ଓଡ଼ିଆ: Indian Revised Version - Oriya

Updated ? hours ago # views See on DCS

ଲୂକ

Chapter 1

ଥୀୟଫିଲଙ୍କ ନିମନ୍ତେ

1 ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ 2 ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି 3 ଅତଏବ ହେ ମାନ୍ୟବର ଥିୟଫିଲ ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ ମନେ କଲି 4 ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି ସେ ସବୁର ନିଶ୍ଚୟତା ଜାଣି ପାରନ୍ତି 5 ଯିହୂଦା ଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା ତାହାଙ୍କର ନାମ ଏଲୀଶାବେଥ 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ୱରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ 7 କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲେ କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ ପୁଣି ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା 8 ସେ ଆପଣା ଦଳର ପାଳି ଅନୁସାରେ ଈଶ୍ୱରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ 9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା 10 ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ 11 ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ 12 ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ 13 କିନ୍ତୁ ଦୂତ ତାଙ୍କୁ କହିଲେ ଜିଖରୀୟ ଭୟ କର ନାହିଁ କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ ପୁଣି ତୁମ୍ଭେ ତାହାର ନାମ ଯୋହନ ଦେବ 14 ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ ପୁଣି ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ 15 ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ ପୁଣି ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ 16 ଆଉ ବାପ୍ତିଜକ ଯୋହନ ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ୱରଙ୍କ ପ୍ରତି ଫେରାଇବ 17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ 18 ଏଥିରେ ଜିଖରୀୟ ଦୂତଙ୍କୁ କହିଲେ ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି କାରଣ ମୁଁ ତ ବୃଦ୍ଧ ପୁଣି ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି 19 ଦୂତ ତାହାଙ୍କୁ ଉତ୍ତର ଦେଲେ ମୁଁ ଗାବ୍ରିଏଲ ମୁଁ ଈଶ୍ୱରଙ୍କ ଉପସ୍ଥିତିରେ ଠିଆ ହୁଏ ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି 20 ଦେଖ ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ ସେହି ସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ 21 ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ 22 କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଛନ୍ତି ବୋଲି ସେମାନେ ବୁଝିଲେ ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ 23 ପରେ ତାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ ସେ ଆପଣା ଘରକୁ ଗଲେ 24 ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲିଶାବେଥ ଗର୍ଭବତୀ ହେଲେ ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ 25 ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋ ପ୍ରତି ଏପରି କରିଅଛନ୍ତି 26 ଏଲୀଶାବେଥଙ୍କ ଗର୍ଭର ଛଅ ମାସରେ ଗାବ୍ରିଏଲ ଦୂତ ଈଶ୍ୱରଙ୍କ ନିକଟରୁ ଗାଲିଲୀର ନାଜରିତ ନାମକ ନଗରକୁ ଜଣେ କନ୍ୟା ନିକଟକୁ ପଠାଗଲେ 27 ଦାଉଦଙ୍କ ବଂଶର ଯୋଷେଫ ନାମକ ଜଣେ ପୁରୁଷଙ୍କ ସହିତ ତାହାଙ୍କର ବିବାହ ନିର୍ବନ୍ଧ ହୋଇଥିଲା ସେହି କନ୍ୟାଙ୍କ ନାମ ମରୀୟମ 28 ସେ ଗୃହରେ ପ୍ରବେଶ କରି ତାଙ୍କ ନିକଟକୁ ଆସି କହିଲେ ଆଗୋ ଅନୁଗ୍ରହପାତ୍ରୀ ତୁମ୍ଭର ମଙ୍ଗଳ ହେଉ ପ୍ରଭୁ ତୁମ୍ଭର ସହବର୍ତ୍ତୀ 29 କିନ୍ତୁ ସେ ଏହି ବାକ୍ୟରେ ଅତିଶୟ ବିଚଳିତ ହୋଇ ଏହା କି ପ୍ରକାର ବାକ୍ୟ ବୋଲି ମନରେ ଆନ୍ଦୋଳନ କରିବାକୁ ଲାଗିଲେ 30 ସେଥିରେ ଦୂତ ତାହାଙ୍କୁ କହିଲେ ଆଗୋ ମରୀୟମ ଭୟ କର ନାହିଁ କାରଣ ତୁମ୍ଭେ ଈଶ୍ୱରଙ୍କ ଛାମୁରେ ଅନୁଗ୍ରହ ପାଇଅଛ 31 ଆଉ ଦେଖ ତୁମ୍ଭେ ଗର୍ଭଧାରଣ କରି ଗୋଟିଏ ପୁତ୍ର ପ୍ରସବ କରିବ ଓ ତାହାଙ୍କ ନାମ ଯୀଶୁ ଦେବ 32 ସେ ମହାନ ହେବେ ଓ ମହାନ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ ପ୍ରଭୁ ଈଶ୍ୱର ତାହାଙ୍କୁ ତାହାଙ୍କ ପିତା ଦାଉଦଙ୍କ ସିଂହାସନ ଦାନ କରିବେ 33 ସେ ଯାକୁବ ବଂଶ ଉପରେ ଯୁଗେ ଯୁଗେ ଶାସନ କରିବେ ପୁଣି ତାହାଙ୍କ ରାଜ୍ୟର ଶେଷ ହେବ ନାହିଁ 34 କିନ୍ତୁ ମରୀୟମ ଦୂତଙ୍କୁ କହିଲେ ଏହା କିପରି ହେବ ମୁଁ ତ ପୁରୁଷକୁ ଜାଣେ ନାହିଁ 35 ଦୂତ ତାଙ୍କୁ ଉତ୍ତର ଦେଲେ ପବିତ୍ର ଆତ୍ମା ତୁମ୍ଭ ଉପରେ ଅବତରଣ କରିବେ ଓ ମହାନ ଈଶ୍ୱରଙ୍କ ଶକ୍ତି ତୁମ୍ଭକୁ ଆବୋରିବ ଏଣୁ ଯେ ଜାତ ହେବେ ସେ ପବିତ୍ର ଓ ଈଶ୍ୱରଙ୍କ ପୁତ୍ର ବୋଲି ଖ୍ୟାତ ହେବେ 36 ପୁଣି ଦେଖ ତୁମ୍ଭର ଆତ୍ମୀୟା ଏଲୀଶାବେଥ ମଧ୍ୟ ବୃଦ୍ଧା ବୟସରେ ଗୋଟିଏ ପୁତ୍ର ଗର୍ଭରେ ଧାରଣ କରିଅଛନ୍ତି ଯେ ବନ୍ଧ୍ୟା ବୋଲି ଖ୍ୟାତ ତାଙ୍କର ଏବେ ଛଅ ମାସ ହେଲାଣି 37 କାରଣ ଈଶ୍ୱରଙ୍କଠାରୁ ନିର୍ଗତ କୌଣସି ବାକ୍ୟ ଶକ୍ତିହୀନ ହେବ ନାହିଁ 38 ଏଥିରେ ମରୀୟମ କହିଲେ ଦେଖନ୍ତୁ ମୁଁ ପ୍ରଭୁଙ୍କ ଦାସୀ ଆପଣଙ୍କ ବାକ୍ୟାନୁସାରେ ମୋ ପ୍ରତି ଘଟୁ ତାହା ପରେ ଦୂତ ତାହାଙ୍କ ନିକଟରୁ ଗଲେ 39 ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳସ୍ଥ ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ 40 ପୁଣି ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ 41 ଆଉ ଏଲୀଶାବେଥ ମରିୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାଙ୍କ ଗର୍ଭରେ ନାଚି ଉଠିଲା ପୁଣି ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42 ଅତି ଉଚ୍ଚସ୍ୱରରେ କହିଲେ ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ ପୁଣି ଧନ୍ୟ ତୁମ୍ଭର ଗର୍ଭର ଫଳ 43 ଆଉ ମୋ ପ୍ରଭୁଙ୍କ ମାତା ଯେ ମୋ ନିକଟକୁ ଆସିବେ ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା 44 କାରଣ ଦେଖ ତୁମ୍ଭ ସମ୍ଭାଷଣର ସ୍ୱର ମୋ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା 45 ଯେ ବିଶ୍ୱାସ କଲେ ସେ ଧନ୍ୟ କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି ସେହି ସବୁ ସଫଳ ହେବ 46 ଏଥିରେ ମରୀୟମ କହିଲେ ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି 47 ପୁଣି ମୋହର ଆତ୍ମା ମୋ ତ୍ରାଣକର୍ତ୍ତା ଈଶ୍ୱରଙ୍କଠାରେ ଆନନ୍ଦିତ ହୋଇଅଛି 48 କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି ଆଉ ଦେଖ ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ 49 କାରଣ ଯେ ଶକ୍ତିମାନ ସେ ମୋ ପ୍ରତି ମହତ କର୍ମ କରିଅଛନ୍ତି ତାହାଙ୍କର ନାମ ପବିତ୍ର 50 ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ 51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି 52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି ଦୀନହୀନମାନଙ୍କୁ ଉଠାଇଅଛନ୍ତି 53 ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି 54 ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି 55 ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି 56 ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ 57 ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ 58 ଆଉ ପ୍ରଭୁ ଯେ ତାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି ଏହା ଶୁଣି ତାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ 59 ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ 60 କିନ୍ତୁ ତାହାର ମାତା ଉତ୍ତର ଦେଲେ ନାହିଁ ତାହାର ନାମ ଯୋହନ ହେବ 61 ସେମାନେ ତାହାଙ୍କୁ କହିଲେ ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ 62 ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଛନ୍ତି ତାହା ସଙ୍କେତ କରି ପଚାରିବାକୁ ଲାଗିଲେ 63 ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ ତାହାର ନାମ ଯୋହନ ଏଥିରେ ସମସ୍ତେ ଚକିତ ହେଲେ 64 ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ୱରଙ୍କ ପ୍ରଶଂସା କରିବାକୁ ଲାଗିଲେ 65 ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ ଆଉ ଏହି ସମସ୍ତ କଥା ଯିହୂଦା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକୋହି ହେଲେ 66 ପୁଣି ଶୁଣିବା ଲୋକ ସମସ୍ତେ ସେହି ସବୁ ଆପଣା ଆପଣା ହୃଦୟରେ ରଖି କହିଲେ ଏ ଶିଶୁଟି ତେବେ କଣ ହେବ କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ 67 ଆଉ ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ 68 ଧନ୍ୟ ପ୍ରଭୁ ଇସ୍ରାଏଲର ଈଶ୍ୱର କାରଣ ସେ କୃପାଦୃଷ୍ଟି କରି ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି 69 ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ 70 ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ 71 ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି 72 ଯେପରି ସେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି 73 ଆମ୍ଭମାନଙ୍କ ପିତା ଅବ୍ରାହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି 74 ପୁଣି ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ 75 ସାଧୁତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି 76 ଆଉ ହେ ଶିଶୁଯୋହନ ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ 77 କାରଣ ଅନ୍ଧକାର ଓ ମୃତ୍ୟୁଛାୟାରେ ବସିଥିବା ଲୋକଙ୍କୁ ଆଲୋକ ଦେବା ନିମନ୍ତେ 78 ପୁଣି ଆମ୍ଭମାନଙ୍କ ପାଦ ଶାନ୍ତିପଥକୁ ଆଣିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କର ଯେଉଁ ସ୍ନେହପୂର୍ଣ୍ଣ କରୁଣା ହେତୁ ଆମ୍ଭମାନଙ୍କ ପ୍ରତି ସ୍ୱର୍ଗରୁ ସୂର୍ଯ୍ୟ ଉଦୟ ହେବ 79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ ବାପ୍ତିଜକ ଯୋହନ ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ 80 ପୁଣି ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ

Chapter 2

ଯୀଶୁଖ୍ରୀଷ୍ଟଙ୍କ ଜନ୍ମ

(ମାଥି.1:18-25)

1 ସେ ସମୟରେ ସମସ୍ତ ସାମ୍ରାଜ୍ୟବାସୀଙ୍କ ନାମ ଲେଖାଯିବା ନିମନ୍ତେ କାଇସର ଅଗଷ୍ଟଙ୍କଠାରୁ ଆଜ୍ଞା ଘୋଷଣା କରାଗଲା 2 ସିରିୟାର ଶାସନକର୍ତ୍ତା କ୍ୱିରୀଣୀୟଙ୍କ ସମୟରେ ପ୍ରଥମ ଥର ଏହି ନାମଲେଖା ହୋଇଥିଲା 3 ସେଥିନିମନ୍ତେ ସମସ୍ତେ ନାମ ଲେଖାଇବା ପାଇଁ ଆପଣା ଆପଣା ନଗରକୁ ଯାଉଥିଲେ 4 ପୁଣି ଯୋଷେଫ ମଧ୍ୟ ନାମ ଲେଖାଇବା ନିମନ୍ତେ ମରିୟମଙ୍କ ସହିତ ଗାଲିଲୀର ନାଜରିତ ନଗରରୁ ଯିହୂଦା ପ୍ରଦେଶର ବେଥଲିହିମ ନାମକ ଦାଉଦଙ୍କ ନଗରକୁ ଗଲେ କାରଣ ସେ ଦାଉଦଙ୍କ ବଂଶ ଓ ଗୋଷ୍ଠୀର ଲୋକ ଥିଲେ 5 ତାହାଙ୍କ ସହିତ ମରିୟମଙ୍କ ବିବାହ ନିର୍ବନ୍ଧ ହୋଇଥିଲା ଓ ସେ ଗର୍ଭବତୀ ଥିଲେ 6 ସେମାନେ ସେହି ସ୍ଥାନରେ ଥିବା ସମୟରେ ତାଙ୍କ ପ୍ରସବ କାଳ ଉପସ୍ଥିତ ହେଲା 7 ପୁଣି ସେ ଆପଣା ପ୍ରଥମଜାତ ପୁତ୍ର ପ୍ରସବ କଲେ ଏବଂ ତାହାଙ୍କୁ ଲୁଗାରେ ଗୁଡ଼ାଇ ଗୁହାଳକୁଣ୍ଡରେ ଶୁଆଇଲେ କାରଣ ବସାଘରେ ସେମାନଙ୍କ ପାଇଁ ସ୍ଥାନ ନ ଥିଲା 8 ସେହି ଅଞ୍ଚଳରେ କେତେକ ମେଷପାଳକ ପଦାରେ ରହି ରାତ୍ରିରେ ସେମାନଙ୍କ ମେଷପଲ ଜଗୁଥିଲେ 9 ପ୍ରଭୁଙ୍କର ଜଣେ ଦୂତ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ ପୁଣି ପ୍ରଭୁଙ୍କର ଗୌରବର ଆଲୋକ ସେମାନଙ୍କ ଚାରିଅାଡ଼େ ପ୍ରକାଶିତ ହେଲା ଆଉ ସେମାନେ ଅତିଶୟ ଭୟଗ୍ରସ୍ତ ହେଲେ 10 ସେଥିରେ ଦୂତ ସେମାନଙ୍କୁ କହିଲେ ଭୟ କର ନାହିଁ ଦେଖ ମୁଁ ସମସ୍ତ ଲୋକଙ୍କର ଅତ୍ୟନ୍ତ ଆନନ୍ଦଜନକ ସୁସମାଚାର ତୁମ୍ଭମାନଙ୍କୁ ଜଣାଉଅଛି 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି ସେ ଖ୍ରୀଷ୍ଟ ପ୍ରଭୁ 12 ଆଉ ତୁମ୍ଭମାନଙ୍କ ନିମନ୍ତେ ଏହା ଚିହ୍ନସ୍ୱରୁପ ହେବ ତୁମ୍ଭେମାନେ ଜଣେ ଶିଶୁଙ୍କୁ ଲୁଗାରେ ଗୁଡ଼ା ହୋଇ ଗୁହାଳକୁଣ୍ଡରେ ଶୋଇଥିବାର ଦେଖିବ 13 ପୁଣି ହଠାତ୍ ସେହି ଦୂତଙ୍କ ସାଙ୍ଗରେ ସ୍ୱର୍ଗୀୟ ବାହିନୀର ଗୋଟିଏ ବୃହତ ଦଳ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ 14 ଊର୍ଦ୍ଧ୍ୱଲୋକରେ ଈଶ୍ୱରଙ୍କ ମହିମା ପୁଣି ପୃଥିବୀରେ ତାହାଙ୍କ ସନ୍ତୋଷପାତ୍ର ମନୁଷ୍ୟମାନଙ୍କ ମଧ୍ୟରେ ଶାନ୍ତି 15 ଦୂତମାନେ ସେମାନଙ୍କଠାରୁ ସ୍ୱର୍ଗକୁ ଫେରିଗଲା ପରେ ମେଷପାଳକମାନେ ପରସ୍ପର କହିବାକୁ ଲାଗିଲେ ଆସ ଆମ୍ଭେମାନେ ବେଥଲିହିମ ପର୍ଯ୍ୟନ୍ତ ଯାଇ ପ୍ରଭୁ ଆମ୍ଭମାନଙ୍କୁ ଏହି ଯେଉଁ ଘଟଣା ଜଣାଇଲେ ତାହା ଦେଖିବା 16 ଏଥିରେ ସେମାନେ ଶୀଘ୍ର ଯାଇ ଅନ୍ୱେଷଣ କରି ମରିୟମ ଓ ଯୋଷେଫଙ୍କୁ ପୁଣି ଗୁହାଳକୁଣ୍ଡରେ ଶିଶୁଙ୍କୁ ଶୋଇଥିବା ଦେଖିଲେ 17 ସେମାନେ ଏହା ଦେଖି ସେହି ଶିଶୁଙ୍କ ବିଷୟରେ ସେମାନଙ୍କୁ ଯେଉଁ କଥା କୁହାଯାଇଥିଲା ତାହା ପ୍ରକାଶ କଲେ 18 ପୁଣି ଯେତେ ଲୋକ ମେଷପାଳକମାନଙ୍କ ଠାରୁ ସେହି ସବୁ କଥା ଶୁଣିଲେ ସେମାନେ ସମସ୍ତେ ସେହି କଥାରେ ଚମତ୍କୃତ ହେଲେ 19 କିନ୍ତୁ ମରିୟମ ଏହି ସମସ୍ତ କଥା ହୃଦୟରେ ରଖି ଭାବିବାକୁ ଲାଗିଲେ 20 ଆଉ ମେଷପାଳକମାନଙ୍କୁ ଯେପରି କୁହାଯାଇଥିଲା ସେହିପରି ସେମାନେ ଯାହା ଯାହା ଶୁଣିଲେ ଓ ଦେଖିଲେ ସେ ସମସ୍ତ ସକାଶେ ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା କରୁ କରୁ ଫେରିଗଲେ 21 ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ ତାହାଙ୍କର ନାମ ଯୀଶୁ ଦିଆଗଲା ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା 22 ପରେ ଯେତେବେଳେ ମୋଶାଙ୍କ ବ୍ୟବସ୍ଥା ଅନୁସାରେ ସେମାନଙ୍କ ଶୁଚି ହେବା ସମୟ ପୂର୍ଣ୍ଣ ହେଲା 23 ସେତେବେଳେ ପ୍ରତ୍ୟେକ ପ୍ରଥମଜାତ ପୁତ୍ରସନ୍ତାନ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବୋଲି ଗଣିତ ହେବେ 24 ପ୍ରଭୁଙ୍କ ବ୍ୟବସ୍ଥାରେ ଲିଖିତ ଏହି ଆଜ୍ଞାନୁସାରେ ସେମାନେ ତାହାଙ୍କୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବା ନିମନ୍ତେ ଓ ପ୍ରଭୁଙ୍କ ବ୍ୟବସ୍ଥାରେ ଲେଖାଯାଇଥିବା ଅନୁସାରେ ଦୁଇଟି ଘୁଘୁ ବା ଦୁଇଟି କାପ୍ତାଛୁଆ ବଳିଦାନ କରିବା ସକାଶେ ତାହାଙ୍କୁ ଯିରୂଶାଲମକୁ ନେଇଗଲେ 25 ଆଉ ଦେଖ ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ ପୁଣି ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ 26 ପ୍ରଭୁ ଖ୍ରୀଷ୍ଟଙ୍କର ଦର୍ଶନ ନ ପାଇଲେ ତାହାଙ୍କର ଯେ ମୃତ୍ୟୁ ହେବ ନାହିଁ ପବିତ୍ର ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ଏହି ପ୍ରତ୍ୟାଦେଶ ଦିଆଯାଇଥିଲା 27 ସେ ଆତ୍ମାଙ୍କ ଦ୍ୱାରା ଚାଳିତ ହୋଇ ମନ୍ଦିରକୁ ଆସିଲେ ପୁଣି ଶିଶୁ ଯୀଶୁଙ୍କ ପିତାମାତା ଯେତେବେଳେ ତାହାଙ୍କ ବିଷୟରେ ମୋଶାଙ୍କ ବ୍ୟବସ୍ଥାର ନିୟମ ଅନୁଯାୟୀ କର୍ମ କରିବା ନିମନ୍ତେ ତାହାଙ୍କୁ ଭିତରକୁ ଆଣିଲେ 28 ସେତେବେଳେ ସେ ତାହାଙ୍କୁ କୋଳରେ ଘେନି ଈଶ୍ୱରଙ୍କ ପ୍ରଶଂସା କରି କହିଲେ 29 ହେ ପ୍ରଭୁ ଏବେ ତୁମ୍ଭେ ଆପଣା ବାକ୍ୟ ଅନୁସାରେ ନିଜ ଦାସକୁ ଶାନ୍ତିରେ ଯିବାକୁ ଦେଉଅଛ 30 କାରଣ ମୋହର ଚକ୍ଷୁ ତୁମ୍ଭର ପରିତ୍ରାଣ ଦେଖିଅଛି 31 ଯାହା ତୁମ୍ଭେ ସମସ୍ତ ଲୋକଙ୍କ ସମ୍ମୁଖରେ ପ୍ରସ୍ତୁତ କରି 32 ଅଣଯିହୂଦୀମାନଙ୍କ ପ୍ରତି ସତ୍ୟ ପ୍ରକାଶକ ଆଲୋକ ପୁଣି ତୁମ୍ଭ ଲୋକ ଇସ୍ରାଏଲର ଗୌରବସ୍ୱରୁପ କରିଅଛ 33 ତାହାଙ୍କ ସମ୍ବନ୍ଧୀୟ କୁହାଯାଇଥିବା ସମସ୍ତ ବିଷୟରେ ତାହାଙ୍କ ପିତାମାତା ଚମତ୍କୃତ ହେଉଥିଲେ 34 ଆଉ ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ ଦେଖ ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ 35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ ପୁଣି ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ 36 ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା ତାହାଙ୍କର ଅନେକ ବୟସ ହୋଇଥିଲା ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ 37 ସେ ମନ୍ଦିର ନ ଛାଡ଼ି ଉପବାସ ଓ ନିବେଦନ ସହ ଦିନରାତି ଉପାସନା କରୁଥିଲେ 38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଈଶ୍ୱରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ 39 ପରେ ସେମାନେ ପ୍ରଭୁଙ୍କ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ କାର୍ଯ୍ୟ ସମାପ୍ତ କରି ଗାଲିଲୀକୁ ନିଜ ନଗର ନାଜରିତକୁ ଫେରିଗଲେ 40 ଆଉ ଶିଶୁ ବୃଦ୍ଧି ପାଇବାକୁ ଲାଗିଲେ ଓ ଜ୍ଞାନରେ ପୂର୍ଣ୍ଣ ହେଉ ହେଉ ଶକ୍ତିମାନ ହେଲେ ପୁଣି ଈଶ୍ୱରଙ୍କ ଅନୁଗ୍ରହ ତାହାଙ୍କ ଉପରେ ଥିଲା 41 ତାହାଙ୍କ ପିତାମାତା ପ୍ରତିବର୍ଷ ନିସ୍ତାର ପର୍ବ ସମୟରେ ଯିରୂଶାଲମକୁ ଯାଉଥିଲେ 42 ତାହାଙ୍କର ବାର ବର୍ଷ ସମୟରେ ସେମାନେ ପର୍ବର ରୀତି ଅନୁସାରେ ସେଠାକୁ ଯାତ୍ରା କଲେ 43 ପର୍ବର ସମୟ ସମାପ୍ତ କରି ଯେତେବେଳେ ସେମାନେ ଫେରିଆସୁଥିଲେ ସେତେବେଳେ ବାଳକ ଯୀଶୁ ଯିରୂଶାଲମରେ ରହିଗଲେ ଆଉ ତାହାଙ୍କ ପିତାମାତା ତାହା ଜାଣି ନ ଥିଲେ 44 କିନ୍ତୁ ସେ ସହଯାତ୍ରୀମାନଙ୍କ ସଙ୍ଗରେ ଅଛନ୍ତି ବୋଲି ମନେ କରି ସେମାନେ ଦିନକର ବାଟ ଚାଲିଗଲେ ପୁଣି ସମ୍ପର୍କୀୟ ଓ ପରିଚିତ ଲୋକଙ୍କ ମଧ୍ୟରେ ତାଙ୍କୁ ଖୋଜିବାକୁ ଲାଗିଲେ 45 ଆଉ ତାହାଙ୍କୁ ନ ପାଇ ଖୋଜୁ ଖୋଜୁ ଯିରୂଶାଲମକୁ ଫେରିଗଲେ 46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ 47 ଆଉ ଯେତେ ଲୋକ ତାହାଙ୍କ କଥା ଶୁଣୁଥିଲେ ସମସ୍ତେ ତାହାଙ୍କ ବୁଦ୍ଧି ଓ ଉତ୍ତରରେ ଆଚମ୍ଭିତ ହେଉଥିଲେ 48 ସେମାନେ ତାହାକୁ ଦେଖି ଆଶ୍ଚର୍ଯ୍ୟାନ୍ୱିତ ହେଲେ ଆଉ ତାହାଙ୍କର ମାତା ତାହାଙ୍କୁ କହିଲେ ପୁଅରେ ଆମ୍ଭମାନଙ୍କ ପ୍ରତି କାହିଁକି ଏପରି ବ୍ୟବହାର କଲୁ ଦେଖ୍ ତୋର ବାପା ଓ ମୁଁ ଅତିଶୟ ବ୍ୟାକୁଳ ହୋଇ ତୋତେ ଖୋଜୁଅଛୁ 49 ଏଥିରେ ସେ ସେମାନଙ୍କୁ କହିଲେ କାହିଁକି ତୁମ୍ଭେମାନେ ମୋତେ ଖୋଜୁଥିଲ ମୋହର ପିତାଙ୍କ ଗୃହରେ ରହିବା ଯେ ମୋହର କର୍ତ୍ତବ୍ୟ ଏହା କଣ ଜାଣି ନ ଥିଲ 50 କିନ୍ତୁ ସେ ସେମାନଙ୍କୁ ଯେଉଁ କଥା କହିଲେ ତାହା ସେମାନେ ବୁଝିଲେ ନାହିଁ 51 ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ ପୁଣି ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ 52 ଆଉ ଯୀଶୁ ଜ୍ଞାନରେ ଓ ଶରୀରରେ ପୁଣି ଈଶ୍ୱରଙ୍କ ଓ ମନୁଷ୍ୟମାନଙ୍କ ଅନୁଗ୍ରହରେ ବୃଦ୍ଧି ପାଇଲେ

Chapter 3

ବାପ୍ତିଜକ ଯୋହନଙ୍କ ପ୍ରଚାର

(ମାଥି. 3:1-12; ମାର୍କ 1:1-8; ଯୋହ. 1:19-28)

1 ତିବିରିଅା କାଇସରଙ୍କ ଶାସନର ପନ୍ଦର ବର୍ଷରେ ଯେତେବେଳେ ପନ୍ତିୟ ପୀଲାତ ଯିହୂଦା ପ୍ରଦେଶର ଶାସନକର୍ତ୍ତା ଓ ହେରୋଦ ଗାଲିଲୀର ସାମନ୍ତରାଜା ଥିଲେ ଆଉ ତାହାଙ୍କ ଭାଇ ଫିଲିପ୍ପ ଈତୂରୀୟା ଓ ତ୍ରାଖୋନୀତି ପ୍ରଦେଶର ପୁଣି ଲୁସାନୀୟା ଅବିଲୀନୀର ସାମନ୍ତରାଜା ଥିଲେ 2 ଏବଂ ହାନାନ ଓ କୟାଫା ମହାଯାଜକ ଥିଲେ ସେତେବେଳେ ଈଶ୍ୱରଙ୍କ ବାକ୍ୟ ପ୍ରାନ୍ତରରେ ଜିଖରୀୟଙ୍କ ପୁତ୍ର ଯୋହନଙ୍କ ନିକଟରେ ଉପସ୍ଥିତ ହେଲା 3 ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ 4 ଯେପରି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରରେ ଲିଖିତ ଅଛି ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର ପ୍ରଭୁଙ୍କ ପଥ ପ୍ରସ୍ତୁତ କର ତାହାଙ୍କ ରାଜପଥ ସଳଖ କର 5 ପ୍ରତ୍ୟେକ ଉପତ୍ୟକା ପୂର୍ଣ୍ଣ କରାଯିବ ପୁଣି ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ବକ୍ର ପଥସବୁ ସିଧା ହେବ ଆଉ ଉଚ୍ଚ ନୀଚ ଭୂମି ସମତଳ ପଥରେ ପରିଣତ ହେବ 6 ପୁଣି ସମସ୍ତ ମର୍ତ୍ତ୍ୟ ଈଶ୍ୱରଙ୍କ ପରିତ୍ରାଣ ଦେଖିବେ 7 ଅତଏବ ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ ରେ କାଳସର୍ପର ବଂଶ ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା 8 ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର ପୁଣି ଅବ୍ରାହାମ ତ ଆମ୍ଭମାନଙ୍କର ପିତା ମନେ ମନେ ସୁଦ୍ଧା ଏପରି କୁହ ନାହିଁ କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରାହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି 9 ଆଉ ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ ତାହା ହଣାଯାଇ ନିଆଁରେ ପକାଯିବ 10 ଏଥିରେ ଲୋକସମୂହ ତାହାଙ୍କୁ ପଚାରିବାକୁ ଲାଗିଲେ ତାହାହେଲେ ଆମ୍ଭେମାନେ କଣ କରିବା 11 ସେ ସେମାନଙ୍କୁ ଉତ୍ତର ଦେଲେ ଯାହାର ଦୁଇଟି ପୋଷାକ ଅଛି ସେ ଯାହାର ନାହିଁ ତାହାକୁ ଗୋଟିଏ ଦେଉ ପୁଣି ଯାହାର ଖାଦ୍ୟ ଅଛି ସେ ସେହିପରି କରୁ 12 କରଗ୍ରାହୀମାନେ ମଧ୍ୟ ବାପ୍ତିସ୍ମ ପାଇବାକୁ ଆସି ତାହାଙ୍କୁ ପଚାରିଲେ ହେ ଗୁରୁ ଆମ୍ଭେମାନେ କଣ କରିବା 13 ସେ ସେମାନଙ୍କୁ କହିଲେ ତୁମ୍ଭମାନଙ୍କ ନିମନ୍ତେ ଯେତିକି ନିୟମ ଅଛି ତାହାଠାରୁ ଅଧିକ ଆଦାୟ କର ନାହିଁ 14 ସୈନିକମାନେ ମଧ୍ୟ ତାହାଙ୍କୁ ପଚାରିବାକୁ ଲାଗିଲେ ଆଉ ଆମ୍ଭେମାନେ ଆମ୍ଭେମାନେ କଣ କରିବା ସେ ସେମାନଙ୍କୁ କହିଲେ ବଳରେ କି ଛଳରେ କାହାର ଧନ ହରଣ କର ନାହିଁ ପୁଣି ତୁମ୍ଭମାନଙ୍କ ବେତନରେ ସନ୍ତୁଷ୍ଟ ହୋଇଥାଅ 15 ଲୋକେ ଅପେକ୍ଷାରେ ଥିବାରୁ ଓ ଯୋହନ କେଜାଣି ଖ୍ରୀଷ୍ଟ ହେବେ ଏହା ତାଙ୍କ ବିଷୟରେ ସମସ୍ତେ ଆପଣା ଆପଣା ମନରେ ତର୍କବିତର୍କ କରୁଥିବାରୁ 16 ଯୋହନ ସମସ୍ତଙ୍କୁ ଉତ୍ତର ଦେଲେ ମୁଁ ସିନା ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଉଅଛି ମାତ୍ର ମୋଠାରୁ ଯେ ଅଧିକ ଶକ୍ତିମାନ ସେ ଆସୁଅଛନ୍ତି ତାହାଙ୍କର ପାଦୁକାର ବନ୍ଧନ ଫିଟାଇବାକୁ ମୁଁ ଯୋଗ୍ୟ ନୁହେଁ ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ 17 ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ 18 ସେ ଏହିପରି ଅନେକ ଉପଦେଶ ଦେଇ ପୁଣି ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ 19 କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ 20 ସେ ତାହାଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ 21 ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା 22 ପୁଣି ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ ଆଉ ଆକାଶରୁ ଏହି ବାଣୀ ହେଲା ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ 23 ଯୀଶୁ କାର୍ଯ୍ୟ ଆରମ୍ଭ କରିବା ସମୟରେ ତାହାଙ୍କୁ ପ୍ରାୟ ତିରିଶି ବର୍ଷ ବୟସ ହୋଇଥିଲା ଲୋକଙ୍କ ଧାରଣାନୁସାରେ ସେ ଯୋଷେଫଙ୍କ ପୁତ୍ର ଯୋଷେଫ ଏଲୀଙ୍କ ପୁତ୍ର 24 ଏଲୀ ମତ୍ଥାତଙ୍କ ପୁତ୍ର ମତ୍ଥାତ ଲେବୀଙ୍କ ପୁତ୍ର ଲେବୀ ମଲ୍‌ଖୀଙ୍କ ପୁତ୍ର ମଲ୍‌ଖୀ ଯନ୍ନୟଙ୍କ ପୁତ୍ର ଯନ୍ନୟ ଯୋଷେଫଙ୍କ ପୁତ୍ର 25 ଯୋଷେଫ ମତ୍ତିଥ୍ୟାଙ୍କ ପୁତ୍ର ମତ୍ତିଥ୍ୟା ଆମୋସଙ୍କ ପୁତ୍ର ଆମୋସ ନାହୂମଙ୍କ ପୁତ୍ର ନାହୂମ ହେସ୍ଲୀଙ୍କ ପୁତ୍ର ହେସ୍ଲୀ ନଗୟଙ୍କ ପୁତ୍ର 26 ନଗୟ ମହଥଙ୍କ ପୁତ୍ର ମହଥ ମତ୍ତିଥ୍ୟାଙ୍କ ପୁତ୍ର ମତ୍ତିଥ୍ୟା ଶିମୟୀଙ୍କ ପୁତ୍ର ଶିମୟୀ ଯୋସେଖଙ୍କ ପୁତ୍ର ଯୋସେଖ ଯୋଦାଙ୍କ ପୁତ୍ର 27 ଯୋଦା ଯୋହନଙ୍କ ପୁତ୍ର ଯୋହନ ରେଷାଙ୍କ ପୁତ୍ର ରେଷା ଜିରୁବ୍‌ବାବେଲଙ୍କ ପୁତ୍ର ଜିରୁବ୍‌ବାବେଲ ଶଲ୍‍ଟୀୟେଲ୍‍ଙ୍କ ପୁତ୍ର ଶଲ୍‍ଟୀୟେଲ୍ ନେରୀଙ୍କ ପୁତ୍ର 28 ନେରୀ ମଲ୍‌ଖୀଙ୍କ ପୁତ୍ର ମଲ୍‌ଖୀ ଅଦ୍ଦୀଙ୍କ ପୁତ୍ର ଅଦ୍ଦୀ କୋସାମଙ୍କ ପୁତ୍ର କୋସାମ ଏଲ୍ଳଦାନଙ୍କ ପୁତ୍ର ଏଲ୍ଳଦାନ ଏରଙ୍କ ପୁତ୍ର 29 ଏର ଯିହୋଶୂୟଙ୍କ ପୁତ୍ର ଯିହୋଶୂୟ ଏଲୀୟେଜରଙ୍କ ପୁତ୍ର ଏଲୀୟେଜର ଯୋରୀମଙ୍କ ପୁତ୍ର ଯୋରୀମ ମତ୍ଥାତଙ୍କ ପୁତ୍ର ମତ୍ଥାତ ଲେବୀଙ୍କ ପୁତ୍ର 30 ଲେବୀ ଶିମିୟୋନଙ୍କ ପୁତ୍ର ଶିମିୟୋନ ଯିହୂଦାଙ୍କ ପୁତ୍ର ଯିହୂଦା ଯୋଷେଫଙ୍କ ପୁତ୍ର ଯୋଷେଫ ଯୋନାମଙ୍କ ପୁତ୍ର ଯୋନାମ ଏଲିୟାକୀମଙ୍କ ପୁତ୍ର 31 ଏଲିୟାକୀମ ମଲାହଙ୍କ ପୁତ୍ର ମଲାହ ମନ୍ନାଙ୍କ ପୁତ୍ର ମନ୍ନା ମତ୍ତଥାଙ୍କ ପୁତ୍ର ମତ୍ତଥା ନାଥନଙ୍କ ପୁତ୍ର ନାଥନ ଦାଉଦଙ୍କ ପୁତ୍ର 32 ଦାଉଦ ଯିଶୀଙ୍କ ପୁତ୍ର ଯିଶୀ ଓବେଦଙ୍କ ପୁତ୍ର ଓବେଦ ବୋୟଜଙ୍କ ପୁତ୍ର ବୋୟଜ ଶେଲହଙ୍କ ପୁତ୍ର ଶେଲହ ନହଶୋନଙ୍କ ପୁତ୍ର 33 ନହଶୋନ ଅମ୍ମୀନାଦାବଙ୍କ ପୁତ୍ର ଅମ୍ମୀନାଦାବ ଅଦ୍ମୀନଙ୍କ ପୁତ୍ର ଅଦ୍ମୀନ ଅର୍ଣ୍ଣୀଙ୍କ ପୁତ୍ର ଅର୍ଣ୍ଣୀ ହେସ୍ରୋଣଙ୍କ ପୁତ୍ର ହେସ୍ରୋଣ ଫେରସଙ୍କ ପୁତ୍ର ଫେରସ ଯିହୂଦାଙ୍କ ପୁତ୍ର 34 ଯିହୂଦା ଯାକୁବଙ୍କ ପୁତ୍ର ଯାକୁବ ଇସ୍‌ହାକଙ୍କ ପୁତ୍ର ଇସ୍‌ହାକ ଅବ୍ରହାମଙ୍କ ପୁତ୍ର ଅବ୍ରହାମ ତେରହଙ୍କ ପୁତ୍ର ତେରହ ନାହୋରଙ୍କ ପୁତ୍ର 35 ନାହୋର ସରୂଗଙ୍କ ପୁତ୍ର ସରୂଗ ରଗୁଙ୍କ ପୁତ୍ର ରଗୁ ଫେଲଗଙ୍କ ପୁତ୍ର ଫେଲଗ ଏବରଙ୍କ ପୁତ୍ର ଏବର ଶେଲହଙ୍କ ପୁତ୍ର 36 ଶେଲହ କେନାନଙ୍କ ପୁତ୍ର କେନାନ ଅର୍ଫକ୍ଷଦଙ୍କ ପୁତ୍ର ଅର୍ଫକ୍ଷଦ ଶେମଙ୍କ ପୁତ୍ର ଶେମ ନୋହଙ୍କ ପୁତ୍ର ନୋହ ଲେମଖଙ୍କ ପୁତ୍ର 37 ଲେମଖ ମଥୂଶେଲହଙ୍କ ପୁତ୍ର ମଥୂଶେଲହ ହନୋକଙ୍କ ପୁତ୍ର ହନୋକ ଯେରଦଙ୍କ ପୁତ୍ର ଯେରଦ ମହଲଲେଲଙ୍କ ପୁତ୍ର ମହଲଲେଲ କେନାନଙ୍କ ପୁତ୍ର 38 କେନାନ ଏନୋଶଙ୍କ ପୁତ୍ର ଏନୋଶ ଶେଥଙ୍କ ପୁତ୍ର ଶେଥ ଆଦମଙ୍କ ପୁତ୍ର ଆଦମ ଈଶ୍ୱରଙ୍କ ପୁତ୍ର

Chapter 4

ଯୀଶୁଙ୍କ ପରୀକ୍ଷା

(ମାଥି. 4:1-11; ମାର୍କ 1:12,13)

1 ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ 2 ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ ଆଉ ସେହି ସବୁ ଦିନ ଶେଷ ହୁଅନ୍ତେ ସେ କ୍ଷୁଧିତ ହେଲେ 3 ସେଥିରେ ଶୟତାନ ତାହାଙ୍କୁ କହିଲା ତୁମ୍ଭେ ଯେବେ ଈଶ୍ୱରଙ୍କ ପୁତ୍ର ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ 4 ଯୀଶୁ ତାହାକୁ ଉତ୍ତର ଦେଲେ ଲେଖା ଅଛି ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ 5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା 6 ପୁଣି ଶୟତାନ ତାହାଙ୍କୁ କହିଲା ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଏୗଶ୍ୱର୍ଯ୍ୟ ଦେବା କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି ଆଉ ଆମ୍ଭେ ଯାହାକୁ ଇଚ୍ଛା ତାହାକୁ ତାହା ଦେଉ 7 ଅତଏବ ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ ତେବେ ସମସ୍ତ ତୁମ୍ଭର ହେବ 8 ଯୀଶୁ ତାହାକୁ ଉତ୍ତର ଦେଲେ ଲେଖା ଅଛି ତୁମ୍ଭେ ପ୍ରଭୁ ଆପଣ ଈଶ୍ୱରଙ୍କୁ ପ୍ରଣାମ କରିବ ଆଉ କେବଳ ତାହାଙ୍କର ଉପାସନା କରିବ 9 ପୁଣି ସେ ତାହାଙ୍କୁ ଯିରୂଶାଲମକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା ତୁମ୍ଭେ ଯଦି ଈଶ୍ୱରଙ୍କ ପୁତ୍ର ତାହାହେଲେ ଏଠାରୁ ତଳକୁ ଡେଇଁପଡ଼ 10 କାରଣ ଲେଖା ଅଛି ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ 11 ଆଉ ଲେଖା ଅଛି କାଳେ ତୁମ୍ଭ ପାଦ ପଥରରେ ବାଜିବ ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ 12 ପୁଣି ଯୀଶୁ ତାହାକୁ ଉତ୍ତର ଦେଲେ ଶାସ୍ତ୍ରରେ ମଧ୍ୟ ଏହା ଲେଖା ଅଛି ତୁମ୍ଭେ ପ୍ରଭୁ ଆପଣା ଈଶ୍ୱରଙ୍କୁ ପରୀକ୍ଷା କରିବ ନାହିଁ 13 ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା 14 ଏହାପରେ ଯୀଶୁ ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା 15 ପୁଣି ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ 16 ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ ଆଉ ପାଠ କରିବା ନିମନ୍ତେ ଠିଆ ହେଲେ 17 ସେଥିରେ ଯିଶାଈୟ ଭାବବାଦୀଙ୍କ ପୁସ୍ତକ ତାହାଙ୍କୁ ଦିଆଗଲା ଆଉ ସେ ତାହା ଫିଟାଇ ଯେଉଁ ସ୍ଥାନରେ ଏହି ବାକ୍ୟ ଲିଖିତ ଅଛି ତାହା ପାଇଲେ 18 ପ୍ରଭୁଙ୍କର ଆତ୍ମା ମୋଠାରେ ଅଧିଷ୍ଠିତ ଯେଣୁ ଦୀନହୀନମାନଙ୍କ ପାଖରେ ସୁସମାଚାର ପ୍ରଚାର କରିବା ନିମନ୍ତେ ସେ ମୋତେ ଅଭିଷିକ୍ତ କରିଅଛନ୍ତି ବନ୍ଦୀମାନଙ୍କ ନିକଟରେ ମୁକ୍ତି ଓ ଅନ୍ଧମାନଙ୍କ ନିକଟରେ ଦୃଷ୍ଟିଲାଭର ବିଷୟ ଘୋଷଣା କରିବାକୁ ପୁଣି ଅତ୍ୟାଚାର ପାଉଥିବା ଲୋକମାନଙ୍କୁ ମୁକ୍ତ କରିବାକୁ 19 ଆଉ ପ୍ରଭୁଙ୍କ ଅନୁଗ୍ରହ ବର୍ଷ ଘୋଷଣା କରିବାକୁ ସେ ମୋତେ ପଠାଇଅଛନ୍ତି 20 ପରେ ସେ ପୁସ୍ତକ ବନ୍ଦ କରି ପରିଚାରକକୁ ତାହା ଫେରାଇଦେଇ ବସିଲେ ଆଉ ସମାଜଗୃହରେ ସମସ୍ତଙ୍କ ଦୃଷ୍ଟି ତାହାଙ୍କ ଉପରେ ସ୍ଥିର ହୋଇ ରହିଲା 21 ପୁଣି ସେ ସେମାନଙ୍କୁ କହିବାକୁ ଲାଗିଲେ ଆଜି ଧର୍ମଶାସ୍ତ୍ରର ଏହି ବାକ୍ୟ ତୁମ୍ଭମାନଙ୍କ ଶୁଣିବା ଅନୁସାରେ ସଫଳ ହେଲା 22 ଆଉ ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ ପୁଣି ସେମାନେ କହିବାକୁ ଲାଗିଲେ ଏ କଣ ଯୋଷେଫର ପୁତ୍ର ନୁହେଁ 23 ସେଥିରେ ସେ ସେମାନଙ୍କୁ କହିଲେ ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ ହେ ଚିକିତ୍ସକ ନିଜେ ନିଜକୁ ସୁସ୍ଥ କର କର୍ଫନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ ସେହି ସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର 24 ପୁଣି ସେ କହିଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ 25 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ 26 ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପଠା ନ ଯାଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ 27 ପୁଣି ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠୀ ଥିଲେ ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ 28 ସମାଜଗୃହରେ ଏହି ସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ 29 ପୁଣି ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ 30 କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ 31 ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ ପୁଣି ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ 32 ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା 33 ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତଗ୍ରସ୍ତ ଲୋକ ଥିଲା ସେ ଉଚ୍ଚ ସ୍ୱରରେ ଚିତ୍କାର କଲା 34 ଆଃ ନାଜରିତୀୟ ଯୀଶୁ ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଣ ଅଛି ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ ତୁମ୍ଭେ କିଏ ତାହା ମୁଁ ଜାଣେ ତୁମ୍ଭେ ଈଶ୍ୱରଙ୍କର ସେହି ପବିତ୍ର ବ୍ୟକ୍ତି 35 ଯୀଶୁ ତାହାକୁ ଧମକ ଦେଇ କହିଲେ ଚୁପ୍ କର୍ ଏହାଠାରୁ ବାହାରିଯା ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା 36 ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ ଏ କି କଥା ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି ଆଉ ସେମାନେ ବାହାରିଯାଆନ୍ତି 37 ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା 38 ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ 39 ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା ପୁଣି ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ 40 ସୂର୍ଯ୍ୟ ଅସ୍ତ ହେବା ସମୟରେ ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ 41 ପୁଣି ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ୱରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ ଆଉ ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ କାରଣ ସେ ଯେ ଖ୍ରୀଷ୍ଟ ଏହା ସେମାନେ ଜାଣିଥିଲେ 42 ସକାଳ ହେବାରୁ ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ ଆଉ ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ ପୁଣି ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ 43 କିନ୍ତୁ ସେ ସେମାନଙ୍କୁ କହିଲେ ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି 44 ପୁଣି ସେ ଯିହୂଦା ଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ

Chapter 5

ପ୍ରଥମ ଶିଷ୍ୟଙ୍କୁ ଆହ୍ୱାନ

(ମାଥି. 4:18-22; ମାର୍କ 1:16-20)

1 ଦିନେ ଯେତେବେଳେ ଲୋକସମୂହ ତାହାଙ୍କ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ୱରଙ୍କ ବାକ୍ୟ ଶୁଣୁଥିଲେ ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ 2 ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ 3 ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ ଆଉ ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ 4 ସେ କଥା ଶେଷ କରି ଶିମୋନଙ୍କୁ କହିଲେ ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ 5 ଏଥିରେ ଶିମୋନ ଉତ୍ତର ଦେଲେ ହେ ଗୁରୁ ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି 6 ଆଉ ସେମାନେ ତାହା ପକାଇ ବହୁତ ମାଛ ଧରିଲେ ପୁଣି ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା 7 ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ ସେମାନେ ଯେପରି ଆସି ସାହାଯ୍ୟ କରନ୍ତି ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ ସେଗୁଡ଼ିକ ବୁଡ଼ିବାକୁ ଲାଗିଲା 8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ ହେ ପ୍ରଭୁ ମୋ ନିକଟରୁ ଯିବା ହେଉନ୍ତୁ ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ 9 କାରଣ ସେମାନେ ଏତେ ମାଛ ଧରିଥିଲେ ଯେ ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ 10 ପୁଣି ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ ପୁଣି ଯୀଶୁ ଶିମୋନଙ୍କୁ କହିଲେ ଭୟ କର ନାହିଁ ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ 11 ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ 12 ସେ ଗୋଟିଏ ନଗରରେ ଥିବା ସମୟରେ ଦେଖ ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା ହେ ପ୍ରଭୁ ଆପଣ ଯଦି ଇଚ୍ଛା କରନ୍ତି ତାହାହେଲେ ମୋତେ ଶୁଚି କରି ପାରନ୍ତି 13 ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ ମୁଁ ଇଚ୍ଛା କରୁଅଛି ଶୁଚି ହୁଅ ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା 14 ଆଉ ସେ ତାହାକୁ ଆଜ୍ଞା ଦେଇ କହିଲେ କାହାକୁ କୁହ ନାହିଁ କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ ପୁଣି ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର 15 କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ 16 ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ 17 ଦିନେ ସେ ଶିକ୍ଷା ଦେଉଥିଲେ ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ ପୁଣି ଯିହୂଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ ଆଉ ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା 18 ପୁଣି ଦେଖ କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ 19 କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ 20 ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ ହେ ମନୁଷ୍ୟ ତୁମ୍ଭର ପାପସବୁ କ୍ଷମା କରାଯାଇଅଛି 21 ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କରିବାକୁ ଲାଗିଲେ ଏ ଯେ ଈଶ୍ୱର ନିନ୍ଦା କରୁଅଛି ଏ କିଏ କେବଳ ଈଶ୍ୱରଙ୍କ ବିନା ଆଉ କିଏ ପାପ କ୍ଷମା କରି ପାରେ 22 କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ ତୁମ୍ଭେମାନେ ଆପଣା ଆପଣା ମନରେ କଣ ତର୍କବିତର୍କ କରୁଅଛ 23 କଣ ସହଜ ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା ବା ଉଠ ଚାଲ ବୋଲି କହିବା 24 କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି ଏହା ଯେପରି ତୁମ୍ଭେମାନେ ଜାଣିପାରଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ ମୁଁ ତୁମ୍ଭକୁ କହୁଅଛି ଉଠ ନିଜ ଖଟିଆ ନେଇ ଆପଣା ଘରକୁ ଯାଅ 25 ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି ଯାହା ଉପରେ ସେ ଶୋଇଥିଲେ ତାହା ନେଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ 26 ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ 27 ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ ମୋହର ଅନୁଗମନ କର 28 ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ 29 ପୁଣି ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ 30 ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ 31 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ସୁସ୍ଥ ଲୋକମାନଙ୍କର ଚିକିତ୍ସକଙ୍କଠାରେ ଆବଶ୍ୟକତା ନାହିଁ ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି 32 ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ କିନ୍ତୁ ମନ ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି 33 ସେମାନେ ତାହାଙ୍କୁ କହିଲେ ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି 34 ସେଥିରେ ଯୀଶୁ ସେମାନଙ୍କୁ କହିଲେ ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର 35 କିନ୍ତୁ ସମୟ ଆସିବ ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ 36 ପୁଣି ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ କେହି ନୂଆ ଲୁଗାରୁ ତାଳି କାନି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ ପୁଣି ନୂଆ ଲୁଗାର ତାଳିଟି କାନି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ 37 ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ଫାରେ ଚମଡ଼ାରେ ତିଆରି ପାତ୍ରରେ ରଖେ ନାହିଁ ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ଫାକୁ ଚମଡ଼ାରେ ତିଆରି ପାତ୍ରକୁ ଫଟାଇ ପଡ଼ିଯିବ ଆଉ କୁମ୍ଫା ଚମଡ଼ାରେ ତିଆରି ପାତ୍ର ନଷ୍ଟ ହେବ 38 କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ଫାରେ ରଖିବା ଉଚିତ 39 ଆଉ କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ କାରଣ ସେ କହେ ପୁରୁଣା ତ ଭଲ

Chapter 6

ବିଶ୍ରାମବାରର ପ୍ରଭୁ

(ମାଥି. 12:1-8; ମାର୍କ 2:23-28)

1 ଥରେ ବିଶ୍ରାମବାରରେ ସେ ଶସ୍ୟକ୍ଷେତ୍ର ଦେଇ ଯାଉଥିବା ସମୟରେ ତାହାଙ୍କ ଶିଷ୍ୟମାନେ ଶିଁଷା ଛିଣ୍ଡାଇ ଛିଣ୍ଡାଇ ହାତରେ ମଳି ଖାଉଥିଲେ 2 କିନ୍ତୁ ଫାରୂଶୀମାନଙ୍କ ମଧ୍ୟରୁ କେତେକ କହିଲେ ବିଶ୍ରାମବାରରେ ଯାହା କରିବା ନିୟମ ନାହିଁ ତାହା ତୁମ୍ଭେମାନେ କାହିଁକି କରୁଅଛ 3 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଣ କରିଥିଲେ ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ 4 ସେ କିପରି ଈଶ୍ୱରଙ୍କ ଗୃହରେ ପ୍ରବେଶ କରି ଯେଉଁ ଉତ୍ସର୍ଗୀକୃତ ରୁଟି କେବଳ ଯାଜକମାନଙ୍କ ବିନା ଆଉ କାହାରି ଖାଇବା ନିୟମ ନାହିଁ ତାହା ନେଇ ଖାଇଥିଲେ ପୁଣି ଆପଣା ସଙ୍ଗୀମାନଙ୍କୁ ମଧ୍ୟ ଦେଇଥିଲେ 5 ଆଉ ସେ ସେମାନଙ୍କୁ କହିଲେ ମନୁଷ୍ୟପୁତ୍ର ବିଶ୍ରାମବାରର ପ୍ରଭୁ ଅଟନ୍ତି 6 ସେ ଆଉ ଗୋଟିଏ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେଉଥିଲେ ସେଠାରେ ଜଣେ ଲୋକ ଥିଲା ତାହାର ଡାହାଣ ହାତ ଶୁଖିଯାଇଥିଲା 7 ଆଉ ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି 8 କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି ଯେଉଁ ଲୋକର ହାତ ଶୁଖିଯାଇଥିଲା ତାହାକୁ କହିଲେ ଉଠ ମଝିରେ ଠିଆ ହୁଅ ପୁଣି ସେ ଉଠି ଠିଆ ହେଲା 9 ସେଥିରେ ଯୀଶୁ ସେମାନଙ୍କୁ କହିଲେ ମୁଁ ତୁମ୍ଭମାନଙ୍କୁ ପଚାରୁଅଛି ବିଶ୍ରାମବାରରେ କଣ କରିବା ଉଚିତ ଭଲ କରିବା ନା ମନ୍ଦ କରିବା ଜୀବନ ରକ୍ଷା କରିବା ନା ବିନାଶ କରିବା 10 ଆଉ ସେ ଚାରିଆଡ଼େ ସମସ୍ତଙ୍କ ପ୍ରତି ଦୃଷ୍ଟିପାତ କରି ତାହାଙ୍କୁ କହିଲେ ତୁମ୍ଭର ହାତ ବଢ଼ାଅ ସେଥିରେ ସେ ତାହା କଲା ଆଉ ତାହାର ହାତ ପୁଣି ଭଲ ହୋଇଗଲା 11 କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ ଆଉ ଯୀଶୁଙ୍କ ପ୍ରତି କଣ କରି ପାରନ୍ତି ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ 12 ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ୱରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସମସ୍ତ ରାତ୍ରି ବିତାଇଲେ 13 ସକାଳ ହୁଅନ୍ତେ ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ 14 ସେମାନେ ଶିମୋନ ଯାହାକୁ ସେ ମଧ୍ୟ ପିତର ନାମ ଦେଲେ ଆଉ ତାହାଙ୍କ ଭାଇ ଆନ୍ଦ୍ରୀୟ ଯାକୁବ ଓ ଯୋହନ ଫିଲିପ୍ପ ଓ ବାର୍ଥଲମୀ 15 ମାଥିଉ ଓ ଥୋମା ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି 16 ଯାକୁବଙ୍କ ପୁତ୍ର ଯିହୂଦା ଓ ଈଷ୍କାରିୟୋତୀୟ ଯିହୂଦା ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା 17 ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ ପୁଣି ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ 18 ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ ସେମାନେ ସୁସ୍ଥ କରାଗଲେ 19 ପୁଣି ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା 20 ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ ଦୀନହୀନ ଯେ ତୁମ୍ଭେମାନେ ତୁମ୍ଭେମାନେ ଧନ୍ୟ କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର 21 ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ ତୁମ୍ଭେମାନେ ଧନ୍ୟ କାରଣ ତୁମ୍ଭେମାନେ ପରିତୃପ୍ତ ହେବ ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ ତୁମ୍ଭେମାନେ ଧନ୍ୟ କାରଣ ତୁମ୍ଭେମାନେ ହାସ୍ୟ କରିବ 22 ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି ତେବେ ତୁମ୍ଭେମାନେ ଧନ୍ୟ 23 ସେହି ଦିନ ଆନନ୍ଦରେ ନୃତ୍ୟ କର କାରଣ ଦେଖ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ 24 କିନ୍ତୁ ହାୟ ଦଣ୍ଡର ପାତ୍ର ଧନୀ ଯେ ତୁମ୍ଭେମାନେ କାରଣ ତୁମ୍ଭେମାନେ ଆପଣା ଆପଣା ସୁଖଭୋଗ କରିଅଛ 25 ହାୟ ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ କାରଣ ତୁମ୍ଭେମାନେ କ୍ଷୁଧିତ ହେବ ହାୟ ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ 26 ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି ସେତେବେଳେ ହାୟ ତୁମ୍ଭେମାନେ ଦଣ୍ଡର ପାତ୍ର ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ 27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ ତୁମ୍ଭମାନଙ୍କୁ ମୁଁ କହୁଅଛି ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି ସେମାନଙ୍କର ମଙ୍ଗଳ କର 28 ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି ସେମାନଙ୍କୁ ଆଶୀର୍ବାଦ କର ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି ସେମାନଙ୍କ ନିମନ୍ତେ ପ୍ରାର୍ଥନା କର 29 ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ ଆଉ ଯେ ତୁମ୍ଭର ଚାଦର ନେଇଯାଏ ତାହାକୁ ତୁମ୍ଭର ଅଙ୍ଗରଖା ପୋଷାକ ମଧ୍ୟ ନେବାକୁ ମନା କର ନାହିଁ 30 ଯେ କେହି ତୁମ୍ଭକୁ ମାଗେ ତାହାକୁ ଦିଅ ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ 31 ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର 32 ପୁଣି ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି 33 ଆଉ ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି 34 ପୁଣି ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର ପୁଣି ପରିଶୋଧର ଆଶା ନ ରଖି ଋଣ ଦିଅ ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି 36 ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ ତୁମ୍ଭେମାନେ ସେହିପରି ଦୟାଳୁ ହୁଅ 37 ପୁଣି ବିଚାର କର ନାହିଁ ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ ଦୋଷୀ କର ନାହିଁ ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ କ୍ଷମା କର ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ 38 ଦାନ କର ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ କାରଣ ଯେଉଁ ମାପରେ ମାପ କର ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଇଦିଆଯିବ 39 ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ ଅନ୍ଧ କଣ ଅନ୍ଧକୁ ବାଟ କଢ଼ାଇପାରେ ସେମାନେ କଣ ଉଭୟେ ଗାତରେ ପଡ଼ିବେ ନାହିଁ 40 ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ 41 ଆଉ କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି ତାହା ଭାବି ଦେଖୁ ନାହଁ 42 ତୁମ୍ଭେ ଆପଣା ଆଖିରେ ଥିବା କାଠପଟା ନ ଦେଖି କିପରି ନିଜ ଭାଇ କି କହିପାର ଭାଇ ଆସ ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି କପଟୀ ଆଗେ ଆପଣା ଆଖିରୁ କାଠପଟା ବାହାର କରିପକାଅ ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟରୂପେ ଦେଖି ପାରିବ 43 କାରଣ ଏପରି କୌଣସି ଭଲ ଗଛ ନାହିଁ ଯାହାକି ମନ୍ଦ ଫଳ ଫଳେ ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ ଯାହାକି ଭଲ ଫଳ ଫଳେ 44 କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ 45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ ପୁଣି ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ 46 ଆଉ ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ ପ୍ରଭୁ ବୋଲି କହୁଅଛ ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ 47 ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହି ସବୁ ପାଳନ କରେ ସେ କାହା ପରି ମୁଁ ତୁମ୍ଭମାନଙ୍କୁ ଜଣାଇବି 48 ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ ଆଉ ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା କିନ୍ତୁ ତାହା ହଲାଇ ପାରିଲା ନାହିଁ କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା 49 କିନ୍ତୁ ଯେ ଶୁଣି ପାଳନ କରେ ନାହିଁ ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା

Chapter 7

ଶତସେନାପତିର ଦାସର ସୁସ୍ଥତା

(ମାଥି. 8:5-13)

1 ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ 2 ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା ସେ ତାହାଙ୍କର ପ୍ରିୟପାତ୍ର ଥିଲେ 3 ସେ ଯୀଶୁଙ୍କ ବିଷୟରେ ଖବର ପାଇ ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ 4 ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ ସେ ସେଥିର ଯୋଗ୍ୟ ଅଟନ୍ତି 5 କାରଣ ସେ ଆମ୍ଭମାନଙ୍କ ଜାତିକୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି 6 ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ ପ୍ରଭୁ କଷ୍ଟ କରନ୍ତୁ ନାହିଁ କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ ମୁଁ ଏପରି ଯୋଗ୍ୟ ନୁହେଁ 7 ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ କିନ୍ତୁ ପଦେ ଆଜ୍ଞା କରନ୍ତୁ ମୋହର ଦାସ ସୁସ୍ଥ ହେବ 8 କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି ଆଉ ମୁଁ ଜଣକୁ ଯାଅ କହିଲେ ସେ ଯାଏ ଅନ୍ୟକୁ ଆସ କହିଲେ ସେ ଆସେ ପୁଣି ମୋହର ଦାସକୁ ଏହା କର କହିଲେ ସେ ତାହା କରେ 9 ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ ମୁଁ ତୁମ୍ଭମାନଙ୍କୁ କହୁଅଛି ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ 10 ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ 11 ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ 12 ସେ ନଗରଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ ଦେଖ ଲୋକ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ ସେ ଆପଣା ମାତାର ଏକମାତ୍ର ପୁତ୍ର ପୁଣି ସେହି ସ୍ତ୍ରୀ ବିଧବା ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ 13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ ରୋଦନ କର ନାହିଁ 14 ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ ପୁଣି ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ ଯୁବକ ମୁଁ ତୁମ୍ଭକୁ କହୁଅଛି ଉଠ 15 ସେଥିରେ ମୃତ ଯୁବକଟି ଉଠି ବସିଲା ଆଉ କଥା କହିବାକୁ ଲାଗିଲା ପୁଣି ସେ ତାହାକୁ ତାହାର ମାତାର ହସ୍ତରେ ସମର୍ପଣ କଲେ 16 ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ୱର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି 17 ପୁଣି ଯୀଶୁଙ୍କ ବିଷୟରେ ଏହି ସମ୍ବାଦ ସମସ୍ତ ଯିହୂଦା ଦେଶ ଓ ଚାରିପାଖର ସମସ୍ତ ଅଞ୍ଚଳରେ ବ୍ୟାପିଗଲା 18 ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ 19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ ଆପଣ କଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ 20 ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି ଯାହାଙ୍କର ଆଗମନ ହେବ ସେହି ବ୍ୟକ୍ତି କି ଆପଣ ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ 21 ସେହି ସମୟରେ ସେ ଅନେକଙ୍କୁ ରୋଗ କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ ପୁଣି ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ 22 ସେ ସେମାନଙ୍କୁ ଉତ୍ତର ଦେଲେ ତୁମ୍ଭେମାନେ ଯାଇ ଯାହା ଯାହା ଦେଖିଅଛ ଓ ଶୁଣିଅଛ ସେହି ସବୁ ଯୋହନଙ୍କୁ ଜଣାଅ ଅନ୍ଧମାନେ ଦେଖି ପାରନ୍ତି ଖଞ୍ଜମାନେ ଚାଲି ପାରନ୍ତି କୁଷ୍ଠୀମାନେ ସୁସ୍ଥ ହୁଅନ୍ତି ବଧିରମାନେ ଶୁଣି ପାରନ୍ତି ମୃତମାନେ ଜୀବିତ ହୁଅନ୍ତି ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ 23 ଆଉ ଯେଉଁ ବ୍ୟକ୍ତି ମୋଠାରେ ବାଧାର କାରଣ ପାଏ ନାହିଁ ସେ ଧନ୍ୟ 24 ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ ତୁମ୍ଭେମାନେ କଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ କଣ ପବନରେ ଦୋହଲୁଥିବା ଗୋଟିଏ ନଳ 25 ତାହା ନ ହେଲେ ତୁମ୍ଭେମାନେ କଣ ଦେଖିବା ପାଇଁ ବାହାରିଯାଇଥିଲ କଣ ଦାମୀ ପୋଷାକ ପିନ୍ଧିଥିବା ଜଣେ ବ୍ୟକ୍ତିଙ୍କୁ ଦେଖ ଯେଉଁମାନେ ସୁନ୍ଦର ପୋଷାକ ପିନ୍ଧନ୍ତି ଏବଂ ସୁଖରେ ସମୟ କଟାନ୍ତି ସେମାନେ ରାଜପ୍ରାସାଦରେ ଥାଆନ୍ତି 26 ତାହା ନ ହେଲେ କଣ ଦେଖିବା ନିମନ୍ତେ ବାହାରି ଯାଇଥିଲ କଣ ଜଣେ ଭାବବାଦୀଙ୍କୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ 27 ଯାହାଙ୍କ ବିଷୟରେ ଏହା ଲେଖା ଅଛି ଦେଖ ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ ଏ ସେହି ବ୍ୟକ୍ତି 28 ମୁଁ ତୁମ୍ଭମାନଙ୍କୁ କହୁଅଛି ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି ତଥାପି ଈଶ୍ୱରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ ସେ ତାହାଙ୍କଠାରୁ ମହାନ 29 ଏହା ଶୁଣି ସମସ୍ତ ଲୋକ ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ 30 କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ 31 ତେବେ ମୁଁ କାହା ସାଙ୍ଗରେ ବର୍ତ୍ତମାନ ପୁରୁଷର ଲୋକମାନଙ୍କୁ ତୁଳନା କରିବି ପୁଣି ସେମାନେ କାହାରି ତୁଲ୍ୟ 32 ଯେଉଁ ପିଲାମାନେ ହାଟବଜାରରେ ବସି ପରସ୍ପରକୁ ଡାକି କହନ୍ତି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ବଂଶୀ ବଜାଇଲୁ ତୁମ୍ଭେମାନେ ନାଚିଲ ନାହିଁ ଆମ୍ଭେମାନେ ବିଳାପ କଲୁ ତୁମ୍ଭେମାନେ କାନ୍ଦିଲ ନାହିଁ ସେମାନେ ସେମାନଙ୍କ ପରି 33 କାରଣ ବାପ୍ତିଜକ ଯୋହନ ଆସି ରୁଟି ଖାଇଲେ ନାହିଁ ଓ ଦ୍ରାକ୍ଷାରସ ପିଇଲେ ନାହିଁ ଆଉ ତୁମ୍ଭେମାନେ କହୁଅଛ ସେ ଭୂତଗ୍ରସ୍ତ 34 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି ଆଉ ତୁମ୍ଭେମାନେ କହୁଅଛ ଦେଖ ଏ ଜଣେ ପେଟୁକ ଓ ମଦୁଆ କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ 35 ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନଙ୍କ ଦ୍ୱାରା ଉଚିତ ବୋଲି ପ୍ରମାଣିତ ହେଲା 36 ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ 37 ଆଉ ଦେଖ ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି 38 ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧିତ ତୈଳ ଲଗାଇ ଦେବାକୁ ଲାଗିଲା 39 ତାହା ଦେଖି ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ ସେ ମନେ ମନେ କହିଲେ ଏ ଯଦି ଭାବବାଦୀ ହୋଇଥାଆନ୍ତା ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି ସେ କିଏ ଓ କି ପ୍ରକାର ସ୍ତ୍ରୀ ଅର୍ଥାତ୍ ସେ ଯେ ପାପିନୀ ଏହା ଜାଣିଥାଆନ୍ତା 40 ଯୀଶୁ ତାହାଙ୍କୁ ଉତ୍ତର ଦେଲେ ଶିମୋନ ତୁମ୍ଭକୁ ମୋହର କିଛି କହିବାର ଅଛି ସେ କହିଲେ ଗୁରୁ କୁହନ୍ତୁ 41 ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ ଜଣେ ପାଞ୍ଚଶହ ଓ ଆଉ ଜଣେ ପଚାଶ ଟଙ୍କା ଋଣ କରିଥିଲା 42 ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ 43 ଶିମୋନ ଉତ୍ତର ଦେଲେ ମୁଁ ଜାଣିବାରେ ସେ ଯାହାର ଅଧିକ ଋଣ କ୍ଷମା କଲେ ସେ ସେ ତାହାଙ୍କୁ କହିଲେ ତୁମ୍ଭେ ଠିକ୍ ବିଚାର କଲ 44 ଆଉ ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ ଏହି ସ୍ତ୍ରୀକୁ ଦେଖୁଅଛ ମୁଁ ତୁମ୍ଭ ଗୃହକୁ ଆସିଲି ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ କିନ୍ତୁ ଏ ଲୁହରେ ମୋର ପାଦ ଓଦା କରି ନିଜ କେଶରେ ତାହା ପୋଛିଦେଲା 45 ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ 46 ତୁମ୍ଭେ ମୋହର ମସ୍ତକରେ ତେଲ ଲଗାଇଲ ନାହିଁ କିନ୍ତୁ ଏ ମୋହର ପାଦରେ ସୁଗନ୍ଧିତ ତୈଳ ଲଗାଇଲା 47 ଏଣୁ ମୁଁ ତୁମ୍ଭକୁ କହୁଅଛି ଏହାର ଅନେକ ପାପ କ୍ଷମା ହୋଇଅଛି କାରଣ ସେ ବହୁତ ପ୍ରେମ କଲା କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ ସେ ଅଳ୍ପ ପ୍ରେମ କରେ 48 ଆଉ ସେ ସେହି ସ୍ତ୍ରୀକୁ କହିଲେ ତୋହର ପାପସବୁ କ୍ଷମା ହୋଇଅଛି 49 ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ ପାପ ସୁଦ୍ଧା କ୍ଷମା କରୁଅଛି ଯେ ଏ କିଏ 50 କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି ଶାନ୍ତିରେ ଚାଲିଯାଅ

Chapter 8

ଯୀଶୁଙ୍କ ସଙ୍ଗେ ଥିବା ସ୍ତ୍ରୀଲୋକମାନେ

1 ଏଥିର ଅଳ୍ପ ସମୟ ପରେ ଯୀଶୁ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଯାତ୍ରା କରିବାକୁ ଲାଗିଲେ ଆଉ ବାର ଜଣ ଶିଷ୍ୟ ତାହାଙ୍କ ସାଙ୍ଗରେ ଥିଲେ 2 ପୁଣି ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ ଏପରି କେତେକ ସ୍ତ୍ରୀଲୋକ ଅର୍ଥାତ୍ ମଗ୍‌ଦଲୀନୀ ନାମକ ମରିୟମ ଯାହାଙ୍କଠାରୁ ସାତ ଭୂତ ବାହାରିଯାଇଥିଲେ 3 ହେରୋଦଙ୍କ ପରିଚାଳକ ଖୁଜା ଓ ତାଙ୍କ ଭାର୍ଯ୍ୟା ଯୋହାନା ଶୋଶନ୍ନା ପୁଣି ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ନିଜ ନିଜ ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ 4 ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ ସେ ଦୃଷ୍ଟାନ୍ତ ଦେଇ କହିଲେ 5 ଜଣେ ବୁଣାଳୀ ଆପଣା ବିହନ ବୁଣିବାକୁ ବାହାରିଲା ସେ ବୁଣୁ ବୁଣୁ କେତେକ ବିହନ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳିହୋଇଗଲା ପୁଣି ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ 6 ଆଉ କେତେକ ପଥର ଉପରେ ପଡ଼ିଲା ପୁଣି ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା 7 ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା ପୁଣି କଣ୍ଟାଗଛଗୁଡ଼ାକ ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା 8 ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା ଆଉ ବଢ଼ି ଶହେ ଗୁଣ ଫଳ ଫଲିଲା ସେ ଏହା କହୁ କହୁ ଉଚ୍ଚ ସ୍ୱରରେ କହିଲେ ଯାହାର ଶୁଣିବା ପାଇଁ କାନ ଅଛି ସେ ଶୁଣୁ 9 ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଅର୍ଥ କଣ ବୋଲି ପଚାରିବାକୁ ଲାଗିଲେ 10 ସେଥିରେ ସେ କହିଲେ ଈଶ୍ୱରଙ୍କ ରାଜ୍ୟର ରହସ୍ୟ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ 11 ଦୃଷ୍ଟାନ୍ତର ଅର୍ଥ ଏହି ବିହନ ଈଶ୍ୱରଙ୍କ ବାକ୍ୟ 12 ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି ସେମାନେ ବାକ୍ୟ ଶୁଣନ୍ତି ତାହା ପରେ ଶୟତାନ ଆସି ଯେପରି ସେମାନେ ବିଶ୍ୱାସ କରି ପରିତ୍ରାଣ ନ ପାଆନ୍ତି ଏଥି ନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ନେଇଯାଏ 13 ପୁଣି ଯେଉଁମାନେ ପଥର ଉପରେ ଅଛନ୍ତି ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି 14 ଆଉ କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା ତାହା ଏପରି ଲୋକେ ଯେଉଁମାନେ ଶୁଣି ସାଂସାରିକ ଚିନ୍ତା ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି ପୁଣି ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ 15 ଆଉ ଉତ୍ତମ ଭୂମିରେ ଯାହା ପଡ଼ିଲା ତାହା ଏପରି ଲୋକେ ଆଉ ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି 16 କେହି ଦୀପ ଜାଳି ପାତ୍ର ଦ୍ୱାରା ତାହା ଘୋଡ଼ାଇ ରଖେ ନାହିଁ କିମ୍ବା ଖଟ ତଳେ ରଖେ ନାହିଁ ମାତ୍ର ଦୀପରୁଖା ଉପରେ ରଖେ ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି 17 କାରଣ ଯାହା ପ୍ରକାଶିତ ନ ହେବ ଏପରି ଗୁପ୍ତ ବିଷୟ କିଛି ନାହିଁ ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ ଏପରି ଗୁପ୍ତ ବିଷୟ କିଛି ନାହିଁ 18 ଅତଏବ କିପରି ଶୁଣୁଅଛ ସେ ବିଷୟରେ ସାବଧାନ କାରଣ ଯାହାର ଅଛି ତାହାକୁ ଦିଆଯିବ ଆଉ ଯାହାର ନାହିଁ ସେ ଯାହା ନିଜର ଅଛି ବୋଲି ମନେ କରେ ତାହା ସୁଦ୍ଧା ତାହାଠାରୁ ନିଆଯିବ 19 ତାହାଙ୍କ ମା ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ଦେଖା କରି ପାରୁ ନ ଥିଲେ 20 ସେଥିରେ ତାହାଙ୍କୁ ଏହି ଖବର ଦିଆଗଲା ଆପଣଙ୍କର ମା ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି 21 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି ସେମାନେ ମୋହର ମା ଓ ଭାଇମାନେ 22 ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ ଆଉ ସେ ସେମାନଙ୍କୁ କହିଲେ ଆସ ହ୍ରଦର ଆରପାରିକୁ ଯିବା ସେଥିରେ ସେମାନେ ନୌକା ଫିଟାଇଦେଲେ 23 କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଲେ ସେତେବେଳେ ହ୍ରଦରେ ତୋଫାନ ହେଲା ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ 24 ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ ହେ ଗୁରୁ ହେ ଗୁରୁ ଆମେ ମଲୁ ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ ଆଉ ସେହି ସବୁ ବନ୍ଦ ହୋଇ ସୁସ୍ଥିର ହେଲା 25 ପୁଣି ସେ ସେମାନଙ୍କୁ କହିଲେ ତୁମ୍ଭମାନଙ୍କର ବିଶ୍ୱାସ କାହିଁ କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ ଏ ତେବେ କିଏ ଯେ ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି 26 ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ 27 ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା 28 ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚସ୍ୱରରେ କହିଲା ହେ ମହାନ ଈଶ୍ୱରଙ୍କ ପୁତ୍ର ଯୀଶୁ ତୁମ୍ଭ ସାଙ୍ଗରେ ମୋହର କଣ ଅଛି ମୁଁ ତୁମ୍ଭକୁ ନିବେଦନ କରୁଅଛି ମୋତେ କଷ୍ଟ ଦିଅ ନାହିଁ 29 କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା ପୁଣି ଲୋକେ ତାହାକୁ ଶିକୁଳି ଓ ହାତ କଡ଼ି ଦ୍ୱାରା ବାନ୍ଧି ରଖୁଥିଲେ ମାତ୍ର ସେ ବନ୍ଧନସବୁ ଛିଣ୍ଡାଇପକାଇ ଭୂତ ଦ୍ୱାରା ପ୍ରାନ୍ତରକୁ ଚାଳିତ ହେଉଥିଲା 30 ଯୀଶୁ ତାହାଙ୍କୁ ପଚାରିଲେ ତୋର ନାଁ କଣ ସେ କହିଲା ବାହିନୀ କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ 31 ପୁଣି ସେ ଯେପରି ସେମାନଙ୍କୁ ପାତାଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ 32 ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା ପୁଣି ଯୀଶୁ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ 33 ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ ସେଥିରେ ସେହି ଘୁଷୁରୀ ପଲ ଅତି ବେଗରେ ପାହାଡ଼ ଉପରୁ ଦୌଡ଼ିଯାଇ ହ୍ରଦରେ ପଡ଼ି ବୁଡ଼ି ମଲେ 34 ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡି଼କରେ ତାହା ଜଣାଇଲେ 35 ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ ପୁଣି ସେମାନେ ଯୀଶୁଙ୍କ ନିକଟକୁ ଆସି ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୟ କଲେ 36 ଆଉ ଯେଉଁମାନେ ଦେଖିଲେ ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା ତାହା ସେମାନଙ୍କୁ ଜଣାଇଲେ 37 ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚାରିପାଖରେ ଥିବା ସମସ୍ତ ଲୋକ ସେମାନଙ୍କଠାରୁ ଯିବା ପାଇଁ ତାହାଙ୍କୁ ଅନୁରୋଧ କଲେ କାରଣ ସେମାନେ ଅତ୍ୟନ୍ତ ଭୟଗ୍ରସ୍ତ ହୋଇଥିଲେ ଆଉ ସେ ଗୋଟିଏ ନୌକାରେ ଚଢ଼ି ଫେରିଆସିଲେ 38 କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରିଯାଇଥିଲେ ସେ ଯୀଶୁଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା 39 ମାତ୍ର ସେ ତାହାଙ୍କୁ ବିଦାୟ କରି କହିଲେ ତୁମ୍ଭ ଘରକୁ ଫେରିଯାଅ ପୁଣି ଈଶ୍ୱର ତୁମ୍ଭ ନିମନ୍ତେ ଯେଉଁ ଯେଉଁ କର୍ମ କରିଅଛନ୍ତି ସେହି ସବୁ ବର୍ଣ୍ଣନା କର ସେଥିରେ ସେ ଚାଲିଯାଇ ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ ସେହି ସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା 40 ଯୀଶୁ ଫେରିଆସନ୍ତେ ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ 41 ଆଉ ଦେଖ ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ ସେ ସମାଜଗୃହର ନେତା ଥିଲେ ସେ ଯୀଶୁଙ୍କ ପାଦ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ 42 କାରଣ ତାହାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା ଆଉ ସେ ମୃତପ୍ରାୟ ହୋଇଥିଲା କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡୁଥିଲେ 43 ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗରେ ଜଣେ ସ୍ତ୍ରୀଲୋକ ଯେ କି କାହାରି ଦ୍ୱାରା ସୁସ୍ଥ ହୋଇ ପାରି ନ ଥିଲା 44 ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା ଆଉ ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା 45 ସେଥିରେ ଯୀଶୁ କହିଲେ କିଏ ମୋତେ ଛୁଇଁଲା ମାତ୍ର ସମସ୍ତେ ଅସ୍ୱୀକାର କରନ୍ତେ ପିତର କହିଲେ ହେ ଗୁରୁ ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି 46 କିନ୍ତୁ ଯୀଶୁ କହିଲେ କେହି ଜଣେ ମୋତେ ଛୁଇଁଲା କାରଣ ମୋ ଠାରୁ ଶକ୍ତି ବାହାରିଗଲା ବୋଲି ମୁଁ ଜାଣିଲି 47 ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ ସେ ଲୁଚି ରହି ପାରିଲା ନାହିଁ ସେତେବେଳେ ସେ ଥରି ଥରି ଆସି ତାହାଙ୍କ ପାଦ ତଳେ ପଡ଼ି କାହିଁକି ତାହାଙ୍କୁ ଛୁଇଁଲା ପୁଣି କିପରି ସେହିକ୍ଷଣି ସୁସ୍ଥ ହେଲା ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା 48 ସେଥିରେ ଯୀଶୁ ତାହାଙ୍କୁ କହିଲେ ଝିଅ ତୋହର ବିଶ୍ୱାସ ତତେ ସୁସ୍ଥ କରିଅଛି ଶାନ୍ତିରେ ଚାଲିଯା 49 ସେ ଏହି କଥା କହୁଥିବା ସମୟରେ ସମାଜଗୃହର ନେତାଙ୍କ ଘରୁ ଜଣେ ଆସି କହିଲା ଆପଣଙ୍କ ଝିଅ ମରିଗଲାଣି ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ 50 କିନ୍ତୁ ଯୀଶୁ ଏହା ଶୁଣି ତାହାଙ୍କୁ ଉତ୍ତର ଦେଲେ ଭୟ କର ନାହିଁ କେବଳ ବିଶ୍ୱାସ କର ଆଉ ସେ ବଞ୍ଚିବ 51 ପୁଣି ସେ ଗୃହକୁ ଆସି ପିତର ଯୋହନ ଓ ଯାକୁବ ପୁଣି ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ 52 ମାତ୍ର ସମସ୍ତେ ତାହା ପାଇଁ ରୋଦନ କରୁ କରୁ ଛାତିରେ ମାରିହେଉଥିଲେ ସେଥିରେ ସେ କହିଲେ ରୋଦନ କର ନାହିଁ ସେ ମରି ନାହିଁ ମାତ୍ର ଶୋଇପଡ଼ିଅଛି 53 କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ 54 ମାତ୍ର ସେ ତାହାର ହାତ ଧରି ଡାକି କହିଲେ ଆଗୋ ବାଳିକା ଉଠ 55 ସେଥିରେ ତାହାର ଆତ୍ମା ଫେରିଆସିଲା ଆଉ ସେ ସେହିକ୍ଷଣି ଉଠିଲା ପୁଣି ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ 56 ଏଥିରେ ତାହାର ପିତାମାତା ଆଚମ୍ଭିତ ହେଲେ କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ

Chapter 9

ଯୀଶୁଙ୍କ ବାର ଶିଷ୍ୟଙ୍କୁ ପ୍ରେରଣ

(ମାଥି. 10:5-15; ମାର୍କ 6:7-13)

1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ 2 ଆଉ ସେ ସେମାନଙ୍କୁ ଈଶ୍ୱରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପଠାଇଲେ 3 ଏବଂ ସେମାନଙ୍କୁ କହିଲେ ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ କିମ୍ବା ଦୁଇଟି ଅଙ୍ଗରଖା ବସ୍ତ୍ର ସାଙ୍ଗରେ ରଖ ନାହିଁ 4 ଆଉ ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ ସେ ସ୍ଥାନରୁ ନ ବାହାରିବା ପର୍ଯ୍ୟନ୍ତ ସେଠାରେ ରୁହ 5 ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ 6 ସେଥିରେ ସେମାନେ ଯାଇ ସବୁଆଡ଼େ ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ 7 ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ 8 ପୁଣି କେହି କେହି ଏଲିୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ 9 କିନ୍ତୁ ହେରୋଦ କହିଲେ ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ ଏ କିଏ ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ 10 ପରେ ପ୍ରେରିତମାନେ ଫେରିଆସି ଯାହା ଯାହା କରିଥିଲେ ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ 11 କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ ପୁଣି ସେ ସଦୟହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ୱରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା ସେମାନଙ୍କୁ ସୁସ୍ଥ କଲେ 12 ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ସାଇଗୁଡ଼ିକକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ 13 କିନ୍ତୁ ସେ ସେମାନଙ୍କୁ କହିଲେ ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ ସେମାନେ କହିଲେ ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ ତାହାହେଲେ ଆମ୍ଭେମାନେ କଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା 14 କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ 15 ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ 16 ଆଉ ସେ ସେହି ପାଞ୍ଚଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହି ସବୁ ଆଶୀର୍ବାଦ କଲେ ପୁଣି ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ 17 ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକେଇ ଭଙ୍ଗା ଖଣ୍ଡ ଉଠାଇନେଲେ 18 ଥରେ ସେ ଏକୁଟିଆ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ ଆଉ ସେ ସେମାନଙ୍କୁ ପଚାରିଲେ ମୁଁ କିଏ ବୋଲି ଲୋକସାଧାରଣ କଣ କହନ୍ତି 19 ଏଥିରେ ସେମାନେ ଉତ୍ତର ଦେଲେ ବାପ୍ତିଜକ ଯୋହନ କିନ୍ତୁ କେହି କେହି କହନ୍ତି ଏଲିୟ ଆଉ କେହି କେହି କହନ୍ତି ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି 20 ସେ ସେମାନଙ୍କୁ ପଚାରିଲେ କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଣ କହୁଅଛ ପିତର ଉତ୍ତର ଦେଲେ ଆପଣ ଈଶ୍ୱରଙ୍କ ଖ୍ରୀଷ୍ଟ 21 ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ 22 ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ ପୁଣି ତୃତୀୟ ଦିନରେ ଉଠିବାକୁ ହେବ 23 ସେତବେଳେ ସେ ସମସ୍ତଙ୍କୁ କହିଲେ କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ ତେବେ ସେ ଆପଣାକୁ ଅସ୍ୱୀକାର କରୁ ପୁଣି ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ 24 କାରଣ ଯେ କେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ ସେ ତାହା ହରାଇବ କିନ୍ତୁ ଯେ କେହି ମୋ ନିମନ୍ତେ ଆପଣା ଜୀବନ ହରାଇବ ସେ ତାହା ରକ୍ଷା କରିବ 25 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ ତେବେ ତାହାର କି ଲାଭ 26 ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର ପୁଣି ପବିତ୍ର ଦୂତମାନଙ୍କର ମହିମାରେ ଆସିବେ ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ 27 କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଈଶ୍ୱରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ୱାଦନ ପାଇବେ ନାହିଁ 28 ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ 29 ପୁଣି ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା 30 ଆଉ ଦେଖ ମୋଶା ଓ ଏଲିୟ ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ 31 ସେମାନେ ଗୌରବରେ ଦର୍ଶନ ଦେଇ ସେ ଯିରୂଶାଲମରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ ସେ ବିଷୟରେ କହିଲେ 32 ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ 33 ପୁଣି ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ ହେ ଗୁରୁ ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ ଏହା ଉତ୍ତମ ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ ଆପଣଙ୍କ ପାଇଁ ଗୋଟିଏ ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ କିନ୍ତୁ ସେ କଣ କହୁଅଛନ୍ତି ତାହା ଜାଣିଲେ ନାହିଁ 34 ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ 35 ପୁଣି ସେହି ମେଘରୁ ଏହି ବାଣୀ ହେଲା ଏ ଆମ୍ଭର ପୁତ୍ର ଆମ୍ଭର ମନୋନୀତ ଏହାଙ୍କ ବାକ୍ୟ ଶୁଣ 36 ଆଉ ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ ପୁଣି ସେମାନେ ନୀରବ ରହିଲେ ଆଉ ଯାହା ଯାହା ଦେଖିଥିଲେ ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ 37 ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ 38 ଆଉ ଦେଖ ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋ ପୁଅ ପ୍ରତି ଦୟା କରନ୍ତୁ କାରଣ ସେ ମୋହର ଗୋଟିଏ ବୋଲି ପିଲା 39 ଦେଖନ୍ତୁ ତାହାକୁ ଗୋଟିଏ ଭୂତ ଧରେ ଆଉ ସେ ହଠାତ୍ ଚିତ୍କାର କରି ଉଠେ ପୁଣି ସେ ତାହାକୁ ଏପରି ମୋଡ଼ିପକାଏ ଯେ ତାହା ପାଟିରୁ ଫେଣ ବାହାରେ ପୁଣି ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ 40 ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି କିନ୍ତୁ ସେମାନେ ପାରିଲେ ନାହିଁ 41 ଯୀଶୁ ଉତ୍ତର ଦେଲେ ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି ତୁମ୍ଭର ପୁଅକୁ ଏଠିକି ନେଇଆସ 42 ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ 43 ସେଥିରେ ସମସ୍ତେ ଈଶ୍ୱରଙ୍କର ମହାଶକ୍ତି ସକାଶେ ଆଶ୍ଚର୍ଯ୍ୟ ହେଲେ ମାତ୍ର ସେ କରିଥିବା ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚକିତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ 44 ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି 45 କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା ଯେପରି ତାହା ସେମାନେ ବୁଝିପାରିବେ ନାହିଁ ପୁଣି ସେମାନେ ସେହି କଥା ବିଷୟରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ 46 ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା 47 କିନ୍ତୁ ଯୀଶୁ ସେମାନଙ୍କ ମନର ତର୍କବିତର୍କ ଜାଣି ଗୋଟିଏ ସାନ ପିଲାକୁ ନେଇ ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ 48 ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ ସେ ମୋତେ ଗ୍ରହଣ କରେ ଆଉ ଯେ କେହି ମୋତେ ଗ୍ରହଣ କରେ ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର ସେ ଶ୍ରେଷ୍ଠ 49 ସେଥିରେ ଯୋହନ ଉତ୍ତର ଦେଲେ ହେ ଗୁରୁ ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ 50 କିନ୍ତୁ ଯୀଶୁ ତାହାଙ୍କୁ କହିଲେ ମନା କର ନାହିଁ କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ ସେ ତୁମ୍ଭମାନଙ୍କର ସପକ୍ଷ 51 ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ମନକୁ ଦୃଢ଼ କରି 52 ନିଜ ଆଗେ ଦୂତମାନଙ୍କୁ ପଠାଇଲେ ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ 53 କିନ୍ତୁ ସେ ଯିରୂଶାଲମକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ 54 ଏହା ଦେଖି ଯାକୁବ ଓ ଯୋହନ ଏହି ଦୁଇ ଶିଷ୍ୟ କହିଲେ ପ୍ରଭୁ ଏଲିୟ ମଧ୍ୟ ଯେପରି କରିଥିଲେ ସେହିପରି ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ ଏହା ଆମ୍ଭେମାନେ କହିବୁ ବୋଲି କଣ ଆପଣଙ୍କର ଇଚ୍ଛା 55 କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ ଏହା ଜାଣୁ ନାହଁ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି 56 ତାପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ 57 ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ ଆପଣ ଯେକୌଣସି ସ୍ଥାନକୁ ଯିବେ ମୁଁ ଆପଣଙ୍କ ଅନୁସରଣ କରିବି 58 ଯୀଶୁ ତାହାଙ୍କୁ କହିଲେ କୋକିଶିଆଳିର ଗାତ ଅଛି ଆକାଶ ପକ୍ଷୀର ବସା ଅଛି ମାତ୍ର ମନୁଷ୍ୟପୁତ୍ରର ଯୀଶୁ ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ 59 ପୁଣି ସେ ଆଉ ଜଣକୁ କହିଲେ ମୋହର ଅନୁସରଣ କର କିନ୍ତୁ ସେ କହିଲେ ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ 60 ମାତ୍ର ସେ ତାହାଙ୍କୁ କହିଲେ ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ କିନ୍ତୁ ତୁମ୍ଭେ ଯାଇ ଈଶ୍ୱରଙ୍କ ରାଜ୍ୟ ପ୍ରଚାର କର 61 ଆଉ ଜଣେ ମଧ୍ୟ କହିଲେ ପ୍ରଭୁ ମୁଁ ଆପଣଙ୍କର ଅନୁଗମନ କରିବି ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ 62 କିନ୍ତୁ ଯୀଶୁ ତାହାଙ୍କୁ କହିଲେ ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ ସେ ଈଶ୍ୱରଙ୍କ ରାଜ୍ୟର ଯୋଗ୍ୟ ନୁହେଁ

Chapter 10

ଯୀଶୁଙ୍କ ସତୁରି ଜଣଙ୍କୁ ପ୍ରେରଣ

1 ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ 2 ପୁଣି ସେ ସେମାନଙ୍କୁ କହିଲେ ଶସ୍ୟ ସିନା ପ୍ରଚୁର ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର 3 ତୁମ୍ଭେମାନେ ଯାଅ ଦେଖ ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି 4 ଥଳି ଝୋଲି ଓ ଜୋତା ନିଅ ନାହିଁ ପୁଣି ବାଟରେ କାହାକୁ ନମସ୍କାର କର ନାହିଁ 5 ଆଉ ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ ପ୍ରଥମେ କୁହ ଏହି ଗୃହ ପ୍ରତି ଶାନ୍ତି ହେଉ 6 ଆଉ ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ କିନ୍ତୁ ଯଦି ନ ଥାଏ ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ 7 ପୁଣି ସେମାନଙ୍କ ପାଖରେ ଯାହା ଥାଏ ତାହା ଭୋଜନପାନ କରି ସେହି ଗୃହରେ ରୁହ କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ ଘରକୁ ଘର ଯାଅ ନାହିଁ 8 ପୁଣି ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ ତାହା ଭୋଜନ କର 9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର ଆଉ ସେମାନଙ୍କୁ କୁହ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ 10 କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ 11 ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ିଦେଉଅଛୁ ତଥାପି ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ ଏହା ଜାଣିଥାଅ 12 ମୁଁ ତୁମ୍ଭମାନଙ୍କୁ କହୁଅଛି ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ 13 ହାୟ ଦଣ୍ଡର ପାତ୍ର କୋରାଜୀନ୍ ହାୟ ଦଣ୍ଡର ପାତ୍ର ବେଥସାଇଦା କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି ସେହି ସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ ପରିବର୍ତ୍ତନ କରିଥାଆନ୍ତେ 14 ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ 15 ଆଉ ରେ କଫର୍ନାହୂମ ତୁ କଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ 16 ଯେ ତୁମ୍ଭମାନଙ୍କର କଥା ଶୁଣେ ସେ ମୋ କଥା ଶୁଣେ ପୁଣି ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ ସେ ମୋତେ ଅଗ୍ରାହ୍ୟ କରେ ଆଉ ଯେ ମୋତେ ଅଗ୍ରାହ୍ୟ କରେ ସେ ମୋ ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ 17 ଏଥିଉତ୍ତାରେ ସେହି ସତୁରି ଜଣ ଫେରିଆସି ଆନନ୍ଦରେ କହିଲେ ପ୍ରଭୁ ଭୂତମାନେ ସୁଦ୍ଧା ଆପଣଙ୍କ ନାମରେ ଆମ୍ଭମାନଙ୍କ ବଶୀଭୂତ ଅଟନ୍ତି 18 କିନ୍ତୁ ଯୀଶୁ ସେମାନଙ୍କୁ କହିଲେ ବିଜୁଳି ପରି ସ୍ୱର୍ଗରୁ ଶୟତାନକୁ ପଡ଼ିବା ମୁଁ ଦେଖୁଥିଲି 19 ଦେଖ ମୁଁ ତୁମ୍ଭମାନଙ୍କୁ ସାପ ଓ ବିଛା ଉପରେ ଚାଲିବାକୁ କ୍ଷମତା ଦେଇଅଛି ପୁଣି ଶତ୍ରୁର ସମସ୍ତ ଶକ୍ତି ଉପରେ ମଧ୍ୟ କ୍ଷମତା ଦେଇଅଛି ଆଉ କିଛି ହେଲେ କୌଣସି ପ୍ରକାରେ ତୁମ୍ଭମାନଙ୍କର କ୍ଷତି କରିବ ନାହିଁ 20 ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି ଏଥିରେ ଆନନ୍ଦ କର ନାହିଁ କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି ଏଥିରେ ଆନନ୍ଦ କର 21 ସେହି ସମୟରେ ସେ ପବିତ୍ର ଆତ୍ମାଙ୍କଠାରେ ଉଲ୍ଲସିତ ହୋଇ କହିଲେ ପିତା ସ୍ୱର୍ଗ ଓ ପୃଥିବୀର ପ୍ରଭୁ ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ ଏଥି ନିମନ୍ତେ ତୁମ୍ଭର ପ୍ରଶଂସା କରୁଅଛି ହଁ ପିତା କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା 22 ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋଠାରେ ସମର୍ପିତ ହୋଇଅଛି ଆଉ ପୁତ୍ର କିଏ ଏହା ପିତାଙ୍କ ବିନା କେହି ଜାଣେ ନାହିଁ ପୁଣି ପିତା କିଏ ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି ସେ ଜାଣେ 23 ପୁଣି ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଯେଉଁ ଚକ୍ଷୁ ଦେଖେ ତାହା ଧନ୍ୟ 24 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହି ସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ କିନ୍ତୁ ଦେଖିଲେ ନାହିଁ ପୁଣି ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହି ସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ କିନ୍ତୁ ଶୁଣିଲେ ନାହିଁ 25 ଆଉ ଦେଖ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଉଠି ତାହାଙ୍କୁ ପରୀକ୍ଷା କରି ପଚାରିଲେ ହେ ଗୁରୁ ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଣ କରିବି 26 ସେଥିରେ ଯୀଶୁ ତାହାଙ୍କୁ କହିଲେ ମୋଶାଙ୍କ ବ୍ୟବସ୍ଥାରେ କଣ ଲେଖା ଅଛି ତୁମ୍ଭେ କିପରି ପାଠ କରୁଅଛ 27 ସେ ଉତ୍ତର ଦେଲେ ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ ସମସ୍ତ ପ୍ରାଣ ସମସ୍ତ ଶକ୍ତି ଓ ସମସ୍ତ ମନ ଦେଇ ପ୍ରଭୁ ଆପଣା ଈଶ୍ୱରଙ୍କୁ ପ୍ରେମ କର ପୁଣି ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର 28 ସେଥିରେ ଯୀଶୁ ତାହାଙ୍କୁ କହିଲେ ତୁମ୍ଭେ ଠିକ୍ ଉତ୍ତର ଦେଲ ଏହା କର ତାହାହେଲେ ତୁମ୍ଭେ ଜୀବନ ପାଇବ 29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ ତେବେ ମୋହର ପ୍ରତିବାସୀ କିଏ 30 ଯୀଶୁ ସେହି ପ୍ରସଙ୍ଗ ଧରି କହିଲେ ଜଣେ ଲୋକ ଯିରୂଶାଲମରୁ ଯିରୀହୋକୁ ଯାଉ ଯାଉ ଡକାୟତମାନଙ୍କ ହାବୁଡ଼ରେ ପଡ଼ିଲା ସେମାନେ ତାହାର ଲୁଗାପଟା ଛଡ଼ାଇନେଇ ଓ ମାଡ଼ ମାରି ତାହାକୁ ଦରମରା ଅବସ୍ଥାରେ ଛାଡ଼ି ଚାଲିଗଲେ 31 ଘଟଣା ପରେପରେ ଜଣେ ଯାଜକ ସେହି ବାଟ ଦେଇ ଯାଉଥିଲେ ଆଉ ସେ ତାହାକୁ ଦେଖି ବାଟର ଆରପାଖ ଦେଇ ଗଲେ 32 ସେହି ପ୍ରକାରେ ଜଣେ ଲେବୀୟ ମଧ୍ୟ ସେ ସ୍ଥାନକୁ ଆସି ତାହାକୁ ଦେଖି ବାଟର ଆରପାଖ ଦେଇ ଚାଲିଗଲେ 33 କିନ୍ତୁ ଜଣେ ଶମିରୋଣୀୟ ପଥିକ ତାହା ନିକଟକୁ ଆସି ତାହାକୁ ଦେଖି ଦୟାରେ ବିଗଳିତ ହେଲେ 34 ଏବଂ ପାଖକୁ ଯାଇ ତାହାର କ୍ଷତ ସବୁରେ ତେଲ ଓ ଦ୍ରାକ୍ଷାରସ ଢ଼ାଳି ସେହି ସବୁ ବାନ୍ଧିଦେଲେ ଆଉ ତାହାକୁ ନିଜ ଗଧ ଉପରେ ବସାଇ ତାହାକୁ ଗୋଟିଏ ପାନ୍ଥଶାଳାକୁ ନେଇଯାଇ ତାହାର ସେବା କଲେ 35 ତହିଁ ଆରଦିନ ସେ ଦୁଇଟି ଟଙ୍କା ବାହାର କରି ପାନ୍ଥଶାଳାର ମାଲିକଙ୍କୁ ଦେଇ କହିଲେ ଏହାର ସେବା କର ଆଉ ଯାହା କିଛି ଅଧିକ ଖର୍ଚ୍ଚ କରିବ ତାହା ମୁଁ ଫେରିଆସିବା ସମୟରେ ତୁମ୍ଭକୁ ପରିଶୋଧ କରିବି 36 ଏହି ତିନି ଜଣଙ୍କ ମଧ୍ୟରୁ କିଏ ଡକାୟତମାନଙ୍କ ହାବୁଡ଼ରେ ପଡିଥିବା ଲୋକଟିର ପ୍ରତିବାସୀ ବୋଲି ମନେ କରୁଅଛ 37 ସେ କହିଲେ ଯେ ତାହା ପ୍ରତି ଦୟା କଲା ସେ ଯୀଶୁ ତାହାଙ୍କୁ କହିଲେ ଯାଅ ତୁମ୍ଭେ ମଧ୍ୟ ସେହି ପ୍ରକାର କର 38 ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ 39 ତାହାଙ୍କର ଜଣେ ଭଉଣୀ ଥିଲେ ତାଙ୍କ ନାମ ମରିୟମ ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ 40 କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ ହେ ପ୍ରଭୁ ମୋହର ଭଉଣୀ ଯେ ଏକାକୀ ମୋ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଣ ଆପଣଙ୍କର ମନ ନାହିଁ ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ 41 କିନ୍ତୁ ପ୍ରଭୁ ତାଙ୍କୁ କହିଲେ ମାର୍ଥା ମାର୍ଥା ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ 42 କିନ୍ତୁ ଅଳ୍ପ କେତୋଟି ବରଂ ଗୋଟିଏ ମାତ୍ର ଆବଶ୍ୟକ ମରିୟମ ତ ଉତ୍ତମ ଭାଗ ମନୋନୀତ କରିଅଛି ଆଉ ତାହା ତାହାଠାରୁ ନିଆଯିବ ନାହିଁ

Chapter 11

ପ୍ରଭୁଙ୍କ ଆଦର୍ଶ ପ୍ରାର୍ଥନା

(ମାଥି. 6:9-13; ମାଥି. 7:7-11)

1 ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ ହେ ପ୍ରଭୁ ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ 2 ଏଥିରେ ସେ ସେମାନଙ୍କୁ କହିଲେ ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର ସେତେବେଳେ କୁହ ପିତଃ ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ ତୁମ୍ଭର ରାଜ୍ୟ ଆସୁ 3 ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ 4 ଆମ୍ଭମାନଙ୍କର ପାପସବୁ କ୍ଷମା କର କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ 5 ଆଉ ସେ ସେମାନଙ୍କୁ କହିଲେ ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ ହେ ବନ୍ଧୁ ମୋତେ ତିନୋଟି ରୁଟି ଉଧାର ଦିଅ 6 କାରଣ ମୋହର ଜଣେ ପଥିକ ବନ୍ଧୁ ମୋ ନିକଟକୁ ଆସିଅଛନ୍ତି ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋ ପାଖରେ କିଛି ନାହିଁ 7 ଆଉ ସେ ଭିତରୁ ଏପରି ଉତ୍ତର ଦେବ ମୋତେ କଷ୍ଟ ଦିଅ ନାହିଁ ଦ୍ୱାର ବନ୍ଦ ହେଲାଣି ଆଉ ମୋର ପିଲାମାନେ ମୋ ସାଙ୍ଗରେ ଶୋଇଛନ୍ତି ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ 8 ମୁଁ ତୁମ୍ଭମାନଙ୍କୁ କହୁଅଛି ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ ତଥାପି ସେ ଥରକୁଥର ମାଗିବାରୁ ସେ ଉଠି ତାହାର ଯେତେ ଆବଶ୍ୟକ ତାହାକୁ ସେତେ ଦେବ 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି ମାଗ ସେଥିରେ ତୁମ୍ଭମାନଙ୍କୁ ଦିଆଯିବ ଖୋଜ ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ ଦ୍ୱାରରେ ମାର ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ 10 କାରଣ ଯେ କେହି ମାଗେ ସେ ପାଏ ଯେ ଖୋଜେ ସେ ସନ୍ଧାନ ପାଏ ଆଉ ଯେ ଦ୍ୱାରରେ ମାରେ ତାହା ନିମନ୍ତେ ଦ୍ୱାର ଫିଟାଦିଆଯିବ 11 ଆଉ ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ 12 କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ 13 ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ 14 ଥରେ ସେ ଗୋଟିଏ ଭୂତ ଛଡ଼ାଉଥିଲେ ସେହି ଭୂତଟା ଘୁଙ୍ଗା ଭୂତ ବାହାରିଗଲା ପରେ ଘୁଙ୍ଗା ଲୋକଟି କଥା କହିଲା ସେଥିରେ ଲୋକସମୂହ ଚକିତ ହେଲେ 15 କିନ୍ତୁ ସେମାନଙ୍କ ମଧ୍ୟରୁ କେହି କେହି କହିଲେ ସେ ଭୂତପତି ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତ ଛଡ଼ାଏ 16 ଅନ୍ୟମାନେ ତାହାଙ୍କୁ ପରୀକ୍ଷା କରିବା ଅଭିପ୍ରାୟରେ ତାହାଙ୍କଠାରୁ ଆକାଶରୁ ଏକ ଚିହ୍ନ ମାଗିଲେ 17 କିନ୍ତୁ ସେ ସେମାନଙ୍କ ମନର ଭାବ ଜାଣି ସେମାନଙ୍କୁ କହିଲେ ଯେକୌଣସି ରାଜ୍ୟ ଭାଗ ଭାଗ ହୋଇ ଆପଣା ବିରୁଦ୍ଧରେ ଉଠେ ତାହା ଉତ୍ସନ୍ନ ହୋଇ ଯାଏ ପୁଣି ଗୃହ ଗୃହ ଉପରେ ପଡ଼େ 18 ଆଉ ଶୟତାନ ମଧ୍ୟ ଯଦି ବିଭକ୍ତ ହୋଇ ନିଜ ବିରୁଦ୍ଧରେ ଉଠେ ତାହାହେଲେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ ମୁଁ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ବୋଲି ତୁମ୍ଭେମାନେ ତ କହୁଅଛ 19 କିନ୍ତୁ ମୁଁ ଯେବେ ବାଲ୍‌ଜିବୂଲ୍‍ର ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ ତେବେ ତୁମ୍ଭମାନଙ୍କ ପୁତ୍ରମାନେ କାହା ସାହାଯ୍ୟରେ ସେମାନଙ୍କୁ ଛଡ଼ାନ୍ତି ଏଣୁ ସେମାନେ ହିଁ ତୁମ୍ଭମାନଙ୍କର ବିଚାରକର୍ତ୍ତା ହେବେ 20 କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି 21 ବଳବାନ ଲୋକ ଯେପର୍ଯ୍ୟନ୍ତ ଅସ୍ତ୍ରଶସ୍ତ୍ରରେ ସୁସଜ୍ଜିତ ହୋଇ ଆପଣା ଗଡ଼ ରକ୍ଷା କରେ ସେପର୍ଯ୍ୟନ୍ତ ତାହାର ସମ୍ପତ୍ତି ନିରାପଦରେ ଥାଏ 22 କିନ୍ତୁ ଯେତେବେଳେ ତାହାଠାରୁ ଅଧିକ ବଳବାନ ଲୋକ ତାହାକୁ ଆକ୍ରମଣ କରି ଜୟ କରେ ସେତେବେଳେ ଯେଉଁ ଅସ୍ତ୍ର ଉପରେ ତାହାର ଭରସା ଥିଲା ସେହି ସବୁ ସେ ଛଡ଼ାଇ ନିଏ ପୁଣି ତାହାର ଲୁଟ କରିଥିବା ଧନସମ୍ପତ୍ତି ବାଣ୍ଟିନିଏ 23 ଯେ ମୋହର ସପକ୍ଷ ନୁହେଁ ସେ ମୋହର ବିପକ୍ଷ ପୁଣି ଯେ ମୋ ସହିତ ସଂଗ୍ରହ କରେ ନାହିଁ ସେ ଛିନ୍ନଭିନ୍ନ କରିପକାଏ 24 ଅଶୁଚି ଆତ୍ମା ଜଣେ ମନୁଷ୍ୟଠାରୁ ବାହାରିଯିବା ପରେ ବିଶ୍ରାମ କରିବା ପାଇଁ ଜଳ ନ ଥିବା ସ୍ଥାନ ସବୁ ଭ୍ରମଣ କରି ଖୋଜେ ଆଉ ତାହା ନ ପାଇ କହେ ମୁଁ ଯେଉଁ ଘରୁ ବାହାରିଆସିଥିଲି ମୋହର ସେହି ଘରକୁ ଫେରିଯିବି 25 ପୁଣି ସେ ଆସି ତାହା ପରିଷ୍କାର ହୋଇଥିବା ଦେଖେ 26 ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ଦୁଷ୍ଟ ଆଉ ସାତୋଟି ଆତ୍ମା ସାଙ୍ଗରେ ନେଇ ଆସେ ପୁଣି ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ 27 ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲେ ଧନ୍ୟ ସେହି ଗର୍ଭ ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ ଯହିଁରୁ ତୁମ୍ଭେ ପାନ କଲ 28 ମାତ୍ର ସେ କହିଲେ ନା ବରଂ ଯେଉଁମାନେ ଈଶ୍ୱରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି ସେହିମାନେ ଧନ୍ୟ 29 ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ ଏହି କାଳର ଲୋକମାନେ ଦୁଷ୍ଟ ଏମାନେ ଚିହ୍ନ ଖୋଜନ୍ତି ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ 30 କାରଣ ଯୂନସ ଯେପରି ନୀନିବୀୟମାନଙ୍କ ପ୍ରତି ଚିହ୍ନ ଭଳି ହେଲେ ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ 31 ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ ଆଉ ଦେଖ ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି 32 ନୀନିବୀର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ ପରିବର୍ତ୍ତନ କରିଥିଲେ ଆଉ ଦେଖ ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି 33 କେହି ଦୀପ ଜାଳି ଗୁପ୍ତ କୋଠରୀରେ କିମ୍ବା ମାଣ ତଳେ ରଖେ ନାହିଁ ମାତ୍ର ଦୀପରୁଖା ଉପରେ ରଖେ ଯେପରି ଭିତରେ ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି 34 ତୁମ୍ଭର ଚକ୍ଷୁ ଶରୀରର ପ୍ରଦୀପ ଯେତେବେଳେ ତୁମ୍ଭର ଚକ୍ଷୁ ନିର୍ମଳ ଥାଏ ସେତେବେଳେ ତୁମ୍ଭର ସମସ୍ତ ଶରୀର ମଧ୍ୟ ଆଲୋକମୟ ହୁଏ କିନ୍ତୁ ଯେତେବେଳେ ତାହା ଦୂଷିତ ଥାଏ ସେତେବେଳେ ତୁମ୍ଭର ଶରୀର ମଧ୍ୟ ଅନ୍ଧକାରମୟ ହୁଏ 35 ଅତଏବ ସାବଧାନ ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ 36 ଏଣୁ ଯଦି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହୁଏ ଓ ସେଥିର କୌଣସି ଅଂଶ ଅନ୍ଧକାରମୟ ନ ଥାଏ ତାହାହେଲେ ପ୍ରଦୀପ ଯେପରି ତୁମ୍ଭକୁ ଉଜ୍ଜ୍ୱଳ ଆଲୋକରେ ଆଲୋକିତ କରେ ସେହିପରି ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ 37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ 38 କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ 39 ସେଥିରେ ପ୍ରଭୁ ତାହାଙ୍କୁ କହିଲେ ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳୀର ବାହାର ପରିଷ୍କାର କରୁଥାଅ ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ 40 ହେ ନିର୍ବୋଧମାନେ ଯେ ବାହାର ସୃଷ୍ଟି କଲେ ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ 41 ବରଂ ଭିତରେ ଯାହା ଯାହା ଅଛି ସେହି ସବୁ ଦାନ କର ଆଉ ଦେଖ ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ 42 କିନ୍ତୁ ହାୟ ଦଣ୍ଡର ପାତ୍ର ଫାରୂଶୀମାନେ କାରଣ ତୁମ୍ଭେମାନେ ପୋଦିନା ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ ଆଉ ନ୍ୟାୟବିଚାର ଓ ଈଶ୍ୱରଙ୍କ ପ୍ରେମ ଅବହେଳା କରୁଥାଅ କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ 43 ହାୟ ଦଣ୍ଡର ପାତ୍ର ଫାରୂଶୀମାନେ କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ 44 ହାୟ ତୁମ୍ଭେମାନେ ଦଣ୍ଡର ପାତ୍ର କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ 45 ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ ହେ ଗୁରୁ ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି 46 ସେ କହିଲେ ହାୟ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଆଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ 47 ହାୟ ତୁମ୍ଭେମାନେ ଦଣ୍ଡର ପାତ୍ର କାରଣ ତୁମ୍ଭେମାନେ ଭାବବାଦୀମାନଙ୍କର କବର ତିଆରି କରୁଥାଅ କିନ୍ତୁ ତୁମ୍ଭମାନଙ୍କ ପିତୃପୁରୁଷମାନେ ସେମାନଙ୍କୁ ବଧ କରିଥିଲେ 48 ଅତଏବ ତୁମ୍ଭମାନଙ୍କ ପିତୃପୁରୁଷଙ୍କ କର୍ମ ବିଷୟରେ ତୁମ୍ଭେମାନେ ସାକ୍ଷୀ ଅଟ ଓ ତାହା ଅନୁମୋଦନ କରୁଅଛ କାରଣ ସେମାନେ ସିନା ସେମାନଙ୍କୁ ବଧ କରିଥିଲେ କିନ୍ତୁ ତୁମ୍ଭେମାନେ ସେମାନଙ୍କର କବର ସ୍ତମ୍ଭ ତିଆରି କରୁଥାଅ 49 ତେଣୁ ଈଶ୍ୱର ମଧ୍ୟ ଆପଣା ଜ୍ଞାନରେ କହିଅଛନ୍ତି ଆମ୍ଭେ ସେମାନଙ୍କ ନିକଟକୁ ଭାବବାଦୀ ଓ ପ୍ରେରିତମାନଙ୍କୁ ପଠାଇବୁ ସେମାନଙ୍କ ମଧ୍ୟରୁ କାହା କାହାକୁ ସେମାନେ ବଧ କରିବେ ଓ କାହା କାହାକୁ ତାଡ଼ନା କରିବେ 50 ଯେପରି ହେବଲଙ୍କ ରକ୍ତପାତଠାରୁ ଯେଉଁ ଜିଖରୀୟ ବେଦି ଓ ମନ୍ଦିରର ପବିତ୍ର ସ୍ଥାନର ମଧ୍ୟସ୍ଥଳରେ ହତ ହେଲେ ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ଜଗତର ଆରମ୍ଭରୁ ଯେତେ ଭାବବାଦୀଙ୍କର ରକ୍ତପାତ ହୋଇଅଛି 51 ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ 52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ 53 ଆଉ ସେ ସେଠାରୁ ବାହାରିଗଲା ପରେ ଶାସ୍ତ୍ରୀ ଓ ଫାରୂଶୀମାନେ ଅତିଶୟ ଈର୍ଷା କରି 54 ତାହାଙ୍କ ମୁଖର କୌଣସି କଥା ଧରିବା ନିମନ୍ତେ ଫାନ୍ଦ ପକାଇ ତାହାଙ୍କୁ ଅନେକ ବିଷୟରେ ପ୍ରଶ୍ନ ପଚାରିବାକୁ ଲାଗିଲେ

Chapter 12

କପଟତା ବିଷୟରେ ସାବଧାନ

(ମାଥି. 10:26,27)

1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ 2 କିନ୍ତୁ ଯାହା ପ୍ରକାଶିତ ନ ହେବ ଏପରି ଆଚ୍ଛାଦିତ କିଛି ନାହିଁ ଆଉ ଯାହା ଜଣା ନ ଯିବ ଏପରି ଗୁପ୍ତ କିଛି ନାହିଁ 3 ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ ସେହି ସବୁ ଆଲୋକରେ ଶୁଣାଯିବ ପୁଣି ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ ତାହା ଘର ଛାତ ଉପରେ ଘୋଷଣା କରାଯିବ 4 କିନ୍ତୁ ମୋର ବନ୍ଧୁ ଯେ ତୁମ୍ଭେମାନେ ତୁମ୍ଭମାନଙ୍କୁ ମୁଁ କହୁଅଛି ଯେଉଁମାନେ ଶରୀରକୁ ବଧ କରନ୍ତି ମାତ୍ର ତାହା ପରେ ଆଉ କିଛି କରି ପାରନ୍ତି ନାହିଁ ସେମାନଙ୍କୁ ଭୟ କର ନାହିଁ 5 କିନ୍ତୁ କାହାକୁ ଭୟ କରିବ ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି ତାହାଙ୍କୁ ଭୟ କର ହଁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ତାହାଙ୍କୁ ଭୟ କର 6 ପାଞ୍ଚୋଟି ଘରଚଟିଆ କଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ୱର ଭୁଲିଯାଆନ୍ତି ନାହିଁ 7 କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଛି ଭୟ କର ନାହିଁ ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ 8 ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ ମନୁଷ୍ୟପୁତ୍ର ମଧ୍ୟ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ 9 କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ ତାହାକୁ ଈଶ୍ୱରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ 10 ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ ତାହାକୁ କ୍ଷମା ଦିଆଯିବ ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ ତାହାକୁ କ୍ଷମା ଦିଆଯିବ ନାହିଁ 11 ଆଉ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଣ କହିବ ସେ ବିଷୟରେ ଚିନ୍ତା କର ନାହିଁ 12 କାରଣ କଣ କହିବାକୁ ହେବ ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ 13 ଲୋକସମୂହ ମଧ୍ୟରୁ ଜଣେ ତାହାଙ୍କୁ କହିଲା ହେ ଗୁରୁ ମୋର ଭାଇକୁ ମୋ ସହିତ ପୈତୃକ ସମ୍ପତ୍ତି ଭାଗ କରିଦେବା ନିମନ୍ତେ କହନ୍ତୁ 14 କିନ୍ତୁ ସେ ତାହାଙ୍କୁ କହିଲେ ହେ ଭାଇ କିଏ ମୋତେ ତୁମ୍ଭମାନଙ୍କ ଉପରେ ବିଚାରକର୍ତ୍ତା ଓ ମଧ୍ୟସ୍ଥ କରି ନିଯୁକ୍ତ କଲା 15 ପୁଣି ସେ ସେମାନଙ୍କୁ କହିଲେ ସାବଧାନ ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ 16 ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା 17 ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ କଣ କରିବି କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ 18 ପୁଣି ସେ କହିଲା ଏହା କରିବି ମୋର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି 19 ଆଉ ମୁଁ ମୋହର ପ୍ରାଣକୁ କହିବି ରେ ପ୍ରାଣ ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି ବିଶ୍ରାମ କର୍ ଭୋଜନ କର୍ ଆମୋଦ କର୍ 20 କିନ୍ତୁ ଈଶ୍ୱର ତାହାକୁ କହିଲେ ରେ ନିର୍ବୋଧ ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ ସେହି ସବୁ କାହାର ହେବ 21 ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ କିନ୍ତୁ ଈଶ୍ୱରଙ୍କ ବିଷୟରେ ଧନୀ ନୁହେଁ ତାହା ପ୍ରତି ଏହିପରି ଘଟେ 22 ସେ ଆପଣା ଶିଷ୍ୟମାନଙ୍କୁ କହିଲେ ଏନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି କଣ ଖାଇବ ଏପରି ଭାଳି ତୁମ୍ଭମାନଙ୍କ ଜୀବନ ନିମନ୍ତେ କିଅବା କଣ ପିନ୍ଧିବ ଏପରି ଭାଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ 23 କାରଣ ଭକ୍ଷ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର ଶ୍ରେଷ୍ଠ 24 କାଉମାନଙ୍କ ବିଷୟ ଭାବି ଦେଖ ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ ପୁଣି ସେମାନଙ୍କର ଭଣ୍ଡାରଘର ନାହିଁ ଆଉ ଈଶ୍ୱର ସେମାନଙ୍କୁ ଆହାର ଦିଅନ୍ତି ତୁମ୍ଭେମାନେ ପକ୍ଷୀମାନଙ୍କ ଅପେକ୍ଷା କେତେ ଅଧିକ ଶ୍ରେଷ୍ଠ 25 ପୁଣି ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁ ହାତେ ବଢ଼ାଇ ପାରେ 26 ଅତଏବ ଯଦି ତୁମ୍ଭେମାନେ କ୍ଷୁଦ୍ର ବିଷୟ ସୁଦ୍ଧା କରିବାକୁ ସକ୍ଷମ ନୁହଁ ତେବେ ଅନ୍ୟ ସମସ୍ତ ବିଷୟରେ କାହିଁକି ଚିନ୍ତା କରୁଅଛ 27 ଫୁଲଗୁଡ଼ିକ ବିଷୟ ଭାବି ଦେଖ ସେଗୁଡ଼ିକ କିପରି ସୁତା କାଟନ୍ତି ନାହିଁ କି ବୁଣନ୍ତି ନାହିଁ ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିଏ ପରି ବିଭୂଷିତ ନ ଥିଲେ 28 କିନ୍ତୁ ଯେଉଁ ଘାସ ଆଜି କ୍ଷେତରେ ଅଛି ଆଉ କାଲି ଚୁଲିରେ ପକାଯାଏ ତାହାକୁ ଯେବେ ଈଶ୍ୱର ଏପ୍ରକାର ବେଶ ଦିଅନ୍ତି ତେବେ ହେ ଅଳ୍ପ ବିଶ୍ୱାସୀମାନେ ସେ ତୁମ୍ଭମାନଙ୍କୁ କେତେ ଅଧିକ ରୂପେ ନ ଦେବେ 29 ପୁଣି କଣ ଖାଇବ ଓ କଣ ପିଇବ ତାହା ତୁମ୍ଭେମାନେ ଖୋଜି ବୁଲ ନାହିଁ କିମ୍ବା ଚିନ୍ତିତ ହୁଅ ନାହିଁ 30 କାରଣ ଜଗତର ଅଣଯିହୂଦୀମାନେ ଏହି ସବୁ ବିଷୟ ଖୋଜି ବୁଲନ୍ତି କିନ୍ତୁ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ ତାହା ତୁମ୍ଭମାନଙ୍କର ପିତା ଜାଣନ୍ତି 31 ବରଂ ତୁମ୍ଭେମାନେ ତାହାଙ୍କ ରାଜ୍ୟ ଅନ୍ୱେଷଣ କର ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ 32 ହେ ସାନ ପଲ ଭୟ କର ନାହିଁ କାରଣ ତୁମ୍ଭମାନଙ୍କୁ ସେହି ରାଜ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କର ପିତାଙ୍କର ମହା ଆନନ୍ଦ 33 ତୁମ୍ଭମାନଙ୍କର ଯାହା ଅଛି ତାହା ବିକ୍ରୟ କରି ଦାନ କର ଯାହା କ୍ଷୟ ପାଏ ନାହିଁ ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର 34 କାରଣ ଯେଉଁଠାରେ ତୁମ୍ଭମାନଙ୍କର ଧନ ସେହିଠାରେ ମଧ୍ୟ ତୁମ୍ଭମାନଙ୍କର ମନ 35 ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ 36 ଆଉ ପ୍ରଭୁ ବିବାହଉତ୍ସବରୁ ଫେରିଆସି ଦ୍ୱାରରେ ମାରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ 37 ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ ସେମାନେ ଧନ୍ୟ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ 38 ଆଉ ସେ ଯଦି ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି ତାହାହେଲେ ସେହି ଦାସମାନେ ଧନ୍ୟ 39 କିନ୍ତୁ ଏହା ଜାଣିଥାଅ କେଉଁ ସମୟରେ ଚୋର ଆସିବ ଏହା ଗୃହକର୍ତ୍ତା ଯେବେ ଜାଣନ୍ତେ ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ 40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ ସେହି ସମୟରେ ମନୁଷ୍ୟପୁତ୍ର ଆସିବେ 41 ସେଥିରେ ପିତର କହିଲେ ହେ ପ୍ରଭୁ ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି 42 ପ୍ରଭୁ କହିଲେ ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ 43 ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ ସେ ଧନ୍ୟ 44 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ 45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ 46 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ ପୁଣି ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ 47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ 48 ସେ ବହୁତ ପ୍ରହାରରେ ପ୍ରହାରିତ ହେବ କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ ଯାହାକୁ ବହୁତ ଦିଆଯାଇଅଛି ତାହାଠାରୁ ବହୁତ ଦାବି କରାଯିବ ପୁଣି ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି ତାହା ନିକଟରୁ ବହୁତ ଦାବି କରିବେ 49 ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି ତାହାହେଲେ ମୋହର ଆଉ କଣ ବାଞ୍ଛା 50 ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି 51 ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଣ ତୁମ୍ଭେମାନେ ମନେ କରୁଅଛ ମୁଁ ତୁମ୍ଭମାନଙ୍କୁ କହୁଅଛି ନା ବରଂ ଭେଦ କରିବାକୁ ଆସିଅଛି 52 କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ 53 ପୁତ୍ର ବିରୁଦ୍ଧରେ ପିତା ପିତା ବିରୁଦ୍ଧରେ ପୁତ୍ର କନ୍ୟା ବିରୁଦ୍ଧରେ ମାତା ମାତା ବିରୁଦ୍ଧରେ କନ୍ୟା ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ 54 ପୁଣି ସେ ଲୋକମାନଙ୍କୁ ମଧ୍ୟ କହିଲେ ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ ବର୍ଷା ଆସୁଅଛି ଆଉ ସେହିପରି ଘଟେ 55 ପୁଣି ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ ବଡ଼ ଖରା ହେବ ପୁଣି ତାହା ଘଟେ 56 ରେ କପଟୀମାନେ ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ 57 ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ 58 କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ ପୁଣି ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ 59 ମୁଁ ତୁମ୍ଭକୁ କହୁଅଛି ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ

Chapter 13

ମନପରିବର୍ତ୍ତନ ନଚେତ ବିନାଶ

1 ୧ ସେହି ସମୟରେ କେତେକ ଲୋକ ଆସି ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ ସେମାନଙ୍କ ବିପକ୍ଷରେ ତାହାଙ୍କୁ ଜଣାଇଲେ 2 ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ 3 ମୁଁ ତୁମ୍ଭମାନଙ୍କୁ କହୁଅଛି ନା କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ 4 କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ 5 ମୁଁ ତୁମ୍ଭମାନଙ୍କୁ କହୁଅଛି ନା କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ 6 ଆଉ ସେ ଏହି ଦୃଷ୍ଟାନ୍ତ କହିଲେ ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରି ଗଛ ଲଗାଯାଇଥିଲା ସେ ଆସି ସେଥିରେ ଫଳ ଖୋଜିଲେ କିନ୍ତୁ ପାଇଲେ ନାହିଁ 7 ତେଣୁ ସେ ମାଳୀକୁ କହିଲେ ଦେଖ ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରି ଗଛରେ ଫଳ ଖୋଜୁଅଛି କିନ୍ତୁ ପାଉ ନାହିଁ ଏହାକୁ ହାଣିପକାଅ ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି 8 ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା ପ୍ରଭୁ ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି 9 ଆଉ ପରେ ଫଳ ହୁଏତ ଭଲ ନୋହିଲେ ତାହାକୁ ହାଣିପକାଇବେ 10 ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ 11 ଆଉ ଦେଖ ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା ସେ କୁବ୍‌ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରି ପାରୁ ନ ଥିଲା 12 ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ ହେ ନାରୀ ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ 13 ଆଉ ସେ ତାହା ଉପରେ ହାତ ରଖିଲେ ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା 14 କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ମୁଖିଆ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ କର୍ମ କରିବା ନିମନ୍ତେ ଛଅ ଦିନ ଅଛି ଏଣୁ ସେହି ସବୁ ଦିନରେ ଆସି ସୁସ୍ଥ ହୁଅ ବିଶ୍ରାମବାରରେ ଆସ ନାହିଁ 15 କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ ରେ କପଟୀମାନେ ତୁମ୍ଭେମାନେ ପ୍ରତ୍ୟେକେ କଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ 16 ତେବେ ଦେଖ ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇ ଅବ୍ରାହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା 17 ଆଉ ସେ ଏହି କଥାସବୁ କହନ୍ତେ ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ 18 ସେଥିରେ ସେ କହିଲେ ଈଶ୍ୱରଙ୍କ ରାଜ୍ୟ କାହା ପରି ପୁଣି କାହା ସହିତ ମୁଁ ତାହାର ତୁଳନା କରିବି 19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା ଆଉ ତାହା ବଢ଼ି ଗଛ ହେଲା ପୁଣି ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ 20 ସେ ଆହୁରି କହିଲେ ମୁଁ କାହା ସହିତ ଈଶ୍ୱରଙ୍କ ରାଜ୍ୟର ତୁଳନା କରିବି 21 ତାହା ଖମୀର ପରି ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା ଆଉ ଶେଷରେ ସମସ୍ତ ଖମୀରମୟ ହେଲା 22 ଏହାପରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ 23 ଆଉ ଜଣେ ତାହାଙ୍କୁ କହିଲେ ପ୍ରଭୁ ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କ ଣ ଅଳ୍ପ ସେଥିରେ ସେ ସେମାନଙ୍କୁ କହିଲେ 24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ କିନ୍ତୁ ପାରିବେ ନାହିଁ 25 ଘରର ମୁଖ୍ୟ ଲୋକ ଉଠି ଦ୍ୱାର ବନ୍ଦ କଲା ପରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ ଆମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାନ୍ତୁ ଏହା କହି ଦ୍ୱାରରେ ମାରିବାକୁ ଲାଗିବ ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ ତୁମ୍ଭେମାନେ କେଉଁ ସ୍ଥାନର ଲୋକ ତାହା ମୁଁ ଜାଣେ ନାହିଁ 26 ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ ପୁଣି ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ 27 ଆଉ ସେ ତୁମ୍ଭମାନଙ୍କୁ କହିବେ ତୁମ୍ଭେମାନେ କେଉଁ ସ୍ଥାନର ଲୋକ ତାହା ମୁଁ ଜାଣେ ନାହିଁ ହେ ଅଧର୍ମାଚାରୀ ସମସ୍ତେ ମୋ ପାଖରୁ ଦୂର ହୁଅ 28 ଯେତେବେଳେ ତୁମ୍ଭେମାନେ ଅବ୍ରାହାମ ଇସ୍‌ହାକ ଯାକୁବ ପୁଣି ସମସ୍ତ ଭାବବାଦୀଙ୍କୁ ଈଶ୍ୱରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଉଥିବା ଦେଖିବ ସେତେବେଳେ ସେଠାରେ ରୋଦନ ଓ ଦାନ୍ତର କିଡ଼ିମିଡ଼ି ହେବ 29 ପୁଣି ପୂର୍ବ ଓ ପଶ୍ଚିମ ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ୱରଙ୍କ ରାଜ୍ୟରେ ଭୋଜନରେ ବସିବେ 30 ଆଉ ଦେଖ ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ 31 ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି 32 ସେଥିରେ ସେ ସେମାନଙ୍କୁ କହିଲେ ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ ଦେଖ ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି ପୁଣି ତୃତୀୟ ଦିନରେ ମୁଁ ସିଦ୍ଧ ହେବି 33 ଯାହା ହେଉ ଆଜି କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ କାରଣ ଯିରୂଶାଲମର ବାହାରେ ଭାବବାଦୀର ନିହତ ହେବା ଉଚିତ ନୁହେଁ 34 ଗୋ ଯିରୂଶାଲମ ଗୋ ଯିରୂଶାଲମ ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ 35 ଦେଖ ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି ସେ ଧନ୍ୟ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ

Chapter 14

ବିଶ୍ରାମବାରରେ ସୁସ୍ଥତା ପ୍ରଦାନ

1 ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ 2 ଆଉ ଦେଖ ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ 3 ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ ବିଶ୍ରାମବାରରେ ସୁସ୍ଥ କରିବା ନିୟମସଙ୍ଗତ କି ନୁହେଁ କିନ୍ତୁ ସେମାନେ ନୀରବ ରହିଲେ 4 ପୁଣି ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ 5 ଆଉ ସେ ସେମାନଙ୍କୁ କହିଲେ ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଣ ତାହାକୁ ବିଶ୍ରାମବାରରେ ସେହିକ୍ଷଣି ଉଠାଇବ ନାହିଁ 6 ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ 7 ପୁଣି ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ ଏହା ଲକ୍ଷ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ 8 ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜିକୁ ନିମନ୍ତ୍ରିତ ହୁଅ ସେତେବେଳେ ପ୍ରଧାନ ଆସନରେ ବସ ନାହିଁ କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ 9 ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ ସେ ଆସି ତୁମ୍ଭକୁ କହିବେ ଏହାଙ୍କୁ ସ୍ଥାନ ଦିଅ ଆଉ ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ 10 କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ ହେ ବନ୍ଧୁ ଉଚ୍ଚତର ସ୍ଥାନକୁ ଆସ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ 11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ ତାହାକୁ ନତ କରାଯିବ ପୁଣି ଯେ ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ 12 ପୁଣି ସେ ଆପଣା ନିମନ୍ତ୍ରଣକାରୀଙ୍କୁ ମଧ୍ୟ କହିଲେ ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭାଇ କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ 13 କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର ପଙ୍ଗୁ ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର 14 ତାହାହେଲେ ତୁମ୍ଭେ ଧନ୍ୟ ହେବ କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ ଆଉ ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ 15 ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ ଯେଉଁ ଲୋକ ଈଶ୍ୱରଙ୍କ ରାଜ୍ୟରେ ଭୋଜନ କରିବ ସେ ଧନ୍ୟ 16 କିନ୍ତୁ ସେ ତାହାଙ୍କୁ କହିଲେ ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ 17 ଆଉ ଭୋଜନର ସମୟ ଉପସ୍ଥିତ ହୁଅନ୍ତେ ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ ଆପଣମାନେ ଆସନ୍ତୁ କାରଣ ସମସ୍ତ ପ୍ରସ୍ତୁତ ହେଲାଣି 18 କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ ପ୍ରଥମ ଜଣ ତାହାକୁ କହିଲେ ମୁଁ ଖଣ୍ଡେ କ୍ଷେତ କିଣିଅଛି ମୋତେ ତାହା ଦେଖିବାକୁ ପଡ଼ିବ ଅନୁରୋଧ କରେ ମୁଁ କ୍ଷମା ପାଇଅଛି ବୋଲି ମନେ କର 19 ଆଉ ଜଣେ କହିଲା ମୁଁ ପାଞ୍ଚ ହଳ ବଳଦ କିଣିଅଛି ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି ଅନୁରୋଧ କରେ ମୁଁ କ୍ଷମା ପାଇଅଛି ବୋଲି ମନେ କର 20 ଅନ୍ୟ ଜଣେ କହିଲା ମୁଁ ବିବାହ କରିଅଛି ତେଣୁ ଯାଇ ପାରୁ ନାହିଁ 21 ପୁଣି ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହି ସବୁ ଜଣାଇଲା ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର ପଙ୍ଗୁ ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ 22 ପରେ ସେହି ଦାସ କହିଲା ହେ ପ୍ରଭୁ ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି ତଥାପି ଆହୁରି ସ୍ଥାନ ଅଛି 23 ସେଥିରେ ପ୍ରଭୁ ସେହି ଦାସକୁ କହିଲେ ରାଜଦାଣ୍ଡ ଓ ଗଛମୂଳକୁ ଯାଇ ମୋହର ଗୃହ ଯେପେରି ପୂର୍ଣ୍ଣ ହୁଏ ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ କୁହ 24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ 25 ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାଉଥିଲେ ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ 26 କେହି ଯେବେ ମୋ ପାଖକୁ ଆସି ନିଜର ବାପା ମା ସ୍ତ୍ରୀ ସନ୍ତାନ ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ 27 ଯେ କେହି ଆପଣା କ୍ରୁଶ ବହନ କରି ମୋହର ଅନୁସରଣ ନ କରେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ 28 କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ତିଆରି କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ପାଇଁ ତାହାର ଅର୍ଥବଳ ଅଛି କି ନାହିଁ ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ 29 କାଳେ ସେ ମୂଳଦୂଆ ବସାଇ ଶେଷ କରି ନ ପାରିଲେ ଯେତେ ଲୋକ ତାହା ଦେଖିବେ ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ 30 ଏ ଲୋକଟା ତିଆରି କରିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ 31 କିମ୍ବା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶ ହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ 32 ଯଦି ପାରନ୍ତି ନାହିଁ ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି 33 ସେହି ପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେ କେହି ଆପଣାର ସବୁ କିଛି ତ୍ୟାଗ ନ କରେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ 34 ଲବଣ ତ ଉତ୍ତମ କିନ୍ତୁ ଲବଣ ମଧ୍ୟ ଯଦି ସ୍ୱାଦ ଦିଏ ନାହିଁ ତେବେ ତାହା କାହିଁରେ ସ୍ୱାଦଯୁକ୍ତ କରାଯିବ 35 ତାହା ଭୂମି କିମ୍ବା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି ଯାହାର ଶୁଣିବାକୁ କାନ ଅଛି ସେ ଶୁଣୁ

Chapter 15

ହଜିଲା ମେଣ୍ଢାର ଦୃଷ୍ଟାନ୍ତ

(ମାଥି. 18:12-14)

1 ଆଉ କରଗ୍ରାହୀ ଓ ପାପୀ ଲୋକ ସମସ୍ତେ ତାହାଙ୍କ ବାକ୍ୟ ଶୁଣିବା ପାଇଁ ତାହାଙ୍କ ପାଖକୁ ଆସୁଥିଲେ 2 ସେଥିରେ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ବଚସା କରୁ କରୁ କହିଲେ ଏ ଲୋକଟା ପାପୀମାନଙ୍କୁ ଗ୍ରହଣ କରେ ଓ ସେମାନଙ୍କ ସହିତ ଭୋଜନ କରେ 3 ତହିଁରେ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ 4 ତୁମ୍ଭମାନଙ୍କ ମଧ୍ୟରେ ଏପରି କେଉଁ ଲୋକ ଅଛି ଯେ ତାହାର ଯଦି ଶହେ ମେଣ୍ଢା ଥାଏ ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ ତେବେ ସେ ଅନେଶତଙ୍କୁ ପ୍ରାନ୍ତରରେ ଛାଡ଼ି ସେହି ହଜିଥିବା ମେଣ୍ଢାଟି ନ ପାଇବା ପର୍ଯ୍ୟନ୍ତ ତାହାକୁ ଖୋଜେ ନାହିଁ 5 ପୁଣି ପାଇଲେ ସେ ତାହାକୁ ଆନନ୍ଦରେ କାନ୍ଧେଇ ଘରକୁ ଘେନି ଆସେ 6 ପୁଣି ଆପଣା ବନ୍ଧୁ ପ୍ରତିବାସୀମାନଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହେ ମୋ ସାଙ୍ଗରେ ଆନନ୍ଦ କର ଯେଣୁ ମୋହର ହଜିଯାଇଥିବା ମେଣ୍ଢାଟି ପାଇଲି 7 ମୁଁ ତୁମ୍ଭମାନଙ୍କୁ କହୁଅଛି ସେହି ପ୍ରକାରେ ଯେଉଁମାନଙ୍କର ମନ ପରିବର୍ତ୍ତନ କରିବାର ଆବଶ୍ୟକ ନାହିଁ ଏପରି ଅନେଶତ ଧାର୍ମିକ ଲୋକମାନଙ୍କ ଅପେକ୍ଷା ଯେ ମନ ପରିବର୍ତ୍ତନ କରେ ଏପରି ଜଣେ ପାପୀର ନିମନ୍ତେ ସ୍ୱର୍ଗରେ ଅଧିକ ଆନନ୍ଦ ହେବ 8 ଅଥବା ଏପରି କେଉଁ ସ୍ତ୍ରୀଲୋକ ଅଛି ଯେ ତାହାର ଯଦି ଦଶଟି ଟଙ୍କା ଥାଏ ଆଉ ସେଥିରୁ ଗୋଟିଏ ହଜିଯାଏ ତେବେ ସେ ଦୀପ ଜାଳି ଘର ଝାଡ଼ି ତାହା ନ ପାଇବା ପର୍ଯ୍ୟନ୍ତ ଯତ୍ନରେ ଖୋଜେ ନାହିଁ 9 ପୁଣି ତାହା ପାଇଲେ ସେ ଆପଣା ବନ୍ଧୁ ଓ ପ୍ରତିବାସୀମାନଙ୍କୁ ଡାକି ଏକାଠି କରି କହେ ମୋ ସାଙ୍ଗରେ ଆନନ୍ଦ କର ଯେଣୁ ଯେଉଁ ଟଙ୍କାଟି ହଜାଇଥିଲି ତାହା ପାଇଲି 10 ମୁଁ ତୁମ୍ଭମାନଙ୍କୁ କହୁଅଛି ସେହି ପ୍ରକାରେ ଯେ ମନପରିବର୍ତ୍ତନ କରେ ଏପରି ଜଣେ ପାପୀ ନିମନ୍ତେ ଈଶ୍ୱରଙ୍କ ଦୂତମାନଙ୍କ ଆଗରେ ଆନନ୍ଦ ହୁଏ 11 ସେ ଆହୁରି କହିଲେ ଜଣେ ବ୍ୟକ୍ତିଙ୍କର ଦୁଇଟି ପୁଅ ଥିଲେ 12 ସେମାନଙ୍କ ମଧ୍ୟରୁ ସାନ ପୁଅ ବାପାଙ୍କୁ କହିଲା ବାପା ସମ୍ପତ୍ତିର ଯେଉଁ ଭାଗ ମୋ ଭାଗରେ ପଡ଼ୁଅଛି ତାହା ମୋତେ ଦେଇଦିଅ ସେଥିରେ ସେ ଆପଣାର ସବୁ କିଛି ସେମାନଙ୍କୁ ଭାଗ କରିଦେଇ ଦେଲେ 13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା 14 କିନ୍ତୁ ସମସ୍ତ ଅପବ୍ୟୟ କଲା ପରେ ସେ ଦେଶରେ ମହାଦୁର୍ଭିକ୍ଷ ପଡ଼ିବାରୁ ତାହାର ଅଭାବ ହେବାକୁ ଲାଗିଲା 15 ସେଥିରେ ସେ ଯାଇ ସେହି ଦେଶର ଜଣେ ଲୋକଙ୍କର ଆଶ୍ରୟ ନେଲା ଆଉ ସେ ତାହାକୁ ଘୁଷୁରି ଚରାଇବା ପାଇଁ ଆପଣା ପଡ଼ିଆକୁ ପଠାଇଲେ 16 ପୁଣି ଘୁଷୁରିମାନେ ଯେଉଁ ଶିମ ଖାଉଥିଲେ ସେଥିରେ ସେ ଆପଣା ପେଟ ପୁରାଇବାକୁ ଇଚ୍ଛା କରୁଥିଲା କିନ୍ତୁ କେହି ତାହାକୁ ଦେଉ ନ ଥିଲେ 17 ମାତ୍ର ସେ ଚେତନା ପାଇ କହିଲା ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି 18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି ବାପା ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି 19 ତୁମ୍ଭ ପୁଅ ବୋଲି ଡକାଯିବାର ମୁଁ ଆଉ ଯୋଗ୍ୟ ନୁହେଁ ମୋତେ ତୁମ୍ଭର ଜଣେ ମୂଲିଆ ପରି ରଖ 20 ସେଥିରେ ସେ ଉଠି ଆପଣା ପିତାଙ୍କ ନିକଟକୁ ଗଲା କିନ୍ତୁ ସେ ଦୂରରେ ଥାଉ ଥାଉ ତାହାର ପିତା ତାହାକୁ ଦେଖି ଦୟାରେ ବିଗଳିତ ହେଲେ ଓ ଦୌଡ଼ିଯାଇ ତାହାକୁ ଆଲିଙ୍ଗନ କରି ଅତି ସ୍ନେହରେ ଚୁମ୍ବନ ଦେଲେ 21 ପୁତ୍ର ତାହାଙ୍କୁ କହିଲା ବାପା ଈଶ୍ୱରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି ତୁମ୍ଭ ପୁଅ ବୋଲି ଡ଼କାଯିବାର ମୁଁ ଆଉ ଯୋଗ୍ୟ ନୁହେଁ 22 କିନ୍ତୁ ପିତା ଆପଣା ଦାସମାନଙ୍କୁ କହିଲେ ସବୁଠାରୁ ଭଲ ଲୁଗା ଶୀଘ୍ର ନେଇ ଆସି ଏହାକୁ ପିନ୍ଧାଅ ଏହାର ହାତରେ ମୂଦି ଓ ପାଦରେ ପାଦୁକା ଦିଅ 23 ପୁଣି ମୋଟା ବାଛୁରିଟି ଆଣି ମାର ଆସ ଆମ୍ଭେମାନେ ଭୋଜନ କରି ଉତ୍ସବ କରୁ 24 କାରଣ ମୋହର ଏହି ପୁଅ ମରିଥିଲା ପୁନର୍ବାରେ ବଞ୍ଚିଲା ହଜିଯାଇଥିଲା ଆଉ ମିଳିଲା ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ 25 ସେତେବେଳେ ତାହାଙ୍କ ବଡ଼ ପୁଅ କ୍ଷେତରେ ଥିଲା ସେ ଯେତେବେଳେ ଆସି ଘର ପାଖରେ ପହଞ୍ଚିଲା ସେତେବେଳେ ବାଦ୍ୟ ଓ ନୃତ୍ୟର ଶବ୍ଦ ଶୁଣି 26 ଦାସମାନଙ୍କ ମଧ୍ୟରୁ ଜଣକୁ ପାଖକୁ ଡାକି ସେହି ସବୁ କଣ ବୋଲି ପଚାରିବାକୁ ଲାଗିଲା 27 ସେ ତାହାକୁ କହିଲା ତୁମ୍ଭର ଭାଇ ଆସିଅଛନ୍ତି ଆଉ ତୁମ୍ଭର ବାପା ତାହାଙ୍କୁ ସୁସ୍ଥ ଶରୀରରେ ପାଇବାରୁ ମୋଟା ବାଛୁରିଟିଏ ମାରିଅଛନ୍ତି 28 ସେଥିରେ ସେ ରାଗିଯାଇ ଭିତରକୁ ଗଲା ନାହିଁ କିନ୍ତୁ ତାହାର ପିତା ବାହାରକୁ ଆସି ତାହାକୁ ବହୁତ ବୁଝାଇବାକୁ ଲାଗିଲେ 29 ମାତ୍ର ସେ ପିତାଙ୍କୁ ଉତ୍ତର ଦେଲେ ଦେଖ ଏତେ ବର୍ଷ ହେଲା ମୁଁ ତୁମ୍ଭର ଦାସ ପରି ଖଟି ଆସିଅଛି ପୁଣି କେବେହେଲେ ତୁମ୍ଭର ଆଜ୍ଞା ଅମାନ୍ୟ କରି ନାହିଁ ତଥାପି ମୋର ବନ୍ଧୁମାନଙ୍କ ସହିତ ଉତ୍ସବ କରିବାକୁ ତୁମ୍ଭେ ମୋତେ କେବେହେଲେ ଛେଳି ଛୁଆଟିଏ ସୁଦ୍ଧା ଦେଇ ନାହଁ 30 କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି ଯେତେବେଳେ ସେ ଆସିଲା ସେତେବେଳେ ତୁମ୍ଭେ ତାହା ପାଇଁ ମୋଟା ବାଛୁରିଟି ମାରିଲ 31 ସେଥିରେ ସେ ତାହାକୁ କହିଲେ ପୁଅରେ ତୁ ତ ସବୁବେଳେ ମୋ ସାଙ୍ଗରେ ଅଛୁ ଆଉ ଯାହାସବୁ ମୋହର ସେହି ସବୁ ତୋହର 32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା ପୁନର୍ବାର ବଞ୍ଚିଲା ହଜିଯାଇଥିଲା ଆଉ ମିଳିଲା ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ ଥିଲା

Chapter 16

ଅବିଶ୍ୱସ୍ତ ଚତୁର ବେବର୍ତ୍ତାର ଦୃଷ୍ଟାନ୍ତ

1 ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ ଜଣେ ଧନୀ ଲୋକ ଥିଲେ ତାହାଙ୍କର ଜଣେ ବେବର୍ତ୍ତା ଥିଲେ ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ 2 ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ 3 ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା କଣ କରିବି ମୋହର ପ୍ରଭୁ ତ ମୋଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି ମାଟି ହାଣିବାକୁ ମୋହର ବଳ ନାହିଁ ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି 4 ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ ଏଥିପାଇଁ କଣ କରିବି ତାହା ବୁଝିଲିଣି 5 ପୁଣି ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଛ ସେ କହିଲା ଶହେ ମହଣ ତେଲ 6 ସେ ତାହାକୁ କହିଲା ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ 7 ତାହା ପରେ ସେ ଆଉ ଜଣକୁ କହିଲା ତୁମ୍ଭେ କେତେ ଧାର ନେଇଅଛ ସେ କହିଲା ଶହେ ଭରଣ ଗହମ ସେ ତାହାକୁ କହିଲା ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ 8 ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି ଅଧର୍ମ ଧନରେ ଆପଣା ଆପଣା ନିମନ୍ତେ ବନ୍ଧୁ ଲାଭ କର ଯେପରି ତାହା ଶେଷ ହେଲେ ସେମାନେ ତୁମ୍ଭମାନଙ୍କୁ ନିତ୍ୟସ୍ଥାୟୀ ବାସସ୍ଥାନରେ ଗ୍ରହଣ କରିବେ 10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ ପୁଣି ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ 11 ଅତଏବ ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ 12 ଆଉ ଯଦି ତୁମ୍ଭେମାନେ ପରର ବିଷୟରେ ବିଶ୍ୱସ୍ତ ହୋଇ ନାହଁ ତେବେ କିଏ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କର ନିଜ ବିଷୟ ଦେବ 13 କୌଣସି ଦାସ ଦୁଇ ପ୍ରଭୁଙ୍କର ସେବା କରି ପାରିବ ନାହିଁ କାରଣ ସେ ଜଣକୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ ଅଥବା ଜଣକ ପ୍ରତି ଆସକ୍ତ ହେବ ଓ ଅନ୍ୟ ଜଣକୁ ତୁଚ୍ଛ କରିବ ତୁମ୍ଭେମାନେ ଈଶ୍ୱର ଓ ଧନ ଉଭୟର ଦାସ ହୋଇ ପାରିବ ନାହିଁ 14 ଏହି ସବୁ କଥା ଶୁଣି ଧନଲୋଭୀ ଫାରୂଶୀମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି ତୁମ୍ଭେମାନେ ସେହି ପ୍ରକାର ଲୋକ କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ ତାହା ଈଶ୍ୱରଙ୍କ ଦୃଷ୍ଟିରେ ଘୃଣିତ 16 ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଯୋହନଙ୍କ ପର୍ଯ୍ୟନ୍ତ ପ୍ରଚଳିତ ଥିଲା ସେହି ସମୟଠାରୁ ଈଶ୍ୱରଙ୍କ ରାଜ୍ୟର ସୁସମାଚାର ପ୍ରଚାର ହେଉଅଛି ଆଉ ପ୍ରତ୍ୟେକ ଲୋକ ପରାକ୍ରମ ପୂର୍ବକ ସେଥିରେ ପ୍ରବେଶ କରୁଅଛନ୍ତି 17 କିନ୍ତୁ ମୋଶାଙ୍କ ବ୍ୟବସ୍ଥାର ଏକ ବିନ୍ଦୁ ଲୋପ ପାଇବା ଅପେକ୍ଷା ବରଂ ଆକାଶ ଓ ପୃଥିବୀ ଲୋପ ପାଇବା ସହଜ 18 ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ ସେ ବ୍ୟଭିଚାର କରେ ପୁଣି ଯେ ସ୍ୱାମୀ ଦ୍ୱାରା ପରିତ୍ୟାଗ କରାଯାଇଥିବା ସ୍ତ୍ରୀକୁ ବିବାହ କରେ ସେ ବ୍ୟଭିଚାର କରେ 19 ଜଣେ ଧନୀ ଲୋକ ଥିଲା ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା 20 କିନ୍ତୁ ତାହାର ଫାଟକ ପାଖରେ ଲାଜାର ବୋଲି ଜଣେ ଭିକାରୀ ପଡ଼ି ରହିଥିଲା 21 ତାର ଦେହରେ ଘାଆ ଭର୍ତ୍ତି ହୋଇଥିଲା ସେ ସେହି ଧନୀ ଲୋକର ମେଜରୁ ପଡ଼ିବା ଅଇଣ୍ଠାରୁ କିଛି ଖାଇ ପେଟ ପୁରାଇବାକୁ ଆଶା କରୁଥିଲା ଆଉ କୁକୁରଗୁଡ଼ାକ ସୁଦ୍ଧା ଆସି ତାହାର ଘାଆ ସବୁ ଚାଟୁଥିଲେ 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା 23 ଆଉ ସେ ନର୍କଯନ୍ତ୍ରଣାରେ କଲବଲ ହୋଇ ଉପରକୁ ଚାହିଁ ଦୂରରେ ଅବ୍ରାହାମ ଓ ତାହାଙ୍କ କୋଳରେ ଲାଜାରକୁ ଦେଖିଲେ 24 ସେଥିରେ ସେ ଡାକି କହିଲେ ହେ ପିତା ଅବ୍ରାହାମ ମୋତେ ଦୟା କରି ଲାଜାରକୁ ପଠାଇ ଦିଅନ୍ତୁ ଯେପରି ସେ ପାଣିରେ ନିଜ ଅଙ୍ଗୁଳିର ଟିପ ବୁଡ଼ାଇ ମୋର ଜିଭକୁ ଥଣ୍ଡା କରେ କାରଣ ମୁଁ ଏହି ନିଆଁରେ କଲବଲ ହେଉଅଛି 25 କିନ୍ତୁ ଅବ୍ରାହାମ କହିଲେ ପୁଅରେ ତୁ ଯେ ଜୀବିତ ଥିବା ସମୟରେ ତୋର ଭଲ ବିଷୟସବୁ ପାଇଲୁ ଆଉ ଲାଜାର ସେହିପରି ମନ୍ଦ ବିଷୟସବୁ ପାଇଲା ଏହା ମନେ କର କିନ୍ତୁ ଏବେ ସେ ଏହି ସ୍ଥାନରେ ସାନ୍ତ୍ୱନା ପାଉଅଛି ଆଉ ତୁ କଲବଲ ହେଉଅଛୁ 26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି ସେମାନେ ଯାଇ ପାରିବେ ନାହିଁ କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ 27 ସେଥିରେ ସେ କହିଲେ ହେ ପିତା ତାହାହେଲେ ମୁଁ ଆପଣଙ୍କୁ ଅନୁରୋଧ କରୁଅଛି ତାହାକୁ ମୋହର ବାପାଙ୍କ ଘରକୁ ପଠାଉନ୍ତୁ 28 କାରଣ ମୋହର ପାଞ୍ଚ ଭାଇ ଅଛନ୍ତି ସେମାନେ ମଧ୍ୟ ଯେପରି ଏହି ଯନ୍ତ୍ରଣାମୟ ସ୍ଥାନକୁ ନ ଆସିବେ ସେଥିପାଇଁ ସେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବେ 29 କିନ୍ତୁ ଅବ୍ରାହାମ କହିଲେ ସେମାନଙ୍କ ନିକଟରେ ମୋଶା ଓ ଭାବବାଦୀମାନଙ୍କ ଧର୍ମଶାସ୍ତ୍ର ଅଛି ସେମାନେ ସେମାନଙ୍କର କଥା ଶୁଣନ୍ତୁ 30 ସେଥିରେ ସେ କହିଲେ ହେ ପିତା ଅବ୍ରାହାମ ତାହା ଯଥେଷ୍ଟ ନୁହେଁ ମାତ୍ର ଯଦି ମୃତମାନଙ୍କ ପାଖରୁ ଜଣେ ସେମାନଙ୍କ ନିକଟକୁ ଯିବ ତାହାହେଲେ ସେମାନେ ମନ ପରିବର୍ତ୍ତନ କରିବେ 31 କିନ୍ତୁ ସେ ତାହାକୁ କହିଲେ ଯଦି ସେମାନେ ମୋଶା ଓ ଭାବବାଦୀମାନଙ୍କର କଥା ନ ଶୁଣନ୍ତି ତାହାହେଲେ ମୃତମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହେଲେ ସୁଦ୍ଧା ସେମାନେ ପରାମର୍ଶ ଗ୍ରହଣ କରିବେ ନାହିଁ

Chapter 17

ବିଘ୍ନଜନକ ପାପ ଓ କ୍ଷମା ପ୍ରଦାନ

(ମାଥି. 18:6,7,21,22; ମାର୍କ 9:42)

1 ସେ ଆପଣା ଶିଷ୍ୟମାନଙ୍କୁ କହିଲେ ବିଘ୍ନ ଯେ ନ ଘଟିବ ଏହା ଅସମ୍ଭବ କିନ୍ତୁ ଯାହା ଦ୍ୱାରା ତାହା ଘଟିବ ହାୟ ସେ ଦଣ୍ଡର ପାତ୍ର 2 ଏହି ସାନ ପିଲାମାନଙ୍କ ମଧ୍ୟରୁ ଜଣକର ବାଧାର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ପକାଇ ଦିଆଯାଇଥିଲେ ତାହା ପାଇଁ ଭଲ ହୋଇଥାନ୍ତା 3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ ଯଦି ତୁମ୍ଭ ଭାଇ ପାପ କରେ ତେବେ ତାହାକୁ ଅନୁଯୋଗ କର ଆଉ ସେ ଯଦି ମନ ପରିବର୍ତ୍ତନ କରେ ତେବେ ତାହାକୁ କ୍ଷମା ଦିଅ 4 ପୁଣି ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ ତେବେ ତାହାକୁ କ୍ଷମା କର 5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ 6 ପ୍ରଭୁ କହିଲେ ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ ତାହାହେଲେ ଏହି ତୁତକୋଳିଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ 7 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରିଲୋକ କିଏ ଅଛି ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ ଏହିକ୍ଷଣି ଆସି ଖାଇ ବସ 8 ସେ କଣ ବରଂ ତାହାକୁ କହିବ ନାହିଁ ମୋର ଖାଇବାର ଠିକ୍ କର ପୁଣି ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର ତାହା ପରେ ତୁ ଖିଆପିଆ କରିବୁ 9 ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଣ ତାହାକୁ ଧନ୍ୟବାଦ ଦିଏ 10 ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ ଆମ୍ଭେମାନେ ଅକର୍ମଣ୍ୟ ଦାସ ଯାହା କର୍ତ୍ତବ୍ୟ କେବଳ ତାହା କରିଅଛୁ 11 ସେ ଯିରୂଶାଲକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ 12 ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ 13 ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ ହେ ଯୀଶୁ ହେ ଗୁରୁ ଆମ୍ଭମାନଙ୍କୁ ଦୟା କରନ୍ତୁ 14 ପୁଣି ସେ ସେମାନଙ୍କୁ ଦେଖି କହିଲେ ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ ଆଉ ସେମାନେ ଯାଉ ଯାଉ ଶୁଚି ହେଲେ 15 କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି 16 ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା ସେ ଜଣେ ଶମିରୋଣୀୟ ଲୋକ 17 ସେଥିରେ ଯୀଶୁ ଉତ୍ତର ଦେଲେ ଦଶ ଜଣ କଣ ଶୁଚି ହେଲେ ନାହିଁ 18 ତେବେ ଆଉ ନଅ ଜଣ କାହାନ୍ତି ଈଶ୍ୱରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୂଦୀ ଲୋକଟି ଛଡ଼ା କଣ ଆଉ କେହି ଫେରିଆସି ନାହିଁ 19 ପୁଣି ସେ ତାହାକୁ କହିଲେ ଉଠି ଯାଅ ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି 20 ଈଶ୍ୱରଙ୍କ ରାଜ୍ୟ କେବେ ଆସୁଅଛି ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ ଈଶ୍ୱରଙ୍କ ରାଜ୍ୟ ଦୃଶ୍ୟଭାବରେ ଆସେ ନାହିଁ 21 କିମ୍ବା ଦେଖ ଏଠାରେ ବା ସେଠାରେ ବୋଲି ଲୋକ କହିବେ ନାହିଁ କାରଣ ଦେଖ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେ ଅଛି 22 କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ ଏପରି ସମୟ ଆସିବ ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ଇଚ୍ଛା କରିବ କିନ୍ତୁ ଦେଖିବ ନାହିଁ 23 ଦେଖ ଏଠାରେ ବା ସେଠାରେ ଲୋକେ ତୁମ୍ଭମାନଙ୍କୁ କହିବେ କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ବା ସେମାନଙ୍କର ଅନୁସରଣ କର ନାହିଁ 24 କାରଣ ବିଜୁଳି ମାରି ଯେପରି ଆକାଶରୁ ଗୋଟିଏ ପାଖରୁ ଆରପାଖ ପର୍ଯ୍ୟନ୍ତ ଆଲୁଅ ଦିଏ ମନୁଷ୍ୟପୁତ୍ର ଯୀଶୁ ଆପଣା ଦିନରେ ସେହିପରି ହେବେ 25 ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ୱାରା ଅଗ୍ରାହ୍ୟ ହେବାକୁ ହେବ 26 ଆଉ ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ 27 ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେମାନେ ଭୋଜନପାନ ଓ ବିବାହ କରିବା ଓ ବିବାହ ହେବାରେ ବ୍ୟସ୍ତ ଥିଲେ ପୁଣି ଜଳ ପ୍ଲାବନ ଆସି ସମସ୍ତଙ୍କୁ ବିନାଶ କଲା 28 ଲୋଟଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିଥିଲା ଲୋକମାନେ ଖିଆପିଆ କିଣାବିକା ଗଛ ଲଗେଇବା ଓ ଘର ତିଆରି କରିବାରେ ବ୍ୟସ୍ତ ଥିଲେ 29 କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ଆସି ସମସ୍ତଙ୍କୁ ବିନାଶ କଲା 30 ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ 31 ସେହିଦିନ ଯେ ଛାତ ଉପରେ ଥିବ ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ନେଇଯିବା ପାଇଁ ଓହ୍ଲାଇ ନ ଆସୁ ସେହିପରି ଯେ କ୍ଷେତରେ ଥିବ ସେ ଫେରି ନ ଯାଉ 32 ଲୋଟଙ୍କ ସ୍ତ୍ରୀଙ୍କର କଥା ମନେ ପକାଅ 33 ଯେ କେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ ସେ ତାହା ହରାଇବ ଆଉ ଯେ କେହି ଆପଣା ଜୀବନ ହରାଇବ ସେ ତାହା ବଞ୍ଚାଇବ 34 ମୁଁ ତୁମ୍ଭମାନଙ୍କୁ କହୁଅଛି ସେହି ରାତିରେ ଦୁଇ ଜଣ ଗୋଟିଏ ଖଟରେ ଶୋଇଥିବେ ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ 35 ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ 36 [ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ନିଆଯିବ ଓ ଅନ୍ୟ ଜଣକୁ ଛଡ଼ାଯିବ।] 37 ସେଥିରେ ଶିଷ୍ୟମାନେ ତାହାଙ୍କୁ ଉତ୍ତର ଦେଲେ ହେ ପ୍ରଭୁ କେଉଁଠାରେ ସେ ସେମାନଙ୍କୁ କହିଲେ ଯେଉଁଠାରେ ଶବ ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ

Chapter 18

ବିଧବା ଓ ବିଚାରକର୍ତ୍ତାଙ୍କ ଦୃଷ୍ଟାନ୍ତ

1 କ୍ଲାନ୍ତ ନ ହୋଇ ସର୍ବଦା ପ୍ରାର୍ଥନା କରିବା ଯେ କର୍ତ୍ତବ୍ୟ ଏହି ବିଷୟରେ ଯୀଶୁ ଶିଷ୍ୟମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ 2 ଗୋଟିଏ ନଗରରେ ଜଣେ ବିଚାରକର୍ତ୍ତା ଥିଲେ ସେ ଈଶ୍ୱରଙ୍କୁ ଭୟ କରୁ ନ ଥିଲେ କି ମନୁଷ୍ୟକୁ ମାନୁ ନ ଥିଲେ 3 ସେହି ନଗରରେ ଜଣେ ବିଧବା ଥିଲା ତାହା ପ୍ରତି ଅନ୍ୟାୟ କରିଥିବା ଲୋକ ବିରୁଦ୍ଧରେ ବିଚାର ନିଷ୍ପତ୍ତି କରିବା ପାଇଁ ସେ ଥରକୁଥର ବିଚାରକର୍ତ୍ତାଙ୍କ ନିକଟକୁ ଯାଇ କହୁଥିଲା 4 ଆଉ ସେ କେତେ ସମୟ ପର୍ଯ୍ୟନ୍ତ ସହମତ ହେଉ ନ ଥିଲେ କିନ୍ତୁ ପରେ ସେ ମନେ ମନେ କହିଲେ ଯଦିବା ମୁଁ ଈଶ୍ୱରଙ୍କୁ ଭୟ କରେ ନାହିଁ କିମ୍ବା ମନୁଷ୍ୟକୁ ମାନେ ନାହିଁ 5 ତଥାପି ଏହି ବିଧବାଟା ମୋତେ କଷ୍ଟ ଦେଉଥିବାରୁ ମୁଁ ତାହା ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବି ନୋହିଲେ ସେ ସବୁବେଳେ ଆସି ମୋତେ ବ୍ୟତିବ୍ୟସ୍ତ କରୁଥିବ 6 ସେଥିରେ ପ୍ରଭୁ କହିଲେ ଏହି ଅଧାର୍ମିକ ବିଚାରକର୍ତ୍ତା କଣ କହୁଅଛନ୍ତି ତାହା ଶୁଣ 7 ତେବେ ଈଶ୍ୱରଙ୍କର ଯେଉଁ ମନୋନୀତ ଲୋକମାନେ ଦିନରାତି ତାହାଙ୍କୁ ଡାକୁଥାଆନ୍ତି ସେ କି ସେମାନଙ୍କର ପ୍ରତି କରାଯାଇଥିବା ଅନ୍ୟାୟର ବିଚାର କରିବେ ନାହିଁ ଯଦ୍ୟପି ସେ ସେମାନଙ୍କ ଶତ୍ରୁମାନଙ୍କ ପ୍ରତି ଦୀର୍ଘସହିଷ୍ଣୁୁ ଅଟନ୍ତି 8 ମୁଁ ତୁମ୍ଭମାନଙ୍କୁ କହୁଅଛି ସେ ଶୀଘ୍ର ସେମାନଙ୍କ ପ୍ରତି କରାଯାଇଥିବା ଅନ୍ୟାୟର ପ୍ରତିକାର କରିବେ ତଥାପି ମନୁଷ୍ୟପୁତ୍ର ଯୀଶୁ ଆସି ପୃଥିବୀରେ କଣ ବିଶ୍ୱାସ ଦେଖିବେ 9 ନିଜ ନିଜକୁ ଧାର୍ମିକ ମନେ କରି ଅନ୍ୟ ସମସ୍ତଙ୍କୁ ତୁଚ୍ଛ କରୁଥିବା କେତେକ ଆତ୍ମନିର୍ଭରଶୀଳ ଲୋକଙ୍କୁ ସେ ଏହି ଦୃଷ୍ଟାନ୍ତ ମଧ୍ୟ କହିଲେ 10 ଦୁଇ ଜଣ ଲୋକ ପ୍ରାର୍ଥନା କରିବା ନିମନ୍ତେ ମନ୍ଦିରକୁ ଗଲେ ଜଣେ ଫାରୂଶୀ ଓ ଅନ୍ୟ ଜଣକ କର ଆଦାୟକାରୀ 11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ ହେ ଈଶ୍ୱର ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ ଅଧାର୍ମିକ ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ 12 ମୁଁ ସପ୍ତାହରେ ଦୁଇ ଥର ଉପବାସ କରିଥାଏ ଓ ମୋହର ସମସ୍ତ ଆଦାୟର ଦଶମାଂଶ ଦେଇଥାଏ 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା ହେ ଈଶ୍ୱର ମୁଁ ପାପୀ ମୋତେ ଦୟା କରନ୍ତୁ 14 ମୁଁ ତୁମ୍ଭମାନଙ୍କୁ କହୁଅଛି ସେ ଲୋକ ନୁହେଁ ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ ତାହାକୁ ନତ କରାଯିବ କିନ୍ତୁ ଯେ ଆପଣାକୁ ନତ କରେ ତାହାକୁ ଉନ୍ନତ କରାଯିବ 15 ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ 16 କିନ୍ତୁ ସେ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ ଆଉ ସେମାନଙ୍କୁ ମନା କର ନାହିଁ କାରଣ ଈଶ୍ୱରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର 17 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଯେ କେହି ଶିଶୁ ପରି ଈଶ୍ୱରଙ୍କ ରାଜ୍ୟ ଗ୍ରହଣ ନ କରେ ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ 18 ଜଣେ ଯିହୂଦୀ ଧର୍ମଗୁରୁ ତାହାଙ୍କୁ ପଚାରିଲେ ହେ ସଦ୍‌ଗୁରୁ ଅନନ୍ତ ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଣ କରିବି 19 ସେଥିରେ ଯୀଶୁ ତାହାଙ୍କୁ କହିଲେ ମୋତେ ସତ୍ ବୋଲି କାହିଁକି କହୁଅଛ ଜଣଙ୍କ ବିନା ଅର୍ଥାତ୍ ଈଶ୍ୱରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ 20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ ବ୍ୟଭିଚାର କର ନାହିଁ ନରହତ୍ୟା କର ନାହିଁ ଚୋରି କର ନାହିଁ ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ ଆପଣା ପିତାମାତାଙ୍କୁ ସମାଦର କର 21 ସେ କହିଲେ ଏହି ସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି 22 ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ ପୁଣି ଆସି ମୋହର ଅନୁଗମନ କର 23 କିନ୍ତୁ ସେ ଏହି ସମସ୍ତ କଥା ଶୁଣି ଅତ୍ୟନ୍ତ ଦୁଃଖିତ ହେଲେ କାରଣ ସେ ଅତିଶୟ ଧନୀ ଥିଲେ 24 ସେଥିରେ ଯୀଶୁ ତାହାଙ୍କୁ ଦେଖି କହିଲେ ଯେଉଁମାନଙ୍କର ଧନ ଅଛି ସେମାନେ କେଡ଼େ କଷ୍ଟରେ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରନ୍ତି 25 କାରଣ ଈଶ୍ୱରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚୀର କଣା ଦେଇ ଓଟର ପ୍ରବେଶ କରିବା ସହଜ 26 ଯେଉଁମାନେ ଏହା ଶୁଣିଲେ ସେମାନେ କହିଲେ ତେବେ କିଏ ପରିତ୍ରାଣ ପାଇ ପାରେ 27 କିନ୍ତୁ ସେ କହିଲେ ଯାହା ମଣିଷର ଅସମ୍ଭବ ତାହା ଈଶ୍ୱରଙ୍କର ସମ୍ଭବ 28 ସେଥିରେ ପିତର କହିଲେ ଦେଖନ୍ତୁ ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ 29 ଯୀଶୁ ସେମାନଙ୍କୁ କହିଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଯେଉଁ ଲୋକମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ଗୃହ କି ସ୍ତ୍ରୀକୁ ଭାଇ କି ବାପା ମା କି ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି 30 ସେମାନେ ଏହିକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ 31 ପରେ ସେ ବାର ଜଣ ଶିଷ୍ୟଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ ଦେଖ ଆମ୍ଭେମାନେ ଯିରୂଶାଲମକୁ ଯାଉଅଛୁ ଆଉ ଭାବବାଦୀମାନଙ୍କ ଦ୍ୱାରା ଯେଉଁ ସମସ୍ତ ବିଷୟ ଲେଖାଯାଇଅଛି ସେ ସମସ୍ତ ମନୁଷ୍ୟପୁତ୍ରଙ୍କଠାରେ ସଫଳ ହେବ 32 କାରଣ ଯୀଶୁ ଅଣଯିହୂଦୀମାନଙ୍କ ହସ୍ତରେ ସମର୍ପିତ ହେବେ ପୁଣି ସେମାନେ ତାହାଙ୍କୁ ପରିହାସ କରିବେ ତାହାଙ୍କ ପ୍ରତି ଅତ୍ୟାଚାର କରି ତାହାଙ୍କ ଉପରେ ଛେପ ପକାଇବେ 33 ତାହାଙ୍କୁ କୋରଡ଼ା ମାରି ବଧ କରିବେ ଆଉ ତୃତୀୟ ଦିନରେ ସେ ପୁନର୍ବାର ଉଠିବେ 34 କିନ୍ତୁ ଶିଷ୍ୟମାନେ ଏହି ସବୁ ବିଷୟ କିଛି ବୁଝିଲେ ନାହିଁ ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା ପୁଣି ଯାହା କୁହାଯାଉଥିଲା ସେ ସବୁ ବୁଝୁ ନ ଥିଲେ 35 ସେ ଯିରୀହୋର ନିକଟବର୍ତ୍ତୀ ହେଉଥିବା ସମୟରେ ଜଣେ ଅନ୍ଧ ବାଟ ପାଖରେ ବସି ଭିକ ମାଗୁଥିଲା 36 ସେ ଲୋକମାନଙ୍କ ଯାଉଥିବାର ଶବ୍ଦ ଶୁଣି କଥା କଣ ବୋଲି ପଚାରିବାକୁ ଲାଗିଲା 37 ସେମାନେ ତାହାକୁ କହିଲେ ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି 38 ସେଥିରେ ସେ ଉଚ୍ଚସ୍ୱରରେ କହିଲେ ହେ ଯୀଶୁ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ 39 ମାତ୍ର ଆଗରେ ଯାଉଥିବା ଲୋକମାନେ ତାହାଙ୍କୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ କିନ୍ତୁ ସେ ଆହୁରି ଅଧିକ ଉଚ୍ଚସ୍ୱରରେ କହିବାକୁ ଲାଗିଲା ହେ ଦାଉଦ ସନ୍ତାନ ମୋତେ ଦୟା କରନ୍ତୁ 40 ସେଥିରେ ଯୀଶୁ ଠିଆ ହୋଇ ଅନ୍ଧକୁ ଆପଣା ନିକଟକୁ ଆଣିବା ପାଇଁ ଆଦେଶ ଦେଲେ ଯେତେବେଳେ ଅନ୍ଧଟି ପାଖକୁ ଆସିଲା ଯୀଶୁ ତାହାକୁ ପଚାରିଲେ 41 ମୁଁ ତୁମ୍ଭ ପାଇଁ କଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ ଅନ୍ଧ କହିଲା ହେ ପ୍ରଭୁ ମୁଁ ଯେପରି ଦେଖି ପାରିବି 42 ଯୀଶୁ ତାହାକୁ କହିଲେ ଦୃଷ୍ଟି ପାଅ ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି 43 ସେହିକ୍ଷଣି ସେ ଦେଖି ପାରିଲେ ଏବଂ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁ କରୁ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲେ ଏବଂ ଲୋକ ସମସ୍ତେ ତାହା ଦେଖି ଈଶ୍ୱରଙ୍କ ପ୍ରଶଂସା କଲେ

Chapter 19

ଯୀଶୁ ଓ ଜଖୀୟ

1 ପରେ ଯୀଶୁ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ 2 ଆଉ ଦେଖ ସେଠାରେ ଜଖିୟ ନାମରେ ଜଣେ ଲୋକ ଥିଲେ ସେ ଜଣେ ପ୍ରଧାନ କର ଆଦାୟକାରୀ ଓ ଧନୀ ଲୋକ 3 ଯୀଶୁ କିଏ ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ କାରଣ ସେ ବାଙ୍ଗର ଥିଲେ 4 ଏଣୁ ସେ ଆଗକୁ ଦୌଡ଼ିଯାଇ ଯୀଶୁଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡିମ୍ବିରି ଗଛରେ ଚଢ଼ିଲେ କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା 5 ଯୀଶୁ ସେ ସ୍ଥାନକୁ ଆସି ଉପରକୁ ଚାହିଁ ତାହାଙ୍କୁ କହିଲେ ଜଖିୟ ଶୀଘ୍ର ଓହ୍ଲାଇଆସ କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ 6 ସେଥିରେ ସେ ଶୀଘ୍ର ଓହ୍ଲାଇ ଆସି ଆନନ୍ଦରେ ଯୀଶୁଙ୍କୁ ନିଜ ଘରକୁ ଡାକିଲେ 7 ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି 8 କିନ୍ତୁ ଜଖିୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ ହେ ପ୍ରଭୁ ଦେଖନ୍ତୁ ମୋର ସମ୍ପତ୍ତିର ଅଧା ମୁଁ ଗରିବମାନଙ୍କୁ ଦାନ କରୁଅଛି ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି 9 ସେଥିରେ ଯୀଶୁ ତାହାଙ୍କ ବିଷୟରେ କହିଲେ ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି ଯେଣୁ ଜଖୀୟ ମଧ୍ୟ ଅବ୍ରାହାମଙ୍କ ଜଣେ ସନ୍ତାନ 10 କାରଣ ଯାହା ହଜିଅଛି ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି 11 ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ୱରଙ୍କ ରାଜ୍ୟ ଅତିଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ 12 ଏଣୁ ସେ କହିଲେ ଜଣେ ଉଚ୍ଚବଂଶର ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ଗ୍ରହଣ କରି ଫେରିଆସିବା ନିମନ୍ତେ ଦୂର ଦେଶକୁ ଯାତ୍ରା କଲେ 13 ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶ ଗୋଟି ମୁଦ୍ରା ଦେଇ କହିଲେ ମୋର ଆସିବା ପର୍ଯ୍ୟନ୍ତ ବେପାର କର 14 କିନ୍ତୁ ତାହାଙ୍କ ଦେଶବାସୀମାନେ ତାହାଙ୍କୁ ଘୃଣା କରୁଥିଲେ ଆଉ ସେମାନେ ତାହାଙ୍କ ପଛରେ ଦୂତ ପଠାଇ କହିଲେ ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ଶାସନ କରିବେ ଏହା ଆମ୍ଭମାନଙ୍କ ଇଚ୍ଛା ନାହିଁ 15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ 16 ସେଥିରେ ପ୍ରଥମ ଜଣକ ଆସି କହିଲା ପ୍ରଭୁ ଆପଣଙ୍କ ମୁଦ୍ରା ଆଉ ଦଶଟି ମୁଦ୍ରା ଲାଭ କରିଅଛି 17 ସେ ତାହାକୁ କହିଲେ ବେଶ୍ ଉତ୍ତମ ଦାସ ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ ହୋଇଥିବାରୁ ଦଶ ଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ 18 ପୁଣି ଦ୍ୱିତୀୟ ଜଣକ ଆସି କହିଲା ପ୍ରଭୋ ଆପଣଙ୍କ ମୁଦ୍ରା ପାଞ୍ଚୋଟି ମୁଦ୍ରା ଲାଭ କରିଅଛି 19 ସେ ତାହାକୁ ମଧ୍ୟ କହିଲେ ତୁମ୍ଭେ ସୁଦ୍ଧା ପାଞ୍ଚୋଗୋଟି ନଗର ଉପରେ ଅଧିକାରପ୍ରାପ୍ତ ହୁଅ 20 ଆଉ ଜଣେ ଆସି କହିଲା ପ୍ରଭୁ ଦେଖନ୍ତୁ ଏହି ଆପଣଙ୍କର ମୁଦ୍ରା ମୁଁ ଏହା ଗାମୁଛାରେ ବାନ୍ଧି ରଖି ଦେଇଥିଲି 21 କାରଣ ମୁଁ ଆପଣଙ୍କୁ ଭୟ କଲି ଯେଣୁ ଆପଣ ଜଣେ କଠୋର ଲୋକ ଯାହା ରଖି ନ ଥାଆନ୍ତି ତାହା ଉଠାଇ ନିଅନ୍ତି ପୁଣି ଯାହା ବୁଣି ନ ଥାଆନ୍ତି ତାହା କାଟନ୍ତି 22 ସେ ତାହାକୁ କହିଲେ ରେ ଦୁଷ୍ଟ ଦାସ ତୋର ମୁହଁର କଥାରେ ତୋହର ବିଚାର କରିବି ମୁଁ ଜଣେ କଠୋର ଲୋକ ଯାହା ରଖି ନ ଥାଏ ତାହା ଉଠାଇନିଏ ପୁଣି ଯାହା ବୁଣି ନ ଥାଏ ତାହା କାଟେ ଏହା କଣ ଜାଣିଥିଲୁ 23 ତେବେ ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି 24 ପୁଣି ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ ଏହାଠାରୁ ଏହି ମୁଦ୍ରା ନେଇଯାଇ ଯାହାର ଦଶ ମୁଦ୍ରା ଅଛି ତାହାକୁ ଦିଅ 25 ସେଥିରେ ସେମାନେ ତାହାଙ୍କୁ କହିଲେ ପ୍ରଭୁ ତାହାର ତ ଦଶ ମୁଦ୍ରା ଅଛି 26 ମୁଁ ତୁମ୍ଭମାନଙ୍କୁ କହୁଅଛି ଯେକୌଣସି ଲୋକର ଅଛି ତାହାକୁ ଅଧିକ ଦିଆଯିବ କିନ୍ତୁ ଯାହାର ନାହିଁ ତାହା ପାଖରେ ଯାହା ଅଛି ତାହା ହିଁ ତାହାଠାରୁ ନିଆଯିବ 27 କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ଶାସନ କରେ ବୋଲି ଇଚ୍ଛା କରି ନ ଥିଲେ ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର 28 ଏହି ସମସ୍ତ କଥା କହି ଯୀଶୁ ଆଗକୁ ଯାଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ 29 ଆଉ ଯେତେବେଳେ ସେ ଜୀତ ପର୍ବତ ପାଖରେ ଥିବା ବେଥଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ 30 ତୁମ୍ଭମାନଙ୍କ ସମ୍ମୁଖରେ ଥିବା ସେହି ଗ୍ରାମକୁ ଯାଅ ସେଥିରେ ପ୍ରବେଶ କରିବା ସମୟରେ ଯାହା ଉପରେ କେହି କେବେ ବସି ନାହିଁ ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବାର ଦେଖିବ ତାହାକୁ ଫିଟାଇ ନେଇଆସ 31 ଆଉ ଯଦି କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ ତେବେ ଏପରି କହିବ କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି 32 ସେଥିରେ ପଠାଯାଇଥିବା ଲୋକେ ଯାଇ ଯୀଶୁ ସେମାନଙ୍କୁ ଯେପରି କହିଥିଲେ ସେହିପରି ଦେଖିଲେ 33 ପୁଣି ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ କାହିଁକି ଗଧଛୁଆକୁ ଫିଟାଉଅଛ 34 ସେମାନେ କହିଲେ କାରଣ ଏହାଠାରେ ପ୍ରଭୁଙ୍କର ଆବଶ୍ୟକ ଅଛି 35 ପୁଣି ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ 36 ଆଉ ସେ ଯାତ୍ରା କରୁଥିବା ସମୟରେ ଲୋକେ ବାଟରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ 37 ପୁଣି ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ମହତର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ୱର କରି ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିଲେ 38 ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି ସେ ଧନ୍ୟ ସ୍ୱର୍ଗରେ ଶାନ୍ତି ଓ ଊର୍ଦ୍ଧ୍ୱଲୋକରେ ମହିମା 39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ ହେ ଗୁରୁ ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ 40 ସେ ଉତ୍ତର ଦେଲେ ମୁଁ ତୁମ୍ଭମାନଙ୍କୁ କହୁଅଛି ଏମାନେ ତୁନି ହୋଇ ରହିଲେ ପଥରଗୁଡ଼ାକ ପାଟି କରିବେ 41 ଆଉ ଯେତେବେଳେ ସେ ନିକଟକୁ ଆସିଲେ ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ 42 ତୁ ହଁ ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି 43 ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ ଯେଉଁ ସମୟରେ ତୋ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ 44 ପୁଣି ତୋତେ ଓ ତୋ ମଧ୍ୟରେ ଥିବା ତୋ ସନ୍ତାନମାନଙ୍କୁ ଭୂମିରେ କଚାଡ଼ି ଚୂର୍ଣ୍ଣ କରିବେ ଆଉ ତୋ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ ରହିବାକୁ ଦେବେ ନାହିଁ ଏପରି ସମୟ ତୋ ଉପରେ ଆସିବ 45 ଆଉ ସେ ମନ୍ଦିରରେ ପ୍ରବେଶ କରି ବେପାରୀ ମାନଙ୍କୁ ବାହାର କରିବାକୁ ଲାଗିଲେ 46 ଲେଖା ଅଛି ଆମ୍ଭର ଗୃହ ପ୍ରାର୍ଥନାଗୃହ ହେବ କିନ୍ତୁ ତୁମ୍ଭେମାନେ ତାହାକୁ ଦୁଷ୍କର୍ମକାରୀମାନଙ୍କର ବାସସ୍ଥାନ କରିଅଛ 47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ 48 କିନ୍ତୁ ଲୋକ ସମସ୍ତେ ଆଗ୍ରହରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ

Chapter 20

ଯୀଶୁଙ୍କ ଅଧିକାରକୁ ଆହ୍ୱାନ

(ମାଥି. 21:23-27; ମାର୍କ 11:27-33)

1 ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ 2 ତୁମ୍ଭେ କେଉଁ ଅଧିକାରରେ ଏସମସ୍ତ କରୁଅଛ ଅବା ଯେ ତୁମ୍ଭକୁ ଏ ଅଧିକାର ଦେଲା ସେ କିଏ ଆମ୍ଭମାନଙ୍କୁ କୁହ 3 କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ ମୁଁ ମଧ୍ୟ ତୁମ୍ଭମାନଙ୍କୁ ଗୋଟିଏ କଥା ପଚାରିବି ମୋତେ କୁହ 4 ଯୋହନଙ୍କର ବାପ୍ତିସ୍ମ ସ୍ୱର୍ଗରୁ ନା ମନୁଷ୍ୟଠାରୁ ହେଲା 5 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିଲେ ଯଦି ସ୍ୱର୍ଗରୁ ବୋଲି କହିବୁ ତାହାହେଲେ ସେ କହିବେ ତୁମ୍ଭେମାନେ କାହିଁକି ତାହାଙ୍କୁ ବିଶ୍ୱାସ କଲ ନାହିଁ 6 କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ କାରଣ ଯୋହନ ଯେ ଜଣେ ଭାବବାଦୀ ଏହା ସେମାନଙ୍କର ଦୃଢ଼ ବିଶ୍ୱାସ 7 ଏଣୁ ତାହା କେଉଁଠାରୁ ହେଲା ଏହା ଜାଣି ନାହୁଁ ବୋଲି ସେମାନେ ଉତ୍ତର ଦେଲେ 8 ଯୀଶୁ ସେମାନଙ୍କୁ କହିଲେ ତେବେ ମୁଁ କେଉଁ ଅଧିକାରରେ ଏସମସ୍ତ କରୁଅଛି ତାହା ମୁଁ ମଧ୍ୟ ତୁମ୍ଭମାନଙ୍କୁ କହିବି ନାହିଁ 9 ଏହାପରେ ସେ ଲୋକମାନଙ୍କୁ ଏହି ଦୃଷ୍ଟାନ୍ତ କହିବାକୁ ଲାଗିଲେ ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହା କୃଷକମାନଙ୍କୁ ଭାଗରେ ଦେଇ ବହୁକାଳ ନିମନ୍ତେ ବିଦେଶକୁ ଗଲେ 10 ଆଉ କୃଷକମାନେ ଯେପରି ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ଫଳରୁ ଭାଗ ଦିଅନ୍ତି ଏଥି ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ କିନ୍ତୁ ସେହି କୃଷକମାନେ ତାହାକୁ ପ୍ରହାର କରି ଖାଲି ହାତରେ ଫେରାଇଦେଲେ 11 ସେ ପୁଣି ଆଉ ଜଣେ ଦାସକୁ ପଠାଇଲେ ସେମାନେ ତାହାକୁ ମଧ୍ୟ ପ୍ରହାର ଓ ଅପମାନ କରି ଶୂନ୍ୟ ହସ୍ତରେ ଫେରାଇଦେଲେ 12 ପରେ ସେ ତୃତୀୟ ଜଣକୁ ମଧ୍ୟ ପଠାଇଲେ କିନ୍ତୁ ସେମାନେ ତାହାକୁ ସୁଦ୍ଧା କ୍ଷତବିକ୍ଷତ କରି ବାହାରେ ଫୋପାଡ଼ିଦେଲେ 13 ସେଥିରେ ଅଙ୍ଗୁର କ୍ଷେତ୍ରର ମାଲିକ କହିଲେ ମୁଁ କଣ କରିବି ମୋର ପ୍ରିୟ ପୁତ୍ରକୁ ପଠାଇବି କେଜାଣି ସେମାନେ ତାହାକୁ ମାନ୍ୟ କରିବେ 14 ମାତ୍ର କୃଷକମାନେ ତାହାଙ୍କୁ ଦେଖି ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ ଏ ତ ଉତ୍ତରାଧିକାରୀ ଏହାକୁ ବଧ କରିବା ଯେପରି ଅଧିକାର ଆମ୍ଭମାନଙ୍କର ହେବ 15 ଆଉ ସେମାନେ ତାହାଙ୍କୁ ଅଙ୍ଗୁର କ୍ଷେତ୍ରର ବାହାରେ ପକାଇ ବଧ କଲେ ଅତଏବ ଅଙ୍ଗୁର କ୍ଷେତ୍ରର ମାଲିକ ସେମାନଙ୍କ ପ୍ରତି କଣ କରିବେ 16 ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ ଏହା ଶୁଣି ସେମାନେ କହିଲେ ତାହା ନ ହେଉ 17 କିନ୍ତୁ ସେ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ ତେବେ ଏହି ଯେଉଁ ବାକ୍ୟ ଲେଖା ଅଛି ତାହାର ଅର୍ଥ କଣ ଗୃହନିର୍ମାଣକାରୀମାନେ ଯେଉଁ ପଥରକୁ ଅଗ୍ରାହ୍ୟ କଲେ ତାହା କୋଣର ପ୍ରଧାନ ପଥର ହେଲା 18 ଯେ କେହି ସେହି ପଥର ଉପରେ ପଡ଼ିବ ସେ ଖଣ୍ଡବିଖଣ୍ଡ ହେବ ପୁଣି ସେହି ପଥର ଯାହା ଉପରେ ପଡ଼ିବ ତାହାକୁ ତାହା ଚୁର୍ଣ୍ଣବିଚୂର୍ଣ୍ଣ କରିବ 19 ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ 20 ସେଥିରେ ସେମାନେ ଯୀଶୁଙ୍କୁ ରାଜ୍ୟପାଳଙ୍କ ହାତରେ ଓ ଶାସନକର୍ତ୍ତାଙ୍କ ଶାସନର ଅଧିନରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଖୋଜି ଯୀଶୁଙ୍କ କଥାର ଭୁଲ୍ ଧରିବା ଉଦ୍ଦେଶ୍ୟରେ ଯେଉଁମାନେ କପଟରେ ନିଜ ନିଜକୁ ଧାର୍ମିକ ବୋଲି ଦେଖାଉଥିବା ଚୋରମାନଙ୍କୁ ପଠାଇଲେ 21 ସେମାନେ ତାହାଙ୍କୁ ପଚାରିଲେ ହେ ଗୁରୁ ଆମ୍ଭେମାନେ ଜାଣୁ ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି ପୁଣି କାହାରି ମୁଖାପେକ୍ଷା କରନ୍ତି ନାହିଁ ମାତ୍ର ସତ୍ୟ ରୂପେ ଈଶ୍ୱରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି 22 କାଇସରଙ୍କୁ କର ଦେବା ଆମ୍ଭମାନଙ୍କର ଉଚିତ କି ନାହିଁ 23 କିନ୍ତୁ ଯୀଶୁ ସେମାନଙ୍କ ଚତୁରତା ବୁଝି ସେମାନଙ୍କୁ କହିଲେ ମୋତେ ଗୋଟିଏ ଅଧୁଲି ମୁଦ୍ରା ଦେଖାଅ 24 ଏଥିରେ କାହାର ମୂର୍ତ୍ତି ଓ ନାମ ଅଛି ସେମାନେ କହିଲେ କାଇସରଙ୍କର 25 ସେଥିରେ ସେ ସେମାନଙ୍କୁ କହିଲେ ତେବେ ଯାହା କାଇସରଙ୍କର ତାହା କାଇସରଙ୍କୁ ଦିଅ ପୁଣି ଯାହା ଈଶ୍ୱରଙ୍କର ତାହା ଈଶ୍ୱରଙ୍କୁ ଦିଅ 26 ଏଥିରେ ସେମାନେ ଲୋକମାନଙ୍କ ସାକ୍ଷାତରେ ତାହାଙ୍କ କଥାର ଭୁଲ୍ ଧରି ପାରିଲେ ନାହିଁ ଆଉ ସେମାନେ ତାହାଙ୍କ ଉତ୍ତରରେ ଆଶ୍ଚର୍ଯ୍ୟ ହୋଇ ନୀରବ ରହିଲେ 27 ଏହାପରେ ପୁନରୁତ୍ଥାନକୁ ବିଶ୍ୱାସ କରୁ ନ ଥିବା କେତେକ ସାଦ୍ଦୂକୀ ଯୀଶୁଙ୍କ ନିକଟକୁ ଆସି ପଚାରିଲେ 28 ହେ ଗୁରୁ ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ ଯଦି କୌଣସି ଲୋକର ଭାଇ ସ୍ତ୍ରୀ ଥାଉ ଥାଉ ନିଃସନ୍ତାନ ହୋଇ ମରେ ତାହାହେଲେ ତାହାର ଭାଇ ତାହାର ସ୍ତ୍ରୀକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ 29 ଆଚ୍ଛା ସାତ ଭାଇ ଥିଲେ ପ୍ରଥମଟି ଗୋଟିଏ ସ୍ତ୍ରୀକୁ ବିବାହ କଲା ଓ ନିଃସନ୍ତାନ ହୋଇ ମଲା 30 ପରେ ଦ୍ୱିତୀୟଟି ଓ ତୃତୀୟଟି ତାହାକୁ ଗ୍ରହଣ କଲେ 31 ସେହି ପ୍ରକାର ସାତ ଜଣଯାକ ନିଃସନ୍ତାନ ହୋଇ ମଲେ 32 ଶେଷରେ ସ୍ତ୍ରୀଟି ମଧ୍ୟ ମଲା 33 ତେବେ ପୁନରୁତ୍ଥାନରେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ 34 ଯୀଶୁ ସେମାନଙ୍କୁ କହିଲେ ଏହି ଜଗତର ସନ୍ତାନମାନେ ବିବାହ କରନ୍ତି ଓ ବିବାହିତା ହୁଅନ୍ତି 35 କିନ୍ତୁ ଯେଉଁମାନେ ସେହି ଜଗତ ଓ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଯୋଗ୍ୟ ଗଣିତ ହୁଅନ୍ତି ସେମାନେ ବିବାହ କରନ୍ତି ନାହିଁ କିମ୍ବା ବିବାହିତା ହୁଅନ୍ତି ନାହିଁ 36 ପୁଣି ସେମାନେ ଆଉ ମରି ପାରନ୍ତି ନାହିଁ କାରଣ ସେମାନେ ଦୂତମାନଙ୍କ ପରି ରୁହନ୍ତି ଏବଂ ପୁନରୁତ୍ଥାନର ସନ୍ତାନ ହେବାରୁ ଈଶ୍ୱରଙ୍କ ସନ୍ତାନ ଅଟନ୍ତି 37 ମାତ୍ର ମୃତମାନେ ଯେ ଉଠିବେ ଏହା ମୋଶା ମଧ୍ୟ ବୁଦାର ଘଟଣାରେ ପ୍ରଭୁଙ୍କୁ ଅବ୍ରାହାମଙ୍କ ଈଶ୍ୱର ଇସ୍‌ହାକଙ୍କ ଈଶ୍ୱର ଓ ଯାକୁବଙ୍କ ଈଶ୍ୱର ବୋଲି କହି ସୂଚନା ଦେଇଅଛନ୍ତି 38 ସେ ତ ମୃତମାନଙ୍କ ଈଶ୍ୱର ନୁହଁନ୍ତି ମାତ୍ର ଜୀବିତମାନଙ୍କର କାରଣ ସମସ୍ତେ ତାହାଙ୍କ ସାକ୍ଷାତରେ ଜୀବିତ ଅଟନ୍ତି 39 ସେଥିରେ ଶାସ୍ତ୍ରୀମାନଙ୍କ ମଧ୍ୟରୁ କେତେ ଜଣ ଉତ୍ତର ଦେଲେ ହେ ଗୁରୁ ଆପଣ ଠିକ୍ କହିଲେ 40 କାରଣ ସେମାନେ ତାହାଙ୍କୁ କୌଣସି ପ୍ରଶ୍ନ ପଚାରିବାକୁ ଆଉ ସାହସ କଲେ ନାହିଁ 41 କିନ୍ତୁ ସେ ସେମାନଙ୍କୁ ପଚାରିଲେ ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ ଏହା ଲୋକେ କିପରି କହନ୍ତି 42 କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି ପ୍ରଭୁ ମୋହର ପ୍ରଭୁଙ୍କୁ ଯୀଶୁ କହିଲେ 43 ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ 44 ଅତଏବ ଦାଉଦ ଯୀଶୁଙ୍କୁ ପ୍ରଭୁ ବୋଲି କହନ୍ତି ତେବେ ଯୀଶୁ କିପ୍ରକାରେ ଦାଉଦର ସନ୍ତାନ 45 ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ 46 ଶାସ୍ତ୍ରୀମାନଙ୍କଠାରୁ ସାବଧାନ ସେମାନେ ଲମ୍ବା ପୋଷାକ ପିନ୍ଧି ବୁଲିବାକୁ ପୁଣି ହାଟବଜାରରେ ନମସ୍କାର ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ପାଇବାକୁ ଭଲ ପାଆନ୍ତି 47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି ସେମାନେ ଗୁରୁତର ଦଣ୍ଡ ପାଇବେ

Chapter 21

ବିଧବାର ଦାନ

(ମାର୍କ 12:41-44)

1 ଏହାପରେ ଯୀଶୁ ଦୃଷ୍ଟିପାତ କରି ଧନୀ ଲୋକମାନଙ୍କୁ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ଦାନ ପକାଉଥିବା ଦେଖିଲେ 2 ଆଉ ସେ ଜଣେ ଦରିଦ୍ର ବିଧବାକୁ ସେଥିରେ ଦୁଇଟି ଛୋଟ ମୁଦ୍ରା ପକାଉଥିବା ଦେଖି କହିଲେ 3 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ଏହି ଦରିଦ୍ର ବିଧବା ସମସ୍ତଙ୍କଠାରୁ ଅଧିକ ପକାଇଅଛି 4 କାରଣ ଧନୀମାନେ ଦାନ ସଂଗ୍ରହ ବାକ୍ସରେ ନିଜ ନିଜର ବଳକା ଧନରୁ କିଛି କିଛି ପକାଇଲେ କିନ୍ତୁ ଦରିଦ୍ର ବିଧବା ନିଜର ଅଭାବ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ଯାହା କିଛି ଥିଲା ସେହି ସବୁ ପକାଇଲା 5 ଆଉ କେହି କେହି ମନ୍ଦିରଟି ସୁନ୍ଦର ସୁନ୍ଦର ପଥର ଓ ଦାନ ପଦାର୍ଥ ସମୂହରେ ସୁସଜ୍ଜିତ ହୋଇଅଛି ବୋଲି କହିବାରୁ ଯୀଶୁ କହିଲେ 6 ତୁମ୍ଭେମାନେ ଏହି ଯାହାସବୁ ଦେଖୁଅଛ ସମୟ ଆସିବ ଯେତେବେଳେ ଗୋଟିଏ ପଥର ଅନ୍ୟ ପଥର ଉପରେ ରହିବ ନାହିଁ ସମସ୍ତ ହିଁ ଭୂମିସାତ୍ ହେବ 7 ସେଥିରେ ସେମାନେ ତାହାଙ୍କୁ ପଚାରିଲେ ହେ ଗୁରୁ ତେବେ ଏସବୁ କେବେ ଘଟିବ ପୁଣି ଯେଉଁ ସମୟରେ ଏହି ସବୁ ଘଟଣା ସନ୍ନିକଟ ହେବ ସେ ସମୟର ଚିହ୍ନ କଣ 8 ସେଥିରେ ଯୀଶୁ କହିଲେ ସାବଧାନ ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ କାରଣ ଅନେକ ଲୋକ ମୋ ନାମରେ ଆସି ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ ସେମାନଙ୍କ ପଛରେ ଯାଅ ନାହିଁ 9 ମାତ୍ର ତୁମ୍ଭେମାନେ ଯେତେବେଳେ ଯୁଦ୍ଧ ଓ ବିପ୍ଲବ ବିଷୟ ଶୁଣିବ ସେତେବେଳେ ଭୟ କର ନାହିଁ କାରଣ ଏହି ସମସ୍ତ ଅବଶ୍ୟ ପ୍ରଥମରେ ଘଟିବ କିନ୍ତୁ ସଙ୍ଗେ ସଙ୍ଗେ ଯୁଗ ଶେଷ ହେବ ନାହିଁ 10 ତାପରେ ସେ ସେମାନଙ୍କୁ କହିଲେ ଜାତି ବିରୁଦ୍ଧରେ ଜାତି ଓ ରାଜ୍ୟ ବିରୁଦ୍ଧରେ ରାଜ୍ୟ ଉଠିବ 11 ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ ପୁଣି ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ 12 କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ 13 ଏହା ତୁମ୍ଭମାନଙ୍କ ସପକ୍ଷରେ ସାକ୍ଷ୍ୟ ହେବ 14 ଅତଏବ କଣ ଉତ୍ତର ଦେବ ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର 15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ 16 କିନ୍ତୁ ତୁମ୍ଭେମାନେ ବାପା ମା ଭାଇ ସମ୍ପର୍କୀୟ ଓ ବନ୍ଧୁମାନଙ୍କ ଦ୍ୱାରା ସୁଦ୍ଧା ସମର୍ପିତ ହେବ ଆଉ ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ କାହାରି କାହାରିକୁ ହତ୍ୟା କରିବେ 17 ପୁଣି ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ 18 କିନ୍ତୁ ତୁମ୍ଭମାନଙ୍କ ମସ୍ତକର କେଶ ହିଁ ନଷ୍ଟ ହେବ ନାହିଁ 19 ସହିଷ୍ଣୁତା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ଜୀବନ ଲାଭ କରିବ 20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ ଏହା ଜାଣ 21 ସେତେବେଳେ ଯେଉଁମାନେ ଯିହୂଦା ପ୍ରଦେଶରେ ଥାଆନ୍ତି ସେମାନେ ପର୍ବତମାଳାକୁ ପଳାଇଯାଆନ୍ତୁ ପୁଣି ଯେଉଁମାନେ ନଗର ମଧ୍ୟରେ ଥାଆନ୍ତି ସେମାନେ ପ୍ରସ୍ଥାନ କରନ୍ତୁ ଆଉ ଯେଉଁମାନେ ଗ୍ରାମଗୁଡ଼ିକରେ ଥାଆନ୍ତି ସେମାନେ ନଗରରେ ପ୍ରବେଶ ନ କରନ୍ତୁ 22 କାରଣ ଲିଖିତ ବିଷୟସବୁ ସଫଳ ହେବା ନିମନ୍ତେ ତାହା ସମୁଚିତ ଦଣ୍ଡର ସମୟ ଅଟେ 23 ସେହି ସମୟରେ ଯେଉଁମାନେ ଗର୍ଭବତୀ ଓ ସ୍ତନ୍ୟଦାତ୍ରୀ ହାୟ ସେମାନେ କ୍ଲେଶର ପାତ୍ର କାରଣ ଦେଶରେ ମହା ବିପଦ ଓ ଏହି ଜାତି ପ୍ରତି କ୍ରୋଧ ଘଟିବ 24 ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ ପୁଣି ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ 25 ପୁଣି ସୁର୍ଯ୍ୟ ଚନ୍ଦ୍ର ଓ ନକ୍ଷତ୍ରମାଳାରେ ଲକ୍ଷଣ ଦେଖାଯିବ ଆଉ ପୃଥିବୀରେ ଜାତିମାନଙ୍କ ମଧ୍ୟରେ କ୍ଲେଶ ଘଟିବ ସମୁଦ୍ର ଓ ତରଙ୍ଗର ତର୍ଜନଗର୍ଜନ ହେତୁ ସେମାନେ ଅବାକ୍ ହେବେ 26 ପୁଣି ଜଗତ ଉପରେ ଆସୁଥିବା ଘଟଣା ସବୁକୁ ଅପେକ୍ଷା କରି ଲୋକେ ମୂର୍ଚ୍ଛିତ ହେବେ କାରଣ ଆକାଶମଣ୍ଡଳର ଶକ୍ତିସମୂହ ବିଚଳିତ ହେବେ 27 ସେତେବେଳେ ଲୋକେ ମନୁଷ୍ୟପୁତ୍ରଙ୍କୁ ମହାପରାକ୍ରମ ଓ ମହାମହିମା ସହ ମେଘରେ ଆଗମନ କରିବା ଦେଖିବେ 28 କିନ୍ତୁ ଏହି ସମସ୍ତ ଘଟଣା ଆରମ୍ଭ ହେଲେ ତୁମ୍ଭେମାନେ ଉପରକୁ ଅନାଅ ଓ ମସ୍ତକ ଉଠାଅ ଯେଣୁ ତୁମ୍ଭମାନଙ୍କର ମୁକ୍ତି ସନ୍ନିକଟ 29 ଆଉ ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କହିଲେ ଡିମ୍ବିରି ପୁଣି ସମସ୍ତ ବୃକ୍ଷ ପ୍ରତି ଦୃଷ୍ଟିପାତ କର 30 ଯେତେବେଳେ ସେଗୁଡ଼ିକ ପଲ୍ଲବିତ ହୁଏ ସେତେବେଳେ ତୁମ୍ଭେମାନେ ତାହା ଦେଖି ଗ୍ରୀଷ୍ମକାଳ ସନ୍ନିକଟ ହେଲାଣି ବୋଲି ନିଜେ ନିଜେ ଜାଣିଥାଅ 31 ସେହିପରି ତୁମ୍ଭେମାନେ ମଧ୍ୟ ଏହି ସମସ୍ତ ଘଟଣା ଦେଖିଲେ ଈଶ୍ୱରଙ୍କ ରାଜ୍ୟ ଯେ ସନ୍ନିକଟ ଏହା ଜାଣ 32 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି ସମସ୍ତ ନ ଘଟିବା ପର୍ଯ୍ୟନ୍ତ ଏହି ବର୍ତ୍ତମାନ ପୁରୁଷ କୌଣସି ପ୍ରକାରେ ଲୋପ ପାଇବ ନାହିଁ 33 ଆକାଶ ଓ ପୃଥିବୀ ଲୋପ ପାଇବ ମାତ୍ର ମୋହର ବାକ୍ୟସମୂହ କଦାପି ଲୋପ ପାଇବ ନାହିଁ 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ 35 କାରଣ ତାହା ଫାନ୍ଦ ସ୍ୱରୂପେ ସମଗ୍ର ପୃଥିବୀନିବାସୀ ସମସ୍ତଙ୍କ ଉପରେ ଆସିବ 36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ 37 ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ ପୁଣି ପ୍ରତିରାତ୍ରି ବାହାରିଯାଇ ଜୀତପର୍ବତରେ ରହୁଥିଲେ 38 ଆଉ ସମସ୍ତ ଲୋକ ମନ୍ଦିରରେ ଯୀଶୁଙ୍କର ଶିକ୍ଷା ଶୁଣିବା ନିମନ୍ତେ ଅତି ସକାଳୁ ତାହାଙ୍କ ନିକଟକୁ ଆସୁଥିଲେ

Chapter 22

ଯୀଶୁଙ୍କ ବିରୁଦ୍ଧରେ ଚକ୍ରାନ୍ତ

(ମାଥି. 26:1-5; ମାର୍କ 14:1,2; ଯୋହ. 11:45-53)

1 ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୁଟିର ପର୍ବ ନିକଟ ହୋଇ ଆସୁଥିଲା 2 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି ସେଥିର ଉପାୟ ଖୋଜୁଥିଲେ କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ 3 ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା 4 ଆଉ ଯିହୂଦା ଯାଇ କି ଉପାୟରେ ଯୀଶୁଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହାତରେ ଧରାଇଦେବ ତାହା ସେମାନଙ୍କ ସହିତ କଥାବାର୍ତ୍ତା କଲା 5 ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ 6 ଆଉ ଯିହୂଦା ଏକମତ ହୋଇ ଲୋକମାନଙ୍କ ଅନୁପସ୍ଥିତିରେ ଯୀଶୁଙ୍କୁ ସେମାନଙ୍କ ହାତରେ ଧରାଇ ଦେବା ନିମନ୍ତେ ସୁଯୋଗ ଖୋଜିବାକୁ ଲାଗିଲା 7 ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ ଖମୀରଶୂନ୍ୟ ରୁଟି ପର୍ବର ସେହି ଦିନ ଉପସ୍ଥିତ ହେଲା 8 ଆଉ ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର 9 ସେଥିରେ ସେମାନେ ତାହାଙ୍କୁ ପଚାରିଲେ ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି 10 ଯୀଶୁ ସେମାନଙ୍କୁ କହିଲେ ଦେଖ ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ ପାଣି ମାଠିଆ ଘେନି ଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ ସେ ଯେଉଁ ଗୃହରେ ପ୍ରବେଶ କରିବ ତାହାର ପଛେ ପଛେ ଯାଇ ଗୃହର କର୍ତ୍ତାଙ୍କୁ କହିବ 11 ଗୁରୁ ଆପଣଙ୍କୁ ପଚାରୁଅଛନ୍ତି ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି ସେହି ଅତିଥିଶାଳା କାହିଁ 12 ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ କୋଠୋରୀ ଦେଖାଇଦେବେ ସେ ସ୍ଥାନରେ ପ୍ରସ୍ତୁତ କର 13 ଆଉ ସେହି ଦୁଇ ଜଣ ଶିଷ୍ୟ ଯାଇ ଯୀଶୁ ସେମାନଙ୍କୁ ଯେପରି କହିଥିଲେ ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ 14 ପୁଣି ନିସ୍ତାର ପର୍ବର ସମୟ ଉପସ୍ଥିତ ହୁଅନ୍ତେ ଯୀଶୁ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ 15 ଆଉ ସେ ସେମାନଙ୍କୁ କହିଲେ ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାରଭୋଜ ପାଳନ କରିବାକୁ ଏକାନ୍ତ ବାଞ୍ଛା କଲି 16 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ଈଶ୍ୱରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ଭୋଜନ କରିବି ନାହିଁ 17 ପୁଣି ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର 18 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି ଈଶ୍ୱରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଅଙ୍ଗୁର ଫଳର ରସ ଆଉ ପାନ କରିବି ନାହିଁ 19 ପୁଣି ସେ ରୁଟି ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି ମୋତେ ସ୍ମରଣ କରିବା ନିମନ୍ତେ ଏହା କର 20 ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ 21 କିନ୍ତୁ ଦେଖ ଯେ ମୋତେ ଶତ୍ରୁ ହସ୍ତରେ ସମର୍ପଣ କରୁଅଛି ତାହାର ହସ୍ତ ମୋ ସହିତ ମେଜ ଉପରେ ଅଛି 22 କାରଣ ଯେପରି ନିରୂପିତ ହୋଇଅଛି ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ ତଥାପି ଯେଉଁ ଲୋକ ଦ୍ୱାରା ସେ ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି ହାୟ ସେ ଦଣ୍ଡର ପାତ୍ର 23 ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ 24 ପୁଣି ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା 25 ସେଥିରେ ସେ ସେମାନଙ୍କୁ କହିଲେ ଅଣଯିହୂଦୀମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ବ କରନ୍ତି ସେମାନେ ଲୋକସେବକ ବୋଲି ଖ୍ୟାତ ହୁଅନ୍ତି 26 କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ ସେ କନିଷ୍ଠ ପରି ହେଉ ପୁଣି ଯେ ନେତା ସେ ସେବକ ପରି ହେଉ 27 କାରଣ କିଏ ଶ୍ରେଷ୍ଠ ଯେ ଭୋଜନ ନିମନ୍ତେ ମେଜରେ ବସିଅଛି ନା ଯେ ସେବକ ଭୋଜନ ନିମନ୍ତେ ମେଜରେ ବସିଅଛି ସେ କି ଶ୍ରେଷ୍ଠ ନୁହଁନ୍ତି କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି 28 ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋ ସହିତ ରହି ଆସିଅଛ 29 ଏଣୁ ମୋହର ପିତା ଯେପରି ମୋ ନିମନ୍ତେ ରାଜ୍ୟ ନିରୂପଣ କଲେ ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି 30 ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋ ମେଜରେ ଭୋଜନପାନ କରିବ, ପୁଣି, ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।

ପିତରଙ୍କ ଅସ୍ୱୀକାରର ପୂର୍ବ ସୂଚନା

(ମାଥି. 26:31-35; ମାର୍କ 14:27-31; ଯୋହ. 11:36-38)

31 ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି; 32 କିନ୍ତୁ ତୁମ୍ଭର ବିଶ୍ୱାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।

33 ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି । 34 କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ୱୀକାର କରିବା ।

ଯୀଶୁଙ୍କଠାରେ ବାକ୍ୟର ସଫଳତା

35 ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଟଙ୍କା ରଖିବା ମୁଣା, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା ? ସେମାନେ କହିଲେ, କିଛି ନାହିଁ। 36 ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଟଙ୍କା ରଖିବାର ମୁଣା ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ଡକ ବିକି ଖଣ୍ଡା କିଣୁ ।

37 କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେପରି ଶାସ୍ତ୍ରରେ ଲେଖାଅଛି, ତାହା ମୋଠାରେ ସିଦ୍ଧ ହେବା ଆବଶ୍ୟକ; ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ, ଯେଣୁ ମୋ ସମ୍ବନ୍ଧୀୟ କଥା ସିଦ୍ଧ ହେଉଅଛି। 38 ସେଥିରେ ସେମାନେ କହିଲେ, ପ୍ରଭୁ ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ଡା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ ।

ଜୀତ ପର୍ବତରେ ଯୀଶୁଙ୍କ ପ୍ରାର୍ଥନା

(ମାଥି. 26:36-46; ମାର୍କ 14:32-42)

39 ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ । 40 ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର ।

41 ଆଉ ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଆଣ୍ଠୁପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ, 42 ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋ'ଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।

43 ଆଉ ସ୍ୱର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ । 44 ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।

45 ଆଉ ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ; 46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।

ଯୀଶୁ ଶତ୍ରୁ ହସ୍ତରେ ସମର୍ପିତ

(ମାଥି. 26:47-56; ମାର୍କ 14:43-50; ଯୋହ. 18:3-12)

47 ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ୱାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ବନ କରିବାକୁ ତାହାଙ୍କ ପାଖକୁ ଗଲା 48 କିନ୍ତୁ ଯୀଶୁ ତାହାକୁ ହହିଲେ, ହେ ଯିହୂଦା, ଚୁମ୍ବନ ଦ୍ୱାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରୁଅଛ ?

49 ଏଥିରେ କ'ଣ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୁ, ଆମ୍ଭେମାନେ କ'ଣ ଖଡ଼୍ଗରେ ଆଘାତ କରିବା ? 50 ଆଉ ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଖଣ୍ଡାରେ ଆଘାତ କରି ତାହାର ଡାହାଣ କାନ କାଟିପକାଇଲେ । 51 କିନ୍ତୁ ଯୀଶୁ ଉତ୍ତର ଦେଲେ, ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ ।

52 ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାୟତ ବିରୁଦ୍ଧରେ ବାହାରିବା ପରି ଖଣ୍ଡା ଓ ଠେଙ୍ଗା ଘେନି ତୁମ୍ଭେମାନେ କ'ଣ ବାହାରି ଆସିଲ ? 53 ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ; କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।

ପିତରଙ୍କ ଯୀଶୁଙ୍କୁ ଅସ୍ୱୀକାର

(ମାଥି. 26:57,58,69-75; ମାର୍କ 14:53,54,66-72; ଯୋହ. 18:12-18,25-27)

54 ପରେ ସେମାନେ ତାହାଙ୍କୁ ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ । 55 ଆଉ ସେମାନେ ଅଗଣା ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।

56 ଜଣେ ଦାସୀ ତାହାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାହାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା। 57 କିନ୍ତୁ ସେ ଅସ୍ୱୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ। 58 ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାହାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ। କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।

59 ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହା ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ । 60 କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ। ସେହିକ୍ଷଣି ସେ କହୁ କହୁ କୁକୁଡ଼ା ରାବିଲା;

61 ପୁଣି, ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ ତାହା ତାହାଙ୍କ ମନରେ ପଡ଼ିଲା, 62 ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ ।

ଯୀଶୁଙ୍କୁ ପରିହାସ ଓ ପ୍ରହାର

(ମାଥି. 26:67,68; ମାର୍କ 14:65)

63 ଆଉ ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ, 64 ପୁଣି, ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ! କହ ତ କିଏ ତୋତେ ମାଇଲା? 65 ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ '

ମହାସଭାରେ ଯୀଶୁଙ୍କ ବିଚାର

(ମାଥି. 26:59-66; ମାର୍କ 14:55-64; ଯୋହ. 18:19-24)

66 ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ। 67 କିନ୍ତୁ ସେ ସେମାନଙ୍କୁ କହିଲେ, ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ୱାସ କରିବେ ନାହିଁ; 68 ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ। 69 କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ୱରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ। 70 ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କ'ଣ ଈଶ୍ୱରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି। 71 ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ ।

Chapter 23

ପୀଲାତଙ୍କ ସମ୍ମୁଖରେ ଯୀଶୁ

(ମାଥି. 27:1,2,11-14; ମାର୍କ 15:1-5; ଯୋହ. 18:28-38)

1 ପରେ ସଭାରେ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ଯୀଶୁଙ୍କୁ ଘେନିଗଲେ । 2 ଆଉ ସେମାନେ ଯୀଶୁଙ୍କ ବିରୁଦ୍ଧରେ ଅଭିଯୋଗ କରିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକୁ ରାଜଦ୍ରୋହୀ କରୁଅଛି ଏବଂ କାଇସରଙ୍କୁ କର ଦେବା ନିଷେଧ କରୁଅଛି ଓ ଆପଣାକୁ ଖ୍ରୀଷ୍ଟ, ରାଜା ବୋଲି କହୁଅଛି ।

3 ଏଥିରେ ପୀଲାତ ଯୀଶୁଙ୍କୁ ପଚାରିଲେ, ତୁମ୍ଭେ କି ଯିହୂଦୀମାନଙ୍କର ରାଜା ? ସେ ତାହାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି । 4 ଏଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ । 5 କିନ୍ତୁ ସେମାନେ ଆହୁରି ଦୃଢ଼ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୂଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି ।

ହେରୋଦଙ୍କ ସମ୍ମୁଖରେ ଯୀଶୁ

6 କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କ'ଣ ଜଣେ ଗାଲିଲୀୟ ? 7 ପୁଣି, ସେ ଯେ ହେରୋଦଙ୍କ ଅଧିକାର ଅଧିନରେ ଅଛନ୍ତି, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ ।

8 ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟନ୍ତ ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି, ତାହାଙ୍କ ଦ୍ୱାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ । 9 ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାହାଙ୍କୁ କୌଣସି ଉତ୍ତର ଦେଲେ ନାହିଁ । 10 ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ରଭାବରେ ଅଭିଯୋଗ କରୁଥିଲେ ।

11 ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ । 12 ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା ।

ଯୀଶୁଙ୍କ ପ୍ରାଣଦଣ୍ଡ

(ମାଥି. 27:15-26; ମାର୍କ 15:6-15; ଯୋହ. 18:39-19:16)

13 ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ, 14 ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେ ସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ। ହେରୋଦ ମଧ୍ୟ ପାଇ ନାହାଁନ୍ତି,

15 କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି, ପଠାଇଦେଲେ; ଆଉ ଦେଖ, ଏହି ବ୍ୟକ୍ତି ପ୍ରାଣଦଣ୍ଡ ଯୋଗ୍ୟ କୌଣସି କର୍ମ କରି ନାହିଁ; 16 ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ 17 [ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାହାଙ୍କୁ ଜଣେ ବନ୍ଦୀକୁ ମୁକ୍ତ କରିବାକୁ ହେଉଥିଲା ।]

18 ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର। 19 ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଲବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା ।

20 ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ। 21 କିନ୍ତୁ ସେମାନେ ଉଚ୍ଚସ୍ୱରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ । 22 ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି ? ଆମ୍ଭେ ତାହାଠାରେ ପ୍ରାଣଦଣ୍ଡର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା ।

23 ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବି କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା । 24 ପୁଣି, ସେମାନଙ୍କର ଦାବି ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ; 25 କିନ୍ତୁ ବିପ୍ଲବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବି କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧିନରେ ସମର୍ପଣ କଲେ ।

ଯୀଶୁଙ୍କ କ୍ରୁଶବିଦ୍ଧ

(ମାଥି. 27:32-44; ମାର୍କ 15:21-32; ଯୋହ. 19:17-27)

26 ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୁରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାହାଙ୍କ କାନ୍ଧରେ ତାହା ଥୋଇଲେ ।

27 ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହାଜନତା ତାହାଙ୍କର ପଶ୍ଚାଦ୍‌ଗମନ କରୁଥିଲେ । 28 କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋ' ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;

29 କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି, ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାଁନ୍ତି ଓ ସ୍ତନ୍ୟପାନ କରାଇ ନାହାଁନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ ଏପରି ସମୟ ଆସୁଅଛି । 30 ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ । 31 କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କ'ଣ ନ ଘଟିବ ?

32 ପୁଣି, ପ୍ରାଣଦଣ୍ଡ ଭୋଗିବା ନିମନ୍ତେ ଦୁଇ ଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ ।

33 ଆଉ ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ। 34 ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ। ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।

35 ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦୃପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ୱରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ ।

36 ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଲରସ ଯାଚି ତାହାଙ୍କୁ ପରିହାସ କରି କହିଲେ, 37 ତୁ ଯଦି ଯିହୂଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର । 38 ପୁଣି, ତାହାଙ୍କ ଊର୍ଦ୍ଧ୍ୱରେ ଏହି ଲିପି ମଧ୍ୟ ଲେଖା ଥିଲା, "ଏ ଯିହୂଦୀମାନଙ୍କର ରାଜା ।"

39 ଆଉ କ୍ରୁଶରେ ଚଢ଼ାଯାଇ ଥିବା ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କ'ଣ ଖ୍ରୀଷ୍ଟ ନୋହୁଁ ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର । 40 କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ? 41 ଆଉ ଆମ୍ଭେମାନେ ସିନା ନ୍ୟାୟଭାବରେ ଦଣ୍ଡ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାଁନ୍ତି ।

42 ପୁଣି, ସେ କହିଲା, ହେ ଯୀଶୁ , ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ । 43 ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ ।

ଯୀଶୁଙ୍କ ମୃତ୍ୟୁ

(ମାଥି. 27:45-56; ମାର୍କ 15:33-41; ଯୋହ. 19:28-30)

44 ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା, 45 ପୁଣି, ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା ।

46 ଆଉ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ । 47 ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।

48 ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହି ସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ । 49 କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହି ସବୁ ଦେଖୁଥିଲେ ।

ଯୀଶୁଙ୍କ ସମାଧି

(ମାଥି. 27:57-61; ମାର୍କ 15:42-47; ଯୋହ.19:38-42)

50 ଆଉ ଦେଖ, ଯିହୂଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ, 51 ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ ପୁଣି, ଈଶ୍ୱରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ ।

52 ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ, 53 ପୁଣି, ତାହା ଓହ୍ଲାଇ ଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖାଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ ।

54 ସେହି ଦିନ ଆୟୋଜନ ଦିନ ଥିଲା, ପୁଣି, ବିଶ୍ରାମବାର ନିକଟ ହୋଇ ଆସୁଥିଲା 55 ଆଉ ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧି ସ୍ଥଳ ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ, 56 ପୁଣି, ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ ।

Chapter 24

ଯୀଶୁଙ୍କ ପୁନରୁତ୍ଥାନ

(ମାଥି. 28:1-10; ମାର୍କ 16:1-8; ଯୋହ. 20:1-10)

1 ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ । 2 ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ, 3 କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।

4 ଆଉ, ସେମାନେ ସେ ସମ୍ବନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ୱଳ ବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ; 5 ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ୱେଷଣ କରୁଅଚ୍ଛ ?

6 ସେ ଏଠାରେ ନାହାଁନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ, 7 ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର।

8 ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ, 9 ପୁଣି, ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହି ସବୁ ସମ୍ବାଦ ଦେଲେ । 10 ଏମାନେ ମଗ୍‌ଦଲୀନୀ ମରିୟମ, ଯୋହାନା, ଯାକୁବଙ୍କ ମାତା ମରିୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ; ଏମାନେ ପ୍ରେରିତମାନଙ୍କୁ ଏହି ସବୁ ବିଷୟ ଜଣାଇଲେ ।

11 ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ କଳ୍ପିତ ଗଳ୍ପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ବିଶ୍ୱାସ କଲେ ନାହିଁ । 12 [କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।]

ଇମ୍ମାୟୁ ପଥରେ

(ମାର୍କ 16:12,13)

13 ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14 ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।

15 ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16 କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।

17 ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କ'ଣ ? ସେଥିରେ ସେମାନେ ଦୁଃଖି ମୁଖରେ ଠିଆ ହୋଇ ରହିଲେ । 18 ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ?

19 ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ୱର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, 20 ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ।

21 କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହାଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା।

22 ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23 ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି । 24 ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ

25 ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26 ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କ'ଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା ? 27 ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।

28 ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ । 29 କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।

30 ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ । 31 ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ । 32 ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?

33 ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34 ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି । 35 ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହି ସବୁ ବର୍ଣ୍ଣନା କରିବାକୁ ଲାଗିଲେ ।

ଶିଷ୍ୟମାନଙ୍କୁ ଯୀଶୁଙ୍କ ଦର୍ଶନ

(ମାଥି. 28:16-20; ମାର୍କ 16:14-18; ଯୋହ. 20:19-23; ପ୍ରେରି. 1:6-8)

36 କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ । 37 ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ ।

38 ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍‌ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି ? 39 ଏ ଯେ ସ୍ୱୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ। 40 [ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।]

41 ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କ'ଣ ଖାଦ୍ୟ ଅଛି ? 42 ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ । 43 ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତାରେ ଭୋଜନ କଲେ ।

44 ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତାରେ ଧର୍ମଶାସ୍ତ୍ରରେ ମୋ' ବିଷୟରେ ଯାହା ଯାହା ଲେଖା ଅଛି, ସେହି ସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।

45 ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; 46 ଆଉ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖା ଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।

48 ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ 49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।

ଯୀଶୁଙ୍କ ସ୍ୱର୍ଗାରୋହଣ

( ମାର୍କ 16:19,20; ପ୍ରେରି. 1:9-11)

50 ତତ୍ପରେ ସେ ସେମାନଙ୍କୁ ବେଥନିଅାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ। 51 ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ।

52 ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ, 53 ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ୱରଙ୍କ ସ୍ତବ କରିବାକୁ ଲାଗିଲେ ।