୨ ଯୋହନ
Chapter 1
ଅଭିବାଦନ
1 ପ୍ରାଚୀନ ଯେ ମୁଁ ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ ଆଉ କେବଳ ମୁଁ ନୁହେଁ ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି 2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ 3 ପିତା ଈଶ୍ୱର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ 4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ 5 ହେ ଭଦ୍ରେ ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି ତାହା ନୁହେଁ ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ 6 ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ ଏହା ହିଁ ପ୍ରେମର ସାର ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ ସେହି ଅନୁସାରେ ଆଚରଣ କର ଏହା ସେହି ଆଜ୍ଞା 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ 8 ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ 9 ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ ସେ ଈଶ୍ୱରଙ୍କୁ ପାଇ ନାହିଁ ଯେ ଶିକ୍ଷାର ସୀମା ମଧ୍ୟରେ ରହେ ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି 10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ 11 କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ 12 ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ ମୋର ଆଶା ଯେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ 13 ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି ଆମେନ୍