୩ ଯୋହନ
Chapter 1
ଅଭିବାଦନ
1 ପ୍ରାଚୀନ ଯେ ମୁଁ ପ୍ରିୟତମ ଗାୟଙ୍କ ନିକଟକୁ ପତ୍ର ଲେଖୁଅଛି ତାହାଙ୍କୁ ମୁଁ ସତ୍ୟ ରୂପେ ପ୍ରେମ କରେ 2 ପ୍ରିୟ ବନ୍ଧୁ ତୁମ୍ଭ ଆତ୍ମାର ଯେପରି ମଙ୍ଗଳ ହେଉଅଛି ସେହିପରି ସର୍ବ ବିଷୟରେ ତୁମ୍ଭର ମଙ୍ଗଳ ହେଉ ଓ ତୁମ୍ଭେ ସ୍ୱାସ୍ଥ୍ୟ ଭୋଗ କରୁଥାଅ ଏହା ମୋହର ପ୍ରାର୍ଥନା 3 କାରଣ ଭାଇମାନେ ଆସି ଯେତେବେଳେ ସତ୍ୟ ପ୍ରତି ତୁମ୍ଭର ନିଷ୍ଠାଭାବ ଅର୍ଥାତ୍ ସତ୍ୟରେ ତୁମ୍ଭର ଆଚରଣ ବିଷୟରେ ସାକ୍ଷ୍ୟ ଦେଲେ ସେତେବେଳେ ମୁଁ ବିଶେଷ ଆନନ୍ଦିତ ହେଲି 4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ 5 ପ୍ରିୟ ବନ୍ଧୁ ତୁମ୍ଭେ ଭ୍ରାତୃଗଣ ବିଶେଷତଃ ବିଦେଶୀ ଭ୍ରାତୃଗଣ ପ୍ରତି ଯାହା କରୁଅଛ ତାହା ବିଶ୍ୱସ୍ତ ଭାବରେ କରୁଅଛ 6 ସେମାନେ ମଣ୍ଡଳୀ ନିକଟରେ ତୁମ୍ଭ ପ୍ରେମ ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି ତୁମ୍ଭେ ଯଦି ସେମାନଙ୍କୁ ଈଶ୍ୱରଙ୍କ ଯୋଗ୍ୟ ଉପକାର ଦେଇ ବାଟ ବଳାଇଦିଅ ତେବେ ଉତ୍ତମ କାର୍ଯ୍ୟ କରିବ 7 ଯେଣୁ ସେମାନେ ଅଣଯିହୂଦୀମାନଙ୍କଠାରୁ କିଛି ହିଁ ଗ୍ରହଣ ନ କରି ଖ୍ରୀଷ୍ଟଙ୍କ ନାମ ସକାଶେ ବାହାରି ଅଛନ୍ତି 8 ଅତଏବ ଆମ୍ଭେମାନେ ଯେପରି ସତ୍ୟ ସକାଶେ ସେମାନଙ୍କର ସହକାର୍ଯ୍ୟକାରୀ ହୋଇ ପାରୁ ଏଥି ନିମନ୍ତେ ସେମାନଙ୍କର ଉପକାର କରିବା ଆମ୍ଭମାନଙ୍କର କର୍ତ୍ତବ୍ୟ 9 ମୁଁ ମଣ୍ଡଳୀ ନିକଟକୁ କିଛି ଲେଖିଲି ମାତ୍ର ଦୀୟତ୍ରଫା ମଣ୍ଡଳୀ ମଧ୍ୟରେ ପ୍ରଧାନ ହେବାକୁ ଭଲ ପାଇ ଆମ୍ଭମାନଙ୍କୁ ଅଗ୍ରାହ୍ୟ କରେ 10 ସେ ଆମ୍ଭମାନଙ୍କ ବିରୁଦ୍ଧରେ ମନ୍ଦ କଥା କହି ଆମ୍ଭମାନଙ୍କ ନିନ୍ଦା କରେ ପୁଣି ସେଥିରେ ତୃପ୍ତ ନ ହୋଇ ନିଜେ ଭାଇମାନଙ୍କର ଆତିଥ୍ୟ କରେ ନାହିଁ ପୁଣି ଅନ୍ୟମାନେ ତାହା କରିବାକୁ ଇଚ୍ଛା କଲେ ସେମାନଙ୍କୁ ମନା କରେ ଆଉ ମଣ୍ଡଳୀରୁ ସେମାନଙ୍କୁ ଉଚ୍ଛିନ୍ନ କରେ ଏଣୁ ମୁଁ ଗଲେ ତାହାର ଏହି ସମସ୍ତ କୃତ କର୍ମ ସ୍ମରଣରେ ଆଣିବି 11 ପ୍ରିୟ ବନ୍ଧୁ ତୁମ୍ଭେ ଦୁଷ୍କର୍ମର ଅନୁକାରୀ ନ ହୋଇ ସତ୍କର୍ମର ଅନୁକାରୀ ହୁଅ ଯେ ସତ୍କର୍ମ କରେ ସେ ଈଶ୍ୱରଙ୍କଠାରୁ ଜାତ ଯେ ଦୁଷ୍କର୍ମ କରେ ସେ ଈଶ୍ୱରଙ୍କୁ ଦର୍ଶନ କରି ନାହିଁ 12 ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ ଏହା ତୁମ୍ଭେ ଜାଣୁଅଛ 13 ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ 14 ମୋହର ଆଶା ଯେ ଶୀଘ୍ର ତୁମ୍ଭ ସହିତ ଦେଖା ହେବ ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା 15 ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ ।