ଓଡ଼ିଆ: Indian Revised Version - Oriya

Updated ? hours ago # views See on DCS

ଯାକୁବ

Chapter 1

ଅଭିବାଦନ

1 ଈଶ୍ୱରଙ୍କ ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦାସ ଯାକୁବର ଛିନ୍ନଭିନ୍ନ ଦ୍ୱାଦଶ ଗୋଷ୍ଠୀଙ୍କୁ ନମସ୍କାର 2 ହେ ମୋହର ଭାଇମାନେ ତୁମ୍ଭେମାନେ ଯେତେବେଳେ ନାନା ପ୍ରକାର ପରୀକ୍ଷାରେ ପରୀକ୍ଷିତ ହୁଅ 3 ସେତେବେଳେ ତାହା ବିଶେଷ ଆନନ୍ଦର ବିଷୟ ବୋଲି ମନେ କର ପରୀକ୍ଷାସିଦ୍ଧ ବିଶ୍ୱାସ ଯେ ସହିଷ୍ଣୁତା ଉତ୍ପନ୍ନ କରେ ଏହା ତ ଜାଣିଅଛ 4 ଆଉ ତୁମ୍ଭେମାନେ ଯେପରି କୌଣସି ବିଷୟରେ ଊଣା ନ ପଡ଼ି ସିଦ୍ଧ ଓ ସମ୍ପୂର୍ଣ୍ଣ ହୁଅ ଏଥିପାଇଁ ସହିଷ୍ଣୁତା ସମ୍ପୂର୍ଣ୍ଣ ରୂପେ କାର୍ଯ୍ୟ ସାଧନ କରୁ 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ ସେଥିରେ ତାହାକୁ ଦିଆଯିବ 6 କିନ୍ତୁ ସେ କିଛିମାତ୍ର ସନ୍ଦେହ ନ କରି ବିଶ୍ୱାସ ସହ ପ୍ରାର୍ଥନା କରୁ କାରଣ ଯେ ସନ୍ଦେହ କରେ ସେ ବାୟୁରେ ଇତଃସ୍ତତଃ ଚାଳିତ ସମୁଦ୍ରର ତରଙ୍ଗ ସଦୃଶ 7 ସେପରି ଲୋକ ପ୍ରଭୁଙ୍କଠାରୁ କିଛି ପାଇବ ବୋଲି ମନେ ନ କରୁ 8 ସେ ତ ଦ୍ୱିମନା ଲୋକ ଆପଣାର ସମସ୍ତ ଗତିରେ ଅସ୍ଥିର 9 ଦୀନାବସ୍ଥାର ଭ୍ରାତା ଆପଣାର ଉନ୍ନତ ଅବସ୍ଥାରେ ଦର୍ପ କରୁ 10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ 11 ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ 12 ଯେଉଁ ଲୋକ ପରୀକ୍ଷା ସହ୍ୟ କରେ ସେ ଧନ୍ୟ କାରଣ ପ୍ରଭୁ ଆପଣା ଲୋକମାନଙ୍କୁ ଯେଉଁ ଜୀବନରୂପ ମୁକୁଟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି ପରୀକ୍ଷାସିଦ୍ଧ ହେଲା ଉତ୍ତାରେ ସେହି ଲୋକ ସେହି ମୁକୁଟ ପ୍ରାପ୍ତ ହେବ 13 କେହି ପରୀକ୍ଷିତ ହେଲେ ମୋହର ଏହି ପରୀକ୍ଷା ଈଶ୍ୱରଙ୍କ ଆଡ଼ୁ ହେଉଅଛି ବୋଲି ନ କହୁ କାରଣ ଈଶ୍ୱର ମନ୍ଦରେ ପରୀକ୍ଷିତ ହୋଇ ପାରନ୍ତି ନାହିଁ ଆଉ ସେ ନିଜେ କାହାକୁ ପରୀକ୍ଷା କରନ୍ତି ନାହିଁ 14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ 15 ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ ପୁଣି ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ 16 ହେ ମୋହର ପ୍ରିୟ ଭାଇମାନେ ଭ୍ରାନ୍ତ ହୁଅ ନାହିଁ 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ ଅର୍ଥାତ୍‍ ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ 18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ 19 ହେ ମୋହର ପ୍ରିୟ ଭାଇମାନେ ତୁମ୍ଭେମାନେ ଏହା ଜ୍ଞାତ ଅଛ ପ୍ରତ୍ୟେକ ଜଣ ଶୁଣିବାରେ ତତ୍ପର କହିବାରେ ଧୀର ପୁଣି କ୍ରୋଧ କରିବାରେ ଧୀର ହେଉ 20 କାରଣ ମନୁଷ୍ୟର କ୍ରୋଧ ଈଶ୍ୱରଙ୍କ ଗ୍ରାହ୍ୟ ଧାର୍ମିକତା ସାଧନ କରେ ନାହିଁ 21 ଅତଏବ ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ ତାହା ନମ୍ର ଭାବରେ ଗ୍ରହଣ କର 22 କିନ୍ତୁ ଶ୍ରୋତାମାତ୍ର ହୋଇ ଆପଣାମାନଙ୍କୁ ପ୍ରବଞ୍ଚନା ନ କରି ବାକ୍ୟର କର୍ମକାରୀ ହୁଅ 23 କାରଣ ଯଦି କେହି ବାକ୍ୟର କର୍ମକାରୀ ନ ହୋଇ ଶ୍ରୋତାମାତ୍ର ହୁଏ ତେବେ ସେ ଦର୍ପଣରେ ଆପଣା ସ୍ୱାଭାବିକ ମୁଖ ଦର୍ଶନ କରୁଥିବା ମନୁଷ୍ୟର ତୁଲ୍ୟ 24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ ସେ କି ପ୍ରକାର ଲୋକ ତାହା ସେହିକ୍ଷଣି ଭୁଲିଯାଏ 25 କିନ୍ତୁ ଯେ ସିଦ୍ଧ ଅର୍ଥାତ୍‍ ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ପ୍ରତି ନିରୀକ୍ଷଣ କରି ସେଥିରେ ନିବିଷ୍ଟ ଥାଏ ପୁଣି ବିସ୍ମରଣକାରୀ ଶ୍ରୋତାମାତ୍ର ନ ହୋଇ ବରଂ କାର୍ଯ୍ୟକାରୀ ହୁଏ ସେ ଆପଣା କାର୍ଯ୍ୟରେ ଧନ୍ୟ 26 ଯଦି କେହି ଆପଣାକୁ ଧର୍ମପରାୟଣ ବୋଲି ମନେ କରେ ଆଉ ଆପଣା ଜିହ୍ୱାକୁ ବଶୀଭୂତ ନ କରି ନିଜ ହୃଦୟକୁ ପ୍ରବଞ୍ଚନା କରେ ତାହାର ଧର୍ମପରାୟଣତା ବୃଥା 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ

Chapter 2

ପକ୍ଷପାତୀତା ପାପ

1 ହେ ମୋହର ଭାଇମାନେ ଆମ୍ଭମାନଙ୍କ ଗୌରବମୟ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବାରୁ ମନୁଷ୍ୟର ମୁଖାପେକ୍ଷା କର ନାହିଁ 2 କାରଣ ଯଦି ସୁବର୍ଣ୍ଣ ମୁଦ୍ରିକା ଓ ଚାକଚକ୍ୟ ବସ୍ତ୍ର ପରିଧାନ କରି କୌଣସି ଲୋକ ତୁମ୍ଭମାନଙ୍କ ସଭାକୁ ଆସେ ପୁଣି ଜଣେ ଦରିଦ୍ର ଲୋକ ମଳିନ ବସ୍ତ୍ର ପରିଧାନ କରି ଆସେ 3 ଆଉ ତୁମ୍ଭେମାନେ ଚାକଚକ୍ୟ ବସ୍ତ୍ର ପରିଧାନ କରିଥିବା ଲୋକକୁ ମର୍ଯ୍ୟାଦା କରି କୁହ ଏଠାରେ ଉତ୍ତମ ସ୍ଥାନରେ ବସନ୍ତୁ ଆଉ ଦରିଦ୍ର ଲୋକକୁ କୁହ ସେଠାରେ ଠିଆ ହୁଅ 4 କିମ୍ବା ମୋହର ଗୋଡ଼ ତଳେ ବସ ତାହାହେଲେ ତୁମ୍ଭେମାନେ କଣ ଆପଣା ଆପଣା ମଧ୍ୟରେ ଭେଦାଭେଦ ରଖି ବିପରୀତ ବ୍ୟବହାର ଏବଂ ମନ୍ଦ ଭାବରେ ବିଚାର କରୁ ନାହଁ 5 ହେ ମୋହର ପ୍ରିୟ ଭାଇମାନେ ଶୁଣ ଈଶ୍ୱର କଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ ପୁଣି ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି 6 କିନ୍ତୁ ତୁମ୍ଭେମାନେ ଦରିଦ୍ରକୁ ହତାଦର କରିଅଛ ଧନୀମାନେ କଣ ତୁମ୍ଭମାନଙ୍କ ପ୍ରତି ଉପଦ୍ରବ କରନ୍ତି ନାହିଁ ଏବଂ ତୁମ୍ଭମାନଙ୍କୁ ବିଚାରସ୍ଥାନକୁ ଟାଣିନିଅନ୍ତି ନାହିଁ 7 ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କଣ ସେହି ନାମର ନିନ୍ଦା କରନ୍ତି ନାହିଁ 8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର 9 ତାହାହେଲେ ଭଲ କରିଥାଅ କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର ତାହାହେଲେ ପାପ କରୁଅଛ ପୁଣି ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ 10 କାରଣ ଯେ କେହି ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରି କେବଳ ଗୋଟିକ ବିଷୟରେ ଝୁଣ୍ଟିପଡ଼େ ତେବେ ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ଦୋଷରେ ଦଣ୍ଡନୀୟ ହୁଏ 11 ଯେଣୁ ଯେ ବ୍ୟଭିଚାର କର ନାହିଁ ବୋଲି କହିଥିଲେ ସେ ମଧ୍ୟ ନରହତ୍ୟା କର ନାହିଁ ବୋଲି କହିଥିଲେ ଏଣୁ ତୁମ୍ଭେ ଯଦି ବ୍ୟଭିଚାର ନ କରି ନରହତ୍ୟା କର ତେବେ ମୋଶାଙ୍କ ବ୍ୟବସ୍ଥା ଲଙ୍ଘନକାରୀ ହୋଇଅଛ 12 ସ୍ୱାଧୀନତାର ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଯେ ତୁମ୍ଭେମାନେ ବିଚାରିତ ହେବ ଏହା ଜାଣି ସେହି ପ୍ରକାର କଥା କୁହ ଓ କାର୍ଯ୍ୟ କର 13 କାରଣ ଯେ ଦୟା କରେ ନାହିଁ ସେ ନିର୍ଦୟ ରୂପେ ବିଚାରିତ ହେବ ଦୟା ବିଚାର ଉପରେ ଜୟଧ୍ୱନି କରେ 14 ହେ ମୋହର ଭାଇମାନେ ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ କିନ୍ତୁ ତାହାର କର୍ମ ନ ଥାଏ ତେବେ ସେଥିରେ କି ଲାଭ ଏପରି ବିଶ୍ୱାସ କଣ ତାହାର ପରିତ୍ରାଣ କରି ପାରେ 15 ଯଦି ଜଣେ ଭାଇ ବା ଭଉଣୀ ବସ୍ତ୍ର ଓ ଦୈନିକ ଖାଦ୍ୟହୀନ ହୁଏ 16 ଆଉ ତୁମ୍ଭମାନଙ୍କ ମଧ୍ୟରୁ କେହି ତାହାକୁ ଶରୀରର ପ୍ରୟୋଜନୀୟ ଦ୍ରବ୍ୟ କିଛି ହିଁ ନ ଦେଇ କୁହେ ଉଷ୍ଣ ଓ ତୃପ୍ତ ହୋଇ କୁଶଳରେ ଯାଅ ତେବେ ସେଥିରେ କି ଲାଭ 17 ସେହିପରି ମଧ୍ୟ ବିଶ୍ୱାସ କର୍ମ ବିନା ନିଜେ ମୃତ 18 କିନ୍ତୁ କେହି ଅବା କହିବ ତୁମ୍ଭର ବିଶ୍ୱାସ ଅଛି ପୁଣି ମୋହର କର୍ମ ଅଛି କର୍ମ ବିନା ତୁମ୍ଭର ବିଶ୍ୱାସ ମୋତେ ଦେଖାଅ ଆଉ ମୁଁ କର୍ମ ଦ୍ୱାରା ତୁମ୍ଭକୁ ମୋହର ବିଶ୍ୱାସ ଦେଖାଇବି 19 ଈଶ୍ୱର ଯେ ଏକମାତ୍ର ଏହା ତୁମ୍ଭେ ବିଶ୍ୱାସ କରୁଅଛ ଭଲ କଥା ଭୂତମାନେ ମଧ୍ୟ ବିଶ୍ୱାସ କରି ଥରହର ହୁଅନ୍ତି 20 କିନ୍ତୁ ହେ ନିର୍ବୋଧ ମନୁଷ୍ୟ କର୍ମ ବିନା ବିଶ୍ୱାସ ଯେ ନିଷ୍ପଳ ଏହା କଣ ଜାଣିବାକୁ ଇଚ୍ଛା କରୁଅଛ 21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍‍ହାକଙ୍କୁ ଉତ୍ସର୍ଗ କରିବା ବେଳେ କଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ 22 ତୁମ୍ଭେ ଦେଖୁଅଛ ଯେ ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା 23 ସେଥିରେ ଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା ଅବ୍ରହାମ ଈଶ୍ୱରଙ୍କଠାରେ ବିଶ୍ୱାସ କଲେ ଆଉ ତାଙ୍କ ପକ୍ଷରେ ତାହା ଧାର୍ମିକତା ବୋଲି ଗଣିତ ହେଲା ପୁଣି ସେ ଈଶ୍ୱରଙ୍କ ମିତ୍ର ବୋଲି ଖ୍ୟାତ ହେଲେ 24 କେବଳ ବିଶ୍ୱାସ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କର୍ମ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ ଏହା ତୁମ୍ଭେମାନେ ଦେଖୁଅଛ 25 ସେହି ପ୍ରକାରେ ମଧ୍ୟ ରାହାବ ବେଶ୍ୟା ଗୁପ୍ତଚରମାନଙ୍କୁ ଆତିଥ୍ୟ କରି ଅନ୍ୟ ବାଟ ଦେଇ ସେମାନଙ୍କୁ ବିଦାୟ କରିବାରୁ କଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହେଲେ ନାହିଁ 26 କାରଣ ଆତ୍ମା ବିନା ଶରୀର ଯେପରି ମୃତ ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ

Chapter 3

ବଶୀଭୂତ ଜିହ୍ୱା

1 ହେ ମୋହର ଭାଇମାନେ ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ ଏହା ଜାଣ ଯେ ଆମ୍ଭେମାନେ ଯିଏ ଶିକ୍ଷା ଦେଉ ଗୁରୁତର ଦଣ୍ଡ ପାଇବା 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ ତେବେ ସେ ସିଦ୍ଧ ପୁରୁଷ ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ 3 ଆମ୍ଭେମାନେ ଘୋଡ଼ାମାନଙ୍କୁ ବଶୀଭୂତ କରିବା ନିମନ୍ତେ ସେମାନଙ୍କ ମୁଖରେ ଲଗାମ ଦେଲେ ତଦ୍ଵାରା ସେମାନଙ୍କ ସମସ୍ତ ଶରୀର ମଧ୍ୟ ବୁଲାଉଥାଉ 4 ଦେଖ ଜାହାଜ ମଧ୍ୟ ଏତେ ବଡ଼ ହୋଇ ପ୍ରଚଣ୍ଡ ପବନରେ ଚାଳିତ ହେଲେ ହେଁ ଗୋଟିଏ ଅତି କ୍ଷୁଦ୍ର ମଙ୍ଗ ଦ୍ୱାରା ମଙ୍ଗଧରାର ଇଚ୍ଛାନୁସାରେ ବୁଲିଥାଏ 5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ କିନ୍ତୁ ମହା ଗର୍ବର କଥା କହେ ଦେଖ କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ 6 ଜିହ୍ୱା ମଧ୍ୟ ଅଗ୍ନି ସ୍ୱରୂପ ତାହା ଆମ୍ଭମାନଙ୍କ ଅଙ୍ଗସମୂହ ମଧ୍ୟରେ ସମସ୍ତ ଅଧର୍ମର ମୂଳାଧାର ସ୍ୱରୂପେ ଅବସ୍ଥିତ ତାହା ସମସ୍ତ ଶରୀରକୁ ଅଶୁଚି କରେ ଓ ନିଜେ ନର୍କରେ ପ୍ରଜ୍ୱଳିତ ହୋଇ ପ୍ରକୃତିର ଚକ୍ରକୁ ଜ୍ୱଳାଏ 7 କାରଣ ସମସ୍ତ ପ୍ରକାର ପଶୁ ପକ୍ଷୀ ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇ ପାରେ ପୁଣି ବଶରେ ରଖାଯାଇଅଛି 8 କିନ୍ତୁ ଜିହ୍ୱାକୁ କେହି ବଶରେ ରଖି ପାରେ ନାହିଁ ଅନିଷ୍ଟ ସାଧନରେ ତାହାର ବିରାମ ନାହିଁ ମାରାତ୍ମକ ଗରଳରେ ତାହା ପରିପୂର୍ଣ୍ଣ 9 ତଦ୍ୱାରା ଆମ୍ଭେମାନେ ପ୍ରଭୁ ଓ ପିତାଙ୍କର ଧନ୍ୟବାଦ କରିଥାଉ ପୁଣି ତଦ୍ୱାରା ଈଶ୍ୱରଙ୍କ ସାଦୃଶ୍ୟରେ ସୃଷ୍ଟ ମନୁଷ୍ୟକୁ ଅଭିଶାପ ଦେଇଥାଉ 10 ଏକ ମୁଖରୁ ଧନ୍ୟବାଦ ଓ ଅଭିଶାପ ନିର୍ଗତ ହୁଏ ହେ ମୋହର ଭାଇମାନେ ଏପରି ହେବା ଉଚିତ୍ ନୁହେଁ 11 ନିର୍ଝର କଣ ଏକ ବାଟ ଦେଇ ମିଠା ଓ ପିତା ଦୁଇ ପ୍ରକାର ଜଳ ବାହାର କରେ 12 ହେ ମୋହର ଭାଇମାନେ ଡିମ୍ବିରି ବୃକ୍ଷ କଣ ଜୀତଫଳ ଅବା ଦ୍ରାକ୍ଷାଲତା କଣ ଡିମ୍ବିରି ଫଳ ଫଳି ପାରେ ଲବଣାକ୍ତ ନିର୍ଝର ମଧ୍ୟ ମିଷ୍ଟ ଜଳ ଦେଇ ପାରେ ନାହିଁ 13 ତୁମ୍ଭମାନଙ୍କ ମଧ୍ୟରେ ଜ୍ଞାନୀ ଓ ବୁଦ୍ଧିମାନ କିଏ ଅଛି ସେ ଜ୍ଞାନସଙ୍ଗତ ନମ୍ରତା ସହ ସଦାଚରଣ ଦ୍ୱାରା ଆପଣା କର୍ମ ପ୍ରକାଶ କରୁ 14 କିନ୍ତୁ ଯଦି ତୁମ୍ଭମାନଙ୍କ ହୃଦୟରେ ତିକ୍ତ ଈର୍ଷାଭାବ ଓ ସ୍ୱାର୍ଥପରତା ଥାଏ ତାହାହେଲେ ସତ୍ୟ ବିରୁଦ୍ଧରେ ଗର୍ବ କର ନାହିଁ ଓ ମିଥ୍ୟା କୁହ ନାହିଁ 15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ ମାତ୍ର ତାହା ପାର୍ଥିବ ଶାରୀରିକ ଓ ଭୌତିକ ଅଟେ 16 କାରଣ ଯେଉଁ ସ୍ଥାନରେ ଈର୍ଷା ଓ ସ୍ୱାର୍ଥପରତା ଥାଏ ସେହି ସ୍ଥାନରେ ସମସ୍ତ ପ୍ରକାର ଦୁଷ୍କର୍ମ ଥାଏ 17 କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର ଦ୍ୱିତୀୟରେ ଶାନ୍ତିପ୍ରିୟ ମୃଦୁଶୀଳ ବାଧ୍ୟ ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ ସନ୍ଦେହଶୂନ୍ୟ ଓ ନିଷ୍କପଟ 18 ପୁଣି ଶାନ୍ତିକାରକ ଲୋକମାନଙ୍କ ଦ୍ୱାରା ଶାନ୍ତିର ବୀଜ ବୁଣାଯାଏ ଧାର୍ମିକତା ରୂପ ଫଳ କାଟିବେ

Chapter 4

ଜାଗତିକମନା ବିଷୟରେ ସତର୍କତା

1 ବିଶ୍ୱାସୀମାନଙ୍କ ମଧ୍ୟରେ ଯୁଦ୍ଧ ଓ ବିବାଦ କେଉଁଠାରୁ ହୁଏ କଣ ତୁମ୍ଭମାନଙ୍କ ଅଙ୍ଗପ୍ରତ୍ୟଙ୍ଗ ମଧ୍ୟରେ ଯୁଦ୍ଧ କରୁଥିବା ସୁଖାଭିଳାଷରୁ ନୁହେଁ 2 ତୁମ୍ଭେମାନେ କାମନା କରିଥାଅ କିନ୍ତୁ ପାଇ ନ ଥାଅ ତୁମ୍ଭେମାନେ ବଧ ଓ ଈର୍ଷା କରିଥାଅ କିନ୍ତୁ ପ୍ରାପ୍ତ ହେବାକୁ ଅକ୍ଷମ ହୋଇଥାଅ ତୁମ୍ଭେମାନେ ବିବାଦ ଓ ଯୁଦ୍ଧ କରିଥାଅ ତୁମ୍ଭେମାନେ ପାଇ ନ ଥାଅ କାରଣ ତୁମ୍ଭେମାନେ ମାଗି ନ ଥାଅ 3 ତୁମ୍ଭେମାନେ ମାଗିଥାଅ କିନ୍ତୁ ପାଇ ନ ଥାଅ କାରଣ ଆପଣା ଆପଣା ସୁଖାଭିଳାଷରେ ବ୍ୟୟ କରିବା ନିମନ୍ତେ ମନ୍ଦ ଅଭିପ୍ରାୟରେ ମାଗିଥାଅ 4 ହେ ବ୍ୟଭିଚାରିଣୀମାନେ ଜଗତର ମିତ୍ରତା ଈଶ୍ୱରଙ୍କର ଶତ୍ରୁତା ଏହା କଣ ଜାଣ ନାହିଁ ଅତଏବ ଯେ କେହି ଜଗତର ମିତ୍ର ହେବାକୁ ଇଚ୍ଛା କରେ ସେ ଆପଣାକୁ ଈଶ୍ୱରଙ୍କ ଶତ୍ରୁ ବୋଲି ପ୍ରତିପନ୍ନ କରେ 5 ନା ତୁମ୍ଭେମାନେ କଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ ଯେଉଁ ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି 7 ଅତଏବ ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ ଶୟତାନକୁ ପ୍ରତିବାଦ କର ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ ହେ ପାପୀମାନେ ତୁମ୍ଭମାନଙ୍କ ହସ୍ତ ଶୁଚି କର ପୁଣି ହେ ଦ୍ୱିମନାମାନେ ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର 9 ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ 11 ହେ ଭାଇମାନେ ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ ସେ ମୋଶାଙ୍କ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ କିନ୍ତୁ ତୁମ୍ଭେ ଯଦି ମୋଶାଙ୍କ ବ୍ୟବସ୍ଥାର ବିଚାର କର ତାହାହେଲେ ତୁମ୍ଭେ ମୋଶାଙ୍କ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ 12 ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ ତୁମ୍ଭେ କିଏ 13 ଏବେ ଦେଖ ଯେଉଁମାନେ କହୁଅଛ ଆଜି କିମ୍ବା କାଲି ଆମ୍ଭେମାନେ ଅମୁକ ସହରକୁ ଯିବୁ ଓ ସେଠାରେ ଏକ ବର୍ଷ ପର୍ଯ୍ୟନ୍ତ ରହି ବାଣିଜ୍ୟ ବ୍ୟବସାୟ କରି ଲାଭ କରିବୁ 14 କିନ୍ତୁ କାଲି କଣ ଘଟିବ ତାହା ତ ତୁମ୍ଭେମାନେ ଜାଣ ନାହିଁ ତୁମ୍ଭମାନଙ୍କର ଜୀବନ କଣ କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ ତୁମ୍ଭେମାନେ ତ ତାହା ସଦୃଶ 15 ଏଣୁ ପ୍ରଭୁଙ୍କ ଇଚ୍ଛା ହେଲେ ଆମ୍ଭେମାନେ ଜୀବିତ ଥାଇ ଏହା କରିବା ବା ତାହା କରିବା ଏହିପରି କହିବା ତୁମ୍ଭମାନଙ୍କର ଉଚିତ 16 କିନ୍ତୁ ଏବେ ତୁମ୍ଭେମାନେ ଆପଣା ଆପଣା ଅହଂ ଭାବରେ ଗର୍ବ କରୁଅଛ ଏପ୍ରକାର ଗର୍ବ ମନ୍ଦ ଅଟେ 17 ଅତଏବ ଯେ ସତ୍କର୍ମ କରିବାକୁ ଜାଣି ତାହା କରେ ନାହିଁ ତାହାର ପାପ ହୁଏ

Chapter 5

ଧନୀ ଶ୍ରେଣୀର ଲୋକଙ୍କ ପ୍ରତି ସତର୍କବାଣୀ

1 ଏବେ ଦେଖ ହେ ଧନୀମାନେ ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର 2 ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି 3 ପୁଣି ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ 4 ଦେଖ ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ ତାହା ଚିତ୍କାର କରୁଅଛି ପୁଣି ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି 5 ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ 6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ 7 ଅତଏବ ହେ ଭାଇମାନେ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ ଦେଖ କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ 8 ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ 9 ହେ ଭାଇମାନେ ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ ଏଥି ନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର ଦେଖ ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି 10 ହେ ଭାଇମାନେ ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର 11 ଦେଖ ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ ପୁଣି ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି 12 ବିଶେଷତଃ ହେ ମୋହର ଭାଇମାନେ ଶପଥ କର ନାହିଁ ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ ନା କଥା ନା ହେଉ ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ 13 ତୁମ୍ଭମାନଙ୍କ ମଧ୍ୟରେ କଣ କେହି ଦୁଃଖଭୋଗ କରୁଅଛି ସେ ପ୍ରାର୍ଥନା କରୁ କେହି କଣ ଆନନ୍ଦିତ ଅଟେ ସେ ଗୀତ ଗାନ କରୁ 14 ତୁମ୍ଭମାନଙ୍କ ମଧ୍ୟରେ କଣ କେହି ପୀଡ଼ିତ ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ 15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ ପୁଣି ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ ତାହାହେଲେ ତାହାକୁ କ୍ଷମା ଦିଆଯିବ 16 ଅତଏବ ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର ପୁଣି ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରି ପାରେ 17 ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ 18 ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା 19 ହେ ମୋହର ଭାଇମାନେ ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ ପୁଣି କେହି ତାହାକୁ ଫେରାଇ ଆଣେ 20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ ଏହା ଜାଣ