ଓଡ଼ିଆ: Indian Revised Version - Oriya

Updated ? hours ago # views See on DCS

ଫିଲିପ୍ପୀୟ

Chapter 1

ଅଭିବାଦନ

1 ପାଉଲ ଓ ତୀମଥି ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ 2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ 3 ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ ସେତେ ଥର ମୋହର ଈଶ୍ୱରଙ୍କୁ ଧନ୍ୟବାଦ ଦେଇଥାଏ 4 ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ 5 ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି 6 କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ 7 ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍ ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋ ସହିତ ଅନୁଗ୍ରହର ସହଭାଗୀ ଅଟ ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି 8 କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ ଏହି ବିଷୟରେ ଈଶ୍ୱର ମୋହର ସାକ୍ଷୀ 9 ପୁଣି ମୋହର ପ୍ରାର୍ଥନା ଏହି ତୁମ୍ଭମାନଙ୍କର ପ୍ରେମ ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ 10 ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର ପୁଣି ଈଶ୍ୱରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ 11 ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ 12 ହେ ଭାଇମାନେ ମୋ ପ୍ରତି ଯାହା ଯାହା ଘଟିଅଛି ସେହି ସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ 13 ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କ ନିକଟରେ ପ୍ରକାଶିତ ହେଲା 14 ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନଦ୍ୱାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ୱରଙ୍କ ବାକ୍ୟ କହିବା ନିମନ୍ତେ ଅତି ଉତ୍ସୁକଭାବେ ସାହସୀ ହୋଇଅଛନ୍ତି 15 କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ କିନ୍ତୁ ଆଉ କେହି କେହି ସତ୍ ଭାବରେ ତାହା କରୁଅଛନ୍ତି 16 ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି 17 କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ୱାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି 18 ସେଥିରେ ବା କଣ କପଟ ଭାବରେ ହେଉ ବା ସରଳ ଭାବରେ ହେଉ ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି ଏଥିରେ ମୁଁ ଆନନ୍ଦ କରୁଅଛି ହଁ ଆନନ୍ଦ କରିବି 19 କାରଣ ମୁଁ ଜାଣେ ଯେ ତୁମ୍ଭମାନଙ୍କ ନିବେଦନ ଓ ଯୀଶୁଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ 20 ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ କିନ୍ତୁ ସର୍ବଦା ଯେଉଁପରି ଏବେ ମଧ୍ୟ ସେହିପରି ଅତି ସାହସରେ ଜୀବନରେ ହେଉ ବା ମରଣରେ ହେଉ ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି 21 କାରଣ ମୋ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ ପୁଣି ମୃତ୍ୟୁଭୋଗ ଲାଭଜନକ 22 କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ ତେବେ ମୁଁ କଣ ପସନ୍ଦ କରିବି ତାହା ଜାଣେ ନାହିଁ 23 ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା କାରଣ ତାହା ଅତୀବ ଶ୍ରେୟସ୍କର 24 ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ 25 ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ ମୁଁ ରହିବି ହଁ ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି 26 ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ 27 ମୋହର ଏହି ମାତ୍ର ଇଚ୍ଛା ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ 28 ପୁଣି କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ ତାହା ସେମାନଙ୍କ ପକ୍ଷରେ ବିନାଶ କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ୱରଦତ୍ତ ଏକ ଲକ୍ଷଣ 29 କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି ତାହା ନୁହେଁ ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି 30 ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ ପୁଣି ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ

Chapter 2

ଖ୍ରୀଷ୍ଟଙ୍କ ନମ୍ରତାର ଆଦର୍ଶ

1 ଅତଏବ ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା ଆତ୍ମାଙ୍କ କୌଣସି ସହଭାଗିତା ପୁଣି କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ 2 ତାହାହେଲେ ତୁମ୍ଭେମାନେ ଏକମନା ଏକ ପ୍ରେମରେ ପ୍ରେମୀ ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର 3 ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର 4 ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ 5 ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା ତୁମ୍ଭମାନଙ୍କର ସେହିପରି ମନ ହେଉ 6 ସେ ଈଶ୍ୱରରୂପୀ ହେଲେ ହେଁ ଈଶ୍ୱରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ 7 କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ 8 ପୁଣି ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ ହଁ କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ 9 ଏହି କାରଣରୁ ଈଶ୍ୱର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି ପୁଣି ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି 10 ଯେପରି ସ୍ୱର୍ଗ ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ 11 ପୁଣି ପିତା ଈଶ୍ୱରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ 12 ଅତଏବ ହେ ମୋହର ପ୍ରିୟମାନେ ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର 13 କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ୱର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି 14 ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର 15 ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ୱରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ 16 ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ଦିନରେ ଦର୍ପ କରି ପାରିବି 17 ହଁ ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଉଅଛି ତାହାହେଲେ ଆନନ୍ଦ କରୁଅଛି ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲାସ କରୁଅଛି 18 ଆଉ ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋ ସହିତ ଉଲ୍ଲାସ କର 19 କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି 20 କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ ଏପରି ସମଭାବାପନ୍ନ ଲୋକ ତାଙ୍କ ବିନା ମୋ ନିକଟରେ ଆଉ କେହି ନାହିଁ 21 ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି 22 ସେ ଯେ ପରୀକ୍ଷାସିଦ୍ଧ ଲୋକ ଏହା ତୁମ୍ଭେମାନେ ଜାଣ ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ ସହିତ ସେବା କରିଥିଲେ 23 ଅତଏବ ମୋ ପ୍ରତି କଣ ଘଟିବ ତାହା ଜାଣିବାମାତ୍ର ତାଙ୍କୁ ପଠାଇବି ବୋଲି ଭରସା କରୁଅଛି 24 କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ ମୁଁ ନିଜେ ମଧ୍ୟ ଶୀଘ୍ର ଯିବି 25 କିନ୍ତୁ ମୁଁ ମୋହର ଭ୍ରାତା ସହକର୍ମୀ ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି 26 କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ ପୁଣି ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ 27 ହଁ ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ କିନ୍ତୁ ଈଶ୍ୱର ତାଙ୍କୁ ଦୟା କଲେ ଆଉ କେବଳ ତାଙ୍କୁ ନୁହେଁ ମାତ୍ର ଯେପରି ମୋ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ ଏଥିପାଇଁ ମୋ ଉପରେ ମଧ୍ୟ ଦୟା କଲେ 28 ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋ ଦୁଃଖ ଯେପରି ଊଣା ପଡ଼େ ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି 29 ଅତଏବ ପ୍ରଭୁଙ୍କ ହେତୁ ତାଙ୍କୁ ଅତି ଆନନ୍ଦରେ ଗ୍ରହଣ କର ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର 30 କାରଣ ମୋ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ

Chapter 3

ପ୍ରକୃତ ଧାର୍ମିକତା

1 ଅବଶେଷରେ ହେ ମୋହର ଭାଇମାନେ ପ୍ରଭୁଙ୍କଠାରେ ଆନନ୍ଦ କର ଏକ ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋ ପ୍ରତି କ୍ଳାନ୍ତଜନକ ନୁହେଁ ବରଂ ସେହି ସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ 2 କୁକୁରମାନଙ୍କଠାରୁ ସାବଧାନ ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ ଆମ୍ଭେମାନେ ଈଶ୍ୱରଙ୍କ ଆତ୍ମାରେ ଉପାସନା କରୁ ପୁଣି ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ 4 ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ ତେବେ ମୁଁ ଅଧିକ କରିପାରେ 5 ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ ଇସ୍ରାଏଲ ବଂଶଜାତ ବିନ୍ୟାମୀନ ଗୋଷ୍ଠୀୟ ଏବ୍ରୀୟରକ୍ତଜାତ ଜଣେ ଏବ୍ରୀୟ ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ 6 ଉଦ୍‍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ ପୁଣି ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି 7 କିନ୍ତୁ ଯାହାସବୁ ମୋ ପକ୍ଷରେ ଲାଭଜନକ ଥିଲା ସେହି ସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି 8 ହଁ ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି ପୁଣି ସେହି ସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ 9 ପୁଣି ମୋଶାଙ୍କ ବ୍ୟବସ୍ଥା ପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଦତ୍ତ ବିଶ୍ୱାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ 10 ଯେପରି ମୁଁ ତାହାଙ୍କୁ ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ 11 ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ 12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି ତାହା ନୁହେଁ କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି 13 ହେ ଭାଇମାନେ ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି 14 ପଶ୍ଚାତ୍‍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ୱରଙ୍କ ସ୍ୱର୍ଗୀୟ ଆହ୍ୱାନର ପୁରସ୍କାର ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି 15 ଅତଏବ ଆସ ଆମ୍ଭେମାନେ ଯେତେ ଲୋକ ସିଦ୍ଧ ଏହିପରି ଭାବ ଧାରଣ କରୁ ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାରଥାଏ ତେବେ ଏହା ମଧ୍ୟ ଈଶ୍ୱର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ 16 କେବଳ ଆମ୍ଭେମାନେ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ ସେହି ଅନୁସାରେ ଆଚରଣ କରୁ 17 ହେ ଭ୍ରାତୃଗଣ ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି ସେମାନଙ୍କ ପ୍ରତି ଦୃଷ୍ଟି କର 18 କାରଣ ଏପରି ଅନେକ ଅଛନ୍ତି ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ 19 ସେମାନଙ୍କ ପରିଣାମ ବିନାଶ ଉଦର ସେମାନଙ୍କର ଦେବତା ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି 20 ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ

Chapter 4

1 ଅତଏବ ହେ ମୋହର ପ୍ରିୟ ଓ ଇଷ୍ଟ ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ 2 ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି 3 ପୁଣି ହେ ପ୍ରକୃତ ସହକାରୀ ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି କାରଣ ଏମାନେ କ୍ଳେମେନ୍‍ସ୍‍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ ସହିତ ପରିଶ୍ରମ କରିଅଛନ୍ତି ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର ପୁନଶ୍ଚ କହୁଅଛି ଆନନ୍ଦ କର 5 ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ ପ୍ରଭୁ ନିକଟବର୍ତ୍ତୀ 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ୱରଙ୍କ ନିକଟରେ ଜଣାଅ 7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ୱରଙ୍କ ଶାନ୍ତି ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ 8 ଅବଶେଷରେ ହେ ଭ୍ରାତୃଗଣ ଯାହା ଯାହା ସତ୍ୟ ଯାହା ଯାହା ଆଦରଣୀୟ ଯାହା ଯାହା ଯଥାର୍ଥ ଯାହା ଯାହା ବିଶୁଦ୍ଧ ଯାହା ଯାହା ପ୍ରିୟ ଯାହା ଯାହା ସୁଖ୍ୟାତିଯୁକ୍ତ ଯେକୌଣସି ସଦ୍‍ଗୁଣ ଓ ପ୍ରଶଂସାର ବିଷୟ ଥାଏ ସେହି ସମସ୍ତ ବିଷୟ ଚିନ୍ତା କର 9 ତୁମ୍ଭେମାନେ ଯେ ସମସ୍ତ ବିଷୟ ମୋଠାରୁ ଶିଖିଅଛ ପାଇଅଛ ଶୁଣିଅଛ ଓ ମୋଠାରେ ଦେଖିଅଛ ସେହି ସବୁ କର ସେଥିରେ ଶାନ୍ତିଦାତା ଈଶ୍ୱର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ 10 ଏବେ ଅବଶେଷରେ ମୋ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି ପ୍ରକୃତରେ ମୋ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା କିନ୍ତୁ ସୁଯୋଗ ନ ଥିଲା 11 ଅଭାବ ହେତୁ ମୁଁ ଯେ ଏହା କହୁଅଛି ତାହା ନୁହେଁ କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି 12 ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ ସର୍ବ ଅବସ୍ଥାରେ ଓ ସର୍ବ ବିଷୟରେ ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି 13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ 14 ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ୱାରା ଭଲ କରିଅଛ 15 ହେ ଫିଲିପ୍ପୀୟମାନେ ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ଡଳୀ ମୋହର ସହଭାଗୀ ହୋଇ ମୋ ସହିତ ଦେବା ନେବାର ହିସାବ ରଖି ନ ଥିଲେ 16 କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ ହଁ ଦୁଇ ଥର ଦାନ ପଠାଇଥିଲ 17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି ସେଥିସକାଶେ ଲାଳାୟିତ 18 ମୁଁ ସବୁ ପାଇଅଛି ପୁଣି ମୋହର ପ୍ରଚୁର ଅଛି ତୁମ୍ଭମାନଙ୍କର ପଠାଇଥିବା ଯେଉଁ ସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି ସେହି ସବୁ ମୋ ପାଇଁ ଯଥେଷ୍ଟ ସେହି ସବୁ ଈଶ୍ୱରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳିସ୍ୱରୂପ 19 ପୁଣି ମୋହର ଈଶ୍ୱର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ୱର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ 20 ଆମ୍ଭମାନଙ୍କର ଈଶ୍ୱର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ ଆମେନ୍‍ 21 ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି 22 ସାଧୁମାନେ ସମସ୍ତେ ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି 23 ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ