାଇଁ ଓ ଯୀଶୁଙ୍କୁ ବିନାଶ କରିବା ପାଇଁ ଲୋକସମୂହକୁ ମଣାଇଲେ। 21 ମାତ୍ର ଶାସନକର୍ତ୍ତା ସେମାନଙ୍କୁ ଉତ୍ତର ଦେଲେ, ଆମ୍ଭେ ଏ ଉଭୟଙ୍କ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ କାହାକୁ ମୁକ୍ତ କରିବା ବୋଲି ତୁମ୍ଭମାନଙ୍କ ଇଚ୍ଛା? ସେମାନେ କହିଲେ, ବାରବ୍ବାକୁ। 22 ପୀଲାତ ସେମାନଙ୍କୁ ପଚାରିଲେ, ତେବେ କାହାକୁ ଖ୍ରୀଷ୍ଟ କହନ୍ତି, ସେହି ଯୀଶୁ ପ୍ରତି କ'ଣ କରିବା? ସେମାନେ ସମସ୍ତେ କହିଲେ, ସେ କ୍ରୁଶରେ ଚଢ଼ାଯାଉ। 23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
କ୍ରୁଶ ନିମନ୍ତେ ଯୀଶୁ ସମର୍ପିତ
(ଦ୍ୱି.ବି. 21:6-9)
24 ଏଣୁ ପୀଲାତ ଯେତେବେଳେ ଦେଖିଲେ ଯେ, ସେ କିଛି କରି ପାରୁ ନାହାଁନ୍ତି, ବରଂ ଆହୁରି ଗଣ୍ଡଗୋଳ ହେଉଅଛି, ସେତେବେଳେ ସେ ପାଣି ନେଇ ଲୋକମାନଙ୍କ ଆଗରେ ହାତ ଧୋଇ କହିଲେ, ଏହି ରକ୍ତପାତରେ ଆମ୍ଭେ ନିର୍ଦ୍ଦୋଷ, ତୁମ୍ଭେମାନେ ତାହା ବୁଝ। 25 ଏଥିରେ ସମସ୍ତ ଲୋକ ଉତ୍ତର ଦେଲେ, ତାହାର ରକ୍ତ ଆମ୍ଭମାନଙ୍କ ଓ ଆମ୍ଭମାନଙ୍କ ସନ୍ତାନମାନଙ୍କ ଉପରେ ବର୍ତ୍ତୁ। 26 ସେଥିରେ ସେ ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ମାତ୍ର ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ।
ଯୀଶୁଙ୍କ ପ୍ରତି ପରିହାସ
(ମାର୍କ. 15:16-20; ଯୋହ. 19:2,3)
27 ଏହାପରେ ଶାସନକର୍ତ୍ତାଙ୍କ ସୈନ୍ୟମାନେ ଯୀଶୁଙ୍କୁ ପ୍ରାସାଦ ଭିତରକୁ ନେଇଯାଇ ସମସ୍ତ ସୈନ୍ୟଦଳକୁ ତାହାଙ୍କ ନିକଟରେ ଏକତ୍ର କଲେ। 28 ପୁଣି, ସେମାନେ ତାହାଙ୍କ ବସ୍ତ୍ର କାଢ଼ିନେଇ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ, 29 ଆଉ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ ଓ ତାହାଙ୍କର ଦକ୍ଷିଣ ହସ୍ତରେ ଖଣ୍ଡିଏ ନଳ ଦେଲେ, ପୁଣି, ତାହାଙ୍କ ସମ୍ମୁଖରେ ଜାଣୁ ପାତି, ହେ ଯିହୂଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କୁ ପରିହାସ କଲେ। 30 ଆଉ, ସେମାନେ ତାହାଙ୍କ ଉପରେ ଛେପ ପକାଇଲେ ଓ ସେହି ନଳ ନେଇ ତାହାଙ୍କ ମୁଣ୍ଡରେ ମାରିବାକୁ ଲାଗିଲେ। 31 ପୁଣି, ସେମାନେ ତାହାଙ୍କୁ ପରିହାସ କଲା ପରେ ସେହି ବସ୍ତ୍ର କାଢ଼ିନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ ଓ ତାହାଙ୍କୁ କ୍ରୁଶରେ ଚଢ଼ାଇବାକୁ ଘେନିଗଲେ।
ଯୀଶୁଙ୍କ କ୍ରୁଶବିଦ୍ଧ
(ମାର୍କ. 15:21-32; ଲୂକ.23:26-43; ଯୋହ. 19:17-27)
32 ସେମାନେ ବାହାରିବା ସମୟରେ ଶିମୋନ ନାମକ ଜଣେ କୂରୀଣୀୟ ଲୋକକୁ ଦେଖି ଯୀଶୁଙ୍କ କ୍ରୁଶ ବହିବା ପାଇଁ ତାହାଙ୍କୁ ବାଧ୍ୟ କଲେ। 33 ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ 34 ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ। 35 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, 36 ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ। 37 ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୂଦୀମାନଙ୍କର ରାଜା ଯୀଶୁ। 38 ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ। 39 ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, 40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ୱରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ। 41 ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, 42 ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା। 43 ସେ ଈଶ୍ୱରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ୱରଙ୍କ ପୁତ୍ର। 44 ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ।
ଯୀଶୁଙ୍କ ମୃତ୍ୟୁ
(ମାର୍କ. 15:33-41; ଲୂକ. 23:44-49; ଯୋହ. 19:28-30)
45 ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା। 46 ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ଏଲୀ, ଏଲୀ, ଲାମା ସବକ୍ଥାନୀ? ଅର୍ଥାତ୍, ହେ ମୋହର ଈଶ୍ୱର, ହେ ମୋହର ଈଶ୍ୱର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ? 47 ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲିୟଙ୍କୁ ଡାକୁଅଛି। 48 ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ୍ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା। 49 କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲିୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା। 50 କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ। 51 ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, 52 ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା, 53 ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ। 54 ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ। 55 ଆଉ, ଅନେକ ସ୍ତ୍ରୀଲୋକ ସେ ସ୍ଥାନରେ ଥାଇ ଦୂରରୁ ଦେଖୁଥିଲେ; ସେମାନେ ଯୀଶୁଙ୍କ ସେବା କରୁ କରୁ ଗାଲିଲୀରୁ ତାହାଙ୍କ ସାଙ୍ଗରେ ଆସିଥିଲେ; 56 ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରିୟମ, ଯାକୁବ ଓ ଯୋଷେଫଙ୍କ ମାତା ମରିୟମ, ପୁଣି, ଜେବଦୀଙ୍କ ପୁତ୍ରମାନଙ୍କ ମାତା ଥିଲେ।
ଯୀଶୁଙ୍କ ସମାଧି
(ମାର୍କ. 15:42-47; ଲୂକ. 23:50-56; ଯୋହ. 19:38-42)
57 ବେଳ ଗଡ଼ିଆସନ୍ତେ, ଯୋଷେଫ ନାମକ ହାରାମାଥୀୟାର ଜଣେ ଧନୀ ଲୋକ ଆସିଲେ, ସେ ମଧ୍ୟ ଯୀଶୁଙ୍କର ଜଣେ ଶିଷ୍ୟ ହୋଇଥିଲେ। 58 ସେ ପୀଲାତଙ୍କ ପାଖକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ। ସେଥିରେ ପୀଲାତ ତାହା ଦେବାକୁ ଆଜ୍ଞା କଲେ। 59 ଯୋଷେଫ ଶରୀରଟି ନେଇ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, 60 ଆପଣାର ଯେଉଁ ନୂତନ ସମାଧି ପାହାଡ଼ରେ ଖୋଳିଥିଲେ, ସେଥିମଧ୍ୟରେ ତାହା ଥୋଇଲେ, ଆଉ ସମାଧି ଦ୍ୱାରରେ ଖଣ୍ଡିଏ ବଡ଼ ପଥର ଗଡ଼ାଇଦେଇ ଚାଲିଗଲେ। 61 ମଗ୍ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସେ ସ୍ଥାନରେ ସମାଧି ସମ୍ମୁଖରେ ବସି ରହିଲେ।
ସମାଧି ସ୍ଥାନରେ ପ୍ରହରୀ
62 ତା'ପର ଦିନ, ଅର୍ଥାତ୍ ଆୟୋଜନ-ଦିବସର ପରବର୍ତ୍ତୀ ଦିନ ପ୍ରଧାନ ଯାଜକ ଓ ଫାରୂଶୀମାନେ ପୀଲାତଙ୍କ ପାଖରେ ଏକତ୍ର ହୋଇ କହିଲେ, 63 ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି। 64 ଅତଏବ, ତୃତୀୟ ଦିବସ ପର୍ଯନ୍ତ ସମାଧି ସୁରକ୍ଷିତ ହେବା ନିମନ୍ତେ ଆଜ୍ଞା କରନ୍ତୁ, ନୋହିଲେ କେଜାଣି ତାହାର ଶିଷ୍ୟମାନେ ଆସି ତାହାକୁ ଚୋରି କରି ଲୋକଙ୍କୁ କହିବେ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ତାହାହେଲେ ପ୍ରଥମ ପ୍ରବଞ୍ଚନା ଅପେକ୍ଷା ଶେଷ ପ୍ରବଞ୍ଚନା ଅଧିକ ମନ୍ଦ ହେବ। 65 ପୀଲାତ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ପ୍ରହରୀଦଳ ଅଛି, ତୁମ୍ଭେମାନେ ଯାଇ ଯଥାସାଧ୍ୟ ତାହା ସୁରକ୍ଷା କର। 66 ତେଣୁ ସେମାନେ ଯାଇ ପ୍ରହରୀଦଳ ସହିତ ସେହି ପ୍ରସ୍ତରରେ ମୁଦ୍ରାଙ୍କ ଦେଇ ସମାଧି ସୁରକ୍ଷିତ କଲେ।
Chapter 28
ଯୀଶୁଙ୍କ ପୁନରୁତ୍ଥାନ
(ମାର୍କ. 16:1-10; ଲୂକ. 24:1-12; ଯୋହ. 20:1-10)
1 ବିଶ୍ରାମବାର ଶେଷ ହେଲା ପରେ ସପ୍ତାହର ପ୍ରଥମ ଦିନର ପ୍ରତ୍ୟୁଷରେ ମଗ୍ଦଲୀନୀ ମରିୟମ ଓ ଅନ୍ୟ ମରିୟମ ସମାଧି ଦେଖିବାକୁ ଆସିଲେ। 2 ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ୱର୍ଗରୁ ଓହ୍ଲାଇ ଆସି ସେହି ପଥର ଖଣ୍ଡିକ ଗଡ଼ାଇଦେଇ ତାହା ଉପରେ ବସିଲେ।
3 ତାହାଙ୍କ ରୂପ ବିଜୁଳି ପରି ଓ ତାହାଙ୍କର ବସ୍ତ୍ର ବରଫ ପରି ଧଳା ରଙ୍ଗ ଥିଲା, 4 ପୁଣି, ତାହାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବ୍ୟକ୍ତିମାନଙ୍କ ପରି ହେଲେ।
5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ। 6 ସେ ଏଠାରେ ନାହାଁନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ ସେହି ସ୍ଥାନ ଦେଖ। 7 ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି, ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି।
8 ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ଚାଲିଯାଇ ତାହାଙ୍କ ଶିଷ୍ୟମାନଙ୍କୁ ସମ୍ବାଦ ଦେବା ପାଇଁ ଦୌଡ଼ିଲେ। 9 ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ। ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ। 10 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକୁ ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ।
ପ୍ରହରୀମାନଙ୍କର ବିବୃତି
11 ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରେ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟଣାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ। 12 ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ପରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ, 13 ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାଙ୍କର ଶିଷ୍ୟମାନେ ରାତିରେ ଆସି ତାହାଙ୍କୁ ଚୋରି କରି ନେଇଗଲେ।
14 ପୁଣି, ଏକଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାହାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା। 15 ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ। ଏଣୁ ଏହି କଥା ଯିହୂଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି।
ମହାନ ଆଦେଶ
(ମାର୍କ. 16:14-18; ଲୂକ. 24:36-49; ଯୋହ. 20:19-23; ପ୍ରେରି. 1:6-8)
16 କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକୁ ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ। 17 ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ।
18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି। 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
20 ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହି ସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗାନ୍ତ ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି।